ଓଡ଼ିଶାର ୮ ଜିଲାରେ ଆବଦ୍ଧ ଅଞ୍ଚଳ

ଭୁବନେଶ୍ୱର, ୯ା୪(ବ୍ୟୁରୋ): ଓଡ଼ିଶାରେ ବୁଧବାର ସୁଦ୍ଧା ୪୨ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ତେଣୁ ସଂକ୍ରମଣ ରୋକିବା ପାଇଁ ରାଜ୍ୟ ସରକାର ଆବଶ୍ୟକ ପଦକ୍ଷେପ ନେଉଛନ୍ତି। ରାଜ୍ୟର ମୋଟ ୮ ଜିଲାରେ ସଂକ୍ରମିତ ଥିବା କେତେକ ଅଞ୍ଚଳକୁ ଆବଦ୍ଧ ଅଞ୍ଚଳ ବା କଣ୍ଟେନ୍‌ମେଣ୍ଟ ଜୋନ୍‌ ଭାବେ ଘୋଷଣା କରାଯାଇଛି। ବୁଧବାର ରାଜ୍ୟରେ କରୋନା ସ୍ଥିତି ସଂକ୍ରାନ୍ତରେ ସୂଚନା ଦେଇ କରୋନା ଭୂତାଣୁ ସଂକ୍ରମଣ ସଚେତନତା କମିଟି ମୁଖ୍ୟ ପ୍ରବକ୍ତା ସୁବ୍ରତୋ ବାଗ୍‌ଚୀ କହିଛନ୍ତି, ଖୋର୍ଦ୍ଧା ଜିଲାରେ ୪ଟି ଅଞ୍ଚଳକୁ ଆବଦ୍ଧ ଅଞ୍ଚଳ ଭାବେ ଘୋଷଣା କରାଯାଇଛି। ଏଠାରେ ଥିବା ସର୍ବାଧିକ ୩୪ ଜଣ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେଣୁ ଆବଦ୍ଧ ଅଞ୍ଚଳ ଭାବେ ଭୁବନେଶ୍ୱରର ସୂର୍ଯ୍ୟନଗର, ସୁନ୍ଦରପଦାରୁ ଯଦୁପୁର, ବମିଖାଲ ଓ ସତ୍ୟନଗରକୁ ଘୋଷଣା ସହ ସିଲ୍‌ କରାଯାଇଛି। ସେହିପରି କଟକ ଜିଲାରେ ଜଣେ ପଜିଟିଭ ଚିହ୍ନଟ ହୋଇଥିବାବେଳେ ୨ଟି କଣ୍ଟେନମେଣ୍ଟ ଜୋନ୍‌ ଘୋଷଣା ହୋଇଛି। ନିଶ୍ଚିତକୋଇଲି ତହସିଲ୍‌ ଅନ୍ତର୍ଗତ ଜୟରାମପୁର ଗ୍ରାମ ପଞ୍ଚାୟତର ଏକ ନମ୍ବର ୱାର୍ଡ଼ ଏବଂ ସାଲେପୁର ତହସିଲ୍‌ର ମିର୍ଜାପୁର ଗ୍ରାମପଞ୍ଚାୟତର ଓ୍ବାର୍ଡ ନଂ.୧୨ ଓ ୧୩, କଟକ ବକ୍ସିବଜାର ଛକରୁ ସାଇନ୍ସ କଲେଜ୍‌, ସୂତାହାଟ ମସଜିଦ୍‌ ଛକରୁ ତିନିକୋଣିଆ ବଗିଚା ପର୍ଯ୍ୟନ୍ତ ଅଞ୍ଚଳକୁ ଆବଦ୍ଧ ଅଞ୍ଚଳ ଘୋଷଣା କରାଯାଇ ସିଲ୍‌ କରାଯାଇଛି। ସଂକ୍ରମଣ ଏଡ଼ାଇବା ପାଇଁ ଗଞ୍ଜାମ ଜିଲା ଚିକିଟି ବ୍ଲକ୍‌ର ଲାଲମେଣ୍ଟା ଗାଁକୁ ଆବଦ୍ଧ ଅଞ୍ଚଳ ଘୋଷଣା କରାଯାଇଛି। ଯାଜପୁର ଜିଲାରେ ଜଣେ ଆକ୍ରାନ୍ତ ଚିହ୍ନଟ ହେବା ପରେ ରସୁଲପୁର ବ୍ଲକ ଅନ୍ତର୍ଗତ ବ୍ରହ୍ମବରଦା ଅଞ୍ଚଳକୁ ଆବଦ୍ଧ ଅଞ୍ଚଳ ଘୋଷଣା କରାଯାଇଛି। କେନ୍ଦ୍ରାପଡ଼ା ଜିଲାର ଆଳି ଅଞ୍ଚଳରୁ ଜଣେ ଚିହ୍ନଟ ହୋଇଥିବାରୁ ରାଧାନଗର, ବଳଭଦ୍ରପୁର, ଶୀତଳେଶ୍ୱର, ଶିଳାସ୍ତମ୍ବ, ନିଆଳ, ଗଉଡ଼ପାଟଣା, ଭାଟପଡ଼ା, ମେଣ୍ଢପୁର, କଣ୍ଟିପୁର, ଗୋପ ଅଞ୍ଚଳକୁ ଆବଦ୍ଧ ଅଞ୍ଚଳ ଭାବେ ଘୋଷଣା କରାଯାଇ ସିଲ୍‌ କରାଯାଇଛି। ସେହିପରି ପୁରୀରୁ ଜଣେ କରୋନା ପଜିଟିଭ୍‌ ଜଣାପଡିବା ପରେ ଦାନଗହୀର ଗାଁ ଛକ, ଜୟପୁର ଶାସନ ଛକ, ପିପିଲି ବ୍ଲକ୍‌ର ଜୟପୁର ଛକ ଶାସନ ଛକକୁ ଆବଦ୍ଧ ଅଞ୍ଚଳ ଭାବେ ଘୋଷଣା କରାଯାଇଛି। ଭଦ୍ରକର ୩ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବାବେଳେ ପୁରୁଣା ବଜାର, ଚରମ୍ପା ରେଲୱେ ଷ୍ଟେଶନ ଅଞ୍ଚଳ, ଏରିନ୍‌ ଗ୍ରାମ ପଞ୍ଚାୟତ ଅଞ୍ଚଳକୁ ଆବଦ୍ଧ ଅଞ୍ଚଳ ଭାବେ ଘୋଷଣା କରାଯାଇଛି। ସେହିପରି କଳାହାଣ୍ଡି ଜିଲାର ଗୋଲ୍‌ମୁଣ୍ଡା ବ୍ଲକ୍‌ରୁ ଗୋଟିଏ ପଜିଟିଭ୍‌ ଚିହ୍ନଟ ହୋଇଥିବାରୁ ବେହେରାଗୁଡ଼ା, ପର୍ଜିୟା ଏବଂ ଖମାର ହଳଦୀକୁ ଆବଦ୍ଧ ଅଞ୍ଚଳ ଭାବେ ଘୋଷଣା କରାଯିବା ସହ ସିଲ୍‌ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri