ଓଡ଼ିଶା ଦିବସ: ଅଭିନନ୍ଦନ ଜଣାଇଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର,୨।୪(ବ୍ୟୁରୋ): ଭାଷା ଭିତ୍ତିରେ ୧୯୩୬ ମସିହା ଏପ୍ରିଲ ପହିଲାରେ ସ୍ବତନ୍ତ୍ର ଓଡ଼ିଶା ଗଠନ ହୋଇଥିଲା। ଅତୀତର ଏହି ଗୌରବର ସ୍ମୃତି ଚାରଣ କରିବା ପାଇଁ ପ୍ରତିବର୍ଷ ଏପ୍ରିଲ ୧ରେ ଉତ୍କଳ ତଥା ଓଡ଼ିଶା ଦିବସ ପାଳନ ହୋଇ ଆସୁଛି। ହେଲେ ସାରା ବିଶ୍ୱକୁ କବଳିତ କରିଥିବା କରୋନାର ମୁକାବିଲା ପାଇଁ ଏହି ଉତ୍ସବକୁ ଜାକଜମକରେ ପାଳନ କରାଯାଇନାହିଁ। କିନ୍ତୁ ଏହି ଦିନକୁ ମନେ ପକାଇବା ପାଇଁ ରାଷ୍ଟ୍ରପତି, ଉପରାଷ୍ଟ୍ରପତି,ପ୍ରଧାନମନ୍ତ୍ରୀଙ୍କଠାରୁ ଆରମ୍ଭ କରି ବହୁ ବିଶିଷ୍ଟ ବ୍ୟକ୍ତି ସାମାଜିକ ଗଣମାଧ୍ୟମରେ ଶୁଭେଚ୍ଛା ବାର୍ତ୍ତା ପ୍ରଦାନ କରିଛନ୍ତି।
ରାଷ୍ଟ୍ରପତି ରାମନାଥ କୋବିନ୍ଦ ଓଡ଼ିଆରେ ଟୁଇଟ୍‌ କରି କହିଛନ୍ତି ଯେ, ଉତ୍କଳ ଦିବସ ପାଳନ ଅବସରରେ ସମସ୍ତ ରାଜ୍ୟବାସୀଙ୍କୁ ଅଭିନନ୍ଦନ ଓ ଶୁଭେଚ୍ଛା। ରାଜ୍ୟର ଭବିଷ୍ୟତ ଉଜ୍ଜ୍ୱଳମୟ, ଶାନ୍ତିପ୍ରିୟ, ସମୃଦ୍ଧଶାଳୀ ହେଉ। ଏହା ହିଁ ତାଙ୍କର କାମନା ବୋଲି କୋବିନ୍ଦ କହିଛନ୍ତି। ଅନୁରୂପଭାବେ ଓଡ଼ିଆରେ ଟୁଇଟ୍‌ କରି ଉପରାଷ୍ଟ୍ରପତି ଭେଙ୍କାୟା ନାଇଡୁ କହିଛନ୍ତି ଯେ, ଉତ୍କଳ ଦିବସ ଅବସରରେ ସମସ୍ତ ଓଡ଼ିଶାବାସୀଙ୍କୁ ତାଙ୍କର ଶୁଭେଚ୍ଛା। ରାଜ୍ୟବାସୀଙ୍କ ଯୋଗଦାନ ସର୍ବଦା ରାଷ୍ଟ୍ର ପାଇଁ ଲାଭଦାୟକ ହୋଇଛି। ଏହି ପବିତ୍ର ଦିବସରେ ଓଡ଼ିଶାବାସୀଙ୍କ ଉଜ୍ଜ୍ୱଳ ଭବିଷ୍ୟତ ପାଇଁ ଶୁଭକାମନା ଜଣାଉଛି। ବନ୍ଦେ ଉତ୍କଳ ଜନନୀ। ସେହିଭଳି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଭୟ ଓଡ଼ିଆ ଏବଂ ଇଂଲିଶରେ ଟୁଇଟ୍‌ କରି କହିଛନ୍ତି ଯେ, ଓଡ଼ିଶାର ସମସ୍ତ ଭାଇଭଉଣୀଙ୍କୁ ଉତ୍କଳ ଦିବସର ଅଭିନନ୍ଦନ। ଆଗାମୀ ଦିନଗୁଡ଼ିକରେ ଓଡ଼ିଶାର ପ୍ରଗତି ଓ ଅଗ୍ରଗତି ପାଇଁ ସେ ପ୍ରାର୍ଥନା କରୁଛନ୍ତି। ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଉତ୍କଳ ଦିବସ ଅବସରରେ ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ମହାପ୍ରଭୁ ଜଗନ୍ନାଥ ସମସ୍ତଙ୍କୁ ଉତ୍ତମ ସ୍ବାସ୍ଥ୍ୟ, ଶାନ୍ତି ଓ ସମୃଦ୍ଧି ପ୍ରଦାନ କରନ୍ତୁ ବୋଲି ସେ କହିଛନ୍ତି। ସେହିପରି କଂଗ୍ରେସ ନେତା ରାହୁଲ ଗାନ୍ଧୀ ମଧ୍ୟ ସ୍ବତନ୍ତ୍ର ଓଡ଼ିଶା ପ୍ରଦେଶର ପ୍ରତିଷ୍ଠା ଦିବସରେ ରାଜ୍ୟବାସୀଙ୍କୁ ଶୁଭକାମନା ଜଣାଇଛନ୍ତି। ଅନ୍ୟମାନଙ୍କ ମଧ୍ୟରେ ଭ୍ରମଣରେ ରୁଚି ରଖୁଥିବା ଶାରେଲ କୁକ୍‌ ମଧ୍ୟ ଏକ ନିଆରା ଟୁଇଟ୍‌ କରିଛନ୍ତି। ଓଡ଼ିଶା ବୁଣାକାର ପରମ୍ପରାର ନିଦର୍ଶନ ସ୍ବରୂପ ସମ୍ବଲପୁରୀ ଶାଢ଼ିର ୨ଟି ଫଟୋ ସେ ଅପଲୋଡ କରି ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…

ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri