ଓଡ଼ିଶାରେ ହେବ ବିପର୍ଯ୍ୟୟ ପରିଚାଳନା ଗ୍ରୀଡ୍‌

ଭୁବନେଶ୍ୱର,୧୬ା୯(ବ୍ୟୁରୋ) : ଓଡ଼ିଶା ଏକ ପ୍ରାକୃତିକ ବିପର୍ଯ୍ୟୟ ପ୍ରବଣ ରାଜ୍ୟ। ନିୟମିତ ବ୍ୟବଧାନରେ ବିଭିନ୍ନ ବିପର୍ଯ୍ୟୟ ଦ୍ୱାରା ରାଜ୍ୟ ବହୁଳ ଭାବେ ପ୍ରଭାବିତ ହୋଇଥାଏ। ତେଣୁ ଏହାର ସଫଳ ମୁକାବିଲା ଏବଂ ବିପର୍ଯ୍ୟୟ ଜନିତ କ୍ଷୟକ୍ଷତି ହ୍ରାସ ପାଇଁ ରାଜ୍ୟରେ ସ୍ବତନ୍ତ୍ର ଗ୍ରୀଡ୍‌ ପ୍ରତିଷ୍ଠା କରାଯିବ। ଏହି ଗ୍ରୀଡ୍‌ର ରାଜ୍ୟ ମୁଖ୍ୟାଳୟ ରହିବା ସହ ଦକ୍ଷିଣ, ପଶ୍ଚିମ ଓ ଉତ୍ତର ପ୍ରାନ୍ତରେ ସ୍ବତନ୍ତ୍ର କେନ୍ଦ୍ର ରହିବ। ଓଡ଼ିଶା ଗସ୍ତରେ ଥିବା ଜାତୀୟ ବିପର୍ଯ୍ୟୟ ପ୍ରଶମନ ବଳ(ଏନ୍‌ଡିଆର୍‌ଏଫ୍‌) ଡିଜି ସତ୍ୟନାରାୟଣ ପ୍ରଧାନ ରବିବାର ଏହି ସୂଚନା ଦେଇଛନ୍ତି। ମୁଣ୍ଡୁଳିଠାରେ ଏହାର ମୁଖ୍ୟାଳୟ ହେବ ବୋଲି ଜଣାପଡିଛି। ଏହି ସ୍ଥାନରୁ ସବୁ ସ୍ଥାନକୁ ବିପର୍ଯ୍ୟୟ ସମୟରେ ଯାତାୟାତ ସୁବିଧାଜନକ ହେବ ବୋଲି ମନେ କରାଯାଉଛି। ସେହିପରି ବିପର୍ଯ୍ୟୟ ପରିଚାଳନା ବ୍ୟତୀତ ଏବେ ଠିକ୍‌ ଭାବେ ସହରାଞ୍ଚଳ ନିର୍ମାଣ କରିବାର ସମୟ ଆସିଥିବା ପ୍ରଧାନ କହିଛନ୍ତି। ଅଧିକରୁ ଅଧିକ ବିପର୍ଯ୍ୟୟ ପ୍ରତିରୋଧ ନିର୍ମାଣ ଉପରେ ସେ ଗୁରୁତ୍ୱାରୋପ କରିଛନ୍ତି। ଏହା ଦ୍ୱାରା ସହରାଞ୍ଚଳରେ ହେଉଥିବା ବନ୍ୟା ଏବଂ କ୍ଷୟକ୍ଷତିକୁ ରୋକାଯାଇ ପାରିବ। ପବନର ଗତିରୋଧକୁ ନିୟନ୍ତ୍ରଣ କରିପାରୁଥିବା ଜଙ୍ଗଲ ସୃଷ୍ଟି ଉପରେ ମଧ୍ୟ ସେ ଗୁରୁତ୍ୱ ଦେଇଛନ୍ତି। ଖୁବଶୀଘ୍ର ବାଂଲାଦେଶ, ଭାରତ,ମ୍ୟାନମାର, ଶ୍ରୀଲଙ୍କା ଏବଂ ଥାଇଲାଣ୍ଡ(ବିଆଇଏମ୍‌ଏସ୍‌ଟି) ରାଜ୍ୟରେ ମିଳିତଭାବେ ସମରାଭ୍ୟାସ କରିବେ ବୋଲି ମଧ୍ୟ ସତ୍ୟ ନାରାୟଣ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚାକିରି ସଙ୍କଟ: ୧୮୭ ହୋମଗାର୍ଡ ପଦବୀ ପାଇଁ ୮,୦୦୦ ଆଶାୟୀ; ସମ୍ବଲପୁର ଏୟାରଷ୍ଟ୍ରିପ୍ ପାଲଟିଲା ପରୀକ୍ଷା କେନ୍ଦ୍ର

ସମ୍ବଲପୁର,୧୭ା୧୨: ଓଡ଼ିଶାରେ ବ୍ୟାପକ ଚାକିରି ସଙ୍କଟର ଏକ ସ୍ପଷ୍ଟ ଚିତ୍ର ବୁଧବାର ସକାଳେ ସମ୍ବଲପୁରର ଜମାଦରପାଲି ଏୟାରଷ୍ଟ୍ରିପରେ ଦେଖିବାକୁ ମିଳିଛି। ମାତ୍ର ୧୮୭ଟି ହୋମଗାର୍ଡ ପଦବୀ...

ରାୟଗଡ଼ା ରାଜନୀତି ସରଗରମ: କଂଗ୍ରେସ-ଭାଜପା ମଧ୍ୟରେ ବିବାଦ,ବିରୋଧ କଲେ…

ରାୟଗଡ଼ା,୧୭।୧୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରର ଗଜପତି ଛକ ନିକଟରେ ପୂର୍ବତନ ମନ୍ତ୍ରୀ ସ୍ବର୍ଗତ ରାମଚନ୍ଦ୍ର ଉଲାକାଙ୍କ ପ୍ରତିମୂର୍ତ୍ତି ନିର୍ମାଣ କାର୍ଯ୍ୟ ଚାଲିଥିବା ବେଳେ ମଙ୍ଗଳବାର...

‘ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲରେ ମେଡିକାଲ କଲେଜ ପ୍ରତିଷ୍ଠା ହେଉ’

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲକୁ ଏକ ସୁପର ସ୍ପେଶାଲିଟି ହସ୍ପିଟାଲରେ ପରିଣତ କରି ସହିତ ଜିଲା ହସ୍ପିଟାଲ ପରିସରରେ ୧୦୦ ଏମବିବିଏସ ସିଟ୍...

କିସ୍‌ ଛାତ୍ର ମୃତ୍ଯୁ ଘଟଣାକୁ ନେଇ ଉଦ୍‌ବେଗ ପ୍ରକାଶ କଲେ ବଳଭଦ୍ର ମାଝୀ, କହିଲେ ଶିକ୍ଷାନୁଷ୍ଠାନ ଉପରେ…

ଭୁବନେଶ୍ୱର,୧୭ା୧୨:  କିସ୍ ଛାତ୍ର ମୃତ୍ୟୁ ମାମଲାରେ ଗୋଟିଏ ପରେ ଗୋଟିଏ ସତ ସାମ୍ନାକୁ ଆସିବାରେ ଲାଗିଛି । କିସ୍‌ ଛାତ୍ରଙ୍କୁ ହତ୍ୟା  କରାଯାଇଥିବା ନେଇ ପୋଲିସ...

ଶିଆଳ କାମୁଡାରେ ଏକାଧିକ ଗୁରୁତର, ମେଡିକାଲରେ ଭର୍ତ୍ତି

ଧର୍ମଶାଳା,୧୭/୧୨(ଶିବ ପ୍ରସାଦ ମହାନ୍ତି): ଧର୍ମଶାଳା ଥାନା ଅନ୍ତର୍ଗତ ମଙ୍ଗଳପୁର ପଞ୍ଚାୟତରେ ଏକ ଶିଆଳ କାମୁଡାରେ ଏକାଧିକ ଗୁରୁତର ହୋଇଛନ୍ତି । ସମସ୍ତ ଆହତ ଧର୍ମଶାଳା ଗୋଷ୍ଠୀ...

ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ ଘଟଣା, ଆଇନ ମନ୍ତ୍ରୀ କହିଲେ…

ପୁରୀ ୧୭ା୧୨( ଅଜିତ୍ କୁମାର ମହାନ୍ତି ): କିଛି ଦିନର ବ୍ୟବଧାନ ପରେ ପୁଣି ଶ୍ରୀମନ୍ଦିର ଭତିରର ଫୋଟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ତେବେ...

ଏବେ ବୁନ୍ଧାଏ ପାଣି ପାଇଁ ବି ଡହଳ ବିକଳ ହେବ ପାକିସ୍ତାନ! ଭାରତ ପରେ ଏହି ଦେଶ ନେଲା ବଡ ଆକ୍ସନ

ଇସଲାମାବାଦ,୧୭।୧୨: ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ, ଭାରତ ପାକିସ୍ତାନକୁ ସିନ୍ଧୁ ନଦୀ ଜଳ ଯୋଗାଣ ବନ୍ଦ କରିଦେଇଛି, ଯାହା ଫଳରେ ଅନେକ ଅଞ୍ଚଳରେ ମରୁଡ଼ି ଭଳି...

କିସ୍‌ ଛାତ୍ରଙ୍କୁ ହତ୍ୟା, ପ୍ରେସ୍‌ମିଟ୍‌ରେ ସ୍ପଷ୍ଟ କରି ପୋଲିସ କମିଶନର କହିଲେ…

ଭୁବନେଶ୍ୱର,୧୭ା୧୨: କିସ୍‌ ଛାତ୍ରଙ୍କୁ ହତ୍ୟା କରାଯାଇଥିବା ସ୍ପଷ୍ଟ କରିଛନ୍ତି ପୋଲିସ କମିଶନର। ପ୍ରେସମିଟ୍‌ରେ ପୋଲିସ କମିଶନର ଏସ୍‌ ଦେବଦତ୍ତ ସିଂ ଏକଥା ସ୍ପଷ୍ଟ କରିଛନ୍ତି। ‘ଜୋକର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri