ଓଡ଼ିଶା-ଝାଡ଼ଖଣ୍ଡ ସୀମା ସିଲ୍‌: ରାଜପଥରେ ଅଟକି ରହିଛି ଶହ ଶହ ଭାରୀଯାନ

ବଡ଼ବିଲ,୨୫।୩(ସ୍ବ.ପ୍ର.): ଦେଶବ୍ୟାପୀ ମଙ୍ଗଳବାର ମଧ୍ୟରାତ୍ରିରୁ ଲକ୍‌ଡାଉନ୍‌ ଘୋଷଣା ହୋଇଛି। ସେଥିପାଇଁ କେନ୍ଦୁଝର ଜିଲା ଝାଡ଼ଖଣ୍ଡ ରାଜ୍ୟ ସୀମାନ୍ତ ବଡ଼ବିଲରେ ପୋଲିସ ପ୍ରଶାସନ କଡ଼ା ପଦକ୍ଷେପ ନେଇଛି। ଓଡ଼ିଶା ଓ ଝାଡ଼ଖଣ୍ଡ ସୀମାକୁ ସିଲ୍‌ କରାଯାଇଥିଲା ବେଳେ ଅତି ଜରୁରୀ ନ ହେଲେ ଜନସାଧାରଣଙ୍କୁ ଘରୁ ନ ବାହାରିବାକୁ ପୋଲିସ ତାଗିଦ କରିଛି। ଏଥିରେ ଖିଲାପ କଲେ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବ ବୋଲି ଚେତାବନୀ ଦେଇଛି। ତେବେ ବିଭିନ୍ନ ସ୍ଥାନରେ ପୋଲିସ ପାଟ୍ରୋଲିଂ ଜାରି ରଖିଛି। ଓଡ଼ିଶାରେ ଲୁହାପଥର ବୋଝେଇ ଭାରୀଯାନଗୁଡ଼ିକ ଯାତାୟାତ ପାଇଁ ଅନୁମତି ରହିଥିଲାବେଳେ ଝାଡ଼ଖଣ୍ଡରେ ଚଳାଚଳ ବନ୍ଦ ରହିଥିବାରୁ ନିଜ ରାଜ୍ୟକୁ ଯାଇ ନ ପାରି ଓଡ଼ିଶା ସୀମାନ୍ତରେ ଅଟକି ରହିଛି ଶହଶହ ଭାରୀଯାନ। ଫଳରେ ଟ୍ରକ ଡ୍ରାଇଭର ଓ ହେଲପରମାନେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହୋଇଛନ୍ତି। ଦୋକାନ ବଜାର ବନ୍ଦ ରହିଥିବାରୁ ଖାଇବାକୁ ନ ପାଇ ଡହଳ ବିକଳ ହେଉଛନ୍ତି। ତେବେ ୨୧ ଦିନ ଧରି ଲକ୍‌ଡାଉନ୍‌ ପର୍ଯ୍ୟନ୍ତ ଖାଦ୍ୟ ନ ପାଇଲେ ଜୀବନ ରହିବ କି ନାହିଁ ତାହା ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଏପରି ସ୍ଥିତିରେ ସରକାର ସେମାନଙ୍କ ନିମନ୍ତେ କିଛି ସୁବିଧା କଲେ ଉପକୃତ ହେବେ ବୋଲି ଛତିଶଗଡ଼ର ଚାଳକମାନେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୩ ବର୍ଷ ପୂର୍ବେ ବିବାହ କରିଥିଲେ ପୁଅ ଅକାଳରେ ଚାଲିଗଲା ଜୀବନ: ଶେଷକୁ ବାପା କରିଦେଲେ ଏମିତି କାମ …

ଦଶରଥପୁର,୨୪।୫(ସୁଶାନ୍ତ କୁମାର ବେହୁରିଆ): ରୋଜଗାରିଆ ପୁଅର ଅକାଳ ମୃତ୍ୟୁକୁ ସହ୍ୟ କରିପାରିଲେନି ବାପା। ବେକରେ ଗାମୁଛା ଭିଡ଼ି ଆତ୍ମହତ୍ୟା କରିଦେଲେ। ଏଭଳି ଦୁଃଖଦ ଘଟଣା ଯାଜପୁର ଜିଲା…

ହୁମା ଓଭରବ୍ରିଜ ନିକଟରେ ପୁଣି ଦୁର୍ଘଟଣା: ବସ ସହ ଆଇଜର ଟ୍ରକର ମୁହାଁମୁହିଁ ଧକ୍କା

ଗଞ୍ଜାମ,୨୪।୫(ଅନାଥ ତରାଇ/ବିଦ୍ୟାଧର ସାହୁ): ଆଉ କେତେ ଦୁର୍ଘଟଣା ଘଟିଲେ ଏବଂ କେତେ ଲୋକଙ୍କ ପ୍ରାଣହାନି ହେଲେ ସରକାର ଓ ଜିଲ୍ଲା ପ୍ରଶାସନର ଚେତନା ଜାଗ୍ରତ ହେବ? ଏହି…

ଏଇ ଭାରତରେ

ନିଜେ ସମସ୍ୟାରେ ଥିଲେ ବି ଅନ୍ୟଙ୍କ ମୁହଁରେ ଖୁସି ଦେଖି ସନ୍ତୋଷ ଲାଭ କରନ୍ତି ଗୁଜରାଟ କଚ୍ଛର ଆମ୍ମା(ଶ୍ରଦ୍ଧା ନାମ)। ସେ ପ୍ରଚଣ୍ଡ ଗ୍ରୀଷ୍ଣ ପ୍ରବାହରେ ପଥଚାରୀଙ୍କୁ…

କେରଳର ନୂଆ କାଣ୍ଡାରି

ଦଶନ୍ଧିବ୍ୟାପୀ ବାମପନ୍ଥୀ ଶାସନର ଅବସାନ ଘଟାଇ ଯିଏ କଂଗ୍ରେସ ପାଇଁ ଈଶ୍ୱରଙ୍କ ନିଜ ଦେଶ କୁହାଯାଉଥିବା କେରଳରେ ମଞ୍ଚ ତିଆରି କରାଇବାରେ ପ୍ରମୁଖ ଭୂମିକା ନିର୍ବାହ କଲେ,…

ନାଗରିକ ଚେତନା

ଅଷ୍ଟ୍ରେଲିଆର ପୂର୍ବତନ ଅନ୍ତର୍ଜାତୀୟ କ୍ରିକେଟର ମାଥ୍ୟୁ ହେଡେନଙ୍କୁ ସମ୍ପ୍ରତି ଖେଳ ପଡ଼ିଆରେ ଅଳିଆ ଉଠାଇ ସଫା କରୁଥିବାର ଦୃଶ୍ୟ ସାମାଜିକ ଗଣମାଧ୍ୟମରେ ଦେଖିବାକୁ ମିଳିଥିଲା। ପ୍ରଥମ ଦୃଷ୍ଟିରେ…

ଚନ୍ଦ୍ରପୃଷ୍ଠକୁ ଯାତ୍ରା ପାଇଁ ନୂଆ ଶସ୍ତା ମାର୍ଗ

ନୂଆଦିଲ୍ଲୀ,୨୪।୫: ମହାକାଶ ଗବେଷଣା କ୍ଷେତ୍ରରେ ବୈଜ୍ଞାନିକମାନଙ୍କୁ ଏକ ବଡ଼ ସଫଳତା ମିଳିଛି। ପୃଥିବୀରୁ ଚନ୍ଦ୍ରପୃଷ୍ଠକୁ ଯାତ୍ରା କରିବା ପାଇଁ ଏକ ନୂତନ ଏବଂ କମ୍‌ ଇନ୍ଧନ ଖର୍ଚ୍ଚ…

ଗରମ ସାଙ୍ଗକୁ ଦାଉ ସାଧୁଛି ଅଘୋଷିତ ବିଦ୍ୟୁତ୍‌ କାଟ

ଭୁବନେଶ୍ୱର, ୨୫।।୫ (ବନ୍ଦନା ସେଠୀ): ପ୍ରବଳ ଖରାରେ ସିଝୁଛି ପୂରା ଓଡ଼ିଶା। ଅଧିକାଂଶ ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହୁଥିବାବେଳେ ତାତି ସାଙ୍ଗକୁ ଗୁଳୁଗୁଳି ଅସ୍ତବ୍ୟସ୍ତ…

ଟ୍ୱିଶା ଶର୍ମା ମୃତ୍ୟୁ ମାମଲାରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ,୨୫ରେ …

ନୂଆଦିଲ୍ଲୀ,୨୩ା୫: ଗଣମାଧ୍ୟମ ରିପୋର୍ଟକୁ ଆଧାର କରି ସୁପ୍ରିମକୋର୍ଟ ଅଭିନେତ୍ରୀ ତଥା ମଡେଲ ଟ୍ବିଶା ଶର୍ମା ମୃତ୍ୟୁ ମାମଲାକୁ ନିଜଆଡ଼ୁ ବିଚାର ପାଇଁ ଗ୍ରହଣ କରିଛନ୍ତି। ପ୍ରଧାନ ବିଚାରପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri