ଓଡ଼ିଶା ଆସିବେ ଜଗା-କାଳିଆ: ଦିଲ୍ଲୀ ଗଲେ ଦୁଇ ଡାକ୍ତର

କଟକ ଅଫିସ,୫।୯: ଓଡ଼ିଶା ଆସିବେ ଜଗା-କାଳିଆ। ଅପରେଶନ ମାଧ୍ୟମରେ ଅଲଗା ହୋଇଥିବା କନ୍ଧମାଳର ଯୋଡ଼ାମୁଣ୍ଡ ଶିଶୁ ଜଗା-କାଳିଆ ଦିଲ୍ଲୀ ଏମ୍ସରୁ ସ୍ଥାନାନ୍ତର ହେବେ। ସେମାନଙ୍କୁ ଆଣିବା ଲାଗି ଗୁରୁବାର ଶିଶୁ ରୋଗ ବିଭାଗର ଦୁଇଜଣ ଡାକ୍ତର ଶିବ ଶଙ୍କର ବରିହା ଏବଂ ବିଭୁ ପ୍ରସାଦ ନାୟକ ଦିଲ୍ଲୀ ଗସ୍ତ କରିଛନ୍ତି। ସେମାନେ ଦିଲ୍ଲୀ ଏମ୍‌ସରେ ପହଞ୍ଚି ଉଭୟଙ୍କ ସ୍ବାସ୍ଥ୍ୟାବସ୍ଥା ଅନୁଧ୍ୟାନ କରିବେ। ପରେ ସେମାନେ ଜଗା-କାଳିଆଙ୍କୁ ନେଇ ଏସ୍‌ସିବି ଆସିବେ। ତାଙ୍କ ସହ ଏମ୍‌ସର ୩ଜଣିଆ ବିଶେଷଜ୍ଞ ଡାକ୍ତରୀ ଦଳ ଏବଂ ଜଣେ ନର୍ସ ମଧ୍ୟ ଏସ୍‌ସିବି ଆସିବେ ବୋଲି ଜଣାପଡ଼ିଛି।

ସୂଚନାଯୋଗ୍ୟ, ଏସ୍‌ସିିବି ମେଡିକାଲରେ ଜଗା, କାଳିଆଙ୍କ ଚିକିତ୍ସା ପାଇଁ ଆବଶ୍ୟକ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି। ନ୍ୟୁରୋସର୍ଜରୀ ବିଭାଗ ମୁଖ୍ୟ ପ୍ରଫେସର ସୁଧାଂଶୁ ମିଶ୍ରଙ୍କ ନେତୃତ୍ୱରେ ଏକ ଡାକ୍ତରୀଦଳ ଗଠନ କରାଯାଇଛି। ସେମାନେ ଜଗା-କାଳିଆଙ୍କ ସମ୍ପୂର୍ଣ୍ଣ ଚିକିତ୍ସା ଦାୟିତ୍ୱରେ ରହିବେ। ସେମାନଙ୍କୁ ନ୍ୟୁରୋସର୍ଜରୀ ବିଭାଗରେ ଏକ ସ୍ବତନ୍ତ୍ର କ୍ୟାବିନରେ ରଖି ଚିକିତ୍ସା କରାଯିବ। ଏଥିପାଇଁ ଆବଶ୍ୟକ ସମସ୍ତ ପ୍ରକାର ପଦକ୍ଷେପ ଗ୍ରହଣ କରିବାକୁ ମେଡିକାଲ କଲେଜ ଅଧୀକ୍ଷକ ପ୍ରଫେସର ଡା. ସି.ବି.କେ. ମହାନ୍ତିଙ୍କୁ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୨ ରାଜ୍ୟରେ ଭୋଟ ଦେବେ ସୀମାନ୍ତବାସୀ

ନନ୍ଦପୁର,୨୦ା୪(ଶଙ୍କର ପୂଜାରୀ)ଆନ୍ଧ୍ର ଓ ଓଡ଼ିଶା ସରକାରଙ୍କ ପକ୍ଷରୁ ସୁବିଧା ପାଇଛୁ। ଆଧାର, ରାଶନ, କୁଲି ଓ ଭୋଟରକାର୍ଡ ପାଇଛୁ। ଉଭୟ ରାଜ୍ୟରୁ ଭତ୍ତା, ଚାଉଳ, କୁଲିକାମ,...

ମହିଳାଙ୍କ ହାତରେ ରାଜଧାନୀର ୧୧୩ ପାର୍କ

ଭୁବନେଶ୍ୱର,୨୦।୪ (ଅନୁରାଧା ମହାରଣା)ରାଜଧାନୀ ଭୁବନେଶ୍ୱରରେ ବନ ବିଭାଗ ଅଧୀନରେ ୭ରୁ ଅଧିକ ଉଦ୍ୟାନ ରହିଛି। ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ(ବିଡିଏ) ପାଖାପାଖି ୬୦ଟି ଛୋଟ ବଡ଼ ପାର୍କର...

ଭୁଶୁଡିଯିବ ବୈତରଣୀ ସେତୁ

ରାମଚନ୍ଦ୍ରପୁର,୨୦।୪(ଗଣେଶ୍ୱର ସା)କେନ୍ଦୁଝର ଜିଲା ଘସିପୁରା ବ୍ଲକ୍‌ ଅନ୍ତର୍ଗତ ବାତୋଠା ଆମ୍ବୋକୁ ସଂଯୋଗୀକରଣ ହେଉଥିବା ବୈତରଣୀ ନଦୀର ସେତୁ ନିକଟରୁ ବେଧଡ଼କ ବାଲି ଚୋରାଚାଲାଣ ହେଉଛି। ସେହିପରି...

ମତ୍ସ୍ୟଜୀବୀଙ୍କୁ ମିଳୁନି ମୌଳିକ ସୁବିଧା

କାଳିପଦା, ୨୦।୪(ରାଜଶ୍ରୀ ପାଣିଗ୍ରାହୀ)ନିର୍ବାଚନ ପୂର୍ବରୁ ସବୁବର୍ଗର ଲୋକଙ୍କୁ ଖୁସି କରିବା ଲାଗି ବିଭିନ୍ନ ଲୋଭନୀୟ ଯୋଜନା ମାଧ୍ୟମରେ ସରକାର ଲୋକଙ୍କ ପାଖରେ ପହଞ୍ଚାଇବାକୁ ଚେଷ୍ଟା କରୁଛନ୍ତି।...

ଖରାରେ ଖଟୁଛନ୍ତି ଶ୍ରମିକ

ବାରିପଦା,୨୦ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ)ପ୍ରଚଣ୍ଡ ରୌଦ୍ରତାପକୁ ନେଇ ନିଦ୍ଦିଷ୍ଟ ସମୟ ମଧ୍ୟରେ ଶ୍ରମିକମାନେ କାର୍ଯ୍ୟ କରିବାକୁ ରାଜ୍ୟ ସରକାର ନିର୍ଦ୍ଦେଶନାମା ଜାରି କରିଥିବା ବେଳେ ମୟୂରଭଞ୍ଜ ଜିଲାରରେ...

ଗଞ୍ଜାମ ଜିଲାରେ ମହିଳାଙ୍କୁ ପ୍ରାର୍ଥୀ କରିନି ଭାଜପା

ବ୍ରହ୍ମପୁର,୨୦ା୪(ନରସିଂହ ସାହୁ)ମହିଳା ଭୋଟରଙ୍କୁ ନଜରରେ ରଖି ଭାଜପାର ନିର୍ବାଚନୀ ଇସ୍ତାହାରରେ ନାରୀ ଶକ୍ତି ବନ୍ଧନକୁ ଗୁରୁତ୍ୱ ଦିଆଯାଇଛି। ତେବେ ଗଞ୍ଜାମ ଜିଲାର ୧୩ ବିଧାନସଭା ନିର୍ବାଚନ...

ବଢ଼ୁଛି ଖରା, ପିଇବାକୁ ପାଣି ନାହିଁ

କେନ୍ଦ୍ରାପଡ଼ା, ୨୦ା୪ (ଜଗନ୍ନାଥ ଧଳ)କେନ୍ଦ୍ରାପଡ଼ା ଜିଲାରେ ଉତ୍ତାପ ୪୨ ଡିଗ୍ରୀ ଉପରେ ଅଛି। ମହାନଦୀ, ବ୍ରାହ୍ମଣୀ ଓ ବୈତରଣୀ ସିଷ୍ଟମ୍‌ରେ ଥିବା ୭ ନଦୀ ଶୁଖିଲା...

ଖଣି ବିଭାଗର ଡ୍ରୋନ୍‌ କ୍ୟାମେରାରେ ମାପଚୁପ

ଯାଜପୁର,୨୦।୪ (ହର୍ଷବର୍ଦ୍ଧନ ବେହେରା)ଦ୍ରୁତ ଶିଳ୍ପାୟନ ରାଜ୍ୟର ଆର୍ଥିକ ଅଭିବୃଦ୍ଧି ସହ ଅଧିକରୁ ଅଧିକ ନିଯୁକ୍ତି ସୁଯୋଗ ସୃଷ୍ଟି କରିବ ବୋଲି ରାଜ୍ୟ ସରକାର ଦାବି କରୁଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri