ଓଡ଼ିଶାର ୪୨ ବିଧାନସଭା ଓ ୬ଟି ଲୋକସଭା ଆସନ ପାଇଁ ମତଦାନ ଜାରି

ଭୁବନେଶ୍ୱର,୨୩।୪: ତୃତୀୟ ପର୍ଯ୍ୟାୟ ର୍ନିବାଚନରେ ଓଡ଼ିଶାର ୪୨ ବିଧାନସଭା ଓ ୬ଟି ଲୋକସଭା ଆସନ ପାଇଁ ମଙ୍ଗଳବାର ସକାଳୁ ମତଦାନ ଆରମ୍ଭ ହୋଇଛି। ୬ ଲୋକସଭା ଆସନରେ ୬୧ ଜଣ ପ୍ରାର୍ଥୀ ମଇଦାନରେ ଥିବାବେଳେ ୪୨ଟି ବିଧାନସଭା ଆସନରେ ୩୫୬ ଜଣ ପ୍ରାର୍ଥୀ ନିର୍ବାଚନ ଲଢୁଛନ୍ତି। ତୃତୀୟ ପର୍ଯ୍ୟାୟରେ ରାଜ୍ୟର ୧୦ ଜିଲ୍ଲାରେ ମତଦାନ ଜାରି ରହିଛି । ସମ୍ବଲପୁର, କେନ୍ଦୁଝର,ଢେଙ୍କାନାଳ,କଟକ,ପୁରୀ ଏବଂ ଭୁବନେଶ୍ୱର ଲୋକ ସଭା ଆସନରେ ମତଦାନ ହେଉଛି। ତୃତୀୟ ପର୍ଯ୍ୟାୟରେ ମୋଟ ମୋଟ ୯୨ ଲକ୍ଷ ୫୬ ହଜାର ୯୨୨ ଜଣ ମତଦାତା ନିଜର ମତ ସାବ୍ୟସ୍ତ କରୁଛନ୍ତି । ସେଥିମଧ୍ୟରୁ ୪୭ ଲକ୍ଷ ୯୯ ହଜାର ୦୩୦ ଜଣ ପୁରୁଷ, ୪୪ ଲକ୍ଷ ୫୬ ହଜାର ୭୨୯ ଜଣ ମହିଳା ଓ ୧,୧୬୩ ଜଣ ତୃତୀୟ ଲିଙ୍ଗ ମତଦାତା ରହିଛନ୍ତି । ସେହପିରି ୧ ଲକ୍ଷ ୫୮ ହଜାର ୪୯୫ ଜଣ ଦିବ୍ୟାଙ୍ଗ ଭୋଟର ମଧ୍ୟ ଅଛନ୍ତି । ସେମାନଙ୍କୁ ମତଦାନ ବେଳେ ସହଯୋଗ କରିବାକୁ ୯୫୭୬ଟି ବୁଥରେ ହ୍ବିଲ୍‌ ଚେୟାର ସୁବିଧା ରହିଛି। ସେହିପରି ୬୧୯୦ଟି ଗାଡି ଦିବ୍ୟାଙ୍ଗଙ୍କୁ ନେବା ଆଣିବା ପାଇଁ ପ୍ରସ୍ତୁତ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

ଉତ୍କଳ ଦିବସରେ ଓଡିଆରେ ବଡ଼ କଥା କହିଦେଲେ ପ୍ରଧାନମନ୍ତ୍ରୀ ମୋଦି: ଆଗାମୀ ଦିନରେ…

ନୂଆଦିଲ୍ଲୀ,୧।୪: ଆଜି ଉତ୍କଳ ଦିବସ। ଚାରିଆଡ଼େ ଉତ୍ସାହର ମାହୋଲ। ରାଜ୍ୟର ବିଭିନ୍ନ ସ୍ଥାନରେ କାର୍ଯ୍ୟକ୍ରମମାନ ଆୟୋଜନ କରାଯାଉଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଜ୍ୟବାସୀଙ୍କୁ ଶୁଭେଚ୍ଛା…

ଆଜିଠୁ ନୂଆ ସୁଭଦ୍ରା ଆବେଦନ: ଜାଣନ୍ତୁ କେମିତି କରିବେ

ଭୁବନେଶ୍ୱର,୧ା୪(ସୁଚିସ୍ମିତା ସାହୁ):ସୁଭଦ୍ରା ଯୋଜନାରେ ନୂଆ ଆବେଦନକାରୀମାନେ ଏପ୍ରିଲ ୧ ବୁଧବାରଠାରୁ ପଞ୍ଜୀକରଣ କରିପାରିବେ। ସୁଭଦ୍ରା ପୋର୍ଟାଲ ମାଧ୍ୟମରେ ଏପ୍ରିଲ ୩୦ ପର୍ଯ୍ୟନ୍ତ ନୂତନ ଆବେଦନ କରାଯାଇପାରିବ। ଆବେଦନକାରୀଙ୍କ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

IAS ସ୍ତରରେ ଛୋଟ ଅଦଳବଦଳ: ଭାସ୍କର ଜ୍ୟୋତି ଶର୍ମାଙ୍କୁ ମିଳିଲା…

ଭୁବନେଶ୍ୱର,୩୧।୩: IAS ସ୍ତରରେ ଛୋଟ ଅଦଳବଦଳ କଲେ ରାଜ୍ୟ ସରକାର। ଭାସ୍କର ଜ୍ୟୋତି ଶର୍ମାଙ୍କୁ ଜଙ୍ଗଲ ଓ ପରିବେଶ ବିଭାଗ ପ୍ରମୁଖ ସଚିବ ଦାୟିତ୍ୱ ଦିଆଯାଇଥିବା ବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri