ଓଡ଼ିଶା-ପଶ୍ଚିମବଙ୍ଗ ସୀମା ସିଲ୍‌

ଭୋଗରାଇ, ୨୪।୩(ଡି.ଏନ.ଏ.)-କରୋନା ଭୂତାଣୁ ସଂକ୍ରମଣ ରୋକିବା ଲାଗି ରାଜ୍ୟ ସରକାର ସୋମବାର ସନ୍ଧ୍ୟାଠାରୁ ପଶ୍ଚିମବଙ୍ଗକୁ ଲାଗିଥିବା ବାଲେଶ୍ୱର ଜିଲା ଭୋଗରାଇ ଓ ଜଳେଶ୍ୱର ସୀମାନ୍ତକୁ ସିଲ୍‌ କରି ଦେଇଛନ୍ତି। ପଶ୍ଚିମବଙ୍ଗରୁ କୌଣସି ଯାତ୍ରୀବାହୀ ଗାଡ଼ି ଓଡ଼ିଶା ମଧ୍ୟକୁ ପଶିବାକୁ ଦିଆଯାଉନାହିଁ ା କେବଳ ମାଲବାହୀ ଗାଡ଼ି ଯାତାୟାତ ନିମନ୍ତେ ଅନୁମତି ଦିଆଯାଇଛି। ସୋମବାର ଚନ୍ଦନେଶ୍ୱର-ଦୀଘା ରାସ୍ତାରେ ସାହାବାଜିପୁର ବର୍ଡ଼ରଠାରେ ରାସ୍ତା ସିଲ୍‌ କରି ଯାତ୍ରୀଙ୍କୁ ଡାକ୍ତରୀ ପରୀକ୍ଷା କରାଯାଇଥିଲା। ଉଦୟପୁର ମେରାଇନ୍‌ ଥାନା ପକ୍ଷରୁ ପୋଲିସ ବାହିନୀ ମୁତୟନ କରାଯାଇ କଡାକଡି ପଦକ୍ଷେପ ନିଆଯାଇଥିଲା। ଜଳେଶ୍ୱର ଲକ୍ଷ୍ମଣନାଥ ୬୦ନଂ. ଜାତୀୟ ରାଜପଥ, ଅଗ୍ରୱାଲ ଛକ ଓ ଆମ୍ବଳିଅଠା ପଶ୍ଚିମବଙ୍ଗକୁ ସଂଯୋଗ କରୁଥିବା ରାସ୍ତାକୁ ଅନୁରୂପ ସିଲ୍‌ କରି ଯାଞ୍ଚ କରାଯାଇଥିଲା। ଭୋଗରାଇ ଓ ଜଳେଶ୍ୱର ଅଞ୍ଚଳରେ ପୋଲିସ ପକ୍ଷରୁ ଡାକବାଜି ଯନ୍ତ୍ରରେ ପ୍ରଚାର କରାଯାଇଥିଲା। ଚନ୍ଦନେଶ୍ୱର ମନ୍ଦିର, ଉଦୟପୁର ଓ ତାଳସାରୀକୁ ଆସୁଥିବା କତିପୟ ଶ୍ରଦ୍ଧାଳୁ ଓ ପର୍ଯ୍ୟଟକଙ୍କୁ ଫେରାଇ ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କାଳବୈଶାଖୀର କରାଳ ରୂପ:  ଭାଙ୍ଗିଗଲା ଦାଦନ ଶ୍ରମିକର ସପ୍ନର ଘର, ହାର୍ଡଖୁର୍ସି ଗ୍ରାମରେ ଏକାଧିକ ପରିବାର ବାସହୀନ

ଥୁଆମୂଳ ରାମପୁର, ୩୦।୫ (ଦୁର୍ଗା କୀର୍ତ୍ତି):ଦୁଃଖ ଉପରେ ଦୁଃଖ। ବିଧାତାଙ୍କ ବିଚିତ୍ର ଲୀଳା ଆଗରେ ହାର ମାନିଛି ଗରିବ ପରିବାର। କେରଳ ରାଜ୍ୟକୁ ଦାଦନ ଖଟିବାକୁ ଯାଇ…

ବଂଶଧାରା ଆନିକଟ ପାଇଁ ଦାବି ଉଠାଇଲା ଏବିଭିପି: ମୁଖ୍ୟମନ୍ତ୍ରୀଙ୍କୁ ଭେଟି…

ଗୁଣପୁର, ୩୦।୫ (ସୁଜାତା ପାଢ଼ୀ): ଭୁବନେଶ୍ୱରରେ ଆୟୋଜିତ ଏବିଭିପିର ରାଷ୍ଟ୍ରୀୟ କାର୍ଯ୍ୟକାରିଣୀ ଅବସରରେ ଗୁଣପୁର ଶାଖାର କର୍ମକର୍ତ୍ତାମାନେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କୁ ସାକ୍ଷାତ କରି ବଂଶଧାରା…

କେନ୍ଦ୍ରାପଡା କଲେଜର ଯୁକ୍ତ–୩ ଫଳ ପ୍ରକାଶିତ: ଅର୍ଚ୍ଚିତା, ଲକ୍ଷ୍ମୀପ୍ରିୟା ,ଶାନ୍ତନୁ ବିଭାଗୀୟ ଟପ୍ପର

କେନ୍ଦ୍ରାପଡା, ୩୦।୫ (ଜଗନ୍ନାଥ ଧଳ): କେନ୍ଦ୍ରାପଡା ସ୍ୱୟଂଶାସିତ ମହାବିଦ୍ୟାଳୟର ଯୁକ୍ତ–୩ ପରୀକ୍ଷାର ଫଳ ଶନିବାର ପ୍ରକାଶ ପାଇଛି। ଏଥର ଛାତ୍ରମାନଙ୍କ ତୁଳନାରେ ଛାତ୍ରୀମାନେ ଉତ୍କୃଷ୍ଟ ଫଳାଫଳ କରି…

ବିଦ୍ୟୁତ୍‌ତାର ଚୋରି ଘଟଣାରେ ଯୁବକଙ୍କୁ ଥାନାରେ ଅଟକ ରଖି ଛାଡ଼ିଦେଲା ପୋଲିସ, ତାତିଲେ ଗ୍ରାମବାସୀ

ବାସୁଦେବପୁର,୩୦ା୫(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁର ଜାମଝାଡ଼ି ରାସ୍ତାର ପରପୋଖରୀ ଛକଠାରେ ବିଦ୍ୟୁତତାର ଚୋରି ଘଟଣାରେ ଦୁଇ ଯୁବକଙ୍କୁ ଥାନାରେ ଅଟକ ଘଟଣାକୁ ନେଇ ଉତ୍ତ୍ୟକ୍ତ ଗ୍ରାମବାସୀ…

ଜନଗଣନା ଫର୍ମ ବାଣ୍ଟିଲେ ଜିଲାପାଳ, SIRକୁ ନେଇ ଗଞ୍ଜାମବାସୀ ଉତ୍ସାହିତ

ଛତ୍ରପୁର,୩୦ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ଶନିବାରଠାରୁ ପରିଗଣନା ଫର୍ମ ବଣ୍ଟନ ଆରମ୍ଭ ହୋଇଛି। ସ୍ଥାନୀୟ ବିଏଲ୍‌ଓ ଜିଲାପାଳ ତଥା ଜିଲା ନିର୍ବାଚନ ଅଧିକାରୀ ଭି କୀର୍ତ୍ତି ଭାସନଙ୍କ…

ପାରାଦୀପ ବନ୍ଦରରେ ଦୁର୍ଘଟଣା: କ୍ରେନ୍ ବକେଟ୍ ପଡି ଚାଳକଙ୍କ ମୃତ୍ୟୁ

ପାରାଦୀପ, ୩୦।୫ (ଶରତ ରାଉତ): ପାରାଦୀପ ବନ୍ଦରର ନିଷିଦ୍ଧାଞ୍ଚଳ ସି କ୍ୟୁ–୧ ନମ୍ବର ବର୍ଥ ନିକଟରେ ଶନିବାର ମଧ୍ୟାହ୍ନରେ ଦୁର୍ଘଟଣା ଘଟିଛି। ଏଥିରେ ଣେ ଚାଳକଙ୍କ ମୃତ୍ୟୁ…

ବଜ୍ରକାପ୍ତା ବିକ୍ରି ପାଇଁ ଏତିକି ଟଙ୍କାରେ ଛିଡ଼ିଥିଲା ଦାମ୍‌, ହଠାତ୍‌ ପହଞ୍ଚିଗଲା ବନବିଭାଗ, ୨ ଜଣଙ୍କୁ ଧରି…

ନବରଙ୍ଗପୁର,୩୦ା୫(ସଦାଶିବ ପ୍ରହରାଜ): ନବରଙ୍ଗପୁର ଡିଏଫ୍‌ଓ ଉଦୟନ ସୁବୁଦ୍ଧିଙ୍କ ନିର୍ଦ୍ଦେଶ କ୍ରମେ ଏକ ବଜ୍ରକାପ୍ତା ଜବତ କରାଯିବା ସହ ଦୁଇଜଣ ଅଭିଯୁକ୍ତକୁ ଗିରଫ କରି କୋର୍ଟ ଚାଲାଣ କରିଛି…

ଗ୍ରୀଷ୍ମରେ ଖାଲିପଡ଼ିଛି ଭଞ୍ଜନଗର ରକ୍ତଭଣ୍ଡାର, ରକ୍ତଦାତାମାନେ ଆଗକୁ ଆସିବା ପାଇଁ ନିବେଦନ

ଭଞ୍ଜନଗର,୩୦ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ରକ୍ତଭଣ୍ଡାରରେ ବର୍ଷ ତମାମ ରକ୍ତ ମହଜୁଦ ରହିଥାଏ। ଏହାର ମୁଖ୍ୟ କାରଣ ହେଲା ଅଞ୍ଚଳର ଅନେକ ସ୍ବେଚ୍ଛାସେବୀ ଅନୁଷ୍ଠାନ ଯଥା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri