ଓଡ଼ିଶା ଅଣାଯିବ କଳ୍ପନାଙ୍କ ମର ଶରୀର, ନେପାଳରେ ଥିବା ଭାରତୀୟ ଦୂତାବାସକୁ ଚିଠି ଲେଖିଲେ ରାଜ୍ୟ କ୍ରୀଡ଼ା ସଚିବ

ଭୁବନେଶ୍ୱର,୨୪।୫(ବ୍ୟୁରୋ): ରାଜ୍ୟର ପ୍ରଥମ ଏଭରେଷ୍ଟ ଅରୋହଣକାରୀ କଳ୍ପନା ଦାଶଙ୍କ ମର ଶରୀର ଓଡ଼ିଶାକୁ ଅଣାଯିବ। ଏ ନେଇ ଶୁକ୍ରବାର ରାଜ୍ୟ କ୍ରୀଡ଼ା ସଚିବ ନେପାଳରେ ଥିବା ଭାରତୀୟ ଦୂତାବାସକୁ ଚିଠି ଲେଖିଛନ୍ତି। ତେବେ ଏଥିପାଇଁ ସମସ୍ତ ଖର୍ଚ୍ଚ ରାଜ୍ୟ ସରକାର ଉଠାଇବେ ବୋଲି ଜଣାପଡ଼ିଛି।

ଢେଙ୍କାନାଳ ଜିଲାରେ ଜନ୍ମଗ୍ରହଣ କରିଥିବା ୫୨ ବର୍ଷୀୟା କଳ୍ପନା ଗୁରୁବାର ମଧ୍ୟାହ୍ନରେ ବିଶ୍ୱର ସର୍ବୋଚ୍ଚ ଶୃଙ୍ଗ ଏଭରେଷ୍ଟର ଶିଖରରୁ ଅବତରଣ କରୁଥିବା ବେଳେ ହଠାତ୍‌ ଅସୁସ୍ଥ ହୋଇ ପଡ଼ିଥିଲେ। ପରେ ସେ ଏଭରେଷ୍ଟର ବାଲକୋନି ଏରିଆରେ ଶେଷ ନିଶ୍ୱାସ ତ୍ୟାଗ କରିଥିଲେ। ଏହି ଖବର ପ୍ରଚାରିତ ହେବା ପରେ କ୍ରିଡ଼ା ଜଗତରେ ଶୋକର ଛାୟା ଖେଳିଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଳ୍ପନାଙ୍କ ମୃତ୍ୟୁରେ ଶୋକ ପ୍ରକାଶ କରିଛନ୍ତି।

ସୂଚନାଯୋଗ୍ୟ, କଳ୍ପନା ଏଭରେଷ୍ଟ ସମେତ ଭାରତ, ନେପାଳ, ୟୁରୋପ, ଦକ୍ଷିଣ ଆମେରିକା ଓ ଅଷ୍ଟ୍ରେଲିଆର ବିଭିନ୍ନ ଶୃଙ୍ଗକୁ ସଫଳତାର ସହ ଚଢ଼ିଥିଲେ। ୨୦୦୮ରେ ସେ ନେପାଳ ବାଟ ଦେଇ ସଫଳତାର ସହ ଏଭରେଷ୍ଟ ଚଢ଼ି ଇତିହାସ ସୃଷ୍ଟି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏଥର ଧାମନଗରରେ ବିଗ୍‌ ଫାଇଟ୍‌, ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର

ଭଦ୍ରକ,୨୬।୪: ଏଥର ଧାମନଗର ଦେଖିବ ବଡ଼ ଫାଇଟ୍‌। ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର। ଭଦ୍ରକ ଲୋକ ସଭାର ଧାମନଗର ବିଧାନସଭା ଆସନରେ ହେବ କାଣ୍ଟେ କା ଟକ୍କର।...

ଏଲପିଜି ସିଲିଣ୍ଡରରେ ଭୋଟର ସଚେତନତା ବାର୍ତ୍ତା

କଟକ,୨୬ା୪ (କାର୍ତ୍ତିକ ସାହୁ) ଆଗାମୀ ସାଧାରଣ ନିର୍ବାଚନରେ ଭୋଟଦାନକୁ ଶତ ପ୍ରତିଶତ କରାଇବାର ଲକ୍ଷ୍ୟ ରଖିଛି କଟକ ଜିଲା ପ୍ରଶାସନ। ଭୋଟରମାନଙ୍କୁ ଆକୃଷ୍ଟ କରିବା ପାଇଁ...

୨୮ରେ କମ୍ପିବ ଓଡିଶା, ଆସୁଛନ୍ତି ରାହୁଲ-ନଡ୍ଡା

ଭୁବନେଶ୍ୱର,୨୬।୪: ଦିନକ ପରେ ଓଡିଶା ଗସ୍ତରେ ଆସୁଛନ୍ତି ଭାଜପା ଓ କଂଗ୍ରେସର ଦୁଇ ଟାଣୁଆ ନେତା । ସେମାନେ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

ପାକିସ୍ତାନକୁ ହରାଅ, ତୁମକୁ ଭୂରି ଭୋଜନ ମୁଁ ଦେବି- ବିଶ୍ୱକପ୍‌ରେ ଟିମ୍‌ ଇଣ୍ଡିଆ ଖେଳାଳିଙ୍କୁ କିଛି ଏଭଳି କହିଥିଲେ ସଚିନ…

ନୂଆଦିଲ୍ଲୀ,୨୬।୪: କୌଣସି ଫର୍ମାଟ ହେଉ ନା କାହିଁକି ଭାରତ ପାକିସ୍ତାନ ମ୍ୟାଚ୍‌ କଥା ପଡ଼ିଲେ ପ୍ରଶଂସକଙ୍କ ଉତ୍କଣ୍ଠା ବଢ଼ିଯାଇଥାଏ। ହେଲେ ଦୁଇ ଦେଶ ଏବେ କେବଳ...

ଆଇପିଏଲ୍‌ ମଝିରେ ପୁଣି ଥରେ ବାପା ହେଲେ ପାଣ୍ଡ୍ୟା !

ନୂଆଦିଲ୍ଲୀ,୨୬।୪: ପୁଣି ଥରେ ବାପା ହୋଇଛନ୍ତି ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବଡ଼ ଭାଇ ତଥା ଆଇପିଏଲ୍‌ରେ ଲକ୍ଷ୍ନୌ ସୁପର ଜିଆଣ୍ଟସ୍‌ ପାଇଁ ଖେଳୁଥିବା କ୍ରୁଣାଳ ପାଣ୍ଡ୍ୟା। କ୍ରୁଣାଳଙ୍କ...

ଭାଇବୋହୂ, ପୁତୁରାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ଦେଢଶୁର

କୁଚିଣ୍ଡା,୨୬।୪(ବିରଞ୍ଚତ୍ ଦର୍କା): ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା କିନାବଗା ପଞ୍ଚାୟତ ଦଲକିବାହାଲ ଗ୍ରାମରେ ଗୁରୁବାର ରାତିରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ନିଜ ଭାଇବୋହୂ ଏବଂ...

ଫୁଟୁଛି ଓଡିଶା, ଅନୁଗୁଳ ସର୍ବୋଚ୍ଚ ଉତ୍ତପ୍ତ ସହର

ଭୁବନେଶ୍ୱର,୨୬।୪(ଅସମାପିକା ସାହୁ): ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ...

ପୁଅକଥା ମନେ ପକାଇ ହସ୍ପିଟାଲରେ ମା’ଙ୍କ ଆତ୍ମହତ୍ୟା ଉଦ୍ୟମ

ବଲାଙ୍ଗୀର,୨୬।୪: ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ହସ୍ପିଟାଲରେ ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ମହିଳା ଜଣଙ୍କ ହେଉଛନ୍ତି ମୁରିବାହାଲ ଥାନା ସାନଝରବାହାଲି ଗାଁର ପଦ୍ମାବତୀ ସେଠ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri