ଓଡ଼ିଶା ଉପରେ ଘୂର୍ଣ୍ଣିବଳୟ: ୧୦ ଜିଲାରେ ପ୍ରବଳ ବର୍ଷା ସମ୍ଭାବନା, ଅରେଞ୍ଜ ୱାର୍ନିଂ ଜାରି

ଭୁବନେଶ୍ୱର,୨୬।୪(ବ୍ୟୁରୋ): ଛତିଶଗଡ, ପଶ୍ଚିମବଙ୍ଗ ଏବଂ ଉତ୍ତର ଓଡିଶା ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ବିଦର୍ଭ ଏବଂ ପୂର୍ବ ମଧ୍ୟ ପ୍ରଦେଶ ଉପରେ ଏକ ଟ୍ରପ୍‌ ଲାଇନ୍‌ ସୃଷ୍ଟି ହୋଇଛି। ଏହାଛଡା ବଙ୍ଗୋପସାଗରୁ ବହୁ ଅଂଶରେ ଜଳୀୟ ବାଷ୍ପ ବାୟୁ ମଣ୍ଡଳକୁ ପ୍ରବେଶ କରୁଛି। ଏହାର ପ୍ରଭାବରେ ବିଭିନ୍ନ ଜିଲାରେ ଝଡବର୍ଷା ଲାଗି ରହିଛି। ଆସନ୍ତା ୩୦ ତାରିଖ ଯାଏ ଏଭଳି ପାଗ ଲାଗି ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଏଥିଯୋଗୁ ଆସନ୍ତା ୨୪ ଘଣ୍ଟା ମଧ୍ୟରେ କେନ୍ଦୁଝର, ମୟୂରଭଞ୍ଜ, ରାୟଗଡା, କୋରାପୁଟ ଏବଂ ସୁନ୍ଦରଗଡ ଜିଲାର କେତେକ ସ୍ଥାନରେ ଝଡବର୍ଷା ସହ ଘଣ୍ଟା ପ୍ରତି ୪୦ରୁ ୫୦ କି.ମି. ବେଗରେ ପବନ ବହିବାର ସମ୍ଭାବନା ରହିଛି। ଏହାଛଡା ସୁନ୍ଦରଗଡ, ମୟୂରଭଞ୍ଜ, ଦେବଗଡ, କେନ୍ଦୁଝର, କଳାହାଣ୍ଡି ଏବଂ କୋରାପୁଟ ଜିଲାରେ ଘଡଘଡି ସହ କୁଆପଥର ବର୍ଷା ହେବା ସମ୍ଭାବନା ରହିଛି। ଏଥିସହିତ ସୁନ୍ଦରଗଡ, ଦେବଗଡ, କେନ୍ଦୁଝର, ମୟୂରଭଞ୍ଜ, କୋରାପୁଟ, ରାୟଗଡା, ଗଜପତି, ପୁରୀ, କେନ୍ଦ୍ରାପଡା ଏବଂ ଜଗତ୍‌ସିଂହପୁର ଜିଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ଜଣାପଡିଛି। ଏସବୁ ଜିଲା ପାଇଁ ପାଣିପାଗ ବିଭାଗ ଅରେଞ୍ଜ ୱାର୍ନିଂ ଜାରି କରିଛି।
ଗତ ୪୮ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ଭାଗରେ ପ୍ରବଳ ବର୍ଷା ହୋଇ ଯାଇଛି।

ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ହରଭଙ୍ଗାରେ ସର୍ବାଧିକ ୧୪ ସେ.ମି. ବର୍ଷା ରେକର୍ଡ କରାଯାଇଥିବା ବେଳେ ବିନିକା ୧୩, କନ୍ଧମାଳ ୧୩, ଗଞ୍ଜାମ ୧୨, ବୀରମହାରାଜପୁର ୧୨, ଅତାବିରା ୧୦, ଜଗନ୍ନାଥପ୍ରସାଦ ୧୦, ଦଶପଲ୍ଲା ୧୦, ବରପାଲି ୧୦, ନିଆଳି ୯, ଖଇରମାଳ ୯, ବାଲିପାଟଣା ୭, ବାଣପୁର ୭, ଏବଂ ବାଙ୍କିରେ ୭ ସେଣ୍ଟିିମିଟର ବର୍ଷା ରେକର୍ଡ କରାଯାଇଛି। ଝଡବର୍ଷା ଲାଗି ରହୁଥିବାରୁ ରାଜ୍ୟରେ ତାତି ହ୍ରାସ ପାଇଛି। ବିଭିନ୍ନ ସ୍ଥାନରେ ସର୍ବୋଚ୍ଚ ତାପମାତ୍ରା ୪୦ ଡିଗ୍ରୀ ସେଲ୍‌ସିୟସ୍‌ ତଳେ ରହୁଛି। ଆସନ୍ତା ୩୦ ତାରିଖ ଯାଏ ଉପକୂଳ ଓଡିଶାରେ ସର୍ବୋଚ୍ଚ ତାପମାତ୍ରା ୪୦ ଡିଗ୍ରୀ ତଳେ ରହିବା ବେଳେ ପଶ୍ଚିମ ଏବଂ ଦକ୍ଷିଣ ଓଡିଶାର ଗୋଟିଏ ଦୁଇଟି ସ୍ଥାନରେ ସର୍ବୋଚ୍ଚ ତାପମାତ୍ରା ୪୦ରୁ ୪୧ ଡିଗ୍ରୀ ସେଲସିୟସ୍‌ ଉପରେ ରହିବ ବୋଲି ଅନୁମାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାରେ ଭାଜପା ସରକାରକୁ ଆସିଲେ ଲୋକେ ରୋଜଗାର ପାଇଁ ବାହାର ରାଜ୍ୟକୁ ଯିବେ ନାହିଁ: ଅମିତ ଶାହା

ସୋନପୁର,୨୫।୪: କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଢିବାକୁ ଲୋକ ମାନଙ୍କୁ ଆହ୍ୱାନ ଦେଇଛନ୍ତି। ନବୀନ ସରକାରକୁ ଓପାଡ଼ି ଏଠାରେ ଭାଜପା...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

କାହିଁକି ଅମିତ ଶାହା ପଚାରିଲେ ‘୨୦ ଲୋକସଭା ସିଟ୍‌ ଜିତିବା କି ନାହିଁ’ ?

ସୋନପୁର,୨୫।୪: ଓଡ଼ିଶାରୁ ସର୍ବାଧିକ ଲୋକ ସଭା ଆସନ ବିଜୟ ଲକ୍ଷ୍ୟରେ କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ସୋନପୁରରୁ ପ୍ରଚାର ଆରମ୍ଭ କରିଛନ୍ତି। ଜୟ ଜଗନ୍ନାଥ, ଜୟ...

ନବୀନ ସରକାରକୁ ଉପାଡ଼ି ଭାଜପା ସରକାର ବନାନ୍ତୁ: ଶାହା

ସୋନପୁର,୨୫।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଝାରସୁଗୁଡ଼ା ବିମାନବନ୍ଦରରେ ପହଞ୍ଚିବା ପରେ ସୋନପୁର ଗସ୍ତ କରିଛନ୍ତି। ସେଠରେ ଆୟୋଜିତ ବିଶାଳ ଜନସଭାକୁ ସମ୍ବୋଧିତ...

ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ

ଭୁବନେଶ୍ୱର,୨୫।୪: ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ। ସୋନପୁର ସମାବେଶକୁ ଆସି ଗୁରୁବାର ବିଧିବଦ୍ଧ ଭାବେ ସେ ପଦ୍ମ ଧରିଛନ୍ତି।...

ଝାରସୁଗୁଡ଼ାରେ ପହଞ୍ଚିଲେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା

ଭୁବନେଶ୍ୱର,୨୫।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଝାରସୁଗୁଡ଼ାରେ ପହଞ୍ଚିଛନ୍ତି। ଝାରସୁଗୁଡ଼ାରୁ ହେଲିକପ୍ଟର ଯୋଗେ ସୋନପୁର ଯିବେ। ଏହା ପରେ ସେ ସୋନପୁରରେ ବିଶାଳ...

ନବୀନ, ପାଣ୍ଡିଆନଙ୍କ ମଝିରେ ଫଟୋ ଉଠାଇଲେ ସୁର, ବିଜେଡିରେ ହେବେ କି ସାମିଲ!

ଭୁବନେଶ୍ୱର,୨୫।୪: ବିଧାୟକ ସୁର ରାଉତରାୟଙ୍କୁ ନେଇ ଚର୍ଚ୍ଚା ଚାଲିଥିବା ବେଳେ ଏବେ ଆଉ ଏକ ଖବର ସାମ୍ନାକୁ ଆସିଛି। ଜଟଣୀରେ ଥିବା ବିଜେଡି କାର୍ଯ୍ୟାଳୟରେ ସୁର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri