ଓଡ଼ିଶାରେ ବାତ୍ୟାର ପଡିବ ପ୍ରଭାବ

ଭୁବନେଶ୍ୱର,୭।୧୧(ବ୍ୟୁରୋ): ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ହୋଇଥିବା ଲଘୁଚାପ ଗଭୀର ଅବପାତରେ ପରିଣତ ହୋଇଛି। ସମ୍ଭାବ୍ୟ ବାତ୍ୟା ‘ବୁଲ୍‌ବୁଲ’ର ପ୍ରଭାବ ଓଡ଼ିଶାରେ ପଡିବ ନାହିଁ ବୋଲି ବୁଧବାର ଏସଆରସି ପ୍ରଦୀପ ଜେନା ସୂଚନା ଦେଇଥିଲାବେଳେ ଗୁରୁବାର ସେ ଆଇଏମଡି ଆଧାରରେ ମତ ପରିବର୍ତ୍ତନ କରି ରାଜ୍ୟରେ ବାତ୍ୟାର ଆଂଶିକ ପ୍ରଭାବ ରହିବ ବୋଲି କହିଛନ୍ତି। ସେ କହିଛନ୍ତି, ଆଗ ଅପେକ୍ଷା ବାତ୍ୟାର ଗତି ବୃଦ୍ଧି ପାଇଛି। ଏବେ ଘଣ୍ଟାକୁ ୧୩ କିମି ବେଗରେ ଗତି କରୁଛି ବୁଲ୍‌ବୁଲ୍‌। ବାତ୍ୟାର ବେଗ ବଢୁଥିବାରୁ ମତ ପରିବର୍ତ୍ତନ କରାଯାଇଛିି। ୯/୧୦ ତାରିଖ ପରିବର୍ତ୍ତେ ଗୋଟିଏ ଦିନ ଆଗରୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷାପବନ ହେବ। ୮ ତାରିଖ ସକାଳୁ ବର୍ଷାପବନ ଆରମ୍ଭ ହୋଇଯିବ। ୧୦ ତାରିଖ ବେଳକୁ ବର୍ଷା ଛାଡିଯିବ। ଏହାଦ୍ୱାରା ମୟୁରଭଞ୍ଜ, ଯାଜପୁର, ଭଦ୍ରକ, କେନ୍ଦୁଝର, ଭଦ୍ରକ ଏବଂ ବାଲେଶ୍ୱର ଆଦି ଜିଲାଗୁଡିକ ପ୍ରଭାବିତ ହେବେ। କଟକ, ପୁରୀ ଜଗତସିଂହପୁର ଜିଲାରେ ପ୍ରବଳ ବର୍ଷା ହେବ। ସମସ୍ତ ଜିଲାରେ ଏନଡିଆରଏଫ ଏବଂ ଓଡ୍ରାଫ୍‌ ଟିମ୍‌ ସଜାଗ ରଖାଯାଇଛି। ଆବଶ୍ୟକ ପଡିଲେ ଜିଲାରେ ସ୍ଥାନାନ୍ତରଣ ପ୍ରକ୍ରିୟା ଆରମ୍ଭ ହେବ ବୋଲି ଏସଆରସି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

UAE ର ଦୁଇ ଜାହାଜ ଉପରେ ଏୟାରଷ୍ଟ୍ରାଇକ୍ କଲା ସାଉଦି ଆରବ, ଦେଲା ୨୪ ଘଣ୍ଟା ଅଲ୍ଟିମେଟମ୍

ନୂଆଦିଲ୍ଲୀ,୩୦।୧୨: ଇସ୍ରାଏଲ-ହମାସ ଯୁଦ୍ଧ ମଧ୍ୟରେ ପଶ୍ଚିମ ଏସିଆର ଦୁଇ ଶକ୍ତିଶାଳୀ ଦେଶ ସାଉଦି ଆରବ ଏବଂ ୟୁନାଇଟେଡ ଆରବ ଏମିରେଟ୍ସ (UAE) ମଧ୍ୟରେ ତିକ୍ତତା ଚରମ...

ଦେଶର GDP’କୁ ଅତିକ୍ରମ କଲା ଭାରତୀୟ ପରିବାର ପାଖରେ ଥିବା ସୁନା ମୂଲ୍ୟ

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ପରିବାରଗୁଡ଼ିକ ପାଇଁ ସୁନା କେବଳ ଏକ ଅଳଙ୍କାର ନୁହେଁ, ବରଂ ଏହା ଭାବପ୍ରବଣତା ଏବଂ ଆର୍ଥିକ ସୁରକ୍ଷାର ଏକ ପ୍ରତୀକ। ବିଶ୍ୱ ବଜାରରେ...

ବରଗଡ଼ ଧନୁଯାତ୍ରାରେ ମୁଖ୍ୟମନ୍ତ୍ରୀ: ହାତୀ ପିଠିରେ ବସି ବୁଲିଲେ ମଥୁରା ନଗରୀ

ମଥୁରାନଗରୀ,୩୦।୧୨(ପ୍ରେମାନନ୍ଦ ଖମାରୀ): ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମଙ୍ଗଳବାର ଅପରାହ୍ନରେ ମୁଖ୍ୟମନ୍ତ୍ରୀ ବିକାଶ ଗ୍ରାଉଣ୍ଡ ହେଲିପ୍ୟାଡରେ ପହଞ୍ଚିବା...

୩ ବର୍ଷ ଧରି ପାଇଲେ ଭଲ, ହେଲେ ବିବାହ ପାଇଁ କରିଦେଲେ ମନା; ଥାନାରେ ବିଷ ପିଇଦେଲେ ପ୍ରେମିକ…

ଆନନ୍ଦପୁର ୩୦।୧୨(ସୁଶାନ୍ତ କୁମାର ସାହୁ): ବିବାହ କରିବାକୁ ମନା କରିଦେଲା ପ୍ରେମିକା। ସହି ନ ପାରି ପ୍ରେମିକାଙ୍କ ଉପସ୍ଥିତିରେ ଥାନା ପରସରରେ ବିଷ ପିଇଦେଲେ ଯୁବକ।...

ଗୋପାଳଙ୍କ ଉପରେ ଭରସା କଲେ ନବୀନ: ଦେଲେ ଗୁରୁଦାୟିତ୍ୱ, ବିଜେଡିର ନିଶ୍ଚୟ ବିଜୟ କହିଲେ…

କେସିଙ୍ଗା,୩୦।୧୨(ତୁମେଶ୍ୱର ସାହୁ): ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଉପଲକ୍ଷେ ସାରା ରାଜ୍ୟରେ ନୂତନ ବିଜେଡି ପଦାଧିକାରୀମାନଙ୍କ ନାମ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ  ଘୋଷଣା...

୨୦୨୬ରେ ହେବ ଭାରତ ପାକିସ୍ତାନ ଯୁଦ୍ଧ? ଆସୁଛି ଅସ୍ତ୍ର

ନୂଆଦିଲ୍ଲୀ,୩୦।୧୨: ଆମେରିକୀୟ ଥିଙ୍କ ଟ୍ୟାଙ୍କ କାଉନସିଲ ଅନ ଫରେନ ରିଲେସନ୍ସ (CFR) ଚେତାବନୀ ଦେଇଛି ଯେ ଭାରତ ଏବଂ ପାକିସ୍ତାନ ମଧ୍ୟରେ 2026 ରେ ଯୁଦ୍ଧ...

AI’ରେ ଭିଡିଓ କରି ବର୍ଷକରେ ୩୫ କୋଟିରୁ ଅଧିକ ରୋଜଗାର: ୟୁଟ୍ୟୁବ୍‌ରେ ଚହଳ ସୃଷ୍ଟି କଲା ଭାରତର ଏହି ଚ୍ୟାନେଲ

ନୂଆଦିଲ୍ଲୀ,୩୦।୧୨: ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) ସାହାଯ୍ୟରେ କମ୍ ପରିଶ୍ରମରେ କୋଟି କୋଟି ଟଙ୍କା ରୋଜଗାର କରାଯାଇପାରେ, ଏହା ପ୍ରମାଣ କରିଛି ଭାରତର ଏକ ୟୁଟ୍ୟୁବ୍ ଚ୍ୟାନେଲ।...

ଦୁଇଦିନ ଗାଡ଼ି ଚେକିଂ କଡ଼ାକଡ଼ି: ଭୁଲରେ ବି କରନ୍ତୁ ନି ଏପରି…

ଭୁବନେଶ୍ୱର,୩୦।୧୨: ମଙ୍ଗଳବାର ଏବଂ ବୁଧବାର ଦୁଇଦିନ ଗାଡ଼ି ଚେକିଂ କଡ଼ାକଡ଼ି କରାଯିବ। ଏ ନେଇ ସବୁ RTOଙ୍କୁ ପରିବହନ କମିଶନର ଚିଠି ଲେଖିଛନ୍ତି। ମଦ ପିଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri