ଓଡ଼ିଶାର ବନ୍ୟା ବିପତ୍ତି ଆଟ୍‌ଲାସ ଉନ୍ମୋଚିତ: କ୍ଷତିଗ୍ରସ୍ତ ଅଞ୍ଚଳ ପ୍ରତି ସ୍ବତନ୍ତ୍ର ଧ୍ୟାନ ଦେବେ ରାଜ୍ୟ ସରକାର

ଭୁବନେଶ୍ୱର, ୨୩ା୬(ବ୍ୟୁରୋ): ଏଣିକି ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳକୁ ରାଜ୍ୟ ସରକାର ସ୍ବତନ୍ତ୍ର ଧ୍ୟାନ ଦେବେ। ୨୦୦୦ରୁ ୨୦୧୮ ପର୍ଯ୍ୟନ୍ତ ଓଡ଼ିଶାରେ ହୋଇଥିବା ବନ୍ୟା ସମ୍ପର୍କିତ ବିଭିନ୍ନ ତଥ୍ୟକୁ ସଂଗ୍ରହ କରାଯାଇ ଏକ ରାଜ୍ୟ ବନ୍ୟା ବିପତ୍ତି ମାନଚିତ୍ର(ଫ୍ଲଡ୍‌ ହାଜାର୍ଡ ଆଟ୍‌ଲାସ ଅଫ୍‌ ଓଡ଼ିଶା)ପ୍ରସ୍ତୁତ କରାଯାଇଛି। ଏହାକୁ ଶନିବାର ସଚିବାଳୟଠାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉନ୍ମୋଚନ କରିଛନ୍ତି। ରାଜ୍ୟରେ ବର୍ଷକୁ ପ୍ରାୟ ୧୪ ଲକ୍ଷ ହେକ୍ଟର ଚାଷଜମି ବନ୍ୟା ଦ୍ୱାରା କ୍ଷତିଗ୍ରସ୍ତ ହେଉଛି। ଉକ୍ତ ଆଟ୍‌ଲାସ ସହାୟତାରେ ଅଧିକ କ୍ଷତିଗ୍ରସ୍ତ ଅଞ୍ଚଳ ପ୍ରତି ସ୍ବତନ୍ତ୍ର ଧ୍ୟାନ ଦିଆଯାଇପାରିବ। ଇସ୍ରୋ ଅଧୀନରେ ଥିବା ନ୍ୟାଶନାଲ ରିମୋଟ ସେନସିଂ ସେଣ୍ଟର (ଏନ୍‌ଆରଏସ୍‌ସି) ଏବଂ ଓଡ଼ିଶା ପ୍ରାକୃତିକ ବିପର୍ଯ୍ୟୟ ପ୍ରଶମନ କର୍ତ୍ତୃପକ୍ଷଙ୍କ ଦ୍ୱାରା ମିଳିତ ପ୍ରୟାସରେ ଏହି ଆଟ୍‌ଲାସ ପ୍ରସ୍ତୁତ କରାଯାଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଓଡ଼ିଶାରେ ବନ୍ୟା ନିୟମିତ ପ୍ରାକୃତିକ ବିପର୍ଯ୍ୟୟ ଭାବେ ଦେଖାଦେଉଛି। ଏହାଦ୍ୱାରା ପ୍ରତିବର୍ଷ ଅନେକ ଧନଜୀବନ ଓ ଜୀବିକା ନଷ୍ଟ ହେଉଛି। ଏହି ବନ୍ୟା ବିପତ୍ତି ମାନଚିତ୍ର ଦ୍ୱାରା ରାଜ୍ୟର ସ୍ବତନ୍ତ୍ର ବିପତ୍ତି ଅଞ୍ଚଳଗୁଡ଼ିକୁ ଚିହ୍ନଟ କରାଯାଇ ଏହାର ମୁକାବିଲା କରିବା ପାଇଁ ଉପଯୁକ୍ତ ଯୋଜନା ପ୍ରସ୍ତୁତ କରାଯାଇପାରିବ। ବନ୍ୟା ପରିଚାଳନାରେ ଏହି ଆଟ୍‌ଲାସ ବିଶେଷ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ଓଡ଼ିଶା ବହୁମୁଖୀ ପ୍ରାକୃତିକ ବିପର୍ଯ୍ୟୟକୁ ସମ୍ମୁଖୀନ ହେଉଛି। ସାମୁଦ୍ରିକ ଝଡ଼ ଫାଇଲିନ୍‌, ତିତ୍‌ଲି, ହୁଡ୍‌ହୁଡ୍‌, ଫନୀ ଭଳି ପ୍ରାକୃତିକ ବିପର୍ଯ୍ୟୟକୁ ରାଜ୍ୟ ସରକାର ଉଚିତ ଢଙ୍ଗରେ ମୁକାବିଲା କରିବାକୁ ପ୍ରସ୍ତୁତି କରିଥିଲେ। ବିଶ୍ୱସ୍ତରୀୟ ବିପର୍ଯ୍ୟୟ ପରିଚାଳନା କରିବାରେ ଓଡ଼ିଶା ସଫଳ ହୋଇପାରିଛି। ମୌସୁମୀ ଆଗମନ ହୋଇଥିବାରୁ ଆଗାମୀ ଦିନରେ ରାଜ୍ୟରେ ବନ୍ୟା ଭଳି ପ୍ରାକୃତିକ ବିପତ୍ତି ହେବାର ସମ୍ଭାବନା ରହିଛି। ଏହି ବିପତ୍ତିକୁ ମୁକାବିଲା କରିବାକୁ ପ୍ରତ୍ୟେକ ସ୍ତରରେ ଉଦ୍ୟମ ହେବା ଦରକାର। ମରୁଡ଼ି ଭଳି ପ୍ରାକୃତିକ ବିପତ୍ତିକୁ ମୁକାବିଲା କରିବାକୁ ପ୍ରସ୍ତୁତ ରହିବାକୁ ହେବ। ଜଳସମ୍ପଦ ବିଭାଗ ନଦୀବନ୍ଧଗୁଡ଼ିକର ସୁରକ୍ଷାକୁ ନିଶ୍ଚିତ କରିବା ଆବଶ୍ୟକ। ଓଡ଼ିଶା ଡିଜାଷ୍ଟର ରାପିଡ୍‌ ଆକ୍ସନ ଫୋର୍ସ ଏବଂ ଅଗ୍ନିଶମ ବିଭାଗ ଡଙ୍ଗା ଓ ଅନ୍ୟାନ୍ୟ ଉପକରଣ ସହିତ ପ୍ରସ୍ତୁତ ରହିବା ଦରକାର। ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ଖାଦ୍ୟସାମଗ୍ରୀ କିପରି ସମସ୍ତ ଅଞ୍ଚଳରେ ପହଞ୍ଚିପାରିବ ସେ ନେଇ ସଜାଗ ରହିବାକୁ ସଚିବାଳୟଠାରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକରେ ପରାମର୍ଶ ଦିଆଯାଇଛି। ସେହିପରି ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ସହରାଞ୍ଚଳକୁ ନରାପଦ ପାନୀୟ ଜଳ ଯୋଗାଣ, ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ବନ୍ୟା ସମୟରେ ପ୍ରଭାବିତ ଅଞ୍ଚଳରେ କିପରି ଉତ୍ତମ ସ୍ବାସ୍ଥ୍ୟସେବା ଯୋଗାଇ ଦିଆଯାଇପାରିବ ସେ ନେଇ ଯତ୍ନବାନ ହେବାକୁ କୁହାଯାଇଛି। ପ୍ରାକୃତିକ ବିପର୍ଯ୍ୟୟକୁ କିପରି ମୁକାବିଲା କରାଯାଇପାରିବ ସେ ନେଇ ପରାମର୍ଶ ଦେବାକୁ କମିଟିର ସଦସ୍ୟମାନଙ୍କଠାରୁ ମତାମତ ମଗାଯାଇଛି।

ଏହି କାର୍ଯ୍ୟକ୍ରମରେ କୃଷିମନ୍ତ୍ରୀ ଅରୁଣ ସାହୁ, ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁଦାମ ମାରାଣ୍ଡି, ସୂଚନା ଓ ଲୋକସମ୍ପର୍କ ଏବଂ ଜଳସେଚନ ମନ୍ତ୍ରୀ ରଘୁନନ୍ଦନ ଦାଶ, ଏନ୍‌ଆର୍‌ଏସ୍‌ସିର ନିର୍ଦ୍ଦେଶକ ଡ. ଦିବାକର, ମୁଖ୍ୟ ଶାସନ ସଚିବ ଆଦିତ୍ୟ ପ୍ରସାଦ ପାଢ଼ୀ, ଉନ୍ନୟନ କମିଶନର ଅସୀତ୍‌ ତ୍ରିପାଠୀ, ସ୍ବତନ୍ତ୍ର ରିଲିଫ କମିଶନର ବିଷ୍ଣୁପଦ ସେଠୀ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri