ଓଡ଼ିଶାରେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର,୨୨।୫(ବ୍ୟୁରୋ): ଓଡ଼ିଶାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଶୁକ୍ରବାର ଅପରାହ୍ନରେ ବାୟୁସେନାର ସ୍ବତନ୍ତ୍ର ବିମାନ ଯୋଗେ ପ୍ରଧାନମନ୍ତ୍ରୀ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଛନ୍ତି। ଏହି ଗସ୍ତ କାଳରେ ପ୍ରଧାନମନ୍ତ୍ରୀ ଅମ୍ଫନ୍‌ ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରି କ୍ଷୟକ୍ଷତିର ସମୀକ୍ଷା କରିବେ ବୋଲି ଜଣାପଡ଼ିଛି। ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରମୁଖ ପ୍ରଧାନମନ୍ତ୍ରୀଙ୍କୁ ବିମାନବନ୍ଦରରେ ସ୍ବାଗତ କରିଥିବା ସୂଚନା ମିଳିଛି।