ଓଡ଼ିଶାର ସମ୍ପୂର୍ଣ୍ଣ ଟିକାକରଣ ହାର ସର୍ବାଧିକ

ଭୁବନେଶ୍ୱର,୫ା୩(ଅସମାପିକା ସାହୁ):ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୋମବାର ଭୁବନେଶ୍ୱର ନୀଳାଦ୍ରି ବିହାରଠାରେ ରାଜ୍ୟ ଟିକା ଭଣ୍ଡାର ଉଦ୍‌ଘାଟିତ ହୋଇଯାଇଛି। ବିଭାଗୀୟ ମନ୍ତ୍ରୀ ନିରଞ୍ଜନ ପୂଜାରୀ ଏହାକୁ ଉଦ୍‌ଘାଟନ କରି ଜାତୀୟ ପରିବାର ସ୍ବାସ୍ଥ୍ୟ ସର୍ଭେ ରିପୋର୍ଟ-୫ ଅନୁଯାୟୀ ଓଡ଼ିଶାର ସମ୍ପୂର୍ଣ୍ଣ ଟିକାକରଣ ହାର ୯୦.୫%, ଯାହା ଦେଶର ସମସ୍ତ ରାଜ୍ୟ ମଧ୍ୟରେ ସର୍ବାଧିକ ବୋଲି କହିଥିଲେ। ଶାସନ ସଚିବ ଶାଳିନୀ ପଣ୍ଡିତ କହିଲେ, ରାଜ୍ୟରେ ପ୍ରତ୍ୟେକ ଶିଶୁଙ୍କର ଶତପ୍ରତିଶତ ଟିକାକରଣ ପାଇଁ ସ୍ବାସ୍ଥ୍ୟ ବିଭାଗ ପ୍ରତିଶ୍ରୁତିବଦ୍ଧ। ପାଞ୍ଚବର୍ଷରୁ କମ୍‌ ଶିଶୁଙ୍କ ମଧ୍ୟରେ ମୃତ୍ୟୁ ହାର ହ୍ରାସ କରିବାରେ ଟିକାକରଣର ଉଲ୍ଲେଖନୀୟ ଅବଦାନ ରହିଛି। ଏସ୍‌ଆର୍‌ଏସ୍‌ ତଥ୍ୟ ଅନୁସାରେ ୫ ବର୍ଷରୁ କମ୍‌ ଶିଶୁ ମୃତ୍ୟୁ ହାର ୨୦୦୮ରୁ ୨୦୨୦ ମଧ୍ୟରେ ୫୦ ପଏଣ୍ଟ (୮୯ରୁ ୩୯କୁ) ହ୍ରାସ ପାଇଛି। ୟୁନିସେଫ୍‌ ଓଡ଼ିଶାର ଫିଲ୍ଠ ଅଫିସ ମୁଖ୍ୟ ୱିଲିୟମ୍‌ ହାନ୍‌ଲୋନ୍‌ ଓଡ଼ିଶାର ସମ୍ପୂର୍ଣ୍ଣ ଟିକାକରଣର ଉଲ୍ଲେଖନୀୟ ଅଗ୍ରଗତି ଉପରେ ଆଲୋକପାତ କରି ଓଡ଼ିଶାର ସ୍ବାସ୍ଥ୍ୟସେବା ସୁଦୃଢ଼ୀକରଣ ପାଇଁ ୟୁନିସେଫ୍‌ ପ୍ରତିଶ୍ରୁତିବଦ୍ଧ ବୋଲି କହିଥିଲେ। ଜାତୀୟ ସ୍ବାସ୍ଥ୍ୟ ମିଶନ ନିର୍ଦ୍ଦେଶିକା ଡା. ବୃନ୍ଦା ଡି କହିଛନ୍ତି, ଏହି ଟିକା ଭଣ୍ଡାରରେ ଟିକା ଓ ଲଜିଷ୍ଟିକ୍‌ ସଂରକ୍ଷଣ ପାଇଁ ପର୍ଯ୍ୟାପ୍ତ କ୍ଷମତା ଅଛି। ରାଜ୍ୟ, ଆଞ୍ଚଳିକ, ଜିଲା ଭ୍ୟାକ୍ସିନ୍‌ ଷ୍ଟୋରଗୁଡ଼ିକର ଉନ୍ନତ ପରିଚାଳନା ପାଇଁ ଏଠାରେ ଜାତୀୟ ସ୍ବାସ୍ଥ୍ୟ ମିଶନ ଅଧୀନରେ ପର୍ଯ୍ୟାପ୍ତ ମାନବସମ୍ବଳ ନିୟୋଜିତ ହୋଇଛନ୍ତି। ପରିବାର କଲ୍ୟାଣ ନିର୍ଦ୍ଦେଶକ ଡା. ପାଣିଗ୍ରାହୀ କହିଛନ୍ତି, ପର୍ଯ୍ୟାପ୍ତ ଭିତ୍ତିଭୂମି, ମାନବସମ୍ବଳ ସହିତ ଓଡ଼ିଶାର କୋଲ୍ଡ ଚେନ୍‌ ଓ ଭ୍ୟାକ୍ସିନ୍‌ ମ୍ୟାନେଜ୍‌ମେଣ୍ଟ ବ୍ୟବସ୍ଥା ବହୁତ ସୁଦୃଢ଼। ଏହି କାର୍ଯ୍ୟକ୍ରମରେ ସ୍ବାସ୍ଥ୍ୟ ବିଭାଗର ସମସ୍ତ ନିର୍ଦ୍ଦେଶକ ଏବଂ ୟୁନିସେଫ୍‌, ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ, ୟୁଏନ୍‌ଡିପି ଓ ଜେଏସ୍‌ଆଇର ରାଜ୍ୟ ପ୍ରତିନିଧି ଯୋଗଦେଇଥିଲେ। ଏହି ଅବସରରେ ସାର୍ବଜନୀନ ଟିକାକରଣ କାର୍ଯ୍ୟକ୍ରମ ଅଧୀନରେ ଗୁଣାତ୍ମକ ଟିକା ଯୋଗାଣ ସମ୍ବନ୍ଧୀୟ ପୁସ୍ତିକାକୁ ଅତିଥିମାନେ ଉନ୍ମୋଚନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଛାନିଆ ହୋଇଗଲେ କି ଯାତ୍ରା ମାଲିକ ନାଣ୍ଡୁ! ସାଇ ସତ୍ୟଜିତଙ୍କ ମା’ଙ୍କ ଅଭିଯୋଗ ପରେ…

ଭୁବନେଶ୍ୱର,୬।୨: ଖଳନାୟକ ସାଇ ସତ୍ୟଜିତଙ୍କ ମା’ଙ୍କ ଅଭିଯୋଗ ପରେ ଖଣ୍ଡଗିରି ଥାନାରେ ହାଜର ହେଲେ ‘ତୁଳସୀ’ ଗଣନାଟ୍ୟ ମାଲିକ ଅନନ୍ତ ଧଳ ଓରଫ ନାଣ୍ଡୁ। ସାଇଙ୍କ ମା’ଙ୍କ…

ରାଜଧାନୀରୁ ନକଲି ଡାକ୍ତର ଗିରଫ: ପ୍ରେମ ଜାଲରେ ଫସାଇଲେ ମହିଳା ଡାକ୍ତରଙ୍କୁ

ଭୁବନେଶ୍ୱର,୬।୨:ରାଜଧାନୀରୁ ନକଲି ଡାକ୍ତର ସରୋଜ ମିଶ୍ର ଓରଫ ସିଦ୍ଧାର୍ଥ ଶଙ୍କରଙ୍କୁ ଗିରଫ କରାଯାଇଛି। ମଞ୍ଚେଶ୍ୱର ପୋଲିସ ସିଦ୍ଧାର୍ଥଙ୍କୁ ୧ଲକ୍ଷ ୩୦ ହଜାର ଟଙ୍କା ଠକେଇ ଅଭିଯୋଗରେ ଗିରଫ…

ଅଲିମ୍ପିଆନ ସୁଶୀଲଙ୍କ ଜାମିନ ଖାରଜ

ନୂଆଦିଲ୍ଲୀ,୬ା୨: ସ୍ଥାନୀୟ ଛତ୍ରସାଲ ଷ୍ଟାଡିୟମରେ ପୂର୍ବତନ ଜାତୀୟ ଜୁନିୟର କୁସ୍ତି ଚାମ୍ପିୟନ ସାଗର ଧନକରଙ୍କ ହତ୍ୟା ମାମଲାରେ ଗିରଫ ଅଲିମ୍ପିଆନ ସୁଶିଲ କୁମାରଙ୍କ ଜାମିନ ଆବେଦନକୁ ଦିଲ୍ଲୀର…

ଭାରତକୁ ବଡ଼ ଝଟ୍‌କା: ଟି୨୦ ବିଶ୍ୱକପ୍‌ରୁ ବାଦ୍‌ ପଡ଼ି ପାରନ୍ତି ହର୍ଷିତ ରାଣା

ମୁମ୍ବାଇ,୬ା୨: ଅଭ୍ୟାସ ମ୍ୟାଚରେ ଆଣ୍ଠୁରେ ଆଘାତ ଲାଗିଥିବାରୁ ଭାରତର ଯୁବ ସ୍ପିଡଷ୍ଟର ହର୍ଷିତ ରାଣା ଟି୨୦ ବିଶ୍ୱକପ୍‌ରୁ ବାଦ୍‌ ପଡ଼ିପାରନ୍ତି। ହର୍ଷିତଙ୍କ ଉପରେ କିନ୍ତୁ ଦଳର ଫିଜିଓ…

ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ପୁନଃ ଲାଗୁ ଦାବି କରି କଂଗ୍ରେସ…

ଭଞ୍ଜନଗର,୬ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା କଂଗ୍ରେସ (ପଶ୍ଚିମ) ସଂଗଠନ ପକ୍ଷରୁ ଦେଶରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ପୁନଃ ଲାଗୁ ଦାବି କରି ଶୁକ୍ରବାର ଭଞ୍ଜନଗର ଉପଜିଲାପାଳ ଉମାଶଙ୍କର ବେହେରାଙ୍କୁ ଏକ…

ପଞ୍ଚମ ଶ୍ରେଣୀ ମେଧା ବୃତ୍ତି ପରୀକ୍ଷାଫଳ ପ୍ରକାଶିତ: କିଏ କେଉଁ ତାଲିକାରେ ରହିଲେ ଦେଖନ୍ତୁ ପୂରା ଲିଷ୍ଟ…

ପାଟଣା,୬।୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ପଞ୍ଚମ ଶ୍ରେଣୀ ମେଧା ବୃତ୍ତି ଓ ଅର୍ଥନୈତିକ ଅନଗ୍ରସର ବୃତ୍ତି ପରୀକ୍ଷାଫଳ ୨୦୨୫ ଶୁକ୍ରବାର ପ୍ରକାଶ ପାଇଛି।…

ଜମୁଛି ସ୍କାଉଟ, ଗାଇଡ କ୍ୟାମ୍ପ: ଦ୍ୱିତୀୟ ଦିନରେ ଛାତ୍ରୀଛାତ୍ରଙ୍କୁ ଆକର୍ଷଣ କଲା…

ଦାରିଙ୍ଗବାଡି, ୬ ।୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ପରିସର ମଧ୍ୟରେ ୩ ଦିନିଆ ୨୨ତମ ଜିଲାସ୍ତରୀୟ…

ଟପ୍‌ ମାଓବାଦୀ ନେତା ନିଖିଲଙ୍କ ଆତ୍ମସମର୍ପଣ ପରେ ଏମିତି କହିଲେ ଡିଜିପି

ଭୁବନେଶ୍ୱର,୬।୨: ମାଓବାଦୀ ନେତା ନିଖିଲ ଆତ୍ମସମର୍ପଣ କରିଛନ୍ତି। ଓଡ଼ିଶାର ଟପ ମାଓବାଦୀ ନେତା ନିଖିଲ ଓରଫ ନିରଞ୍ଜନ ଆତ୍ମସମର୍ପଣ କରିଥିବା ବେଳେ ତାଙ୍କ ସହ ସ୍ତ୍ରୀ ଇନ୍ଦୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri