Posted inଖେଳ

ଓଡ଼ିଶା-କର୍ନାଟକ ଫାଇନାଲ ଆଜି

ନୂଆଦିଲ୍ଲୀ, ୧୯।୧୨ (ପି.ଟି.)-ଡିଡିଏ ସ୍ପୋର୍ଟସ କମ୍ପ୍ଲେକ୍ସରେ ଚାଲିଥିବା ଜାତୀୟ ମହିଳା ଦୃଷ୍ଟିହୀନ ଟି୨୦ କ୍ରିକେଟ୍‌ ଟୁର୍ନାମେଣ୍ଟର ପ୍ରଥମ ସଂସ୍କରଣର ଫାଇନାଲ ଲାଇନ୍‌ ଅପ୍‌ ଚୂଡ଼ାନ୍ତ ହୋଇଛି। ଗୁରୁବାର ଫାଇନାଲରେ କର୍ନାଟକୁ ଭେଟିବ ଓଡ଼ିଶା। ଗ୍ରୁପ୍‌-ଏ’ରେ କର୍ନାଟକ ଏହାର ୩ଟି ଯାକ ମ୍ୟାଚ୍‌ ଜିତି ୯ ପଏଣ୍ଟ ସହ ଶୀର୍ଷରେ ରହି ଫାଇନାଲକୁ ଯୋଗ୍ୟତା ହାସଲ କରିଥିଲା। ଅପରପକ୍ଷରେ ଗ୍ରୁପ୍‌-ବି’ରେ ଓଡ଼ିଶା ମଧ୍ୟ ଶୀର୍ଷରେ ରହି ଫାଇନାଲରେ ପ୍ରବେଶ କରିଛି। ବୁଧବାର ଅନୁଷ୍ଠିତ ମ୍ୟାଚ୍‌ରେ କର୍ନାଟକ ୧୦ ଉଇକେଟ୍‌ରେ ପଶ୍ଚିମବଙ୍ଗ ବିପକ୍ଷରେ ବୃହତ୍‌ ବିଜୟ ହାସଲ କରିଥିଲା। ପ୍ରଥମେ ବ୍ୟାଟିଂ କରି ପଶ୍ଚିମବଙ୍ଗ ୨୦ ଓଭରରେ ୩ ଉଇକେଟ୍‌ ହରାଇ ୧୦୧ ରନ କରିଥିଲା। ଜବାବରେ କର୍ନାଟକ ୧୦.୩ ଓଭରରେ କୌଣସି ଉଇକେଟ୍‌ ନ ହରାଇ ଲକ୍ଷ୍ୟ ହାସଲ କରିନେଇଥିଲା। ସେହିଭଳି ଅନ୍ୟ ଏକ ମ୍ୟାଚ୍‌ରେ ଓଡ଼ିଶା ୧୧୦ ରନର ବୃହତ୍‌ ବ୍ୟବଧାନରେ ମହାରାଷ୍ଟ୍ରକୁ ମାତ୍‌ ଦେଇଛି। ପ୍ରଥମେ ବ୍ୟାଟିଂ କରି ଓଡ଼ିଶା ମୁନୀ ପୂର୍ତ୍ତୀ (୮୯ ରନ, ୬୯ ବଲ) ଓ ବାସନ୍ତି ହାଁସଦା (୭୧ ରନ, ୫୮ ବଲ)ଙ୍କ ଅର୍ଦ୍ଧଶତକ ବଳରେ ୨୦ ଓଭରରେ କୌଣସି ଉଇକେଟ୍‌ ନ ହରାଇ ୨୪୨ ରନ କରିଥିଲା। ଜବାବରେ ମହାରାଷ୍ଟ୍ର ନିର୍ଦ୍ଧାରିତ ଓଭରରେ ୨ ଉଇକେଟ୍‌ ହରାଇ ୧୩୨ ରନ କରିବାକୁ ସକ୍ଷମ ହୋଇଥିଲା। ପୂର୍ବରୁ ଓଡ଼ିଶା ଏହାର ପ୍ରଥମ ମ୍ୟାଚ୍‌ରେ କେରଳକୁ ୧୮୦ ରନରେ ହରାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

୩ ମାସ ମଧ୍ୟରେ ଟିମ୍‌ ଇଣ୍ଡିଆରେ ହେବ ବଡ଼ ପରିବର୍ତ୍ତନ ଆସିବ: ବାଦ୍‌ ପଡ଼ିପାରନ୍ତି ୪ ଖେଳାଳି

ନୂଆଦିଲ୍ଲୀ,୨୯।୮: IPL 2026 ଶେଷ ହେବା ପରେ ଭାରତୀୟ ଦଳ ତାର ଟେଷ୍ଟ କ୍ରିକେଟ ସିଜିନର ଏକ ଦୃଢ଼ ଆରମ୍ଭ କରିଛି। ଆଫଗାନିସ୍ତାନ ବିପକ୍ଷରେ ଏକ ମାତ୍ର…

ଡାଇମଣ୍ଡ ଲିଗ୍‌ ଫାଇନାଲ୍ସ ପାଇଁ ଯୋଗ୍ୟତା ହାସଲ କଲେ ନୀରଜ ଚୋପ୍ରା

ନୂଆଦିଲ୍ଲୀ, ୨୮ା୮: ଭାରତର ଅଗ୍ରଣୀ ଜାଭେଲିନ୍‌ ଥ୍ରୋୟର ନୀରଜ ଚୋପ୍ରା ସେପ୍ଟେମ୍ବର ୫ରେ ବ୍ରସେଲ୍ସରେ ହେବାକୁଥିବା ଡାଇମଣ୍ଡ ଲିଗ୍‌ ଫାଇନାଲ୍ସରେ ଅଂଶଗ୍ରହଣ କରିବା ଲାଗି ଯୋଗ୍ୟତା ଅର୍ଜନ…

ରାଜ୍ୟଗୋଷ୍ଠୀ କ୍ରୀଡ଼ା ପାଇଁ ପ୍ରସ୍ତୁତି: ଅମିତ ଶାହାଙ୍କ ବଡ଼ ବୈଠକ

ଅହମଦାବାଦ,୨୮ା୮: ଭାରତରେ ୨୦୩୦ ରାଜ୍ୟଗୋଷ୍ଠୀ କ୍ରୀଡ଼ା ପାଇଁ ପ୍ରସ୍ତୁତି ଏବଂ ଦେଶର ୨୦୩୬ ଅଲିମ୍ପିକ ବିଡ୍‌ ସମ୍ପର୍କରେ କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା…

ଅଷ୍ଟ୍ରେଲିଆରେ ଅନାୟା ବାଙ୍ଗରଙ୍କୁ ମହିଳା କ୍ରିକେଟ୍ ଖେଳିବାକୁ ଅନୁମତି: ଅସନ୍ତୋଷ ପ୍ରକାଶ କଲେ…

ନୂଆଦିଲ୍ଲୀ,୨୮।୮: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ଅଲରାଉଣ୍ଡର ଓ କୋଚ୍ ସଞ୍ଜୟ ବାଙ୍ଗରଙ୍କ ଟ୍ରାନ୍ସଜେଣ୍ଡର ଝିଅ ଅନାୟା ବାଙ୍ଗରଙ୍କୁ ନେଇ କ୍ରିକେଟ୍ ଜଗତରେ ଏକ ନୂଆ ବିବାଦ…

ପ୍ରଥମ ଭାରତୀୟ ଭାବେ ଏହି ଟ୍ରଫି ଜିତି ଇତିହାସ ରଚିଲେ ପ୍ରଜ୍ଞାନନ୍ଦା

ନୂଆଦିଲ୍ଲୀ,୨୮।୮:ଭାରତୀୟ ଗ୍ରାଣ୍ଡମାଷ୍ଟର ଆର. ପ୍ରଜ୍ଞାନାନନ୍ଦ ସେଣ୍ଟ ଲୁଇସରେ ଗ୍ରାଣ୍ଡ ଚେସ ଟୁର୍‌ ଟାଇଟଲ ଜିତି ଇତିହାସ ରଚିଛନ୍ତି। ଏହି ଟ୍ରଫି ଜିତିଥିବା ପ୍ରଥମ ଭାରତୀୟ ଚେସ ଖେଳାଳି…

‘ମୁଁ ପୁରା ପରିଶ୍ରମ କରୁଛି…’, ଟିମ୍ ଇଣ୍ଡିଆକୁ କମ୍‌ବ୍ୟାକ୍ ନେଇ ସୂର୍ଯ୍ୟକୁମାରଙ୍କ ବଡ଼ ବୟାନ

ନୂଆଦିଲ୍ଲୀ,୨୮।୮: ଟି-୨୦ ବିଶ୍ୱକପ୍ ୨୦୨୬ରେ ଭାରତକୁ ଚାମ୍ପିୟନ କରିଥିବା ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କୁ ପରବର୍ତ୍ତୀ ଟି-୨୦ ସିରିଜ୍‌ରୁ ବାଦ୍ ଦିଆଯିବା ନେଇ କ୍ରିକେଟ୍‌ ଜଗତରେ ଚର୍ଚ୍ଚା ଜୋର…

ପ୍ରଥମ ମ୍ୟାଚ୍‌ରେ ଅଧିନାୟକ, ଦ୍ୱିତୀୟ ମ୍ୟାଚ୍‌ରେ ଟିମ୍‌ରୁ ବିଦା! ଚମକାଇଲା ନିଷ୍ପତ୍ତି

ଲଣ୍ଡନ୍, ୨୭।୮: ପାକିସ୍ତାନ କ୍ରିକେଟ୍‌ରେ ସବୁକିଛି ସମ୍ଭବ। ନିଜର ଖେଳ ପ୍ରଦର୍ଶନ ତୁଳନାରେ ଅଜବ ନିଷ୍ପତ୍ତି ପାଇଁ ଚର୍ଚ୍ଚାରେ ରହୁଥିବା ପାକିସ୍ତାନ ଟିମ୍ ପୁଣି ଏକ ଚମକାଇବା…

କିଏ ସେ ଅନୁଷ୍କା ଶର୍ମା? ଯାହାଙ୍କୁ ମିଳିଲା ଟିମ୍‌ ଇଣ୍ଡିଆରେ ବଡ଼ ଦାୟିତ୍ୱ

ମୋହାଲି, ୨୭।୮: ଭାରତୀୟ ମହିଳା କ୍ରିକେଟର ଭବିଷ୍ୟତ ତାରକାଙ୍କୁ ପ୍ରସ୍ତୁତ କରିବା ଲକ୍ଷ୍ୟରେ ବିସିସିଆଇ (BCCI) ଭାରତୀୟ ମହିଳା ‘ଏ’ ଦଳର ଅଷ୍ଟ୍ରେଲିଆ ‘ଏ’ ବିପକ୍ଷ ସିରିଜ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri