ଓଡ଼ିଶା ଦାବିକୁ ଅଣଦେଖା – ସର୍ଭେରେ ଅଟକିଛି ବିରଜାକ୍ଷେତ୍ରକୁ ରେଳପଥ ସଂଯୋଗ

ଯାଜପୁର ଅଫିସ,୧୭ା୧୨- ସବୁ ପ୍ରକାର ଭିତ୍ତିଭୂମି ଥାଇ ଯାଜପୁର ଜିଲାର ଯାଜପୁର-କେନ୍ଦୁଝରରୋଡ ରେଳଷ୍ଟେଶନକୁ ଡିଭିଜନ ମାନ୍ୟତା ମିଳିପାରୁ ନାହିଁ। ଏହାସହ ଦୀର୍ଘଦିନର ଦାବି ବିରଜାକ୍ଷେତ୍ରକୁ ରେଳପଥ ସଂଯୋଗ ସର୍ଭେରେ ଅଟକିଛି। ଏନେଇ ରାଜନୈତିକ ନେତୃବର୍ଗ ଓ ବିଭିନ୍ନ ସାମାଜିକ ଅନୁଷ୍ଠାନ ଦାବି, ଦସ୍ତଖତ ଅଭିଯାନ, ଆନ୍ଦୋଳନ ଆଦି ଜରିଆରେ କେନ୍ଦ୍ର ସରକାର ଓ ରେଳୱେ କର୍ତ୍ତୃପକ୍ଷଙ୍କ ଦୃଷ୍ଟି ଆକର୍ଷଣ କରୁଥିଲେ ବି କିଛି ସୁଫଳ ମିଳିପାରୁ ନାହିଁ। ନିର୍ବାଚିତ ଏମ୍‌ପିମାନେ ଦୀର୍ଘ ବର୍ଷ ହେଲା ଲୋକସଭାରେ ଏନେଇ ଦାବି ଉପସ୍ଥାପନ କରୁଥିଲେ ହେଁ କେନ୍ଦ୍ର ସରକାରଙ୍କ ରେଳ ମନ୍ତ୍ରଣାଳୟ ଅଣଦେଖା କରିଚାଲିଛି। ନିକଟରେ ଯାଜପୁର ଏମ୍‌ପି ଶର୍ମିଷ୍ଠା ସେଠୀ ଓ ଭଦ୍ରକ ଏମ୍‌ପି ମଞ୍ଜୁଲତା ମଣ୍ଡଳ ଯଥାକ୍ରମେ ଯାଜପୁର-କେନ୍ଦୁଝରରୋଡ ଷ୍ଟେଶନକୁ ଡିଭିଜନ ମାନ୍ୟତା ଏବଂ ଭଦ୍ରକ-ଚାନ୍ଦବାଲି- ଅଖଣ୍ଡଳମଣି- ଯାଜପୁରକୁ ନୂତନ ରେଳପଥ ସଂଯୋଗ ପାଇଁ ଦାବି କରିଛନ୍ତି।
କେନ୍ଦ୍ର ସରକାରଙ୍କ ନିର୍ଦ୍ଦେଶକ୍ରମେ ପୂର୍ବତଟ ରେଳପଥ ପକ୍ଷରୁ ଯାଜପୁର ରୋଡରୁ ଧାମରା ପର୍ଯ୍ୟନ୍ତ ୨୦୧୨-୧୩ ମସିହାରେ ସର୍ବେକ୍ଷଣ ହୋଇଥିଲା। ୨୦୧୫ ଏପ୍ରିଲରେ ରେଳ ମନ୍ତ୍ରଣାଳୟ ଅଧୀନ ରେଲଓ୍ବେ ବୋର୍ଡ ନିକଟରେ ଏହାର ନଥିପତ୍ର ଦାଖଲ କରାସରିଛି। ଦୀର୍ଘ ୯୯.୯୫ କିମି ଏହି ରେଳପଥ ନିର୍ମାଣ ପାଇଁ ୯୯୫ କୋଟି ଟଙ୍କା ଖର୍ଚ୍ଚ ହେବ ବୋଲି ଆକଳନ କରାଯାଇଥିଲା। ଏହି ରେଳପଥ ନିର୍ମାଣ ହେଲେ ପୂର୍ବତଟ ରେଲଓ୍ବେ ବର୍ଷକୁ ୩୩ ପ୍ରତିଶତ ଲାଭବାନ ହେବ ବୋଲି ସର୍ଭେ କରିଥିବା ଅଧିକାରୀମାନେ ଜଣାଇଛନ୍ତି। ଯାଜପୁରରେ ବିଶ୍ୱପ୍ରସିଦ୍ଧ କ୍ଷେତ୍ରେଶ୍ୱରୀ ମା’ ବିରଜାଙ୍କ ଶକ୍ତିପୀଠ ଥିବାବେଳେ ଭଦ୍ରକ ଜିଲାର ଆରଡ଼ିଠାରେ ବିଶ୍ୱପ୍ରସିଦ୍ଧ ଆଖଣ୍ଡଳମଣୀ ଧାମ ରହିଛି। ଏହି ୨ଟି ଜାଗାକୁ ପ୍ରତ୍ୟେକ ଦିନ ଦେଶ ବିଦେଶରୁ ଯାତ୍ରୀମାନେ ଆସି ଦର୍ଶନ ଲାଭ କରିଥାନ୍ତି। ଏହି ରେଳପଥ ନିର୍ମାଣ ହେଲେ ପର୍ଯ୍ୟଟନ କ୍ଷେତ୍ରର ବିକାଶ ସମ୍ଭବ ହେବ। ଯାଜପୁର ଜିଲାର କଳିଙ୍ଗନଗର ଏସିଆ ମହାଦେଶର ଇସ୍ପାତ ରାଜଧାନୀଭାବେ ପରିଗଣିତ ହୋଇସାରିଲାଣି। ଏଠାରୁ ଧାମରା ଦେଇ ଦେଶ ବିଦେଶକୁ ମାଲ ପରିବହନ କରିବା ପାଇଁ ସୁଗମ ହେବ। ଏହି ରେଳପଥ ନିର୍ମାଣ ଦ୍ୱାରା ଜିଲାର ଉପତ୍ାଦିତ କୃଷିଜାତ ଦ୍ରବ୍ୟର ପରିବହନ ଉନ୍ନତି ଆସିବା ସହିତ ଖାଉଟି ସାମଗ୍ରୀ ଲୋକଙ୍କ ପାଖରେ ପହଞ୍ଚିବା ଅଧିକ ସୁବିଧାଜନକ ହେବ ବୋଲି ଦାବି ହୋଇ ଆସିଛି। ଲୋକସଭାରେ ଜିଲାରୁ ପ୍ରତିନିଧିତ୍ୱ କରୁଥିବା ପ୍ରାୟ ସମସ୍ତ ଏମ୍‌ପି ଏନେଇ ଦାବି କରୁଛନ୍ତି। ହେଲେ କେନ୍ଦ୍ର ସରକାର ଏହି ଦାବିକୁ ଅଣଦେଖା କରି ଆସୁଥିବାରୁ ଜିଲାବାସୀଙ୍କ ବିଶ୍ୱାସଭାଜନ ହୋଇ ପାରୁ ନ ଥିବା ମତପ୍ରକାଶ ପାଇଛି। ଚଳିତ ଲୋକସଭା ଶୀତ ଅଧିବେଶନରେ ଯାଜପୁର ଏମ୍‌ପି ଶର୍ମିଷ୍ଠା ଯାଜପୁର-କେନ୍ଦୁଝରରୋଡ ଷ୍ଟେଶନକୁ ସ୍ବତନ୍ତ୍ର ରେଳ ଡିଭିଜନ ମାନ୍ୟତା ଦେବାକୁ ଦାବି କରିଛନ୍ତି। ସେ ତାଙ୍କ ଦାବିରେ କହିଛନ୍ତି ଯେ, କେନ୍ଦ୍ର ସରକାର ଯାଜପୁର ଜିଲାର କଳିଙ୍ଗନଗରକୁ ଏସିଆର ବୃହତ ଶିଳ୍ପ ହବ ବୋଲି ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ଯାଜପୁରରେ ଏକ ରେଳୱେ ଡିଭିଜନ ସ୍ଥାପନ ପାଇଁ ଅନୁରୋଧ କରିଛନ୍ତି। ଏଥିସହିତ ଏଠାରେ ଆବଶ୍ୟକ ଜମି ଯୋଗାଇ ଦେବାକୁ ରାଜ୍ୟ ସରକାର ସହଯୋଗ କରିବେ ବୋଲି ପ୍ରତିଶ୍ରୁତି ଦେଇଛନ୍ତି। ଜିଲାରେ ୪ଟି ଜଙ୍କସନ ଓ ୨୧ଟି ରେଳ ଷ୍ଟେଶନ ରହିଛି। ପଡୋଶୀ ଜିଲାରେ ରହିଥିବା ଧାମରା ଓ ପାରାଦୀପ ବନ୍ଦର ସହ ବାଣିଜି୍ୟକ କାରବାର ବୃଦ୍ଧି ପାଇଁ ଏହି ଡିଭିଜନର ଆବଶ୍ୟକତା ରହିଛି। ଏଭଳି ସ୍ଥିତିରେ ଅଗ୍ରାଧିକାର ଭିତ୍ତିରେ ଏଠାରେ ରେଳ ଡିଭିଜନ ପ୍ରତିଷ୍ଠା ପାଇଁ ଏମ୍‌ପି ସେଠୀ ଦୃଢ ଦାବି ଜଣାଇଛନ୍ତି। ଏହାବାଦ ଭଦ୍ରକ ଏମ୍‌ପି ମଣ୍ଡଳ ମଧ୍ୟ ଭଦ୍ରକ-ଚାନ୍ଦବାଲି- ଅଖଣ୍ଡଳମଣି-ଯାଜପୁରକୁ ନୂତନ ରେଳପଥ ସମେତ ରାଉରକେଲା -ଭଦ୍ରକ ଭାୟା ଯାଜପୁର-କେନ୍ଦୁଝରରୋଡ ଏବଂ ଏକ ଦ୍ରୁତଗାମୀ ଟ୍ରେନ ରାଉରକେଲା-ଭଦ୍ରକ ଭାୟା ଯାଜପୁର-କେନ୍ଦୁଝରରୋଡ ଦେଇ ଚଳାଚଳ କରିବାକୁ ଦାବି କରିଛନ୍ତି। ଅନ୍ୟପକ୍ଷେ ଏନେଇ ବ୍ୟାସନଗର ନାଗରିକ କମିଟି, ଦସ୍ତଖତ ଅଭିଯାନ, ଯାଜପୁର-ଧାମରା ରେଳପଥ ସଂଯୋଗ କ୍ରିୟାନୁଷ୍ଠାନ କମିଟି, ବିରଜାକ୍ଷେତ୍ର ବିକାଶ ମଞ୍ଚ ଆଦି ଅନୁଷ୍ଠାନ ପକ୍ଷରୁ ଦାବି ହୋଇଆସୁଛି।


Enter your email to get our daily news in your inbox.

All Right Reserved By Dharitri.Com

ପଦ୍ମପୁର ଆସନରେ ପ୍ରାର୍ଥୀ ଘୋଷଣା ଦ୍ୱନ୍ଦ୍ୱ

ପଦ୍ମପୁର,୨୮।୩. (ପ୍ରଦୀପ୍ତ ଦାଶ): ବରଗଡ଼ ଜିଲାରେ ଥିବା ବିଧାନସଭା ଆସନ ପାଇଁ ବିଜେଡି ବୁଧବାର ପ୍ରାର୍ଥୀ ଘୋଷଣା କରିଛି। କିନ୍ତୁ ପଦ୍ମପୁର ବିଧାନସଭା ଆସନ ପାଇଁ...

ମା’ ପୁଅଙ୍କୁ ହତ୍ୟା କଲେ ମାଓବାଦୀ

ରାଉରକେଲା,୨୮।୩(ସଙ୍ଗୀତା ଜେନା): ଓଡ଼ିଶା-ଝାଡ଼ଖଣ୍ଡ ସୀମାବର୍ତ୍ତୀ ପଶ୍ଚିମ ସିଂହଭୂମ ଚାଇଁବାସା ଅଞ୍ଚଳରେ ମାଓବାଦୀମାନେ ଜଣେ ବୃଦ୍ଧା ଓ ତାଙ୍କ ପୁଅଙ୍କୁ ହତ୍ୟା କରିଛନ୍ତି। ମୃତକ ହେଲେ ଚାଇଁବାସା...

ବସ୍‌ ଧକ୍କାରେ ଚାଲିଗଲା ଜୈନ ସନ୍ନ୍ୟାସିନୀଙ୍କ ଜୀବନ

ଫୁଲନଖରା,୨୮ା୩(ସତ୍ୟରଞ୍ଜନ ଦାସମହାପାତ୍ର): ଭୁବନେଶ୍ୱର-କଟକ ୧୬ ନମ୍ବର ଜାତୀୟ ରାଜପଥର ବମ୍ଫକୁଦ ନିକଟରେ ଏକ ଯାତ୍ରୀବାହୀ ବସ୍‌ ଧକ୍କାରେ ଜଣେ ଜୈନ ସନ୍ନ୍ୟାସିନୀଙ୍କ ମୃତ୍ୟୁ ଘଟିଛି। ସେ...

ମାହାଙ୍ଗା ଡବଲ ମର୍ଡର ମାମଲା: ଅନ୍ତରୀଣ ସୁରକ୍ଷା ବଳବତ୍ତର

କଟକ,୨୮ା୩ (କାର୍ତ୍ତିକ ସାହୁ) ମାହାଙ୍ଗା ଡବଲ ମର୍ଡର ମାମଲାରେ ବିଧାୟକ ପ୍ରତାପ ଜେନାଙ୍କ ଅନ୍ତରୀଣ ସୁରକ୍ଷାକୁ ହାଇକୋର୍ଟ ବଳବତ୍ତର ରଖିଛନ୍ତି। ନିମ୍ନକୋର୍ଟର ନିର୍ଦ୍ଦେଶ ବିରୋଧରେ ବିଧାୟକ...

ଦୁର୍ଘଟଣାରେ ଶ୍ୱଶୁର ମୃତ, ଜ୍ୱାଇଁ ଗୁରୁତର

ଭେଡ଼େନ,୨୮।୩ (ସୁଦନ ମହାକୁର): ବରଗଡ଼ ଜିଲା ଭେଡ଼େନ ଥାନା ଅଧୀନ ଭେଡ଼େନ-ରେମଣ୍ଡା ରାସ୍ତାର ଅପାମରା ନିକଟରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଇାକ୍‌...

କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ, ବିଜେଡିରେ ଯୋଗଦେବା ସମ୍ଭାବନା

ନୂଆଦିଲ୍ଲୀ ,୨୮।୩: ବିଧାନସଭା ନିର୍ବାଚନ ପୂର୍ବରୁ ଟିଟିଲାଗଡର ପୂର୍ବତନ ବିଧାୟକ ସୁରେନ୍ଦ୍ର ସିଂ ଭୋଇ କଂଗ୍ରେସ ଦଳରୁ ଇସ୍ତଫା ଦେଇଛନ୍ତି। ତିନିଥର ପୂର୍ବତନ କଂଗ୍ରେସ ବିଧାୟକ...

ସୁଧାଂଶୁଙ୍କୁ ଗୁରୁଦାୟିତ୍ୱ ଦେଲା କଂଗ୍ରେସ

ରୂପସା,୨୮।୩(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା କଂଗ୍ରେସ କମିଟି ସାଧାରଣ ସମ୍ପାଦକ ଓ ମୁଖ୍ୟ ମୁଖପାତ୍ର ସୁଧାଂଶୁ ଶେଖର ଜେନାଙ୍କୁ ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ଭଦ୍ରକ...

୩୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ସିଟିଓ-ଜିଏସଟି ଅଧିକାରୀଙ୍କୁ ବାନ୍ଧିଲା ଭିଜିଲାନ୍ସ

ଭୁବନେଶ୍ୱର,୨୮।୩: ପୁରୀରେ ଲାଞ୍ଚ ନେଉଥିଲା ବେଳେ ବାଣିଜ୍ୟିକ ଟିକସ ଅଧିକାରୀ (ସିଟିଓ) ଏବଂ ଦ୍ରବ୍ୟ ଏବଂ ସେବା କର (ଜିଏସଟି) ଅଧିକାରୀଙ୍କୁ ଗିରଫ କରିଛି ଓଡ଼ିଶା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri