Posted inଖେଳ

ଓଡ଼ିଶା ଟି୨୦ କ୍ରିକେଟ ଲିଗ୍‌: ଡକ୍‌ଓ୍ବର୍ଥରେ ଜିତିଲା ପାନ୍ଥର୍ସ

ଭୁବନେଶ୍ୱର, ୧ା୧(କ୍ରୀଡ଼ା ପ୍ରତିନିଧି): ଓଡ଼ିଶା କ୍ରିକେଟ ଆସୋସିଏଶନ (ଓସିଏ) ଆନୁକୂଲ୍ୟରେ କଟକର ବାରବାଟୀ ଷ୍ଟାଡିୟମରେ ଚାଲିଥିବା ଏମ୍‌ଜିଏମ୍‌ ଟି୨୦ କ୍ରିକେଟ ଲିଗ୍‌ରେ ଗୁରୁବାର ଗୋଟିଏ ମ୍ୟାଚ ସମ୍ଭବ ହୋଇଛି। ତେବେ ଫ୍ଲଡ୍‌ଲାଇଟ୍‌ରେ ସମସ୍ୟା ଯୋଗୁ ଡକ୍‌ଓ୍ବର୍ଥ ଲୁଇସ ନିୟମ ଅନୁସାରେ ଫଳାଫଳ ନିର୍ଣ୍ଣୟ କରାଯାଇଛି। ଏଥିରେ ଓଡ଼ିଶା ପାନ୍ଥର୍ସ ୨୪ ରନରେ ଚିତାସ୍‌କୁ ପରାସ୍ତ କରିଛି। ପ୍ରଥମେ ବ୍ୟାଟିଂ କରିଥିବା ପାନ୍ଥର୍ସ ୨୦ ଓଭରରେ ୯ ଉଇକେଟ ହରାଇ ୧୩୪ ରନ କରିଥଲା। ପରେ ଚିତାସକୁ ୧୦ ଓଭରରୁ ୮୩ ରନର ଟାର୍ଗେଟ ଦିଆ ଯାଇଥିଲା। ମାତ୍ର ଚିତାସ୍‌ ୧୦ ଓଭରରେ ୬ ଉଇକେଟ ହରାଇ ୫୮ ରନ କରିବାକୁ ସକ୍ଷମ ହୋଇଥିଲା। ସାଂଘାତିକ ବ୍ୟାଟିଂ ବିପର୍ଯ୍ୟୟରେ ପଡ଼ିଥିବା ଚିତାସ ପକ୍ଷରୁ ଅଭିଷେକ ରାଉତ ସର୍ବାଧିକ ୧୯ ରନ କରିବାକୁ ସକ୍ଷମ ହୋଇଥିଲେ। ପ୍ରତିପକ୍ଷ ଦଳର ଶୁଭମ୍‌ ନାୟକ ଓ ବସନ୍ତ ମହାନ୍ତି ୨ଟି ଲେଖାଏ ଏବଂ ପ୍ରଦୀପ ପ୍ରଧାନ ଓ ଆଲୋକ ସାହୁ ଗୋଟିଏ ଲେଖାଏ ଉଇକେଟ ହାସଲ କରିଥିଲେ।
ଟସ୍‌ ହାରି ପ୍ରଥମେ ବ୍ୟାଟିଂ ଆମନ୍ତ୍ରଣ ପାଇଥିବା ପାନ୍ଥର୍ସର ବ୍ୟାଟ୍ସମ୍ୟାନମାନେ ମଧ୍ୟ ବିପକ୍ଷ ଦଳର ବୋଲରଙ୍କୁ ଠିକ୍‌ଭାବେ ମୁକାବିଲା କରିପାରି ନ ଥିଲେ। ଓପନର ଅଙ୍କିତ ସିଂ ୩୮ ରନ କରି ରନଆଉଟ ହୋଇଥିବାବେଳେ ଅଭିଷେକ ଯାଦବ ୩୬ ରନ କରିଥିଲେ। ଅନ୍ୟ କୌଣସି ବ୍ୟାଟ୍ସମ୍ୟାନ କ୍ରିଜ୍‌ରେ ତିଷ୍ଠିପାରି ନ ଥିଲେ। ଚିତାସ୍‌ ବୋଲରଙ୍କ ମଧ୍ୟରେ ମନୋଜ ବାରିକ ନିଜ ୪ ଓଭର ସ୍ପେଲରେ ୨୪ ରନ ଦେଇ ୫ ଉଇକେଟ ସଫଳତା ପାଇଥିଲେ। ଅଭିଷେକ ରାଉତଙ୍କୁ ୨ଟି ଏବଂ ରାମଚନ୍ଦ୍ର ବେହେରାଙ୍କୁ ଗୋଟିଏ ଉଇକେଟ ମିଳିଥିଲା। ୨ ଓଭରରେ ୭ ରନ ଦେଇ ୨ଟି ଉଇକେଟ ନେଇଥିବା ବିଜୟୀ ଦଳର ଶୁଭମ୍‌ ନାୟକ ମ୍ୟାନ ଅଫ ଦି ମ୍ୟାଚ ପୁରସ୍କାର ପାଇଥିଲେ। ପାନ୍ଥର୍ସ ୩ ମ୍ୟାଚରୁ ହ୍ୟାଟ୍ରିକ ବିଜୟ ସହ ୧୨ ପଏଣ୍ଟ ପାଇ ଟେବୁଲର ଶୀର୍ଷସ୍ଥାନ ଅଧିକାର କରିଛି। ଚିତାସ ୩ ମ୍ୟାଚରୁ ପ୍ରଥମ ପରାଜୟ ସହ ତୃତୀୟ ସ୍ଥାନରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜନୀତିରେ ହଲଚଲ୍! ସରକାରଙ୍କ ଆଗରେ ୩ ଦାବି ରଖିଲେ ରାହୁଲ, ଜାଣିଲେ….

ନୂଆଦିଲ୍ଲୀ,୨୨।୭: କଂଗ୍ରେସ ନେତା ରାହୁଲ ଗାନ୍ଧୀ ପେପର ଲିକ୍ ଏବଂ ଛାତ୍ରମାନଙ୍କ ଉପରେ ଲାଠିଚାର୍ଜ ସମ୍ପର୍କରେ ଦିଲ୍ଲୀର ଇନ୍ଦିରା ଭବନରେ ଏକ ସାମ୍ବାଦିକ ସମ୍ମିଳନୀ କରିଥିଲେ। ଏହି…

‘ମୋତେ ଘୋଷାଡି ନେଉଥିବା ପୋଲିସ କହିଲା, ଏ ସରକାରକୁ ହଟାନ୍ତୁ’, ରାହୁଲଙ୍କ ବିସ୍ଫୋରକ ବୟାନ

ନୂଆଦିଲ୍ଲୀ,୨୨।୭: ଲୋକ ସଭାର ବିରୋଧୀ ଦଳ ନେତା , କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀ ନିଟ୍ (NEET) ପରୀକ୍ଷାରେ ପେପର୍ ଲିକ୍, ଛାତ୍ରଛାତ୍ରୀଙ୍କ ଆନ୍ଦୋଳନ ଏବଂ ଶିକ୍ଷା…

CJP ଆନ୍ଦୋଳନରେ ପେଲେଟ୍ ଗନ୍ ଫାୟାରିଂ? ସତ କହିଲା ଦିଲ୍ଲୀ ପୋଲିସ!

ନୂଆଦିଲ୍ଲୀ,୨୨।୭: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିରେ ଦିଲ୍ଲୀର ଜନ୍ତର-ମନ୍ତରରୁ ସଂସଦ ମାର୍ଚ୍ଚ ପାଇଁ ଆହ୍ୱାନ ଦିଆଯାଇଥିଲା। ଏହି ସମୟରେ ପୋଲିସ ଏବଂ ପ୍ରଦର୍ଶନକାରୀଙ୍କ…

ହାର୍ଡକୋର ମହିଳା ମାଓବାଦୀ ଅନିତା କିସ୍କୁଙ୍କ ଆତ୍ମସମର୍ପଣ

କୋଇଡ଼ା, ୨୨।୭: ମାଓବାଦୀ ସଂଗଠନ ପାଇଁ ଏକ ବଡ଼ ଝଟକା ସୃଷ୍ଟି କରି ହାର୍ଡକୋର ମହିଳା ମାଓବାଦୀ ଅନିତା କିସ୍କୁ ଝାଡ଼ଖଣ୍ଡରେ ସୁରକ୍ଷା ବାହିନୀ ନିକଟରେ ଆତ୍ମସମର୍ପଣ…

ବିସ୍ଥାପନ ପାଇଁ ଦ୍ୱିତୀୟ ଦିନରେ କୁମିଆପାଲିରେ ପହଞ୍ଚିଲା ପ୍ରଶାସନ: ତାତିଲେ ଆଦିବାସୀ, ଧନୁତୀର ଧରି…

ବଲାଙ୍ଗୀର,୨୨ା୭(ସୁନିଲ କୁମାର ମହାନ୍ତି): ବୁଧବାର ଦ୍ୱିତୀୟ ଦିନରେ ଲୋୟର ସୁକତେଲ ଡ୍ୟାମ ପ୍ରଭାବିତ କୁମିଆପାଲି ଗାଁରେ ବିସ୍ଥାପନ ପ୍ରକ୍ରିୟା ଆରମ୍ଭ କରିବାକୁ ଜିଲା ପ୍ରଶାସନର ଟିମ୍‌ ପହଞ୍ଚିଥିଲା।…

CJP ଆନ୍ଦୋଳନକୁ ନେଇ କଡ଼ା ନିର୍ଦ୍ଦେଶ ଦେଲେ ଦିଲ୍ଲୀ ହାଇକୋର୍ଟ, କେନ୍ଦ୍ରକୁ ମାଗିଲେ…

ନୂଆଦିଲ୍ଲୀ,୨୨।୭: ପ୍ରଦର୍ଶନକାରୀଙ୍କ ବିରୋଧରେ ପୋଲିସର କାର୍ଯ୍ୟାନୁଷ୍ଠାନ ଏବଂ ଲାଠିଚାର୍ଜ ସମ୍ପର୍କିତ ଏକ ଆବେଦନର ଶୁଣାଣି କରିଛନ୍ତି ଦିଲ୍ଲୀ ହାଇକୋର୍ଟ । କେନ୍ଦ୍ର ସରକାର ଏବଂ ଦିଲ୍ଲୀ ପୋଲିସକୁ…

୨୪ ଘଣ୍ଟାରେ ୬ ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ: ବନ୍ଧୁକ, ଖଣ୍ଡା ସହ ବାଇକ୍‌ ଜବତ କରି…

ପୁରୁଷୋତ୍ତମପୁର,୨୨ା୭(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପୋଲିସକୁ ଏକ ବଡ଼ସଫଳତା ମିଳିଥିବା ବେଳେ ସହ ଅଭିଯୋଗର ୨୪ ଘଣ୍ଟା ମଧ୍ୟରେ ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୬ ଜଣଙ୍କୁ…

ବିକ୍ଷୋଭ ପ୍ରଦର୍ଶନକୁ ନେଇ ବିରୋଧୀଙ୍କ ଉପରେ ବର୍ଷିଲେ ରାଜନାଥ ସିଂ, ଛାତ୍ରଙ୍କୁ କରାଯାଉଛି…

ନୂଆଦିଲ୍ଲୀ,୨୨।୭: ସୋନମ ୱାଙ୍ଗଚୁକଙ୍କ ଅନଶନ, ସିଜେପିର ପ୍ରତିବାଦ ଏବଂ ବିରୋଧୀଙ୍କ ଆକ୍ରମଣାତ୍ମକ ଆଭିମୁଖ୍ୟ ପରେ ସରକାର ପଛକୁ ହଟିଥିବା ପରି ମନେ ହେଉଛି। ଏହି ସମୟରେ, ପ୍ରତିରକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri