ଓଡ଼ିଶା ଜାଗାରେ ଆନ୍ଧ୍ରର ଦାଦାଗିରି : ଜାଗା, ଗଛକଟାକୁ ନେଇ ଓଡ଼ିଶାର ଚମ୍ପାପୁର, ଆନ୍ଧ୍ରର ସିଙ୍ଗିପୁର ଗାଁ ମଧ୍ୟରେ ବିବାଦ

ପାରଳାଖେମୁଣ୍ଡି,୨୩ା୯(ସ୍ବ.ପ୍ର.) : ଜମି ଓ ଗଛକଟାକୁ କେନ୍ଦ୍ରକରି ଆନ୍ଧ୍ର-ଓଡ଼ିଶା ସୀମାନ୍ତ ଦୁଇ ଗ୍ରାମ ମଧ୍ୟରେ ପୁଣି ବିବାଦ ଦେଖାଦେଇଛି। ଓଡ଼ିଶା ଜାଗାରେ ପଶି ଆନ୍ଧ୍ରର ଲୋକେ ଦାଦାଗିରି ଦେଖାଇଛନ୍ତି। ଗଜପତି ଜିଲାର ଚମ୍ପାପୁର ଏବଂ ଆନ୍ଧ୍ରର ସିଙ୍ଗିପୁର ମଧ୍ୟରେ ବିବାଦ ତୁଟିବା ବଦଳରେ ଦୁଇ ଗ୍ରାମବାସୀ ମୁହାଁମୁହିଁ ହେବା ସହ ପୂର୍ବରୁ ଏ ନେଇ ଥାନାରେ ଅଭିଯୋଗ ମଧ୍ୟ ହୋଇଛି।
ଗଜପତି ଜିଲା ରାୟଗଡ଼ ବ୍ଲକ୍‌ ଗଙ୍ଗାବାଡ଼ ପଞ୍ଚାୟତର ଚମ୍ପାପୁର ଏକ ଆଦିବାସୀ ବହୁଳ ଗ୍ରାମ ଅଟେ। ଏହି ଗ୍ରାମ ଆନ୍ଧ୍ରର ଶ୍ରୀକାକୁଲମ୍‌ ଜିଲା ମଞ୍ଜୁସା ମଣ୍ଡଳମ୍‌ର ସିଙ୍ଗିପୁର ଗ୍ରାମ ନିକଟରେ ରହିଛି।ଓଡ଼ିଶାର ଚମ୍ପାପୁର ଗ୍ରାମବାସୀ ପୂର୍ବ ପୁରୁଷ ଅମଳରୁ ସମ୍ପୃକ୍ତ ପାହାଡ଼ ଓ ଏହାର ପାଦଦେଶରେ କଦଳୀ, କାଜୁ, ଆମ୍ବ, ହଳଦୀ ଆଦିି ଚାଷ କରିଆସୁଥିଲେ। ଗତ ୧୩ ତାରିଖ ପଡ଼ୋଶୀ ଆନ୍ଧ୍ର ରାଜ୍ୟର କେତେକ ଅଣ ଆଦିବାସୀ ଲୋକ ଚମ୍ପାପୁର ଗ୍ରାମର ଜମିରେ ଲାଗିଥିବା ଗଛଗୁଡ଼ିକ ଜବରଦସ୍ତ କାଟି ଏହା ଆନ୍ଧ୍ରର ଜାଗା ବୋଲି କହିଥିଲେ। ଚମ୍ପାପୁର ଲୋକେ ଏହାର ବିରୋଧ କରିବା ବେଳେ ଗାଁର ମହିଳାଙ୍କ ଉପରେ ମଧ୍ୟ ଆକ୍ରମଣ ହୋଇଥିଲା। ତେବେ ରବିବାର ଗଜପତି ଜିଲାପାଳଙ୍କ ନିର୍ଦ୍ଦେଶ କ୍ରମେ ଗାରବନ୍ଧ ଥାନା ଅଧିକାରୀ ସୁଶାନ୍ତ କୁମାର ସାହୁ, ରାୟଗଡ଼ ବିଡିଓ ଲୁକାଶ ପ୍ରଧାନ, ରାୟଗଡ଼ ବ୍ଲକ୍‌ ଅଧ୍ୟକ୍ଷ ଧନେଶ୍ୱର ଭୂୟାଁ, ପିଇଓ ଭାସ୍କର ଚନ୍ଦ୍ର ପାତ୍ର ଘଟଣାସ୍ଥଳରେ ପହଞ୍ଚି ଲାଲ ପତାକା ଲଗାଇଥିଲେ। ଏ ସମ୍ପର୍କରେ ଉଭୟ ଗ୍ରାମର ଗ୍ରାମବାସୀଙ୍କ ଉପସ୍ଥିତିରେ ସୀମା ନିର୍ଦ୍ଧାରଣ କରାଯିବା ଆବଶ୍ୟକ ବୋଲି ପୂର୍ବତନ ସରପଞ୍ଚ ହରିବନ୍ଧୁ କାର୍ଜୀ କହିଥିଲେ। ପୂର୍ବରୁ ମଧ୍ୟ ଅନେକ ଥର ଏହି ଦୁଇଟି ଗ୍ରାମରେ ଜାଗା ଓ ଗଛକୁ ନେଇ ମୁହାଁମୁହିଁ ପରିସ୍ଥିତି ଉପୁଜିଛି। ହେଲେ ଏହାର ସ୍ଥାୟୀ ସମାଧାନ ପାଇଁ ପ୍ରଶାସନର ଆନ୍ତରିକତା ନ ଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…

ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…

ଭାଜପା ରାଜ୍ୟ କାର୍ଯ୍ୟକାରିଣୀ କମିଟି ସଦସ୍ୟ ଭାବେ ମନୋନୀତ ହେଲେ ବିପିନ,ସମର୍ଥକଙ୍କ ମଧ୍ୟରେ…

ଦିଗପହଣ୍ଡି,୧୦|୪(ଅଶେଷ ନାଥ ମିଶ୍ର): ଭାରତୀୟ ଜନତା ପାର୍ଟିର ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ଶୁକ୍ରବାର  ଦିଗପହଣ୍ଡି ବ୍ଳକର ପୂର୍ବତନ ଅଧ୍ୟକ୍ଷ ତଥା  ୨୬ ନଂ…

ଥୁଆମୂଳ ରାମପୁର ବ୍ଲକରେ ବିକାଶ କାର୍ଯ୍ୟର ସମୀକ୍ଷା; ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରିବାକୁ ଚେତାବନୀ ଦେଲେ ପ୍ରଦୀପ ଦିଶାରୀ

ଥୁଆମୂଳ ରାମପୁର, ୧୦/୦୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଭାଗୃହରେ ଶୁକ୍ରବାର ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ସମୀକ୍ଷା ବୈଠକରେ ପ୍ରଶାସନିକ ଅବହେଳାର ଏକ ନଗ୍ନ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ପୁରୀ ରଥଯାତ୍ରା: ଘୋଗଡରୁ ଟ୍ରକ ଯୋଗେ ପୁରୀ ଗଲା ରଥକାଠ

ଭଞ୍ଜନଗର,୧୦।୪(ବାବୁଲା ପ୍ରଧାନ)-ପୁରୀ ରଥଯାତ୍ରାରେ ରଥ ନିର୍ମାଣ ପାଇଁ ଆବଶ୍ୟକ ହେଉଥିବା ରଥ କାଠ ରାଜ୍ୟର ବିଭିନ୍ନ ଜଙ୍ଗଲରୁ ଯାଉଛି। ବିଗତ କିଛି ବର୍ଷ ହେବ ଗଞ୍ଜାମ ଜିଲା…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri