ଓଡ଼ିଶା ଆସିବେ ଜଗା କାଳିଆ, ସପ୍ତାହେ ଭିତରେ ହେବ ତାରିଖ ଘୋଷଣା

ଭୁବନେଶ୍ୱର, ୨୭ା୮(ବ୍ୟୁରୋ)- ଦିଲ୍ଲୀ ଏମ୍ସରେ ଅସ୍ତ୍ରୋପଚାର ମାଧ୍ୟମରେ ଅଲଗା ହୋଇ ଚିକିତ୍ସାଧୀନ ଥିବା ଯୋଡ଼ାମୁଣ୍ଡ ଶିଶୁ ଜଗା ଓ କାଳିଆ ଖୁବ୍‌ଶୀଘ୍ର ଓଡ଼ିଶା ଆସିବେ। ସେମାନଙ୍କର ପରବର୍ତ୍ତୀ ଚିକିତ୍ସା ଓ ରହଣି ପାଇଁ କଟକ ଏସ୍‌ସିବିରେ ସମସ୍ତ ପ୍ରକାର ପ୍ରସ୍ତୁତି ଶେଷ ହୋଇଛି। ତେବେ ସେମାନେ କେବେ ଆସିବେ ତାହା ସପ୍ତାହକ ଭିତରେ ଘୋଷଣା ହେବ ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବକିଶୋର ଦାସ କହିଛନ୍ତି। ଦୁହିଁଙ୍କ ଚିକିତ୍ସା ପାଇଁ ଏସ୍‌ସିବିରେ ଏକ ୬ଜଣିଆ ବିଶେଷଜ୍ଞ ଡାକ୍ତରୀ ଦଳ ଗଠନ କରାଯାଇଛି। ନ୍ୟୁରୋସର୍ଜରୀ ବିଭାଗ ମୁଖ୍ୟ ପ୍ରଫେସର ସୁଧାଂଶୁ ମିଶ୍ରଙ୍କ ଅଧ୍ୟକ୍ଷତାରେ ଗଠିତ ଏହି ଟିମ୍‌ରେ ଶିଶୁରୋଗ ବିଭାଗ ମୁଖ୍ୟ ପ୍ରଫେସର ଜେ.ଏନ୍‌. ବେହେରା, ନ୍ୟୁରୋଲୋଜି ବିଭାଗ, ସର୍ଜରୀ ବିଭାଗ ଭଳି ଅନ୍ୟ ବିଭାଗର ମଧ୍ୟ ବରିଷ୍ଠ ଡାକ୍ତର ଏଥିରେ ସାମିଲ ଅଛନ୍ତି। ଦୁଇ ଭାଇଙ୍କ ସ୍ବାସ୍ଥ୍ୟାବସ୍ଥା ଯାଞ୍ଚ ସହ ପ୍ରତିଟି ମୁହୂର୍ତ୍ତ ଉପରେ ଡାକ୍ତରୀ ଟିମ୍‌ ନଜର ରଖିବ। ଯଦି ଆବଶ୍ୟକ ପଡ଼େ, ଜଣେ ଡାଏଟିସିଆନ୍‌ ଓ ଗ୍ୟାଷ୍ଟ୍ରୋଏଣ୍ଟ୍ରୋଲୋଜି ବିଶେଷଜ୍ଞଙ୍କୁ ମଧ୍ୟ ଏହି ଟିମ୍‌ରେ ରଖାଯିବ ବୋଲି ଏସ୍‌ସିବି ଜରୁରିକାଳୀନ ଅଧିକାରୀ ଡା. ଭୁବନାନନ୍ଦ ମହାରଣା ପୂର୍ବରୁ ସୂଚନା ଦେଇଛନ୍ତି।

ସୂଚନାଯୋଗ୍ୟ, ୨୦୧୭ ଜୁଲାଇ ୧୪ରେ କନ୍ଧମାଳ ଜିଲା ମିଲିପଡ଼ା ଗାଁର ଯୋଡ଼ାମୁଣ୍ଡ ଶିଶୁ ଜଗା କାଳିଆଙ୍କୁ ଦିଲ୍ଲୀ ଏମ୍ସରେ ଭର୍ତ୍ତି କରାଯାଇଥିଲା। ଅସ୍ତ୍ରୋପଚାର କରି ଦୁଇ ଶିଶୁଙ୍କୁ ଅଲଗା କରାଯାଇଥିଲା। ସେବେଠାରୁ ଏହି ଦୁଇ ଭାଇ ଏମ୍ସରେ ରହିଥିବାବେଳେ କିଛିଦିନ ତଳେ ଓଡ଼ିଶା ଆସିପାରିବେ ବୋଲି କର୍ତ୍ତୃପକ୍ଷ କହିଥିଲେ। ଏହାପରେ ଦୁଇଜଣଙ୍କୁ ଭୁବନେଶ୍ୱର ଏମ୍ସରେ ରଖିବା ପାଇଁ ସ୍ବାସ୍ଥ୍ୟ ବିଭାଗ ସ୍ଥିର କରି ଅନୁମତି ମାଗିଥିଲେ। କିନ୍ତୁ ଭୁବନେଶ୍ୱର ଏମ୍ସରୁ କୌଣସି ଉତ୍ତର ନ ମିଳିବାରୁ ଏସ୍‌ସିବିରେ ରଖିବା ପାଇଁ ନିଷ୍ପତ୍ତି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ୟୁତ୍‌ ଆଘାତରେ ନାବାଳିକାଙ୍କ ଜୀବନ ଗଲା, କ୍ଷତିପୂରଣ ଦାବିରେ…

କାଲିମେଳା,୧୪ା୮(ଜୀବନ କୃଷ୍ଣ ଦାସ): ମାଲକାନଗିରି ଜିଲା କାଲିମେଳା ଥାନା ଅନ୍ତର୍ଗତ କୁର୍ମାନୁର ପଞ୍ଚାୟତର ଗୁରାଲୁର ଗ୍ରାମରେ ବିଦ୍ୟୁତ୍‌ ଆଘାତରେ ଜଣେ ୧୩ ବର୍ଷୀୟା ନାବାଳିକାଙ୍କ ମୃତ୍ୟୁ ଘଟିଛି।…

ଅଭିଜିତ ଦୀପକେଙ୍କ ବଡ଼ ବୟାନ: ‘ସୌରଭଙ୍କ ଗୋଟିଏ ଭିଡିଓ ଯୋଗୁଁ…’

ନୂଆଦିଲ୍ଲୀ,୧୪।୮: ‘କକ୍ରୋଚ ଜନତା ପାର୍ଟି’ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଶୁକ୍ରବାର (୧୪ ଅଗଷ୍ଟ) କହିଛନ୍ତି ଯେ ସୌରଭ ଦାସ ଯେଉଁ କାମ କରୁଛନ୍ତି ତାହା ଦେଶର ହିତ…

କାହିଁକି ଅପରେଶନ ସିନ୍ଦୂର କଥା ମନେ ପକାଇ ଦେଲେ ଅଜିତ ଡୋଭାଲ? ଜାଣନ୍ତୁ ଏହା ପଛର କାରଣ

ନୂଆଦିଲ୍ଲୀ,୧୪।୮: ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ କହିଛନ୍ତି ଯେ ଭାରତର ଉଦାରତା ଏବଂ ସହନଶୀଳତାକୁ ଦୁର୍ବଳତା ଭାବିବା ଏକ ଗୁରୁତର ଭୁଲ ହେବ। ସେ ଦୃଢ଼ୋକ୍ତି…

ଗୁଣପୁରରେ ଅଖଣ୍ଡ ଭାରତ ଦିବସ: ତ୍ରିରଙ୍ଗା ଯାତ୍ରାରେ ବାହାରି ମହାପୁରୁଷଙ୍କ ବଳିଦାନକୁ ନେଇ…

ଗୁଣପୁର,୧୪ା୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ପୁରୁଣା ବସ୍‌ଷ୍ଟାଣ୍ଡଠାରେ ଶୁକ୍ରବାର ଅଖଣ୍ଡ ଭାରତ ଦିବସ ପାଳନ ହୋଇଯାଇଛି। ଏହି ଅବସରରେ ଭାଜପା ଜିଲା ସଭାପତି ଗୋପୀ ଆନନ୍ଦ…

ସ୍ୱାଧୀନତା ଦିବସରେ ପାକିସ୍ତାନରେ ବଡ଼ ହଙ୍ଗାମା, ସରିଗଲା ସବୁ ପେଟ୍ରୋଲ…

ଇସଲାମାବାଦ୍‌,୧୪।୮: ପାକିସ୍ତାନୀ ସମ୍ବାଦପତ୍ର ‘ଡନ୍’ (DAWN) ର ରିପୋର୍ଟ ଅନୁଯାୟୀ, ପାକିସ୍ତାନ ସରକାର ପେଟ୍ରୋଲ ଏବଂ ହାଇ-ସ୍ପିଡ୍ ଡିଜେଲ (HSD) ର ଦର ବୃଦ୍ଧି କରିଛନ୍ତି। ଏହି…

Video: କିଏ କହିଲା ‘କମେଡିଆନ’ କିଏ କହିଲା ‘ମହିଳା ବିରୋଧୀ’ ରାହୁଲ ଗାନ୍ଧୀଙ୍କୁ ଟାର୍ଗେଟ କଲେ ଭାଜପା ନେତା

ନୂଆଦିଲ୍ଲୀ,୧୪।୮: କଂଗ୍ରେସ ନେତା ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଏକ ବୟାନ ପୁଣି ଥରେ ବିବାଦ ସୃଷ୍ଟି କରିଛି। ଗୁରୁବାର ନୂଆଦିଲ୍ଲୀରେ…

ଶୁକ୍ର ପୁଷ୍କରାଂଶ ଯୋଗରେ ମିଥୁନରୁ ତୁଳା ସମେତ ଏହି ୪ ରାଶିଙ୍କ ଲାଭ; ଇନକମ୍‌ ହେଇଯିବ ଡବଲ୍‌, ସୁଧୁରିବ ଭାଙ୍ଗିଯାଇଥିବା ସମ୍ପର୍କ…

ଜନ୍ମକୁଣ୍ଡଳୀରେ ଯେକୌଣସି ଗ୍ରହର ‘ପୁଷ୍କରାଂଶ’ ସ୍ଥିତିକୁ ଅତ୍ୟନ୍ତ ଶୁଭ ବୋଲି ମନେକରାଯାଏ, କାରଣ ଏହାର ପ୍ରଭାବ ସଦାସର୍ବଦା ସକାରାତ୍ମକ ଏବଂ ଫଳଦାୟୀ ହୋଇଥାଏ। ବିଶେଷକରି ଶୁକ୍ରଙ୍କର ପୁଷ୍କରାଂଶ…

ଭାରତ ଗସ୍ତରେ ଆସିବେ ଇରାନୀ ରାଷ୍ଟ୍ରପତି; ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ସାକ୍ଷାତ ଉପରେ ସମସ୍ତଙ୍କ ନଜର? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ/ତେହରାନ,୧୪।୮: ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ଆସନ୍ତା ମାସରେ ଭାରତ ଗସ୍ତରେ ଆସୁଛନ୍ତି। ସେ ସେପ୍ଟେମ୍ବର 12-13 ରେ ଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା BRICS ସମ୍ମିଳନୀରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri