ଓଡ଼ିଶାର ବନ୍ୟା ବିପତ୍ତି ଆଟ୍‌ଲାସ ଉନ୍ମୋଚିତ: କ୍ଷତିଗ୍ରସ୍ତ ଅଞ୍ଚଳ ପ୍ରତି ସ୍ବତନ୍ତ୍ର ଧ୍ୟାନ ଦେବେ ରାଜ୍ୟ ସରକାର

ଭୁବନେଶ୍ୱର, ୨୩ା୬(ବ୍ୟୁରୋ): ଏଣିକି ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳକୁ ରାଜ୍ୟ ସରକାର ସ୍ବତନ୍ତ୍ର ଧ୍ୟାନ ଦେବେ। ୨୦୦୦ରୁ ୨୦୧୮ ପର୍ଯ୍ୟନ୍ତ ଓଡ଼ିଶାରେ ହୋଇଥିବା ବନ୍ୟା ସମ୍ପର୍କିତ ବିଭିନ୍ନ ତଥ୍ୟକୁ ସଂଗ୍ରହ କରାଯାଇ ଏକ ରାଜ୍ୟ ବନ୍ୟା ବିପତ୍ତି ମାନଚିତ୍ର(ଫ୍ଲଡ୍‌ ହାଜାର୍ଡ ଆଟ୍‌ଲାସ ଅଫ୍‌ ଓଡ଼ିଶା)ପ୍ରସ୍ତୁତ କରାଯାଇଛି। ଏହାକୁ ଶନିବାର ସଚିବାଳୟଠାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉନ୍ମୋଚନ କରିଛନ୍ତି। ରାଜ୍ୟରେ ବର୍ଷକୁ ପ୍ରାୟ ୧୪ ଲକ୍ଷ ହେକ୍ଟର ଚାଷଜମି ବନ୍ୟା ଦ୍ୱାରା କ୍ଷତିଗ୍ରସ୍ତ ହେଉଛି। ଉକ୍ତ ଆଟ୍‌ଲାସ ସହାୟତାରେ ଅଧିକ କ୍ଷତିଗ୍ରସ୍ତ ଅଞ୍ଚଳ ପ୍ରତି ସ୍ବତନ୍ତ୍ର ଧ୍ୟାନ ଦିଆଯାଇପାରିବ। ଇସ୍ରୋ ଅଧୀନରେ ଥିବା ନ୍ୟାଶନାଲ ରିମୋଟ ସେନସିଂ ସେଣ୍ଟର (ଏନ୍‌ଆରଏସ୍‌ସି) ଏବଂ ଓଡ଼ିଶା ପ୍ରାକୃତିକ ବିପର୍ଯ୍ୟୟ ପ୍ରଶମନ କର୍ତ୍ତୃପକ୍ଷଙ୍କ ଦ୍ୱାରା ମିଳିତ ପ୍ରୟାସରେ ଏହି ଆଟ୍‌ଲାସ ପ୍ରସ୍ତୁତ କରାଯାଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଓଡ଼ିଶାରେ ବନ୍ୟା ନିୟମିତ ପ୍ରାକୃତିକ ବିପର୍ଯ୍ୟୟ ଭାବେ ଦେଖାଦେଉଛି। ଏହାଦ୍ୱାରା ପ୍ରତିବର୍ଷ ଅନେକ ଧନଜୀବନ ଓ ଜୀବିକା ନଷ୍ଟ ହେଉଛି। ଏହି ବନ୍ୟା ବିପତ୍ତି ମାନଚିତ୍ର ଦ୍ୱାରା ରାଜ୍ୟର ସ୍ବତନ୍ତ୍ର ବିପତ୍ତି ଅଞ୍ଚଳଗୁଡ଼ିକୁ ଚିହ୍ନଟ କରାଯାଇ ଏହାର ମୁକାବିଲା କରିବା ପାଇଁ ଉପଯୁକ୍ତ ଯୋଜନା ପ୍ରସ୍ତୁତ କରାଯାଇପାରିବ। ବନ୍ୟା ପରିଚାଳନାରେ ଏହି ଆଟ୍‌ଲାସ ବିଶେଷ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ଓଡ଼ିଶା ବହୁମୁଖୀ ପ୍ରାକୃତିକ ବିପର୍ଯ୍ୟୟକୁ ସମ୍ମୁଖୀନ ହେଉଛି। ସାମୁଦ୍ରିକ ଝଡ଼ ଫାଇଲିନ୍‌, ତିତ୍‌ଲି, ହୁଡ୍‌ହୁଡ୍‌, ଫନୀ ଭଳି ପ୍ରାକୃତିକ ବିପର୍ଯ୍ୟୟକୁ ରାଜ୍ୟ ସରକାର ଉଚିତ ଢଙ୍ଗରେ ମୁକାବିଲା କରିବାକୁ ପ୍ରସ୍ତୁତି କରିଥିଲେ। ବିଶ୍ୱସ୍ତରୀୟ ବିପର୍ଯ୍ୟୟ ପରିଚାଳନା କରିବାରେ ଓଡ଼ିଶା ସଫଳ ହୋଇପାରିଛି। ମୌସୁମୀ ଆଗମନ ହୋଇଥିବାରୁ ଆଗାମୀ ଦିନରେ ରାଜ୍ୟରେ ବନ୍ୟା ଭଳି ପ୍ରାକୃତିକ ବିପତ୍ତି ହେବାର ସମ୍ଭାବନା ରହିଛି। ଏହି ବିପତ୍ତିକୁ ମୁକାବିଲା କରିବାକୁ ପ୍ରତ୍ୟେକ ସ୍ତରରେ ଉଦ୍ୟମ ହେବା ଦରକାର। ମରୁଡ଼ି ଭଳି ପ୍ରାକୃତିକ ବିପତ୍ତିକୁ ମୁକାବିଲା କରିବାକୁ ପ୍ରସ୍ତୁତ ରହିବାକୁ ହେବ। ଜଳସମ୍ପଦ ବିଭାଗ ନଦୀବନ୍ଧଗୁଡ଼ିକର ସୁରକ୍ଷାକୁ ନିଶ୍ଚିତ କରିବା ଆବଶ୍ୟକ। ଓଡ଼ିଶା ଡିଜାଷ୍ଟର ରାପିଡ୍‌ ଆକ୍ସନ ଫୋର୍ସ ଏବଂ ଅଗ୍ନିଶମ ବିଭାଗ ଡଙ୍ଗା ଓ ଅନ୍ୟାନ୍ୟ ଉପକରଣ ସହିତ ପ୍ରସ୍ତୁତ ରହିବା ଦରକାର। ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ଖାଦ୍ୟସାମଗ୍ରୀ କିପରି ସମସ୍ତ ଅଞ୍ଚଳରେ ପହଞ୍ଚିପାରିବ ସେ ନେଇ ସଜାଗ ରହିବାକୁ ସଚିବାଳୟଠାରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକରେ ପରାମର୍ଶ ଦିଆଯାଇଛି। ସେହିପରି ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ସହରାଞ୍ଚଳକୁ ନରାପଦ ପାନୀୟ ଜଳ ଯୋଗାଣ, ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ବନ୍ୟା ସମୟରେ ପ୍ରଭାବିତ ଅଞ୍ଚଳରେ କିପରି ଉତ୍ତମ ସ୍ବାସ୍ଥ୍ୟସେବା ଯୋଗାଇ ଦିଆଯାଇପାରିବ ସେ ନେଇ ଯତ୍ନବାନ ହେବାକୁ କୁହାଯାଇଛି। ପ୍ରାକୃତିକ ବିପର୍ଯ୍ୟୟକୁ କିପରି ମୁକାବିଲା କରାଯାଇପାରିବ ସେ ନେଇ ପରାମର୍ଶ ଦେବାକୁ କମିଟିର ସଦସ୍ୟମାନଙ୍କଠାରୁ ମତାମତ ମଗାଯାଇଛି।

ଏହି କାର୍ଯ୍ୟକ୍ରମରେ କୃଷିମନ୍ତ୍ରୀ ଅରୁଣ ସାହୁ, ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁଦାମ ମାରାଣ୍ଡି, ସୂଚନା ଓ ଲୋକସମ୍ପର୍କ ଏବଂ ଜଳସେଚନ ମନ୍ତ୍ରୀ ରଘୁନନ୍ଦନ ଦାଶ, ଏନ୍‌ଆର୍‌ଏସ୍‌ସିର ନିର୍ଦ୍ଦେଶକ ଡ. ଦିବାକର, ମୁଖ୍ୟ ଶାସନ ସଚିବ ଆଦିତ୍ୟ ପ୍ରସାଦ ପାଢ଼ୀ, ଉନ୍ନୟନ କମିଶନର ଅସୀତ୍‌ ତ୍ରିପାଠୀ, ସ୍ବତନ୍ତ୍ର ରିଲିଫ କମିଶନର ବିଷ୍ଣୁପଦ ସେଠୀ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ଓଡ଼ିଶାରେ ଭାଜପା ସରକାରକୁ ଆସିଲେ ଲୋକେ ରୋଜଗାର ପାଇଁ ବାହାର ରାଜ୍ୟକୁ ଯିବେ ନାହିଁ: ଅମିତ ଶାହା

ସୋନପୁର,୨୫।୪: କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଢିବାକୁ ଲୋକ ମାନଙ୍କୁ ଆହ୍ୱାନ ଦେଇଛନ୍ତି। ନବୀନ ସରକାରକୁ ଓପାଡ଼ି ଏଠାରେ ଭାଜପା...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

କାହିଁକି ଅମିତ ଶାହା ପଚାରିଲେ ‘୨୦ ଲୋକସଭା ସିଟ୍‌ ଜିତିବା କି ନାହିଁ’ ?

ସୋନପୁର,୨୫।୪: ଓଡ଼ିଶାରୁ ସର୍ବାଧିକ ଲୋକ ସଭା ଆସନ ବିଜୟ ଲକ୍ଷ୍ୟରେ କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ସୋନପୁରରୁ ପ୍ରଚାର ଆରମ୍ଭ କରିଛନ୍ତି। ଜୟ ଜଗନ୍ନାଥ, ଜୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri