ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା

ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ ଓ ସବୁଜିମା ବର୍ଷସାରା ପର୍ଯ୍ୟଟକଙ୍କୁ ଆକର୍ଷିତ କରିଥାଏ।

ଚିଲିକା

ପୁରୀ, ଖୋର୍ଦ୍ଧା ଏବଂ ଗଞ୍ଜାମ ଜିଲା ଉପକୂଳରେ ରହିଥିବା ଲବଣାକ୍ତ ହ୍ରଦ ଚିଲିକା ପର୍ଯ୍ୟଟକଙ୍କ ଅନ୍ୟତମ ଆକର୍ଷଣର ସ୍ଥଳ।ଏହାର ୧୧୦୦ବର୍ଗ କିଲୋମିଟର ନୀଳ ଜଳରାଶି ଶୀତଋତୁ ଆସିଲେ ଅତିଥି ପକ୍ଷୀଙ୍କ ଗହଣରେ ଅଧିକ ମନୋରମ ହୋଇଉଠେ। ଏହା ପୃଥିବୀର ଦ୍ୱିତୀୟ ବୃହତ୍ତମ ଉପକୂଳବର୍ତ୍ତୀ ହ୍ରଦ।

ଶିମିଳିପାଳ

ଜୈବ ବିବିଧତାରେ ପରିପୂର୍ଣ୍ଣ ମୟୂରଭଞ୍ଜ ଜିଲାର ଶିମିଳିପାଳ ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିଥାଏ। ୨୭୫୦ବର୍ଗ କିଲୋମିଟର ବିଶିଷ୍ଟ ଏହି ବ୍ୟାଘ୍ର ଅଭୟାରଣ୍ୟରେ ରହିଛି ଏକାଧିକ ପାହାଡ଼, ଝରଣା ଓ ନଦୀ। ସବୁଜ ବୃକ୍ଷରାଜି ଘେରା ଜଙ୍ଗଲ ଭିତରେ ପରିଭ୍ରମଣର ସୁଯୋଗ ରହିଛି।

ସାତକୋଶିଆ

ଅନୁଗୋଳ ଜିଲାର ମହାନଦୀ ଅବବାହିକାରେ ଅବସ୍ଥିତ ପରିବେଶ ପର୍ଯ୍ୟଟନ ସ୍ଥଳ ସାତକୋଶିଆ। ବାଘ ଓ ହାତୀ ସଂରକ୍ଷଣ ପ୍ରକଳ୍ପ ପାଇଁ ସମଗ୍ର ବିଶ୍ୱବାସୀଙ୍କ ଦୃଷ୍ଟି ଆକର୍ଷଣ କରି ଆସିଥିବା ଏହି ସ୍ଥାନରେ ରହିଛି ମହାନଦୀର ଗଭୀରତମ ଗଣ୍ଡ। ୨୧ କିଲୋମିଟର ପରିବ୍ୟାପ୍ତ ଏହି ଗଣ୍ଡରେ ଘଡ଼ିଆଳ କୁମ୍ଭୀର ପ୍ରଜନନ କେନ୍ଦ୍ର ମଧ୍ୟ ରହିଛି।

କନିକା ରାଜପ୍ରାସାଦ

କେନ୍ଦ୍ରାପଡ଼ା ଜିଲା ରାଜକନିକା ଠାରେ ବ୍ରିଟେନର ବଙ୍କିମ୍‌ହାମ୍‌ ପ୍ୟାଲେସ ଢାଞ୍ଚାରେ ନିର୍ମିତ କନିକା ରାଜପ୍ରାସାଦ। ଏହି ପ୍ରାସାଦ ଏବେ କନିକା ମ୍ୟୁଜିୟମ ନାମରେ ଜଣାଶୁଣା। ବୃହତ୍ତମ କୁମ୍ଭୀର ମୁଣ୍ଡ, ବିରଳ ଭାସ୍କର୍ଯ୍ୟ ଏବଂ ରାଜାରାଜୁଡ଼ା ଅମଳର ସଂରକ୍ଷିତ ଅନ୍ୟାନ୍ୟ ସାମଗ୍ରୀ ଦେଖିବା ପାଇଁ ଏଠାରେ ବର୍ଷ ତମାମ ପର୍ଯ୍ୟଟକଙ୍କ ଭିଡ ଜମିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଚିକିତ୍ସା ସହିତ ମେଡିକାଲ ପାଠ୍ୟକ୍ରମ ପାଇଁ ଓଡ଼ିଶାରେ ରହିଛି ଏହି Top 10 Government Medical Colleges

ବର୍ତ୍ତମାନ ଚିକିତ୍ସା ସେବା ପାଇଁ ଓଡ଼ିଶାବାସୀଙ୍କୁ ଆଉ ବିଶେଷ କିଛି ଅସୁବିଧାର ସମ୍ମୁଖୀନ ହେବାକୁ ପଡୁନାହିଁ। ପ୍ରାୟ ପ୍ରତି ବଡ଼ ବଡ଼ ସହର ବ୍ୟତୀତ ଲୋକଙ୍କ ନିକଟରେ…

Top 5 Magnificent handloom sarees of Odisa: ରାଜ୍ୟ ସହ ରାଜ୍ୟ ବାହାରେ ବେଶ ଆଦୃତ ଓଡ଼ିଶାର ଏହି ହସ୍ତତନ୍ତ ଶାଢୀ

ଓଡ଼ିଶା ଏହାର ସମୃଦ୍ଧ ଏବଂ ବିବିଧ ସଂସ୍କୃତି, ଐତିହ୍ୟ ଏବଂ କଳା ପାଇଁ ବେଶ ଜଣାଶୁଣା। ଓଡ଼ିଶାର ସଂସ୍କୃତିର ସବୁଠାରୁ ପ୍ରମୁଖ ଦିଗ ହେଉଛି ଏହାର ହସ୍ତତନ୍ତ…

Top 5 Evergreen Odia Film Songs: ଶୁଣିଲେ ଆଜି ବି ହେବେ ଗୁଣୁଗୁଣୁ, ଜାଣନ୍ତୁ…

୧୯୬୩ରୁ ଆରମ୍ଭ ହୋଇଛି ଓଡ଼ିଆ ସିନେମା ନିର୍ମାଣର ଧାରା, ଯେଉଁ ଧାରାକୁ ଅଧିକ ଲୋକପ୍ରିୟ କରାଇଛି ଏହାର ଗୀତ। କିଏ ସିନେମା ଦେଖନ୍ତୁ କିମ୍ବା ନ ଦେଖନ୍ତୁ,…

Top 5 agricultural scientists of Odisha: କୃଷି କ୍ଷେତ୍ରରେ ଓଡ଼ିଶାର ୫ ବୈଜ୍ଞାନିକଙ୍କ ଅବଦାନ ଗୁରୁତ୍ୱପୂର୍ଣ୍ଣ

ଓଡ଼ିଶା ଭାରତର ପୂର୍ବ ଉପକୂଳରେ ଅବସ୍ଥିତ। ଏହା ଏମିତି ଏକ ରାଜ୍ୟ, ଯାହାର ନିଜର ଭୌଗୋଳିକ ସ୍ଥିତି ଓ କୃଷି ଉପରେ ଅଧିକ ନିର୍ଭରଶୀଳ। ଓଡ଼ିଶାରେ କୃଷି…

Top 5 Odishi Dancers in Odisha: ଓଡ଼ିଶୀ ନୃତ୍ୟକୁ ପ୍ରଚାର ପ୍ରସାର କରିବାରେ ୫ ନୃତ୍ୟଶିଳ୍ପୀଙ୍କ ମହତ୍ତ୍ୱପୂର୍ଣ୍ଣ ଭୂମିକା

ଓଡ଼ିଶୀ ନୃତ୍ୟକୁ  ପ୍ରଚାର ପ୍ରସାର କରିବାରେ ଅନେକ ଓଡ଼ିଶୀ ନୃତ୍ୟଶିଳ୍ପୀଙ୍କ ଭୂମିକା ବେଶ୍‌ ଗୁରୁତ୍ୱପୂର୍ଣ୍ଣ। ମାତ୍ର ଏମାନଙ୍କ ମଧ୍ୟରୁ ୫ ଶ୍ରେଷ୍ଠ ଓଡ଼ିଶୀ ନୃତ୍ୟଶିଳ୍ପୀ (Top 5…

Top 5 Cyclone In Odisha: ଓଡ଼ିଶାବାସୀଙ୍କୁ ଥରାଇ ଦେଇଥିଲା ଏହି ୫ ବାତ୍ୟା,ଆଜି ବି ମନେପଡ଼େ ସେହି କରାଳ ରୂପ…

ଓଡ଼ିଶା ଭାରତର ପୂର୍ବ ଉପକୂଳରେ ଅବସ୍ଥିତ। ଫଳରେ ବଙ୍ଗୋପସାଗରରେ ସୃଷ୍ଟ ବାତ୍ୟାର ପ୍ରଭାବରେ ବାରମ୍ବାର କ୍ଷତିଗ୍ରସ୍ତ ହୋଇଛି। ଓଡ଼ିଶା ଇତିହାସରେ ଅନେକ ବାତ୍ୟା ଭୟଙ୍କର କ୍ଷୟକ୍ଷତି ଘଟାଇଛି।…

Top 5 temples in Western Odisha: ପଶ୍ଚିମ ଓଡ଼ିଶାର ଟପ୍‌-୫ ମନ୍ଦିର

ପଶ୍ଚିମ ଓଡ଼ିଶାରେ ଅନେକ ଐତିହାସିକ ଓ ଧାର୍ମିକ ମନ୍ଦିର ରହିଛି, ଯାହା ସାଂସ୍କୃତିକ ଓ ସ୍ଥାପତ୍ୟ ଦୃଷ୍ଟିରୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଏହି ମନ୍ଦିରଗୁଡ଼ିକରେ ଶୈବ, ବୈଷ୍ଣବ ଓ…

Top 5 Cricketer Of Odisha: ଅନ୍ତର୍ଜାତୀୟ କ୍ରିକେଟରେ ଓଡ଼ିଶାରୁ ପ୍ରତିନିଧିତ୍ୱ କରିଥିଲେ ଏହି ଟପ୍‌-୫ କ୍ରିକେଟର୍‌: ଜାଣନ୍ତୁ କିଏ କିଏ

ଅନ୍ତର୍ଜାତୀୟ କ୍ରିକେଟରେ ଓଡ଼ିଶାରୁ ଖୁବ୍‌ କମ୍‌ ଖେଳାଳି ନାଁ କରିଛନ୍ତି। କିଛି ହାତ ଗଣତି କ୍ରିକେଟର୍‌ ଅନ୍ତର୍ଜାତୀୟ ସ୍ତରରେ ଭଲ ଖେଳିଛନ୍ତି। ଆମେ ସେହି ଖେଳାଳିଙ୍କୁ ବିଷୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri