Posted inଖେଳ

ଓଡ଼ିଶା ଏଫସିରୁ ବିଦାୟ ନେଲେ ଆଶିଷ

ଭୁବନେଶ୍ୱର, ୧୩।୬(କ୍ରୀଡ଼ା ପ୍ରତିନିଧି): ଭୁବନେଶ୍ୱରଭିତ୍ତିକ ଇଣ୍ଡିଆନ ସୁପରଲିଗ୍‌ (ଆଇଏସଏଲ) କ୍ଲବ ଓଡ଼ିଶା ଏଫସିରୁ ବିଦାୟ ନେଇଛନ୍ତି ମୁଖ୍ୟ କାର୍ଯ୍ୟନିର୍ବାହୀ ଅଫିସର(ସିଇଓ) ଆଶିଷ ଶାହ। କ୍ଲବ ସହିତ ତାଙ୍କର ୩ ବର୍ଷୀୟା ଚୁକ୍ତି ୨୦୧୯-୨୦ ସିଜନ ସହ ଶେଷ ହେବ ବୋଲି ଓଡ଼ିଶା ଏଫସି ପକ୍ଷରୁ ଶୁକ୍ରବାର ସ୍ପଷ୍ଟ କରାଯାଇଛି। ”ଗତ ୩ ବର୍ଷ ହେଲା କଠିନ ପରିଶ୍ରମ କରି ଆସିଥିବାରୁ ଆଶିଷଙ୍କୁ ଧନ୍ୟବାଦ। ତାଙ୍କ ସହ କାର୍ଯ୍ୟ କରି ମୁଁ ଆନନ୍ଦିତ। କ୍ଲବର ଉତ୍‌ଥାନ ପତନ ସମୟରେ ସେ ସଚୋଟ୍ଟତା ଦେଖାଇଛନ୍ତି। ଅତୀତକୁ ଦେଖିଲେ ଆଶିଷଙ୍କ ସହ ଅନେକ ସ୍ମରଣୀୟ ସ୍ମୃତି ରହିଛି। କ୍ଲବର ସମସ୍ତ ସଦସ୍ୟ ତାଙ୍କ ଉଜ୍ଜ୍ୱଳ ଭବିଷ୍ୟତ କାମନା କରୁଛନ୍ତି“ ବୋଲି କ୍ଲବ ସଭାପତି ରୋହନ ଶର୍ମା ପ୍ରକାଶ କରିଛନ୍ତି। ଅନ୍ୟପକ୍ଷରେ ”ଗତ ୩ ବର୍ଷ ଓଡ଼ିଶା ଏଫସି (ପୂର୍ବରୁ ଦିଲ୍ଲୀ ଡାଇନାମସ ଥିଲା) ସହିତ ମୋ ପେଶାଦାର ଜୀବନ ଚ୍ୟାଲେଞ୍ଜିଂ ଏବଂ ଉତ୍ସାହପୂର୍ଣ୍ଣ ଥିଲା। ଏଥିପାଇଁ ମୁଁ କ୍ଲବ ମାଲିକ, ଓଡ଼ିଶା ସରକାର, ସାଥି, ଖେଳାଳି, କୋଚ୍‌ ଏବଂ ବାହାରର ବନ୍ଧୁମାନଙ୍କୁ ଧନ୍ୟବାଦ ଜଣାଉଛି। ସେମାନଙ୍କ ସହଯୋଗ ବିନା ଆମେ କେବେହେଲେ ଦିଲ୍ଲୀରୁ ଓଡ଼ିଶା ଦଳକୁ ପରିବର୍ତ୍ତନ ହୋଇପାରି ନ ଥାନ୍ତୁ। କ୍ଲବ ନିକଟରେ ଏବେ ଉତ୍ତମ ଭିତ୍ତିଭୂମି, ଭଲ ଦର୍ଶକ ଏବଂ ସ୍ପୋଟର୍‌ସ ସପୋର୍ଟ ଇକୋସିଷ୍ଟମ ରହିଛି। ତେଣୁ ଏହା ଦିନେ ଭାରତର ଶ୍ରେଷ୍ଠ ଫୁଟବଲ କ୍ଲବ ହୋଇପାରିବ“ ବୋଲି ଆଶିଷ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଏମିତି ଛକା ମାରିଲେ ମୁକୁଲ: ଖୁସିରେ ଡେଇଁଲେ ମାଲିକ, ଦେଖନ୍ତୁ ଭିଡିଓ…

ନୂଆଦିଲ୍ଲୀ,୧୦।୪: ଆଇପିଏଲ୍‌ରେ ଲକ୍ଷ୍ନୌ ସୁପର ଜାଏଣ୍ଟସ ପାଇଁ ଖେଳୁଥିବା ମୁକୁଲ ଚୌଧୁରୀ KKR ବିପକ୍ଷରେ ଏମିତି ଏକ ଛକା ମାରିଥିଲେ, ଯାହା ଅତ୍ୟନ୍ତ କଷ୍ଟକର କୃତିତ୍ୱ ବୋଲି…

ପର୍ପଲ-ଅରେଞ୍ଜ୍‌ କ୍ୟାପ୍‌ ରେସ୍‌ରେ ଅଛନ୍ତି ଏହି ଖେଳାଳି: IPL ୨୦୨୬ର ୧୫ ମ୍ୟାଚ୍‌ ପରେ…

ନୂଆଦିଲ୍ଲୀ,୧୦।୪: କୋଲକାତାର ଇଡେନ ଗାର୍ଡେନରେ କୋଲକାତା ନାଇଟ ରାଇଡର୍ସ (KKR) ଏବଂ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (LSG) ମଧ୍ୟରେ IPL ୨୦୨୬ର ୧୫ତମ ମ୍ୟାଚ ଖେଳାଯାଇଥିଲା। ଏହି…

IPL ମଧ୍ୟରେ ଦୁଃଖଦ ଖବର: ପରଲୋକରେ ପୂର୍ବତନ ଭାରତୀୟ କ୍ରିକେଟର

ନୂଆଦିଲ୍ଲୀ,୧୦।୪: ପୂର୍ବତନ ଭାରତୀୟ କ୍ରିକେଟର ଚିଙ୍ଗଲପୁତ ଦୋରାଇକାନୁ ଗୋପୀନାଥ (ସିଡି ଗୋପୀନାଥ)ଙ୍କର ୯୬ ବର୍ଷ ବୟସରେ ପରଲୋକ ଘଟିଛି। ସେ ୧୯୫୨ରେ ଇଂଲଣ୍ଡ ବିପକ୍ଷରେ ଭାରତର ପ୍ରଥମ…

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

ଅମ୍ପାୟରଙ୍କ ଗୋଟିଏ ଆଙ୍ଗୁଠି, ଭାଙ୍ଗିଗଲା ଦିଲ୍ଲୀର ସ୍ବପ୍ନ! ଖଳନାୟକ ପାଲଟିଛି କ୍ରିକେଟର ‘ଡେଡ ବଲ’ ନିୟମ

ନୂଆଦିଲ୍ଲୀ,୯।୪: କ୍ରିକେଟ ଅନିଶ୍ଚିତତାର ଖେଳ ଭାବରେ ଜଣାଶୁଣା, କିନ୍ତୁ ଯେତେବେଳେ ଅମ୍ପାୟାର ନିଷ୍ପତ୍ତିରୁ ଅନିଶ୍ଚିତତା ସୃଷ୍ଟି ହୁଏ, ଖେଳର ରୋମାଞ୍ଚ ବିବାଦରେ ପରିଣତ ହୁଏ। ଗତକାଲି ରାତିରେ…

ଗୁଜରାଟର ରୋମାଞ୍ଚକର ବିଜୟ ପରେ ବି ଶୁବମନଙ୍କୁ ଏତେ ଟଙ୍କା ଜରିମାନା କଲା BCCI, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୯।୪: ବୁଧବାର ଏକ ରୋମାଞ୍ଚକର ମ୍ୟାଚରେ ଗୁଜରାଟ ଟାଇଟାନ୍ସ ଦିଲ୍ଲୀ କ୍ୟାପିଟାଲ୍ସକୁ ୧ ରନରେ ପରାସ୍ତ କରିଛି। ଶୁବମନ ଗିଲ୍‌ଙ୍କ ସମେତ ତିନି ଜଣ ଗୁଜରାଟ ବ୍ୟାଟ୍ସମ୍ୟାନ…

ସ୍ମୃତି-ପଲାଶଙ୍କ ମଧ୍ୟରେ ହୋଇଗଲା ପ୍ୟାଚ୍‌ଅପ୍‌! ଖୁବ୍‌ଶୀଘ୍ର ହେବ ବିବାହ, ଏହି VIDEO ବଢାଉଛି ଚର୍ଚ୍ଚା

ମୁମ୍ବାଇ,୯।୪: ସଂଗୀତକାର ପଳାଶ ମୁଛଲ ଏବଂ ଭାରତୀୟ ମହିଳା କ୍ରିକେଟ ଦଳର ବ୍ୟାଟ୍ସମ୍ୟାନ ସ୍ମୃତି ମନ୍ଧାନାଙ୍କ ମଧ୍ୟ ପ୍ୟାଚ୍‌ଅପ୍‌ ହୋଇଯାଇଛି। ଉଭୟ ଖୁବ୍‌ଶୀଘ୍ର ବିବାହ କରିବେ ବୋଲି…

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri