Posted inରାଜ୍ୟ

ଓଡ଼ିଶା ଜର୍ନାଲିଜମ୍‌ ଆଓ୍ବାର୍ଡ-୨୦୧୯: ଇଂଲିଶ ଖବରକାଗଜ ‘ଓଡ଼ିଶା ପୋଷ୍ଟ’, ‘ଧରିତ୍ରୀ’ର ସସ୍ମିତା ପାଇକରାୟ ସମ୍ମାନିତ

ଭୁବନେଶ୍ୱର,୧୧।୮(ବ୍ୟୁରୋ): ବିଶ୍ୱର ବଡ଼ ବଡ଼ ଦେଶ ମଧ୍ୟରେ ଭାରତର ସ୍ବାତନ୍ତ୍ର୍ୟ ରହିଛି। ଆମ ଦେଶରେ ସୁପ୍ରିମ୍‌କୋର୍ଟ ପରି ନ୍ୟାୟାଳୟ ଥିବାବେଳେ ଗଣମାଧ୍ୟମ ପରି ଜାଗ୍ରତ ପ୍ରହରୀ ମଧ୍ୟ ରହିଛି। ଆମ୍ଭେମାନେ ଗଣମାଧ୍ୟମ ସହିତ ଜଡ଼ିତ ରହି ଠିକ୍‌ କଥାକୁ ଲୋକଲୋଚନକୁ ଆଣିବା ଆବଶ୍ୟକ। ଆଉ ଏହି କାର୍ଯ୍ୟ ଓଡ଼ିଶାରେ ଠିକ୍‌ ଭାବେ ହେଉଛି। ଓଡ଼ିଶାବାସୀ ଦେଶର ଉନ୍ନତିରେ ମୁଖ୍ୟ ପୁରୋଧା ସାଜିଛନ୍ତି। ପ୍ରତିକ୍ଷେତ୍ରରେ ଏବେ ଓଡ଼ିଶାର ନାଁ ରହିଛି। ସାମ୍ବାଦିକତା ଦିଗରେ ମଧ୍ୟ ଓଡ଼ିଶା ଅଗ୍ରଗତି କରିଛି ବୋଲି ନୂଆଦିଲ୍ଲୀରେ ଆୟୋଜିତ ଓଡ଼ିଶା ଜର୍ନାଲିଜିମ୍‌ ଆଓ୍ବାର୍ଡ ପ୍ରଦାନ ଉତ୍ସବରେ ପ୍ରସାର ଭାରତୀର ଚେୟାରମ୍ୟାନ ଏ. ସୂର୍ଯ୍ୟ ପ୍ରକାଶ କହିଛନ୍ତି।
ପଲ୍ଲିବାଣୀ ମିଶନ ପକ୍ଷରୁ ଶନିବାର ନୂଆଦିଲ୍ଲୀର କନ୍‌ଷ୍ଟିଚ୍ୟୁଶନ କ୍ଲବ ସ୍ପିକର ହଲ୍‌ରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥିଭାବେ ଯୋଗଦେଇ ସୂର୍ଯ୍ୟ ପ୍ରକାଶ କହିଲେ, ଏବେ ସାମ୍ବାଦିକତାରେ ଡିଜିଟାଲ ମିଡିଆ ଏକ ନୂଆ ଯୁଗ ଭାବେ ଉଭା ହୋଇଛି। ଏଥିରେ ସମସ୍ତଙ୍କୁ ଦାୟିତ୍ୱବାନ ହେବାର ଆବଶ୍ୟକତା ରହିଛି। ଡିଜିଟାଲ ମିଡିଆ ଦ୍ୱାରା ଏବେ ସବୁ ଖବର କ୍ଷଣକେ ଜାଣି ହେଉଛି। ସାମାଜିକ ଗଣମାଧ୍ୟମ ଏହାର ପ୍ରସାରପ୍ରଚାରରେ ଅଧିକ କାମରେ ଆସୁଛି। ତେଣୁ ଗଣମାଧ୍ୟମ ପ୍ରତିନିଧି ଅଧିକରୁ ଅଧିକ ପ୍ରସ୍ତୁତ ହେବା ଆବଶ୍ୟକ ବୋଲି ସେ କହିଥିଲେ।
ଏହି ଅବସରରେ ଓଡ଼ିଶାର ଏକମାତ୍ର ଇଂଲିଶ ଦୈନିକ ଖବରକାଗଜ ‘ଓଡ଼ିଶା ପୋଷ୍ଟ’କୁ ସଂସ୍ଥାଭାବେ ଏବଂ ‘ଧରିତ୍ରୀ’ର ଖବରଦାତା ସସ୍ମିତା ପାଇକରାୟଙ୍କୁ ସାଂସ୍କୃତିକ ଖବରଦାତା ରୂପେ ‘ଓଡ଼ିଶା ଜର୍ନାଲିଜିମ୍‌ ଆଓ୍ବାର୍ଡ’ ମିଳିଛି। ଓଡିଶା ପୋଷ୍ଟ ପକ୍ଷରୁ ଖବରଦାତା ଚୈତାଳି ସୋମ ଏହି ସମ୍ମାନ ଗ୍ରହଣ କରିଛନ୍ତି। ଏଥିସହିତ ରାଜ୍ୟର ବିଭିନ୍ନ ଗଣମାଧ୍ୟମରେ କାର୍ଯ୍ୟରତ ବିରୂପାକ୍ଷ ତ୍ରିପାଠୀ, ଅର୍ଦ୍ଧେନ୍ଦୁ ଦାସ, ଅରବିନ୍ଦ ଦାସ, ଧୀରେନ୍ଦ୍ର ନାରାୟଣ ମିଶ୍ର, ସମ୍ବିତ ସାହୁ, ସୌଭାଗ୍ୟ ସୁନ୍ଦରରାୟଙ୍କୁ ସମ୍ମାନିତ କରାଯାଇଛି। ଦିଲ୍ଲୀରେ ୨୩ବର୍ଷ ଧରି ନିୟମିତ ଭାବେ ପ୍ରକାଶ ପାଇ ଆସୁଥିବା ସାହିତ୍ୟ ପତ୍ରିକା ‘ପଲ୍ଲୀବାଣୀ’ର ଏକ ସ୍ବତନ୍ତ୍ର ସଂଖ୍ୟା ଲୋକାର୍ପିତ ହୋଇଥିଲା। କାର୍ଯ୍ୟକ୍ରମରେ ପିଆଇବି ଡିଜି ସିତାଂଶୁ କର, କବି ଓ କୂଟନୀତିଜ୍ଞ ଅମରେନ୍ଦ୍ର ଖଟୁଆ, ୟୁଜିସି ସଦସ୍ୟା ଡ. ମନୀଷା ଯାଦବ, ପଲ୍ଲିବାଣୀ ମିଶନ ଅଧ୍ୟକ୍ଷ ରାମଚନ୍ଦ୍ର ନାଥ ପ୍ରମୁଖ ଅତିଥି ଭାବେ ଯୋଗଦେଇଥିଲେ। ସୂଚନାଯୋଗ୍ୟ, ଓଡ଼ିଆ ଓ ଓଡ଼ିଶାର ସାମ୍ବାଦିକତା କ୍ଷେତ୍ରରେ ସ୍ବତନ୍ତ୍ର ସ୍ଥାନ ଓ ପରିଚୟ ହାସଲ କରିଥିବା ସାମ୍ବାଦିକଙ୍କୁ ପ୍ରତିବର୍ଷ ପଲ୍ଲୀବାଣୀ ମିଶନ ପକ୍ଷରୁ ଏହି ପୁରସ୍କାର ପ୍ରଦାନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଇତିହାସ ରଚିଲା ଇସ୍ରୋ: ଏଣିକି ବିନା ମୋବୋଇଲ୍‌ ଟାଓ୍ବାରରେ ଆସିବ ନେଟଓ୍ବର୍କ

ନୂଆଦିଲ୍ଲୀ,୨୪।୧୨: ଭାରତୀୟ ମହାକାଶ ଗବେଷଣା ସଂଗଠନ (ISRO) ପୁଣି ଥରେ ବିଶ୍ୱ ସମ୍ମୁଖରେ ନିଜର ଶକ୍ତି ଏବଂ ଆତ୍ମବିଶ୍ୱାସ ପ୍ରଦର୍ଶନ କରିଛି। ଏକ କମ ବଜେଟ,...

ସୋଲାର ଲାଇଟ ଅଚଳ ଘଟଣା: ସରପଞ୍ଚ ଲଗାଇଲେ ଷ୍ଟ୍ରିଟ ଲାଇଟ

ଦାରିଙ୍ଗବାଡି, ୨୪୧୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ପଞ୍ଚାୟତରେ ପ୍ରତି ମଙ୍ଗଳବାର ସାପ୍ତାହିକ ହାଟ ହେଉଛି। ଏହି ହାଟରେ ଭିଡ଼ ଜମୁଛି।...

ଭିଜିଲାନ୍ସ ଜାଲରେ ବରିଷ୍ଠ ରାଜସ୍ବ ସହାୟକ: ପୈତୃକ ଘର ସହ ୪ଟି ସ୍ଥାନରେ ଚଢ଼ାଉ ଜାରି…

ସମ୍ବଲପୁର,୨୪।୧୨(ପ୍ରମୋଦ ବହିଦାର): ଭିଜିଲାନ୍ସ ଜାଲରେ ସମ୍ବଲପୁର ବନ୍ଦୋବସ୍ତ କାର୍ଯ୍ୟାଳୟର ବରିଷ୍ଠ ରାଜସ୍ବ ସହାୟକ( SRA)ବାସୁଦେବ ଭୋଇ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ବିଭାଗ...

ଲୋକ ଉତ୍ସବ ପ୍ରସ୍ତୁତି ବୈଠକ: ଗଣମାଧ୍ୟମ ପ୍ରତିନିଧିଙ୍କୁ ଅଣଦେଖା

ବଲାଙ୍ଗୀର,୨୪।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପ୍ରଶାସନ ଏବଂ ଜିଲା ସଂସ୍କୃତି ବିଭାଗ ପକ୍ଷରୁ ସ୍ଥାନୀୟ ଡିଏଫ୍‌ଓ ସମ୍ମିଳନୀ କକ୍ଷରେ ବଲାଙ୍ଗୀର ଲୋକ ଉତ୍ସବ ପାଇଁ...

ନେମାରଙ୍କ ଅସ୍ତ୍ରୋପଚାର ସଫଳ

ସାଓ ପାଉଲୋ,୨୪ା୧୨: ବ୍ରାଜିଲର ଷ୍ଟାର ଖେଳାଳି ନେମାରଙ୍କ ବାମ ଆଣ୍ଠୁରେ ଅସ୍ତ୍ରୋପଚାର ହୋଇଛି। ତାଙ୍କ କ୍ଲବ ସାଣ୍ଟୋସ ପକ୍ଷରୁ ଏହି ସୂଚନା ଦିଆଯାଇଛି। ୩୩ ବର୍ଷୀୟ...

ପରିସ୍ରା କରିବାକୁ ଯାଇଥିଲେ ବ୍ୟବସାୟୀ, ଭୁଷୁଡିଲା କାନ୍ଥ: ଆଉ ତା’ପରେ…

ଅମରପାଲି,୨୪।୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ କେନଝିରିଆପାଲି ପଞ୍ଚାୟତ ରୁଗୁଡ଼ିପାଲି ଗ୍ରାମରେ କାନ୍ଥ ଭୁଷୁଡି ଜଣେ ଯୁବ ବ୍ୟବସାୟୀଙ୍କ ମୃତ୍ୟୁ ହୋଇଛି। ମୃତ...

ରାତି ପାହିଲେ ବଡ଼ ଦିନ: ଧରାବତରଣ କରିବେ ପ୍ରଭୁ ଯୀଶୁ

ଭୁବନେଶ୍ୱର,୨୪।୧୨: ରାତି ପାହିଲେ ବଡ଼ ଦିନ। ଆଜି ମଧ୍ୟରାତ୍ରୀରେ ଧରାବତରଣ କରିବେ ପ୍ରଭୁ ଯୀଶୁ। ପ୍ରଭୁ ଯୀଶୁଙ୍କୁ ଉପାସନା ପାଇଁ ଖ୍ରୀଷ୍ଟ ଧର୍ମାବଲମୱୀଙ୍କ ମନରେ ଉତ୍କଣ୍ଠା...

ଶୀତ ମହୋତ୍ସବକୁ ଆସିବେ ୨ କୃଷ୍ଣ: ବଢୁଛି ଚର୍ଚ୍ଚା

ଦାରିଙ୍ଗବାଡି,୨୪।୧୨(ଅରୁଣ ସାହୁ):ଦାରିଙ୍ଗବାଡିରେ ଆସନ୍ତା ୮ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ହେବାକୁ ଯାଉଛି। ଏହି ମହୋତ୍ସବରେ ରାଜ୍ୟର ବିଭିନ୍ନ ବିଭାଗ ମନ୍ତ୍ରୀମାନେ ଯୋଗଦେବାକୁ ରହିଥିବାବେଳେ କିଏ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri