ଓଡ଼ିଶା ଅଣାଯିବ କଳ୍ପନାଙ୍କ ମର ଶରୀର, ନେପାଳରେ ଥିବା ଭାରତୀୟ ଦୂତାବାସକୁ ଚିଠି ଲେଖିଲେ ରାଜ୍ୟ କ୍ରୀଡ଼ା ସଚିବ

ଭୁବନେଶ୍ୱର,୨୪।୫(ବ୍ୟୁରୋ): ରାଜ୍ୟର ପ୍ରଥମ ଏଭରେଷ୍ଟ ଅରୋହଣକାରୀ କଳ୍ପନା ଦାଶଙ୍କ ମର ଶରୀର ଓଡ଼ିଶାକୁ ଅଣାଯିବ। ଏ ନେଇ ଶୁକ୍ରବାର ରାଜ୍ୟ କ୍ରୀଡ଼ା ସଚିବ ନେପାଳରେ ଥିବା ଭାରତୀୟ ଦୂତାବାସକୁ ଚିଠି ଲେଖିଛନ୍ତି। ତେବେ ଏଥିପାଇଁ ସମସ୍ତ ଖର୍ଚ୍ଚ ରାଜ୍ୟ ସରକାର ଉଠାଇବେ ବୋଲି ଜଣାପଡ଼ିଛି।

ଢେଙ୍କାନାଳ ଜିଲାରେ ଜନ୍ମଗ୍ରହଣ କରିଥିବା ୫୨ ବର୍ଷୀୟା କଳ୍ପନା ଗୁରୁବାର ମଧ୍ୟାହ୍ନରେ ବିଶ୍ୱର ସର୍ବୋଚ୍ଚ ଶୃଙ୍ଗ ଏଭରେଷ୍ଟର ଶିଖରରୁ ଅବତରଣ କରୁଥିବା ବେଳେ ହଠାତ୍‌ ଅସୁସ୍ଥ ହୋଇ ପଡ଼ିଥିଲେ। ପରେ ସେ ଏଭରେଷ୍ଟର ବାଲକୋନି ଏରିଆରେ ଶେଷ ନିଶ୍ୱାସ ତ୍ୟାଗ କରିଥିଲେ। ଏହି ଖବର ପ୍ରଚାରିତ ହେବା ପରେ କ୍ରିଡ଼ା ଜଗତରେ ଶୋକର ଛାୟା ଖେଳିଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଳ୍ପନାଙ୍କ ମୃତ୍ୟୁରେ ଶୋକ ପ୍ରକାଶ କରିଛନ୍ତି।

ସୂଚନାଯୋଗ୍ୟ, କଳ୍ପନା ଏଭରେଷ୍ଟ ସମେତ ଭାରତ, ନେପାଳ, ୟୁରୋପ, ଦକ୍ଷିଣ ଆମେରିକା ଓ ଅଷ୍ଟ୍ରେଲିଆର ବିଭିନ୍ନ ଶୃଙ୍ଗକୁ ସଫଳତାର ସହ ଚଢ଼ିଥିଲେ। ୨୦୦୮ରେ ସେ ନେପାଳ ବାଟ ଦେଇ ସଫଳତାର ସହ ଏଭରେଷ୍ଟ ଚଢ଼ି ଇତିହାସ ସୃଷ୍ଟି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଖାକିରେ ଦାଗ: ମହିଳାଙ୍କୁ ପ୍ରତାରଣା-ବଳାତ୍କାର ଅଭିଯୋଗରେ ପୋଲିସ ଓଏଏସଆଇ ଗୌରାଙ୍ଗ ବେହେରା ଗିରଫ

ଛତ୍ରପୁର, ୧୭।୭(ଦିଲ୍ଲୀପ ସାମଲ): ପୁଣି ଥରେ ଖାକି ପୋଷାକରେ ଲାଗିଛି ଦାଗ। ଜଣେ ମହିଳାଙ୍କ ଇଚ୍ଛା ବିରୋଧରେ ଜବରଦସ୍ତ ଶାରୀରିକ ସମ୍ପର୍କ ରଖିବା ଏବଂ ପ୍ରତାରଣା କରିବା…

ଘରେ ଏକୁଟିଆ ଦେଖି ଜବରଦସ୍ତି ଉଠାଇ ନେଇ ୮ ବର୍ଷର ନାବାଳିକାକୁ ବଳାତ୍କାର: ଅଭିଯୁକ୍ତ କୁଶୁନୁ ମୁଣ୍ଡାଙ୍କୁ…

ପାଟଣା,୧୭।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅଞ୍ଚଳରେ ଜଣେ ୮ ବର୍ଷର ନାବାଳିକାକୁ ବଳାତ୍କାର କରାଯାଇଥିବା ନେଇ ଏକ ସଂଗୀନ ଅଭିଯୋଗ ସାମ୍ନାକୁ ଆସିଛି।…

ଦେଶୀ ମଦ କାରବାର, ୨ ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୧୭ା୭ (ମନ୍ମଥ ମିଶ୍ର): ଅଡବା ଥାନା ପୋଲିସ ଗମ୍ଭାରିଗାଁ ଗ୍ରାମରେ ଦେଶୀ ମଦ ପ୍ରସ୍ତୁତି ଓ ବିକ୍ରି କରିବା ବିରୋଧରେ ଚଢ଼ାଉ କରି ୨ଙ୍କୁ ଗିରଫ…

କିମ୍ବଦନ୍ତୀ କ୍ରିକେଟର ସାର୍ ଗ୍ୟାରୀ ସୋବର୍ସଙ୍କ ପରଲୋକ, କ୍ରିକେଟ୍ ଜଗତରେ ଶୋକର ଛାୟା

ବ୍ରିଜ୍‌ଟାଉନ୍,୧୭।୭: ବିଶ୍ୱ କ୍ରିକେଟ୍ ଇତିହାସର ମହାନତମ ଅଲରାଉଣ୍ଡର ତଥା ୱେଷ୍ଟଇଣ୍ଡିଜ୍‌ର ପୂର୍ବତନ ଅଧିନାୟକ ସାର୍ ଗାରଫିଲ୍ଡ ସୋବର୍ସ (Garry Sobers)ଙ୍କ ପରଲୋକ ହୋଇଯାଇଛି। ୮୯ ବର୍ଷ ବୟସରେ…

ଟୋକନ ମିଳିଲାନି, ବିକ୍ରି ହେଲାନି ଧାନ: ପ୍ରଶାସନ ନ ଶୁଣିବାରୁ ଓକିଲ ସଂଘର ଦ୍ୱାରସ୍ଥ ହେଲା କୃଷକ ସଂଗଠନ

ବରଗଡ଼,୧୭।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ଗତ ଜୁନ୍ ମାସ ୩୦ ତାରିଖରୁ ରବିଧାନ ସଂଗ୍ରହ ପ୍ରକ୍ରିୟା ଶେଷ ହୋଇଯାଇଥିଲେ ମଧ୍ୟ ହଜାର ହଜାର ଚାଷୀ ଧାନ ବିକ୍ରିରୁ…

ରାଷ୍ଟ୍ରପତିଙ୍କ ତପ୍ତପାଣି ଗସ୍ତ କାର୍ଯ୍ୟକ୍ରମକୁ ନେଇ ପୋଲିସ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି, ସ୍ଥିତି ପରଖିଲେ ଜିଲାପାଳ, ଏସ.ପି

ଦିଗପହଣ୍ଡି,୧୭|୭(ଅଶେଷ ନାଥ ମିଶ୍ର) ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗଞ୍ଜାମ – ଗଜପତି ସୀମାନ୍ତ ପର୍ଯ୍ୟଟନ କ୍ଷେତ୍ର ଉଷ୍ମ ପସ୍ରବଣ ତପ୍ତପାଣି ପରିଦର୍ଶନ କାର୍ଯ୍ୟକ୍ରମ କୁ ଦୃଷ୍ଟିରେ ରଖି…

ଆଗକୁ ପଞ୍ଚାୟତ ଓ ପୌର ନିର୍ବାଚନ: ଭାଜପା ସାମିଲ ହେଲେ ଗୁଡାରି ବ୍ଲକ ଅଧ୍ୟକ୍ଷ, ସମୀକରଣ ଉପରେ…

ଗୁଡାରି, ୧୭।୭ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡାରି ବ୍ଲକ ଅଧ୍ୟକ୍ଷ ବିଶ୍ୱନାଥ ଶବର ଶୁକ୍ରବାର ବିଧିବଦ୍ଧ ଭାବେ ଭାରତୀୟ ଜନତା ପାର୍ଟି (ଭାଜପା)ରେ ସାମିଲ…

ଖରିଫ ଚାଷ ପାଇଁ ୨୪ରେ ଛଡ଼ାଯିବ ପାଣି, ଘୋଡ଼ାହାଡ଼ ଡ୍ୟାମରେ ହେଲା ବୃଷ୍ଟିଯଜ୍ଞ

ଦିଗପହଣ୍ଡି, ୧୭ା୭ (ଅଶେଷ ନାଥ ମିଶ୍ର): ଖରିଫ ଧାନ ଚାଷ ନିମନ୍ତେ ଚଳିତ ବର୍ଷ ମଧ୍ୟ ଦିଗପହଣ୍ଡି ବ୍ଲକ୍‌ ଖମାରି ଗାଁ ନିକଟରେ ଥିବା ଘୋଡ଼ାହାଡ଼ ଡ୍ୟାମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri