ଓଡ଼ିଶା କଳା ଓ କଳାକାରଙ୍କ ଭୂମି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୯।୩(ବ୍ୟୁରୋ):ଭାରତବର୍ଷର ଏକ ସମୃଦ୍ଧ ସାଂସ୍କୃତିକ ଐତିହ୍ୟ ରହିଛି। ଦୀର୍ଘ ସମୟ ଧରି ବିଭିନ୍ନ ସଂସ୍କୃତିର ସମାହାରରେ ଆମ ସଂସ୍କୃତି ପରିପୁଷ୍ଟ ହୋଇଛି ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି। ସୋମବାର ଜନତା ମଇଦାନଠାରେ ଷୋଡ଼ଶ ତୋଷାଳି ଜାତୀୟ ହସ୍ତଶିଳ୍ପ ମେଳାକୁ ମୁଖ୍ୟମନ୍ତ୍ରୀ ଭର୍ଚ୍ଚୁଆଲ ମାଧ୍ୟମରେ ଯୋଗଦେଇ ଉଦ୍‌ଘାଟନ କରିିଛନ୍ତି। ଏଥିସହ ଏକ ଭିଡିଓ ବାର୍ତ୍ତା ଜରିଆରେ କହିଛନ୍ତି, ଓଡ଼ିଶା କଳା ଓ କଳାକାରଙ୍କ ଭୂମି। ଆମର ଚିତ୍ରକଳା, ଭାସ୍କର୍ଯ୍ୟ, ସ୍ଥାପତ୍ୟ, ହସ୍ତତନ୍ତ, ହସ୍ତଶିଳ୍ପ, ସଙ୍ଗୀତ ଓ ନୃତ୍ୟ ଆମ ଉତ୍କଳୀୟ ସଂସ୍କୃତିରେ ପ୍ରତିଫଳିତ। ଦେଶର ବିଭିନ୍ନ ପ୍ରାନ୍ତରୁ ଶିଳ୍ପୀ, ବୁଣାକାର, କାରିଗରମାନଙ୍କର ସମାହାର ମାଧ୍ୟମରେ ତୋଷାଳି ଜାତୀୟ ହସ୍ତଶିଳ୍ପ ମେଳାରେ ଜାତୀୟ ସଂହତିର ଚମତ୍କାର ପ୍ରତିଫଳନ ଦେଖିବାକୁ ମିଳେ। ରାଜଧାନୀ ଭୁବନେଶ୍ୱରକୁ କଳା ଓ କଳାପ୍ରେମୀମାନଙ୍କୁ ଆକୃଷ୍ଟ କରିବାରେ ତୋଷାଳି ମେଳା ସଫଳ ହୋଇଛି। କୋଭିଡ୍‌ ମହାମାରୀ ସମୟରେ ଏହି ମେଳା ଆୟୋଜିତ ହୋଇଥିବାରୁ ମୁଖ୍ୟମନ୍ତ୍ରୀ ମେଳା ସହିତ ସମ୍ପୃକ୍ତ ସମସ୍ତଙ୍କୁ ଧନ୍ୟବାଦ ଜଣାଇଥିଲେ। ଉଦ୍‌ଘାଟନୀ ଉତ୍ସବରେ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ମନ୍ତ୍ରୀ ପଦ୍ମିନୀ ଦିଆନ, ବିଧାୟକ ଅନନ୍ତ ନାରାୟଣ ଜେନା, ବିଧାୟକ ସୁଶାନ୍ତ କୁମାର ରାଉତ, ବିଭାଗୀୟ କମିଶନର ତଥା ଶାସନ ସଚିବ ଶୁଭା ଶର୍ମା, ହସ୍ତତନ୍ତ ଓ ବୟନଶିଳ୍ପ ନିର୍ଦ୍ଦେଶକ ସୁଶାନ୍ତ କୁମାର ଦାଶ ପ୍ରମୁଖ ଅତିଥି ଭାବେ ଯୋଗଦେଇଥିଲେ। ରାଜ୍ୟର ହସ୍ତତନ୍ତ ଓ ହସ୍ତଶିଳ୍ପ କାରିଗରମାନଙ୍କ ଜୀବନଜୀବିକାର ସୁରକ୍ଷା, ଆର୍ଥିକ ଅଭିବୃଦ୍ଧି, ସେମାନଙ୍କର ଉତ୍ପାଦର ବିକ୍ରିବଟା ଏବଂ ବ୍ୟାପକ ପ୍ରଚାର ଓ ପ୍ରସାର ପାଇଁ ତୋଷାଳି ଜାତୀୟ ହସ୍ତଶିଳ୍ପ ମେଳା ଏକ ବୃହତ୍‌ ବଜାରର ସୁବିଧା ସୃଷ୍ଟି କରିପାରିଛି ବୋଲି ଅତିଥିମାନେ ମତପ୍ରକାଶ କରିଥିଲେ। ଉଦ୍‌ଘାଟନୀ ସନ୍ଧ୍ୟାରେ ଓଡ଼ିଶୀ ନୃତ୍ୟ, ପାଲା, ଯୋଡ଼ିଶଙ୍ଖ ଏବଂ ସମ୍ବଲପୁରୀ ନୃତ୍ୟ ପରିବେଷଣ କରାଯାଇଥିଲା। ଏହି ତୋଷାଳି ମେଳା ୧୪ଦିନ ଧରି ଚାଲିବ। ପ୍ରତ୍ୟେକ ଦିନ ମେଳାରେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷିତ ହେବ। ଏହି ମେଳାରେ ରାଜ୍ୟ ଓ ରାଜ୍ୟ ବାହାରୁ ପ୍ରାୟ ୪୦୦ରୁ ଊର୍ଦ୍ଧ୍ୱ ଷ୍ଟଲରେ ହସ୍ତତନ୍ତ ଓ ହସ୍ତଶିଳ୍ପ ସାମଗ୍ରୀ ବିକ୍ରିବଟା ହେବାର ବ୍ୟବସ୍ଥା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ନୂଆବର୍ଷ ପୂର୍ବରୁ ବଡ଼ ଧରଣର ଭୂକମ୍ପ ଝଟକା, ଭୟରେ…

ନୂଆଦିଲ୍ଲୀ,୩୧।୧୨: ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଜାପାନରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୬ ରେକର୍ଡ କରାଯାଇଛି ।...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ଯୁଗଳଙ୍କ ଉପରେ ଆସ୍ଥା ପ୍ରକଟ କଲେ ନବୀନ: କଳାହାଣ୍ଡି ଜିଲା ସମ୍ପାଦକ ପାଇଁ ମନୋନୀତ…

ରିଷିଡା,୩୧।୧୨ (ସୁଶାନ୍ତ ମଲ୍ଲିକ ): କଳାହାଣ୍ଡି ଜିଲା ବିଜୁ ଜନତା ଦଳର ସମ୍ପାଦକ ଭାବେ କର୍ଲାମୁଣ୍ଡା ବ୍ଲକର ଯୁବନେତା ତଥା ନାଟ୍ୟ ନିର୍ଦ୍ଦେଶକ ଯୁଗଳ କିଶୋର...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ବିଗିଡିଲା ଭୁବନେଶ୍ୱର ବାୟୁ ଗୁଣବତ୍ତା, ଓଡ଼ିଶାର ୪ ସହରର ସ୍ଥିତି ସଙ୍ଗିନ

ଭୁବନେଶ୍ବର,୩୧ା୧୨: ଓଡ଼ିଶାର ବାୟୁ ପ୍ରଦୂଷଣ ସ୍ତର ଏବେ ଚିନ୍ତାଜନକ ସ୍ଥିତିରେ ପହଞ୍ଚିଛି। କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (CPCB) ପକ୍ଷରୁ ଜାରି ସଦ୍ୟତମ ତଥ୍ୟ ଅନୁଯାୟୀ,...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri