ଓଡ଼ିଶାର ୩୬.୨୮ ଲକ୍ଷ ଚାଷୀଙ୍କୁ ଆର୍ଥିକ ସହାୟତା

ଭୁବନେଶ୍ୱର, ୨୫ା୪(ବ୍ୟୁରୋ): ଦେଶବ୍ୟାପୀ ଜାରି ରହିଥିବା ଲକ୍‌ଡାଉନରୁ କୃଷି ଓ ଏହାର ଆନୁଷଙ୍ଗିକ କାର୍ଯ୍ୟକୁ କେନ୍ଦ୍ର ସରକାର ବାଦ୍‌ ଦେଇଛନ୍ତି। ଏହାସହ ଦେଶର ଗରିବ କୃଷକମାନଙ୍କୁ କୃଷି କାର୍ଯ୍ୟରେ ସହାୟତା ସ୍ବରୂପ ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଯୋଜନା ଅନ୍ତର୍ଗତ କିଷାନ ସମ୍ମାନ ନିଧି (ପିଏମ୍‌-କିଷାନ) ଯୋଜନା ଜରିଆରେ ୨ ହଜାର ଟଙ୍କାର ଗୋଟିଏ ଲେଖାଏ କିସ୍ତି ତୁରନ୍ତ ଯୋଗାଇ ଦେଇଛନ୍ତି। ଏହାଦ୍ୱାରା ଏପ୍ରିଲ ୨୨ ସୁଦ୍ଧା ପିଏମ୍‌-କିଷାନ ଯୋଜନାରେ ସାମିଲ ହୋଇଥିବା ଦେଶର ୮ କୋଟିରୁ ଊର୍ଦ୍ଧ୍ୱ କୃଷକ ଉପକୃତ ହୋଇପାରିଛନ୍ତି। ଏ ବାବଦରେ କେନ୍ଦ୍ର ସରକାର ବର୍ତ୍ତମାନ ସୁଦ୍ଧା ୧୬,୧୪୬ କୋଟି ଟଙ୍କା ବ୍ୟୟ କରିଛନ୍ତି। ଇତିମଧ୍ୟରେ ଓଡ଼ିଶାର ୩୬.୨୮ ଲକ୍ଷ କୃଷକ ମଧ୍ୟ ପିଏମ୍‌-କିଷାନ ଯୋଜନାରେ ୨ ହଜାର ଟଙ୍କା ଲେଖାଏ ସହାୟତା ପାଇଛନ୍ତି। ଏଥିପାଇଁ ସେମାନେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ କେନ୍ଦ୍ର ସରକାରଙ୍କୁ ଧନ୍ୟବାଦ ଜଣାଇଛନ୍ତି। ନବରଙ୍ଗପୁର ଜିଲା ତାରାଗଁ। ପଞ୍ଚାୟତର ଚାଷୀ କ୍ଷେତ୍ରପାଳ ବିଶି ଏହି ଯୋଜନାରେ ୨ ହଜାର ଟଙ୍କାର ସହାୟତା ପାଇଛନ୍ତି। ତାଙ୍କର ଅଢ଼େଇ ଏକର ଜମି ରହିଛି। ଲକ୍‌ଡାଉନ ସମୟରେ ସେ ଏହି ସହାୟତା ପାଇଥିବାରୁ ଖୁସି ବ୍ୟକ୍ତ କରିଛନ୍ତି। ସେହିପରି ମାଲକାନଗିରି ଜିଲା ଗୌଡ଼ଗୁଡ଼ା ପଞ୍ଚାୟତର ଲକ୍ଷ୍ମୀକାନ୍ତଙ୍କୁ ମଧ୍ୟ ଗୋଟିଏ କିସ୍ତି ବାବଦକୁ ୨ ହଜାର ଟଙ୍କା ମିଳିଛି। ଲକ୍‌ଡାଉନ କାରଣରୁ ତାଙ୍କୁ ପାଖାପାଖି ଗୋଟିଏ ମାସ ହେବ କିଛି କାମ ମିଳୁ ନ ଥିଲା। ଏବେ ସେ ଅର୍ଥ ପାଇଥିବାରୁ ପରିବାର ଚଳାଇବା ସହ ଚାଷ କାମ ଆରମ୍ଭ କରିବେ ବୋଲି କହିଛନ୍ତି। ସୂଚନାଯୋଗ୍ୟ ଯେ, ଲକ୍‌ଡାଉନ ବେଳେ ସମ୍ଭାବ୍ୟ ଆର୍ଥିକ ମାନ୍ଦାବସ୍ଥାର ମୁକାବିଲା ନିମନ୍ତେ ଗତ ମାର୍ଚ୍ଚ ୨୬ରେ କେନ୍ଦ୍ର ସରକାର ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଯୋଜନା ଅନ୍ତର୍ଗତ ୧.୭୦ ଲକ୍ଷ କୋଟି ଟଙ୍କାର ରିଲିଫ ପ୍ୟାକେଜ ଘୋଷଣା କରିଥିଲେ। ଏହି ଯୋଜନା ଅଧୀନରେ ପିଏମ୍‌ କିଷାନ ହିତାଧିକାରୀ କୃଷକମାନଙ୍କୁ ୨୦୨୦-୨୧ ଆର୍ଥିକ ବର୍ଷର ପ୍ରଥମ କିସ୍ତି ସ୍ବରୂପ ୨ ହଜାର ଟଙ୍କା ଲେଖାଏ ସହାୟତା ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧବିରତିର ମାତ୍ର କିଛି ଘଣ୍ଟା ପରେ ଇରାନ ତୈଳ ବିଶୋଧନାଗାରରେ ବିସ୍ଫୋରଣ, କିଏ କଲା ଆକ୍ରମଣ?

ତେହେରାନ,୮।୪: ଆମେରିକା ସର୍ତ୍ତମୂଳକ ଯୁଦ୍ଧବିରତି ଘୋଷଣା କରିବାର କିଛି ଘଣ୍ଟା ପରେ ଇରାନର ଲାଭାନ ଦ୍ୱୀପରେ ପ୍ରଥମ ବଡ଼ ଆକ୍ରମଣ ହୋଇଛି । ଲାଭାନ ଦ୍ୱୀପରେ ଥିବା…

ସାବଧାନ! ସୋସିଆଲ ମିଡିଆରେ ଅଶ୍ଳୀଳ ଭାଷା ବ୍ୟବହାର କଲେ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୮ା୪: ଏଣିକି ସୋସିଆଲ ମିଡିଆ ୟୁଜର୍ସ ସାବଧାନ! ସୋସିଆଲ ମିଡିଆରେ କୌଣସି ଅଶ୍ଳୀଳ କିମ୍ବା ଅପଶବ୍ଦ ବ୍ୟବହାର କଲେ ଏହା ଉପରେ ଲଗାମ ଲାଗିବ। ଏନେଇ ସରକାର…

ଯୁଦ୍ଧବିରତି ଭିତରେ ଭାରତର ବଡ଼ ବିଜୟ! ୭ବର୍ଷ ପରେ ଚାଇନାକୁ ଦେଲା ଝଟ୍‌କା

ନୂଆଦିଲ୍ଲୀ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ଘୋଷଣା ପରେ, ବୁଧବାର (୮ ଏପ୍ରିଲ, ୨୦୨୬) ଦିନ ଅଶୋଧିତ ତୈଳ ଭବିଷ୍ୟତରେ ତୀବ୍ର…

ଭୁବନେଶ୍ବରରେ ଛାତିଥରା ହତ୍ୟାକାଣ୍ଡ, ସ୍ତ୍ରୀର ତଣ୍ଟି କାଟି ବୀଭତ୍ସ ହତ୍ୟା କଲେ ସ୍ବାମୀ

ଭୁବନେଶ୍ବର,୮।୪: ରାଜଧାନୀ ଭୁବନେଶ୍ବରରେ ବୀଭତ୍ସ ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରିଛନ୍ତି ସ୍ବାମୀ । ଭୁବନେଶ୍ୱର ଏୟାରଫିଲ୍ଡ ଥାନା ସ୍ୱସ୍ତି ନଗର…

ଗ୍ରାମ୍ୟ ପାଇପ୍‌ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ କର୍ମଚାରୀ

ମୋହନା,୮ା୪ (ମନ୍ମଥ ମିଶ୍ର): ଗ୍ରାମ୍ୟ ପାଇପ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଗଲେ ପମ୍ପ ଚାଳକ। ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି…

ଯୁଦ୍ଧବିରତି ଭିତରେ ବଦଳିଲା ଗ୍ୟାସ ସିଲିଣ୍ଡର ଦର, ଜାଣନ୍ତୁ ବଢିଲା ନା କମିଲା…

ନୂଆଦିଲ୍ଲୀ,୮।୪: ବିଶ୍ୱ ଉତ୍ତେଜନା ମଧ୍ୟରେ, ସାଧାରଣ ଲୋକଙ୍କ ପାଇଁ ଏକ ଆଶ୍ୱସ୍ତିକର ଖବର ଆସିଛି। ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ପରେ, ଅନ୍ତର୍ଜାତୀୟ ବଜାରରେ…

ହଜାର ହଜାର ଆଖୁଚାଷୀ, ଶ୍ରମିକଙ୍କ ଜୀବନଜୀବିକା ପ୍ରଭାବିତ, ପୁନଃ ଚିନିକଳ କାର୍ଯ୍ୟକ୍ଷମ ଦାବି କରି…

ବଲାଙ୍ଗୀର,୮ା୪(ସୁନିଲ କୁମାର ମହାନ୍ତି): ଦେଓଗାଁ ଚିନିକଳ ସମିତି ପକ୍ଷରୁ ବୁଧବାର ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଜୟାନନ୍ଦ ସମବାୟ ଚିନିକଳ ପୁନଃ କାର୍ଯ୍ୟକ୍ଷମ କରିବା ଦାବି ନେଇ…

ବିବାଦୀୟ ମନ୍ତବ୍ୟ ଦେବା ପରେ କ୍ଷମା ମାଗିଲେ ଖାର୍ଗେ, ଭାବନାକୁ ଆଘାତ ଦେବା…

ନୂଆଦିଲ୍ଲୀ,୮।୪: କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ଗୁଜରାଟର ଲୋକଙ୍କ ସମ୍ପର୍କରେ ଦେଇଥିବା ବୟାନ ପାଇଁ କ୍ଷମା ପ୍ରାର୍ଥନା କରିଛନ୍ତି । ସେ କହିଛନ୍ତି ଯେ ସେ ସବୁବେଳେ ଗୁଜରାଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri