ଓଡ଼ିଶା ଅଭିମୁଖେ ଜଗା-କାଳିଆ

ଭୁବନେଶ୍ୱର, ୬-୯(ବ୍ୟୁରୋ): କଟକସ୍ଥିତ ଏସ୍‌ସିବି ମେଡିକାଲ କଲେଜ ଓ ହସ୍ପିଟାଲର ଦୁଇଜଣ ଡାକ୍ତର ଗୁରୁବାର ଦିଲ୍ଲୀରେ ପହଞ୍ଚି ଜଗା-କାଳିଆଙ୍କ ସ୍ବାସ୍ଥ୍ୟାବସ୍ଥା ସମ୍ପର୍କରେ ଅବଗତ ହୋଇଛନ୍ତି। ଡାକ୍ତର ଶିବଶଙ୍କର ବରିହା ଏବଂ ଡାକ୍ତର ବିଭୁ ପ୍ରସାଦ ନାୟକ ନୂଆଦିଲ୍ଲୀସ୍ଥିତ ଏମ୍ସରେ ଜଗା-କାଳିଆଙ୍କ ଚିକିତ୍ସା କରୁଥିବା ଡାକ୍ତରମାନଙ୍କ ସହ ଆଲୋଚନା କରିଛନ୍ତି। ସେହିଭଳି ଜଗା-କାଳିଆ ଓଡ଼ିଶା ଫେରିଲେ ଉଭୟଙ୍କୁ କିପରି ଭାବେ ଉପଯୁକ୍ତ ଚିକିତ୍ସା ଯୋଗାଇ ଦିଆଯାଇପାରିବ, ସେ ନେଇ ମଧ୍ୟ ଆଲୋଚନା ହୋଇଛି। ଜଗା-କାଳିଆ ଶୁକ୍ରବାର ରାଜଧାନୀ ଏକ୍ସପ୍ରେସରେ ଦିଲ୍ଲୀରୁ ଓଡ଼ିଶା ଅଭିମୁଖେ ଯାତ୍ରା କରିବେ। ଶନିବାର ଦୁଇ ଯମଜ ଭ୍ରାତା କଟକରେ ପହଞ୍ଚିବା ସହ ଏସ୍‌ସିବିରେ ଭର୍ତ୍ତି ହେବେ। ସେଠାରେ ୪ ଜଣିଆ ଡାକ୍ତର ଟିମ୍‌ ସହ ଜଣେ ନର୍ସ ଜଗା-କାଳିଆଙ୍କ ଚିକିତ୍ସା ସହ ଦେଖାଶୁଣା କରିବେ। କନ୍ଧମାଳ ଜିଲା ମିଲିପଡାର ଜଗା-କାଳିଆ ୨୦୧୭ ଜୁଲାଇ ୧୪ରେ ଦିଲ୍ଲୀ ଏମ୍ସରେ ଭର୍ତ୍ତି ହୋଇଥିଲେ। ସେଠାରେ ୩୦ ଜଣ ବିଶେଷଜ୍ଞଙ୍କ ତତ୍ତ୍ୱାବଧାନରେ ସେହିବର୍ଷ ଅକ୍ଟୋବର ୨୫ରେ ମୁଣ୍ଡ ଯୋଡି ହୋଇଥିବା ଜଗା-କାଳିଆଙ୍କୁ ଅଲଗା କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ-ଆମେରିକା ଯୁଦ୍ଧବିରତି ଉପରେ ଆଲୋଚନା ଦୂରର କଥା: ବୈଠକ ପୂର୍ବରୁ ୨ଟି ବଡ଼ ସର୍ତ୍ତ ରଖିଦେଲେ…

ନୂଆଦିଲ୍ଲୀ,୧୧।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି ଘୋଷଣା ପରେ, ଏକ ଇରାନୀ ପ୍ରତିନିଧି ଦଳ ଶାନ୍ତି ଆଲୋଚନା ପାଇଁ ଇସଲାମାବାଦରେ ପହଞ୍ଚିଛି। ଏହି ପ୍ରତିନିଧି ଦଳ…

ଯାତ୍ରୀବାହୀ ବସ୍‌କୁ ପଛପଟୁ ପିଟିଲା ଟ୍ରକ: ବିଦ୍ୟୁତ ଟ୍ରାନ୍ସଫର୍ମରରେ ବାଜି…

ସୋହେଲା,୧୧।୪(ଅଶ୍ବିନୀ ପାତ୍ର):ବରଗଡ଼ ଜିଲା ସୋହେଲାଠାରେ ବରଗଡ଼ ରାୟପୁର ଜାତୀୟ ରାଜପଥ ରେ ଏକ ବଡ଼ ଧରଣର ସଡକ ଦୁର୍ଘଟଣା ଘଟିଯାଇଛି। ଶୁକ୍ରବାର ବିଳମ୍ବିତ ରାତିରେ ରାଉରକେଲାରୁ ରାୟପୁର…

କ୍ରୀଡ଼ା ସାମଗ୍ରୀ କିଣାରେ ଦୁର୍ନୀତି ଘଟଣା: ଅଭିଯୋଗ ପରେ ବି ହେଉନି କାର୍ଯ୍ୟାନୁଷ୍ଠାନ

ଭବାନୀପାଟଣା,୧୧ା୪(ଉତ୍ତମ କୁମାର ଦାଶ):ପୂର୍ବ ସରକାର ପ୍ରତି ବ୍ଲକକୁ କ୍ରୀଡ଼ା ସାମଗ୍ରୀ କିଣିବା ପାଇଁ ଆର୍ଥିକ ସହାୟତା ଯୋଗାଇଥିଲେ। ଗ୍ରାମାଞ୍ଚଳରେ କ୍ରୀଡ଼ା କ୍ଷେତ୍ରରେ ଆଗ୍ରହ ସୃଷ୍ଟି ଏହାର ମୂଳ…

୪୦ ଫୁଟ୍‌ ତଳକୁ ଖସିଲା OSRTC ବସ୍‌: ୨୪ଯାତ୍ରୀ ଆହତ, ଜଣେ ମୃତ

ପଟ୍ଟାଙ୍ଗି , ୧୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ସୁଙ୍କି ଘାଟିରେ OSRTC ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି । ଫଳରେ ଯାତ୍ରୀ ଆହତ…

କେମୋଥେରାପିରେ ସୀମିତ କ୍ୟାନ୍‌ସର ଚିକିତ୍ସା: ୧୩୮କୋଟିର ହସ୍ପିଟାଲରେ ମିଳୁନି ସ୍ବାସ୍ଥ୍ୟସେବା

ବରଗଡ଼,୧୧।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା କ୍ୟାନସର ରୋଗୀଙ୍କ ହବ୍‌ ପାଲଟିଛି। ଏଠାରେ କ୍ୟାନସର ଆକ୍ରାନ୍ତ ଓ ମୃତକଙ୍କ ସଂଖ୍ୟା ବଢ଼ି ଚାଲିଛି। ଅନ୍ୟପଟେ ଏଠାରେ ଥିବା କ୍ୟାନସର ହସ୍ପିଟାଲରୁ…

ଭାଉଜଙ୍କ ସହ ଶାରୀରିକ ସମ୍ପର୍କ ରଖିଥିଲେ ଦିଅର, ଗର୍ଭବତୀ ହେବାରୁ…

ପାଟଣା,୧୧ା୪(ବୀରକିଶୋର ଦାଶ):କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ପୋଲିସ ସମ୍ପର୍କୀୟ ବିଧବା ଭାଉଜଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖିବା ଓ ଭାଉଜ ଗର୍ଭବତୀ ହେବା ପରେ…

ମୁଣ୍ଡିଆ ମାରିଲେ, ମନ୍ଦିରରୁ ସବୁ ଲୁଟିନେଲେ: ମାଷ୍ଟରମାଇଣ୍ଡ୍‌ ଜଣେ ମହିଳା

ଭୁବନେଶ୍ୱର,୧୧।୪(ତ୍ରିନାଥ ମହାନ୍ତି):ଗୋଟିଏ ରାତିରେ ଦୁର୍ବୃତ୍ତମାନେ ୩ ମନ୍ଦିରରେ ପଶି ପୋଛି ନେଇଛନ୍ତି ଲକ୍ଷାଧିକ ଟଙ୍କାର ସୁନା ଗହଣା ଏବଂ ଟଙ୍କା। ଚନ୍ଦ୍ରଶେଖରପୁର ଥାନା ପଟିଆ ଗଁାରେ ଥିବା…

ପୋଲିସ ଦମନଲୀଳାର ଦୁଃଖ ବଖାଣିଲେ ସିଜିମାଳି ଆଦିବାସୀ

ଭୁବନେଶ୍ୱର, ୧୧ା୪(ବନ୍ଦନା ସେଠୀ):ବେଦାନ୍ତ ପାଇଁ ରାୟଗଡ଼ା ଜିଲାର ସିଜିମାଳି ଅଞ୍ଚଳରେ ଆଦିବାସୀ ଲୋକଙ୍କ ଉପରେ ଚାଲିଥିବା ପୋଲିସର ଦମନଲୀଳା, ନିଷେଧାଦେଶ ଓ ଗଣତାନ୍ତ୍ରିକ ଅଧିକାର ଉଲ୍ଲଂଘନକୁ ବାମପନ୍ଥୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri