ଓଡ଼ିଶା କଲ୍‌ଚରାଲ୍‌ ସର୍କଲ୍‌ ପକ୍ଷରୁ ‘ଉଡ଼େ ତ୍ରିରଙ୍ଗା’: ‘ଡଟ୍‌ ଫେଷ୍ଟ୍‌’ ଭଳି ହେବ ଅନ୍ତର୍ଜାତୀୟ ଭୁବନେଶ୍ୱର ସଙ୍ଗୀତ ଉତ୍ସବ

ଭୁବନେଶ୍ୱର, ୧୩।୮(ବ୍ୟୁରୋ): ଜାତୀୟ ଓ ଅନ୍ତର୍ଜାତୀୟସ୍ତରର ଜଣାଶୁଣା କଣ୍ଠଶିଳ୍ପୀଙ୍କୁ ନେଇ ଆୟୋଜିତ ହେବ ଅନ୍ତର୍ଜାତୀୟ ଭୁବନେଶ୍ବର ସଙ୍ଗୀତ ଉତ୍ସବ। ହିନ୍ଦୀ ଫିଲ୍ମ ଇଣ୍ଡଷ୍ଟ୍ରୀର ବହୁ ନାମୀଦାମୀ କଳାକାର ଏଥିରେ ସଙ୍ଗୀତ ପରିବେଷଣ କରିବେ। ଆଧୁନିକ ଓ ରକ୍‌ ମ୍ୟୁଜିକ୍‌ ଏହି କାର୍ଯ୍ୟକ୍ରମର ମୁଖ୍ୟ ଆକର୍ଷଣ ରହିବ। ଭୁବନେଶ୍ୱରବାସୀଙ୍କ ସହ ଦେଶ ବିଦେଶରୁ ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବାକୁ ଏହି କାର୍ଯ୍ୟକ୍ରମର ଆୟୋଜନ କରାଯିବ। ୫ଦିନ ବ୍ୟାପୀ ଏହି ଅନ୍ତର୍ଜାତୀୟ ସ୍ତରର କାର୍ଯ୍ୟକ୍ରମ ଆୟୋଜନ କରାଯିବ ବୋଲି ଓଡ଼ିଶା କଲ୍‌ଚରାଲ୍‌ ସର୍କଲର ଅଧ୍ୟକ୍ଷ ତଥା ଶିଳ୍ପପତି ଜେ.କେ. ମହାନ୍ତି କହିଛନ୍ତି।
ସ୍ବାଧୀନତା ଦିବସ ଅବ୍ୟବହିତ ପୂର୍ବରୁ ସାଂସ୍କୃତିକ ଅନୁଷ୍ଠାନ ‘ଓଡ଼ିଶା କଲ୍‌ଚରାଲ୍‌ ସର୍କଲ୍‌’ ପକ୍ଷରୁ ଦେଶାତ୍ମବୋଧକ ଗୀତକୁ ନେଇ ଉତ୍କଳ ରଙ୍ଗମଞ୍ଚଠାରେ ଆୟୋଜିତ ସଙ୍ଗୀତ କାର୍ଯ୍ୟକ୍ରମ ‘ଉଡ଼େ ତ୍ରିରଙ୍ଗା’ରେ ଯୋଗଦେଇ ମହାନ୍ତି ଏହି ଘୋଷଣା କରିଛନ୍ତି। ହକି ବିଶ୍ୱକପ୍‌ ସମୟରେ ଭୁବନେଶ୍ୱରରେ ଆୟୋଜିତ ‘ଡଟ୍‌ ଫେଷ୍ଟ’ ସଦୃଶ ଏହି କାର୍ଯ୍ୟକ୍ରମ କରାଯିବ ବୋଲି ସେ କହିଛନ୍ତି। କାର୍ଯ୍ୟକ୍ରମରେ ଅତିଥିଭାବେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ପ୍ରମୁଖ ସଚିବ ମନୋରଞ୍ଜନ ପାଣିଗ୍ରାହୀ ଓ ବିଶିଷ୍ଟ ସଙ୍ଗୀତଜ୍ଞ ପଦ୍ମଶ୍ରୀ ପ୍ରଫୁଲ୍ଲ କର ଯୋଗ ଦେଇଥିଲେ। ଓଡ଼ିଶା କଲ୍‌ଚରାଲ୍‌ ସର୍କଲର ଅଧ୍ୟକ୍ଷ ତଥା ଶିଳ୍ପପତି ମହାନ୍ତି ଉତ୍ସବରେ ଅଧ୍ୟକ୍ଷତା କରି କାର୍ଯ୍ୟକ୍ରମର ଆଭିମୁଖ୍ୟ ସମ୍ପର୍କରେ କହିଥିଲେ। ଏହି ଅବସରରେ କଣ୍ଠଶିଳ୍ପୀ ବିଭୁକିଶୋର, ଟି ସୌରୀ, ଶୈଳଭାମାଙ୍କ ସମେତ ମନୋଜ, ଜ୍ୟୋତିର୍ମୟୀ ଓ ତନୁଶ୍ରୀ ଉଭୟ ଓଡ଼ିଆ ଓ ହିନ୍ଦୀରେ ଦେଶାତ୍ମବୋଧକ ସଙ୍ଗୀତ ପରିବେଷଣ କରିଥିଲେ। ‘ପୂଜିବି ଭାରତ’, ‘ଦେଶବାସୀ ବନ୍ଧୁ’, ‘ଆର୍ଯ୍ୟଭୂମି ମାତୃଭୂମି’, ‘ସ୍ବର୍ଗାଦପୀ ଗରିୟସୀ’, ‘ବହି ଯାଏରେ ଗଙ୍ଗା ଉଡ଼େ ତ୍ରିରଙ୍ଗା’, ‘ସତ୍ୟମେବ ଜୟତେ’, ‘ଦିଲ୍‌ ଦିୟା ହେ…’ ଭଳି ଗୀତ ଶୁଣିବାକୁ ମିଳିଥିଲା। ଉପାଧ୍ୟକ୍ଷ ଡ. ଜେନାମଣି ସଞ୍ଜୀବ କୁମାର ସ୍ବାଗତ ଭାଷଣ ଦେଇଥିଲେ ଓ ସମ୍ପାଦକ ଚୌଧୁରୀ ଅମିିତାଭ ଦାସ ସମ୍ପାଦକୀୟ ବିବରଣୀ ଉପସ୍ଥାପନ କରିଥିଲେ। ଅନୁଷ୍ଠାନର ସଦସ୍ୟ ବିଶ୍ବରଞ୍ଜନ ଦାଶ, ବିମଳ ଦାସ, ଶୀତିକଣ୍ଠ ସେନାପତି ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ଡ. ଶ୍ରୀନିବାସ ଘଟୁଆରୀ କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନ ହାରୁଥିବା ଜାଣି ମିଛ ଅଭିଯୋଗ ଆଣିଛି ଭାଜପା: ବିଜେଡି

ଭୁବନେଶ୍ୱର,୨୫ା୪(ଅନିଲ ଦାସ)ଓଡ଼ିଶା ଭାରତୀୟ ଜନତା ପାର୍ଟିର ନେତାମାନେ ଯେତେବେଳେ ନିର୍ବାଚନ ହାରୁଥିବା ଅନୁଭବ କରନ୍ତି, ସେତେବେଳେ ସେମାନେ ବିନା କୌଣସି ତଥ୍ୟ ଆଧାରରେ ମିଥ୍ୟା, ଭିତ୍ତିହୀନ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

ବାରବାଟୀ-କଟକ ନଚେତ ସାଲେପୁରରୁ ପ୍ରାର୍ଥୀ ହୋଇପାରନ୍ତି ଅରିନ୍ଦମ

କଟକ, ୨୫ା୪(ଶିଳ୍ପା ପ୍ରିୟଦର୍ଶିନୀ)ଆସନ୍ତା ନିର୍ବାଚନ ପାଇଁ ଭାଜପା ପକ୍ଷରୁ ଷ୍ଟାର୍‌ ପ୍ରଚାରକ ତାଲିକା ପ୍ରକାଶ ପାଇବା ପରେ ଏବେ ରୋଚକ ମୋଡ ନେବାରେ ଲାଗିଛି କଟକ...

ରୋଚକ ସ୍ଥିତିରେ ତ୍ରିମୁଖୀ ଲଢ଼େଇ

ନୟାଗଡ଼,୨୫।୪(ଲୋକନାଥ ମିଶ୍ର)ନୟାଗଡ଼ ବିଧାନସଭା କ୍ଷେତ୍ରରେ ବିଧାୟକ ଅରୁଣ କୁମାର ସାହୁଙ୍କ ଅପରାଜେୟ ରେକର୍ଡ ଭାଙ୍ଗିବାକୁ ଭାଜପା ଓ କଂଗ୍ରେସ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ଅରୁଣ...

ଭାଜପାରୁ ପ୍ରାର୍ଥୀ ହେବେ ସୌମ୍ୟରଞ୍ଜନ!

ଘସିପୁରା(ନିରଞ୍ଜନ ସାହୁ)/ରାମଚନ୍ଦ୍ରପୁର (ଗଣେଶ୍ୱର ସା),୨୫।୪: କେନ୍ଦୁଝର ଜିଲା ଘଷିପୁରା ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ପୂର୍ବତନ ମନ୍ତ୍ରୀ ତଥା ବିଧାୟକ ବଦ୍ରି ନାରାୟଣ ପାତ୍ରଙ୍କୁ ପ୍ରାର୍ଥୀ କରିଥିବା...

ଖେଳିବା ବୟସରେ ହାତରେ ଭିକ୍ଷାଥାଳ

ରାଉରକେଲା,୨୫ା୪(ବିପ୍ଲବ ରଞ୍ଜନ ଦାଶ)ରାଉରକେଲାର ପ୍ରସିଦ୍ଧ ବେଦବ୍ୟାସ ପୀଠରେ କୋମଳମତି ପିଲାମାନେ ଭିକ୍ଷାଥାଳ ଧରି ଭିକ୍ଷାବୃତ୍ତି କରୁଛନ୍ତି। ଚିନ୍ତାର ବିଷୟ, ଯେଉଁ କୋମଳମତି ଶିଶୁମାନେ ଭିକ୍ଷାବୃତ୍ତି କରୁଛନ୍ତି...

ମେ ୧୦ରୁ ରବିଧାନ ସଂଗ୍ରହ

ସମ୍ବଲପୁର,୨୫ା୪(ପ୍ରମୋଦ ବହିଦାର)ଆସନ୍ତା ମେ ୧୦ରୁ ସମ୍ବଲପୁର ଜିଲାରେ ଚଳିତବର୍ଷ ରବିଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହେବ। ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ବୁଧବାର ଅନୁଷ୍ଠିତ ଧାନ ସଂଗ୍ରହ...

ଆଜିଠୁ ଖରାଛୁଟି

ଭୁବନେଶ୍ୱର, ୨୫।୪(ଅସମାପିକା ସାହୁ)ରାଜ୍ୟରେ ଗୁରୁବାରଠାରୁ ସ୍କୁଲରେ ଗ୍ରୀଷ୍ମଛୁଟି ଆରମ୍ଭ ହେବ। ପାଠପଢ଼ା ବନ୍ଦ ରହିବ। କିନ୍ତୁ ଏହି ଛୁଟି ସମୟରେ ସମସ୍ତ ସରକାରୀ ଓ ସରକାରୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri