ଓଡ଼ିଶାର ଇ-ଗେଜେଟ୍‌ ପୋର୍ଟାଲ ଉଦ୍‌ଘାଟିତ: ବ୍ୟବସ୍ଥାର ପୂର୍ଣ୍ଣ ବିନିଯୋଗ କରିବାକୁ ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର, ୨ା୧(ବ୍ୟୁରୋ): ରାଜ୍ୟରେ ୫ମ ଥର ପାଇଁ ବିଜେଡି ନେତୃତ୍ୱାଧୀନ ସରକାର ଶାସନ କ୍ଷମତାକୁ ଫେରିବାପରେ ବିଭିନ୍ନ ପ୍ରକାର ନୂଆ ନୂଆ ପଦକ୍ଷେପ ଗ୍ରହଣ କରାଯାଉଛି। ଦୁର୍ନୀତି ବିରୋଧରେ ସରକାର ଏକ ପ୍ରକାର ମିଶନ ଆରମ୍ଭ କରିଦେଇଛନ୍ତି। ସେହିକ୍ରମରେ ବର୍ତ୍ତମାନ ସରକାରୀ ଗେଜେଟ୍‌ ବ୍ୟବସ୍ଥାରେ ନୂଆ ପଦକ୍ଷେପ ଗ୍ରହଣ କରାଯାଇଛି। ଗେଜେଟ୍‌ ପ୍ରସ୍ତୁତି ପରେ ତାର ବିଷୟବସ୍ତୁକୁ ଯେପରି ପରିବର୍ତ୍ତନ ଏବଂ ବିକୃତ କରା ନ ଯିବ ସେଥିଲାଗି ସେଥିରେ ଅନଲାଇନ ବ୍ୟବସ୍ଥା କରାଯାଇଛି।
ରାଜ୍ୟ ସରକାରଙ୍କ ୫-ଟି ସୂତ୍ରର ରୂପାୟନ ଦିଗରେ ବୁଧବାର ଆଉ ଏକ ନୂଆ ପଦକ୍ଷେପ ଗ୍ରହଣ କରାଯାଇଛି। ମୁଖ୍ୟ ଶାସନ ସଚିବ ଅସୀତ କୁମାର ତ୍ରିପାଠୀ ସରକାରୀ ମୁଦ୍ରଣାଳୟର ଇ-ଗେଜେଟ୍‌ ପୋର୍ଟାଲର ଶୁଭାରମ୍ଭ କରିଛନ୍ତି। ନୂଆବର୍ଷ ଅବସରରେ ଲୋକସେବା ଭବନଠାରେ ବାଣିଜ୍ୟ ଓ ପରିବହନ ବିଭାଗ ଦ୍ୱାରା ଆୟୋଜିତ ଏହି ପୋର୍ଟାଲ ଉନ୍ମୋଚନ କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ ଇ-ଗେଜେଟ୍‌ ବ୍ୟବସ୍ଥାର ପୂର୍ଣ୍ଣ ବିନିଯୋଗ କରିବା ସକାଶେ ସମସ୍ତ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି। ଏହି ଅବସରରେ ତ୍ରିପାଠୀ କହିଛନ୍ତି ଯେ, ଇ-ଗେଜେଟ୍‌ ଉତ୍ତମ ପ୍ରଶାସନ ପଥରେ ଏକ ମାଇଲ ଖୁଣ୍ଟ। ଏହାଦ୍ୱାରା ଗେଜେଟ୍‌ ବିଜ୍ଞପ୍ତି ତ୍ୱରିତ ଏବଂ ତ୍ରୁଟିମୁକ୍ତ ହେବ। ଏହାଦ୍ୱାରା ଟ୍ରକ ଟ୍ରକ କାଗଜର ପରିବହନ ଆବଶ୍ୟକ ପଡିବନାହିଁ। ଅନ୍ୟପଟେ ମୁଦ୍ରଣ ଖର୍ଚ୍ଚ ମଧ୍ୟ ହ୍ରାସ ହେବ। ଇ-ଗେଜେଟ୍‌ ସମ୍ପର୍କରେ ସୂଚନା ଦେବାକୁ ଯାଇ ବାଣିଜ୍ୟ ଓ ପରିବହନ ବିଭାଗ ପ୍ରମୁଖ ଶାସନ ସଚିବ ଜି.ଶ୍ରୀନିବାସ କହିଛନ୍ତି ଯେ, ଏଥିରେ ବିଭାଗ ଓ ବିଷୟଓ୍ବାରୀ ଗେଜେଟ୍‌ ଖୋଜିବାର ବ୍ୟବସ୍ଥା ରହିବ। ଗେଜେଟ୍‌ ସକାଶେ କୌଣସି ବ୍ୟକ୍ତିଙ୍କୁ ଆଉ ସରକାରୀ ମୁଦ୍ରଣାଳୟ, କାର୍ଯ୍ୟାଳୟ ବା ଲୋକସେବା ଭବନ ଆସିବାକୁ ପଡିବନାହିଁ। ଯେକୌଣସି ବ୍ୟକ୍ତି http://egazetteodisha.nic.inରେ ଲଗ୍‌ଇନ କରି ସେମାନଙ୍କ ଆବଶ୍ୟକ ଅନୁଯାୟୀ ଗେଜେଟ୍‌ ପାଇପାରିବେ। ସୂଚନା ଓ ପ୍ରଯୁକ୍ତି ବିଦ୍ୟା ଶାସନ ସଚିବ ମନୋଜ ମିଶ୍ର କହିଛନ୍ତି, ଇ-ଗେଜେଟ୍‌ ହେଉଛି ଏକ ସ୍ବୀକୃତିପ୍ରାପ୍ତ ସାର୍ବଜନୀନ ପତ୍ରିକା। ଏହାକୁ ସୂଚନା ଓ ପ୍ରଯୁକ୍ତି ବିଦ୍ୟା ପ୍ରୟୋଗରେ ପ୍ରସ୍ତୁତ କରାଯାଇଛି। ଏପରି ମୁଦ୍ରଣ ଆଇ.ଟି ଆଇନର ଧାରା ୮ ଅନୁଯାୟୀ ଆଇନତଃ ସିଦ୍ଧ ଅଟେ। ଏ ସମ୍ପର୍କରେ ଦର୍ଶାଇବାକୁ ଏକ ଇ-ଗେଜେଟ୍‌ ଉପସ୍ଥାପନା କରାଯାଇଥିଲା। ସେଥିରୁ ଜଣାପଡିଛି ଯେ, ବିଭିନ୍ନ ବିଭାଗଗୁଡିକ ଇ-ଗେଜେଟ୍‌ ପୋର୍ଟାଲରେ ନିଜକୁ ପଞ୍ଜୀକୃତ କରିବାପରେ ପ୍ରକାଶନ ଲାଗି ନିର୍ଦ୍ଧାରିତ ବିଷୟବସ୍ତୁ ପୋର୍ଟାଲରେ ଅପଲୋଡ୍‌ କରିବେ। ଏହାଦ୍ୱାରା ଗେଜେଟ୍‌ ନମ୍ବର ଏବଂ ତାରିଖ ପୋର୍ଟାଲରେ ପ୍ରଦର୍ଶିତ ହେବ। ବିଷୟବସ୍ତୁର ବୈଧକରଣ ପାଇଁ ଇ-ଦସ୍ତଖତ ବ୍ୟବସ୍ଥା କରାଯାଇଛି। ଫଳରେ କୌଣସି ବିଷୟ ବସ୍ତୁକୁ ପରବର୍ତ୍ତୀ ସମୟରେ ପରିବର୍ତ୍ତନ ବା ବିକୃତ କରାଯାଇପାରିବ ନାହିଁ। ଏହି ପୋର୍ଟାଲ ଏନଆଇସି ଦ୍ୱାରା ଡିଜାଇନ କରାଯାଇଛି, ଯାହା ଭାରତରେ ପ୍ରଥମ ବୋଲି କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ୯ ଷ୍ଟେସନରେ ସୁଲଭ ମୂଲ୍ୟରେ ଖାଦ୍ୟ ପ୍ରଦାନ କରିବ ଇଷ୍ଟକୋଷ୍ଟ ରେଲୱେ

ଭୁବନେଶ୍ୱର,୨୪ା୪: କମ୍ ଖର୍ଚ୍ଚରେ ଯାତ୍ରା କରୁଥିବା ଯାତ୍ରୀମାନଙ୍କ ପାଇଁ ଏକ ବଡ଼ ଖବର। ଭାରତୀୟ ରେଳବାଇ ସହିତ ଭାରତୀୟ ରେଳ କ୍ୟାଟରିଂ ଆଣ୍ଡ ଟୁରିଜିମ୍ କର୍ପୋରେସନ୍...

ଦିଗପହଣ୍ଡି ବିଧାନସଭା ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର,୨୪ା୪: ଗଞ୍ଜାମ ଜିଲାର ଦିଗପହଣ୍ଡି ବିଧାନସଭା ଆସନରୁ କଂଗ୍ରେସ ପ୍ରାର୍ଥୀ ଭାବେ ବୁଧବାର ମଧ୍ୟାହ୍ନ ପ୍ରାୟ ୧୨ଟାରେ ନାମାଙ୍କନ ଦାଖଲ କରିଥିବା ଶ୍ରୀଧର ଦେବଙ୍କ ଟିକେଟ...

ମାଓବାଦୀ କ୍ୟାମ୍ପ୍‌ ଧ୍ୱଂସ: ବିପୁଳ ସାମଗ୍ରୀ ଜବତ

ମାଲକାନଗିରି,୨୪ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ସୀମାନ୍ତ ଛତିଶଗଡ଼ ନାରାୟଣପୁର ଜିଲା ପୋଲିସ ଫୋର୍ସ, ଡିଆର୍‌ଜି, ବସ୍ତର ଫାଇଟର୍ସ ଓ ସିଏଏଫ୍‌ର ଯବାନମାନେ ବୁଧବାର ମିଳିତ ତଲାସି ବେଳେ...

ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ମାମଲା ଖାରଜ: ଆବେଦନକାରୀ ଗଣିବେ ୫ ଲକ୍ଷ ଜରିମାନା

କଟକ,୨୪ା୪(କାର୍ତ୍ତିକ ସାହୁ): କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ତଥ୍ୟ ଲୁଚାଇବା ଅଭିଯୋଗ ନେଇ ଦାୟର ମାମଲାକୁ ହାଇକୋର୍ଟ ଖାରଜ କରିଛନ୍ତି। ରାଜନୈତିକ ଉଦ୍ଦେଶ୍ୟ ରଖି ମାମଲା...

ଓଡ଼ିଶା ରାଜନୀତିରେ ରାଜପରିବାର: ଜାଣନ୍ତୁ କେଉଁ ଆସନରୁ ଲଢ଼ୁଛନ୍ତି କେଉଁ ରାଜପରିବାର

ଭୁବନେଶ୍ୱର,୨୨ା୪: ଭାରତ ସ୍ୱାଧୀନ ହେବା ପରେ ଦେଶରେ ରାଜତନ୍ତ୍ର ଶେଷ ହୋଇଥିଲା। ଏହାପରେ ରାଜା ପରିବାର ସଦସ୍ୟମାନେ ଗଣତାନ୍ତ୍ରିକ ପ୍ରକ୍ରିୟାରେ ମଧ୍ୟ ଲୋକଙ୍କ ଦ୍ୱାରା ନିର୍ବାଚିତ...

କାଳବୈଶାଖୀର ତାଣ୍ଡବ, ଭାଙ୍ଗିଲା ବିଜୁ ପଟ୍ଟନାୟକ ଇନ୍‌ଡୋର ଷ୍ଟାଡିୟମ

ପୁରୁଷୋତ୍ତମପୁର,୨୪ା୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ବୁଧବାର ଅପରାହ୍ନରେ କାଳବୈଶାଖୀ ତାଣ୍ଡବ ରଚିଛି। ମାତ୍ର ୧୦ ମିନିଟ୍‌ ମଧ୍ୟରେ ସହରକୁ ଛିନ୍‌ଭିନ୍‌ କରିପକାଇଛି। ବିଭିନ୍ନ ସ୍ଥାନରେ...

ବାକିରେ ନେଇ ଖାଇଲେ, ଟଙ୍କା ମାଗିବାରୁ ଦୋକାନରେ ନିଆଁ ଲଗାଇଦେଲେ

ଭୁବନେଶ୍ୱର,୨୪।୪: ବାକିରେ ନେଇ ଖାଇଲେ, ଟଙ୍କା ମାଗିବାରୁ ଦୋକାନରେ ନିଆଁ ଲଗାଇଦେଲେ। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ରାଜଧାନୀ ଚନ୍ଦକା ଅଞ୍ଚଳରେ। ଗତକାଲି ରାତିରେ...

ଆସନ୍ତା ୩ ଘଣ୍ଟା ପାଇଁ କାଳବୈଶାଖୀ, ବଜ୍ରପାତ ସୂଚନା

ଭୁବନେଶ୍ୱର,୨୪ା୪: ଦିନ ସାରା ପ୍ରଚଣ୍ଡ ଖରା ଏବଂ ଗୁଳୁଗୁଳିରେ ଲୋକେ ଆଉଟୁପାଉଟୁ ହେଉଥିବା ବେଳେ ଅପରାହ୍ନରେ କାଳବୈଶାଖୀ ବର୍ଷା ସାମାନ୍ୟ ଆଶ୍ୱସ୍ତି ଆଣିଛି। ଅପରାହ୍ନ ସାଢ଼େ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri