ଓଡ଼ିଶାରେ ହେବ ଇ-ଯାନ ଉତ୍ପାଦନ

ଭୁବନେଶ୍ୱର,୧୮-୪: ଓଡ଼ିଶାରେ ପ୍ରଥମଥର ଲାଗି ଇ-ସ୍କୁଟର ଉତ୍ପାଦନ ହେବ। ଓମ୍‌ଜୟ ଇଭି ଲିମିଟେଡ ଏହି ଇ-ଯାନଗୁଡ଼ିକୁ ଉତ୍ପାଦନ କରିବାକୁ ଯୋଜନା ରହିଛି। ଯାଜପୁର ଜିଲାର ବଡଚଣାଠାରେ ମଡେଲଗୁଡିକ ମାନୁଫାକରିଂ କରାଯିବ। ଏଠାରେ କମ୍ପାନୀ ଏକ ବିଶ୍ୱ ସ୍ତରୀୟ ଫାସିଲିଟି ସ୍ଥାପନ କରିଛି। ଏଥିଲାଗି ରାଜ୍ୟ ସରକାର ସମସ୍ତ ପ୍ରକାରର ମଞ୍ଜୁରୀ ଦେଇଛନ୍ତି। ଇଭି ବ୍ରାଣ୍ଡରେ ପ୍ରାଥମିକ ପର୍ଯ୍ୟାୟରେ ୪ଟି ମଡେଲର ସ୍କୁଟର କମ୍ପାନୀ ବଜାରକୁ ଛାଡିବ। ଆଗାମୀ ଦିନରେ ମୋଟ ୧୫ଟି ମଡେଲ ଆଣିବାକୁ ଏହା ଯୋଜନା ରଖିଛି। ମଡେଲଗୁଡିକ ଶୀଘ୍ର ବଜାରରେ ଉପଲବ୍ଧ କରାଇବାକୁ କମ୍ପାନୀ ପକ୍ଷରୁ ଯୋଜନା ଧାର୍ଯ୍ୟ ହୋଇଛି। ଯାନଗୁଡିକ ପରିବେଶ ଉପଯୋଗୀ ହୋଇଥିବା ବେଳେ ପ୍ରଦୂଷଣ ନିରୋଧୀ, ଚଳନାରେ ସୁଗମତା, ନିର୍ଗମନ ବିହୀନ, ସୁଲଭ ମୂଲ୍ୟ, ପରିଚାଳନା ସୁଗମତା ଏବଂ ୟୁଜର ଫ୍ରେଣ୍ଡଲି ଭଳି ପ୍ରମୁଖ ବୈଶିଷ୍ଟ୍ୟ ସହ ଆସୁଛି।
ଗ୍ରାହକଙ୍କ ଚାହିଦାକୁ ଦେଖି ମଡେଲଗୁଡିକ ଡିଜାଇନ କରାଯାଇଛି। ଏଥି ଲାଗି ବିଶେଷଜ୍ଞଙ୍କ ପରାମର୍ଶ ଗ୍ରହଣ କରାଯିବା ସହ ଗବେଷଣାକୁ ପ୍ରାଥମିକତା ଦିଆଯାଇଛି। ଏହା ଘରୋଇ ବଜାରର ଇ-ମୋବିଲିଟି କ୍ଷେତ୍ରରେ ଏକ ବିପ୍ଳବ ସୃଷ୍ଟି କରିବ ବୋଲି ଭାରତ ଗ୍ରୁପର ଅଧ୍ୟକ୍ଷ ଜୟପ୍ରକାଶ ଦିଦ୍‌ଓ୍ବାନିଆ ସୂଚନା ଦେଇଛନ୍ତି। ସବୁ ବୟସ ବର୍ଗର ଗ୍ରାହକଙ୍କୁ ଧ୍ୟାନରେ ରଖି ବିସ୍ତୃତ ରେଞ୍ଜର ପ୍ରଡକ୍ଟ କମ୍ପାନୀ ପ୍ରସ୍ତୁତ କରୁଛି। ସେହିଭଳି ସାରାଦେଶରେ ଏଥିଲାଗି ଡିଲର ନିଯୁକ୍ତ କରିବାକୁ ଯୋଜନା ମଧ୍ୟ ରହିଛି। ପ୍ରାଥମିକ ପର୍ଯ୍ୟାୟରେ ୨୫୦ ଡିଲର ନିଯୁକ୍ତ କରାଯିବ। ଇ-ଯାନ କ୍ରୟ ସୁବିଧା ଲାଗି ଏହା ଫାଇନାନ୍ସ ଏବଂ ବୀମା କମ୍ପାନୀଗୁଡିକ ସହ ମିଳିତ ହୋଇ କାର୍ଯ୍ୟ କରିବାକୁ ଯୋଜନା ଗ୍ରହଣ କରାଯାଇଛି ବୋଲି ଦିଦ୍‌ଓ୍ବାନିଆ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ଯୁଦ୍ଧବିରତି ଭିତରେ ବଦଳିଲା ଗ୍ୟାସ ସିଲିଣ୍ଡର ଦର, ଜାଣନ୍ତୁ ବଢିଲା ନା କମିଲା…

ନୂଆଦିଲ୍ଲୀ,୮।୪: ବିଶ୍ୱ ଉତ୍ତେଜନା ମଧ୍ୟରେ, ସାଧାରଣ ଲୋକଙ୍କ ପାଇଁ ଏକ ଆଶ୍ୱସ୍ତିକର ଖବର ଆସିଛି। ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ପରେ, ଅନ୍ତର୍ଜାତୀୟ ବଜାରରେ…

ଆମେରିକା-ଇରାନ ଯୁଦ୍ଧବିରତି ଭିତରେ ଭାରତର ବଲ୍ଲେବଲ୍ଲେ, ମିଳିଲା ବଡ଼ ଅଫର୍‌

ନୂଆଦିଲ୍ଲୀ,୮।୪: ଗତ କିଛି ସପ୍ତାହ ଧରି, ଆମେରିକା ଏବଂ ଇରାନ ମଧ୍ୟରେ ବୃଦ୍ଧି ପାଉଥିବା ଉତ୍ତେଜନା ସମଗ୍ର ବିଶ୍ୱକୁ ଏବଂ ଭାରତୀୟ ବଜାରକୁ ନିଶ୍ୱାସ ନେବାରେ ବାଧ୍ୟ…

ଯୁଦ୍ଧବିରତି ଭିତରେ ହଠାତ୍‌ ଖସିଲା ତେଲଦର, ଜାଣନ୍ତୁ ନୂଆ ପେଟ୍ରୋଲ ରେଟ୍‌

ନୂଆଦିଲ୍ଲୀ,୮ା୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ଘୋଷଣା ପରେ ବୁଧବାର (୮ ଏପ୍ରିଲ) ସେୟାର ମାର୍କେଟ୍‌ରେ ବଡ଼ ବୃଦ୍ଧି ଦେଖିବାକୁ ମିଳିଛି।…

RBI ଗଭର୍ନରଙ୍କ ବଡ଼ ଘୋଷଣା: ରେପୋ ରେଟ୍‌ ଅପରିବର୍ତ୍ତିତ

ନୂଆଦିଲ୍ଲୀ,୮।୪: ଭାରତୀୟ ରିଜର୍ଭ ବ୍ୟାଙ୍କ ଆର୍ଥିକ ବର୍ଷ ୨୦୨୭ ପାଇଁ ନୀତି ହାର ଘୋଷଣା କରିଛି। ଲଗାତାର ଦ୍ୱିତୀୟ ବର୍ଷ ପାଇଁ RBI ରେପୋ ରେଟ୍‌କୁ ଅପରିବର୍ତ୍ତିତ…

ଆଜିଠୁ ବଢିଲା ଏୟାର ଇଣ୍ଡିଆ ଭଡ଼ା: ଜାଣନ୍ତୁ କେତେ ହେଲା…

ନୂଆଦିଲ୍ଲୀ,୮ା୪:ବିମାନ ଇନ୍ଧନ(ଏଟିଏଫ୍‌) ମୂଲ୍ୟ ବୃଦ୍ଧିକୁ ନେଇ ଏୟାର ଇଣ୍ଡିଆ ଏହାର ଘରୋଇ ଏବଂ ଅନ୍ତର୍ଜାତୀୟ ରୁଟ୍‌ରେ ସମସ୍ତ ବିମାନ ଯାତ୍ରା ପାଇଁ ମୂଲ୍ୟବୃଦ୍ଧି ଘୋଷଣା କରିଛି। ପ୍ରତି…

Dharitri Business Eminence Award 2026: ଓଡ଼ିଶୀ ଅଳଙ୍କାରର ସମୃଦ୍ଧ ସାଂସ୍କୃତିକ ଐତିହ୍ୟ ବଜାୟ ରହୁ

ଝାରସୁଗୁଡ଼ାରେ ପ୍ରତିଷ୍ଠିତ ‘ଓଡ଼ିଶୀ ଜୁଏଲେରି’ ପଶ୍ଚିମ ଓଡ଼ିଶା ଗ୍ରାହକଙ୍କ ପାଇଁ ବେଶ୍‌ ଉପଯୋଗୀ ହୋଇପାରିଛି। ଏହାର ପ୍ରତିଷ୍ଠାତା ଶୈଳେଶ ସରାଓ୍ବଗୀଙ୍କ ନେତୃତ୍ୱରେ ଏହି ସଂସ୍ଥା ଗ୍ରାହକଙ୍କ ଚାହିଦା…

ଜବରଦସ୍ତ Family Pack, କରିବାକୁ ପଡିବନି ଅଲଗା ଅଲଗା ରିଚାର୍ଜ! ଗୋଟିଏ ପ୍ଲାନରେ ସବୁ ଫ୍ରି….

ଆପଣ କ’ଣ ଆପଣଙ୍କ ପରିବାରର ଚାରି ଜଣ ସଦସ୍ୟଙ୍କ ପାଇଁ ପୃଥକ ପୃଥକ ରିଚାର୍ଜ କରୁଛନ୍ତି? ପ୍ରତି ମାସରେ ୧୫୦୦ରୁ ୨୦୦୦ ଟଙ୍କା ଖର୍ଚ୍ଚ କରୁଛନ୍ତି? ପ୍ରତ୍ୟେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri