ଓଡ଼ିଶା-ଗୁଜରାଟ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା: ଫସି ରହିଥିବା ଓଡ଼ିଆ ବସ୍‌ ଯୋଗେ ଫେରିବା ନେଇ ନିଷ୍ପତ୍ତି

ଭୁବନେଶ୍ୱର,୨୬।୪(ବ୍ୟୁରୋ): ଗୁଜରାଟରେ କାମ କରୁଥିବା ଓଡ଼ିଆ ଶ୍ରମିକମାନେ ଓଡ଼ିଶା ଫେରିବେ। ସେମାନଙ୍କୁ ନିରାପଦରେ ରାଜ୍ୟକୁ ଫେରାଇ ଆଣିବା ଲାଗି ରବିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ଗୁଜରାଟ ମୁଖ୍ୟମନ୍ତ୍ରୀ ବିଜୟ ରୁପାନୀଙ୍କ ମଧ୍ୟରେ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ଆଲୋଚନା ହୋଇଛି। ଏଥିରୁ ଗୃହୀତ ନିଷ୍ପତ୍ତି ଅନୁଯାୟୀ, ଗୁଜରାଟରୁ ଓଡ଼ିଆ ଶ୍ରମିକମାନଙ୍କୁ ନିରାପଦରେ ଫେରାଇ ଆଣିବା ପାଇଁ ଦୁଇ ରାଜ୍ୟରୁ ଦୁଇ ଦୁଇ ଜଣ ବରିଷ୍ଠ ଅଫିସରଙ୍କୁ ନେଇ ଏକ ସମନ୍ବୟ କମିଟି କରାଯିବ ବୋଲି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି।

ବିଶେଷକରି ପ୍ରବାସୀ ଓଡ଼ିଆମାନଙ୍କୁ ବସ୍‌ ଯୋଗେ ଫେରାଇ ଆଣିବା ପାଇଁ ବ୍ୟବସ୍ଥା କରାଯିବ। ଏହାଛଡ଼ା ଅନ୍ୟ ପରିବହନ ମାଧ୍ୟମ ସମ୍ପର୍କରେ ଅନୁଧ୍ୟାନ କରି ନିଷ୍ପତ୍ତି ନିଆଯିବ। ତେବେ ଶ୍ରମିକମାନଙ୍କୁ ନେଇ ଫେରୁଥିବା ବସ୍‌ର ରୋଡ୍‌ ଟ୍ୟାକ୍ସ ଛାଡ଼ କରିବା ପାଇଁ ମହାରାଷ୍ଟ୍ର, ମଧ୍ୟପ୍ରଦେଶ ଓ ଛତିଶଗଡ଼ ରାଜ୍ୟ ସରକାରଙ୍କୁ ଅନୁରୋଧ କରାଯିବ ବୋଲି ଜଣାପଡ଼ିଛି। ଏହି ଆଲୋଚନାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଦିଲ୍ଲୀରୁ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ଯୋଗଦେଇଥିଲେ।

ତେବେ ଓଡ଼ିଶାକୁ ଫେରିବାକୁ ଚାହୁଁଥିବା ସବୁ ବ୍ୟକ୍ତିଙ୍କ ପାଇଁ ପଞ୍ଜୀକରଣ ବାଧ୍ୟତାମୂଳକ। ଏଥିପାଇଁ ଆବଶ୍ୟକ ବ୍ୟବସ୍ଥା କରାଯିବ। ଏପରିକି ଶ୍ରମିକମାନେ ପହଞ୍ଚିବା ପରେ ସେମାନେ କ୍ୱାରାଣ୍ଟାଇନ୍‌ରେ ରହିବା ସହିତ ଅନ୍ୟାନ୍ୟ ସୁବିଧା ପାଇପାରିବେ ବୋଲି କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କିଛି ଘଣ୍ଟାରେ ସ୍ଥଳଭାଗ ଛୁଇଁବ ଗଭୀର ଅବପାତ; ଏହି ସ୍ଥାନରେ ହେବ ଲ୍ୟାଣ୍ଡଫଲ୍! ୫୦ରୁ ୬୦ କିମି ବେଗରେ ବୋହିବ ପବନ

ଭୁବନେଶ୍ବର,୨୩ା୯: ସ୍ଥଳଭାଗ ଆଡକୁ ମାଡ଼ିଆସୁଛି ଗଭୀର ଅବପାତ । ଗତ ୬ ଘଣ୍ଟା ଧରି ୭କିମି ବେଗରେ ସ୍ଥଳଭାଗ ମୁହାଁ ହେଉଛି । ଏପଟେ ବର୍ଷାର ପରିମାଣ…

ହୃଦୟବିଦାରକ! ଜନ୍ମ ଦେଇ କେନାଲରେ ଫିଙ୍ଗିଦେଲେ, ଧାନ ବିଲରୁ ଶିଶୁ କନ୍ୟାର ମୃତଦେହ ଉଦ୍ଧାର

ଅତାବିରା, ୨୩/୯ (ଯୁଧିଷ୍ଠିର ମହାପାତ୍ର): ପୁଣି ସାମ୍ନାକୁ ଆସିଛି ମାନବିକତାକୁ ଲଜ୍ଜିତ କଲା ଭଳି ଏକ କରୁଣ ଓ ହୃଦୟବିଦାରକ ଚିତ୍ର। ଧାନ ବିଲର ଅଳିଆ ଆବର୍ଜନା…

ପାକିସ୍ତାନରେ ହଇଚଇ! ସାଧାରଣ ଚିକିତ୍ସା ପରେ ପିଲାଙ୍କ HIV ରିପୋର୍ଟ ପଜିଟିଭ୍, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଇସଲାମବାଦ,୨୩।୯: ପାକିସ୍ତାନରେ ଅନେକ ପରିବାର ପାଇଁ ପିଲାଙ୍କ ସାଧାରଣ ଚିକିତ୍ସା ପରେ ସାମ୍ନାକୁ ଆସିଥିବା HIV ପଜିଟିଭ୍ ରିପୋର୍ଟ ଚିନ୍ତାର କାରଣ ପାଲଟିଛି । NPRର ଏକ…

ବାଫ୍ଲା ମାଳି ଖଣି ପ୍ରଭାବିତ ଅଞ୍ଚଳରେ ବିକାଶର ନଗ୍ନ ଚିତ୍ର: ଉପରେ ଚାଲିଛି ଖଣି, ତଳେ ରାସ୍ତା ନାହିଁ; ପ୍ରଶାସନର ଅବହେଳା ପରେ…

ଥୁଆମୂଳ ରାମପୁର/କାଶୀପୁର, ୨୩।୯ (ଦୁର୍ଗା କୀର୍ତ୍ତି/ ପ୍ରଫୁଲ୍ଲ ବେହେରା): ଗୋଟିଏ ପଟେ ବାଫ୍ଲା ମାଳି ପାହାଡ଼ ଉପରେ ବାକ୍ସାଇଟ୍ ଖଣି ଖନନ କରି କୋଟି କୋଟି ଟଙ୍କାର…

ହର୍ମୁଜରେ ଜାହାଜ ଉପରେ ବଡ଼ ଧରଣର ଆକ୍ରମଣ, ଚାଲିଗଲା ଭାରତୀୟ ନାବିକଙ୍କ ଜୀବନ

ଓମାନ,୨୩।୯: ଓମାନ ଉପକୂଳ ନିକଟ ହର୍ମୁଜ୍ ଅଞ୍ଚଳରେ ଭାରତ ଆସୁଥିବା ଏକ ମାଲବାହୀ ଜାହାଜ ଉପରେ ଟର୍ପିଡୋ ଆକ୍ରମଣ ହୋଇଛି । ଏହି ଆକ୍ରମଣରେ ଉତ୍ତରପ୍ରଦେଶର ଦେବରିଆ…

ଲଘୁଚାପ ବର୍ଷାରେ ସୃଷ୍ଟି ହେଲା ବନ୍ୟା ଆଶଙ୍କା: ଭଞ୍ଜନଗରରେ ସ୍ଥାନାନ୍ତର ପ୍ରକ୍ରିୟା ଜୋରଦାର, ସ୍ଥିତି ଉପରେ ନଜର ରଖିଛନ୍ତି ବିଧାୟକ

ଭଞ୍ଜନଗର, ୨୩।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡର ବିଭିନ୍ନ ଅଞ୍ଚଳରେ ବୁଧବାର ସନ୍ଧ୍ୟା ପର୍ଯ୍ୟନ୍ତ ତୁହାକୁ ତୁହା ଲଗାଣ ବର୍ଷା ଜାରି ରହିଛି। ଫଳରେ…

ବଡ଼ ବିପଦ! ଭାରତରେ ଜୀବନ ନେଇପାରେ ତାତି, ଯାଇପାରେ ୪.୫ ଲକ୍ଷରୁ ଅଧିକ ଜୀବନ

ନୂଆଦିଲ୍ଲୀ,୨୩।୯: ଶକ୍ତିଶାଳୀ ଏଲ୍‌ ନିନୋକୁ ନେଇ ଜଳବାୟୁ ବିଶେଷଜ୍ଞମାନେ ବଡ଼ ଚେତାବନୀ ଦେଇଛନ୍ତି । ଏକ ନୂଆ ଆକଳନ ଅନୁସାରେ, ଆଗାମୀ ୬ ମାସରେ ଏହି କାରଣ…

‘ଯିଏ ରାମଙ୍କର ହେଲେନି, ସେ କୃଷ୍ଣଙ୍କର ହୋଇପାରିବେନି’: ଅଖିଳେଶଙ୍କୁ ଟାର୍ଗେଟ୍ କଲେ…

ଲକ୍ଷ୍ନୌ,୨୩।୯: ୨୦୨୭ ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ପୂର୍ବରୁ ଅଯୋଧ୍ୟା, କାଶୀ ଓ ମଥୁରାକୁ ନେଇ ରାଜନୈତିକ ବୟାନବାଜି ଜୋରଦାର ହୋଇଛି। ଅଯୋଧ୍ୟାରେ ରାସ୍ତା ପ୍ରଶସ୍ତୀକରଣକୁ ନେଇ ସମାଜବାଦୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?