ଓଡ଼ିଶା ଫେରିବ କେନ୍ଦ୍ରୀୟ ପଣ୍ୟାଗାର କାର୍ଯ୍ୟାଳୟ

ଭୁବନେଶ୍ୱର,୧୯।୮(ବ୍ୟୁରୋ) :କେନ୍ଦ୍ରୀୟ ପଣ୍ୟାଗାର ନିଗମର ଆଞ୍ଚଳିକ କାର୍ଯ୍ୟାଳୟ ଓଡ଼ିଶା ଫେରିବ ବୋଲି ଜଣାପଡିଛି। ହାଇକୋର୍ଟ ଏନେଇ ସ୍ଥଗିତାଦେଶ ଦେବା ପରେ ଖାଦ୍ୟ ଯୋଗାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ଏନେଇ ସୂଚନା ଦେଇଛନ୍ତି। କେନ୍ଦ୍ରୀୟ ପଣ୍ୟାଗାର ନିଗମର ଆଞ୍ଚଳିକ କାର୍ଯ୍ୟାଳୟ ବିହାରର ପାଟନାକୁ ସ୍ଥାନାନ୍ତର କରିବା ପାଇଁ କେନ୍ଦ୍ର ସରକାର ନିଷ୍ପତ୍ତି ନେଇଥିଲେ। ଏହାପରେ ଏହାକୁ ଓଡ଼ିଶା ଫେରାଇ ଆଣିବା ପାଇଁ ରାଜ୍ୟ ସରକାର କସରତ କରିଥିଲେ। ଏବେ ଏନେଇ ଆହୁରି ଜୋର୍‌ଦାର ଉଦ୍ୟମ କରାଯିବ ବୋଲି ମନ୍ତ୍ରୀ ସ୍ବାଇଁ କହିଛନ୍ତି। ଏହି ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ରାଜ୍ୟ ଯୋଗାଣ ମନ୍ତ୍ରୀ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଚିଠି ଲେଖି ବିଭାଗୀୟ କେନ୍ଦ୍ରମନ୍ତ୍ରୀଙ୍କୁ ଅନୁରୋଧ କରିଥିଲେ। ଶନିବାର ହାଇକୋର୍ଟ ଏହା ଉପରେ ସ୍ଥଗିତାଦେଶ ଶୁଣାଇଛନ୍ତି। କେନ୍ଦ୍ରର ଏଭଳି ନିଷ୍ପତ୍ତି ପରେ ସୂଚନା ଅଧିକାର କର୍ମୀ ପ୍ରଦୀପ ପ୍ରଧାନ ଏହାକୁ ଚ୍ୟାଲେଞ୍ଜ କରି ହାଇକୋର୍ଟରେ ଏକ ଜନସ୍ବାର୍ଥ ମାମଲା ରୁଜୁ କରିଥିଲେ। ପରବର୍ତ୍ତୀ ଶୁଣାଣି ପର୍ଯ୍ୟନ୍ତ ହାଇକୋର୍ଟ ଏହା ଉପରେ ରହିତାଦେଶ ଶୁଣାଇଛନ୍ତି। ଗତ ଜୁଲାଇ ୨୬ରେ ହୋଇଥିବା ନିଷ୍ପତ୍ତି ଅନୁଯାୟୀ ଆଞ୍ଚଳିକ କେନ୍ଦ୍ରୀୟ ପଣ୍ୟାଗାର କାର୍ଯ୍ୟାଳୟ ବିହାରର ପାଟନାରେ ରହିବ ବୋଲି ନିଷ୍ପତ୍ତି ହେଲା। ଏହା ଅଧୀନରେ ଓଡ଼ିଶା ରହିବ। ରାଜ୍ୟରେ ଥିବା କର୍ମଚାରୀଙ୍କୁ ବଦଳି କରାଯାଇଥିବା ଜଣାପଡିଛି। ଏହାସହ କାର୍ଯ୍ୟାଳୟର ବିଭିନ୍ନ କାଗଜପତ୍ରକୁ ସ୍ଥାନାନ୍ତର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି ସରକାର ବିରୋଧରେ ଚାର୍ଜସିଟ୍‌ ଆଣିଲା ଭାଜପା

ଭୁବନେଶ୍ୱର,୨୪।୪: ବିଜେଡି ବିରୋଧରେ ଚାର୍ଜସିଟ୍‌ ଆଣିଲା ଭାଜପା। ବିଜେଡି ସରକାରରେ ଅନ୍ୟାୟ, ଦୁର୍ନୀତି, ଅଗଣତାନ୍ତ୍ରିକ ଶାସନ ବ୍ୟବସ୍ଥା, ମହିଳା ବିରୋଧୀ ହିଂସାକୁ ଚାର୍ଜସିଟରେ ସ୍ଥାନ ଦେଇଛି...

ଭୁବନେଶ୍ୱରରେ ହେବ ବିଗ୍‌ ଫାଇଟ୍‌, କାହାର ପଲା ଭାରି

ଭୁବନେଶ୍ବର,୨୪।୪: ଭୁବନେଶ୍ବର ସଂସଦୀୟ କ୍ଷେତ୍ରରେ ହେବ ବିଗ ଫାଇଟ । ଯୁବ ଓ ମହିଳା ଭୋଟରଙ୍କୁ ହାତେଇପାରନ୍ତି ଭାଜପା ପ୍ରାର୍ଥୀ ଅପରାଜିତା ଷଡଙ୍ଗୀ । ବିଜେଡିର...

ଓଡିଶା ଆସୁଛନ୍ତି ଅମିତ ଶାହା, କରିବେ ନିର୍ବାଚନୀ ପ୍ରଚାର

ଭୁବନେଶ୍ୱର,୨୪।୪: ଗୁରୁବାର ଓଡିଶା ଆସିବେ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହା। କାଲିଠୁ ଭାଜପାର ବିଧିବଦ୍ଧ ଭାବେ ନିର୍ବାଚନୀ ପ୍ରଚାର ଆରମ୍ଭ କରିବେ। ଅପରାହ୍ଣ ସାଢ଼େ...

ଓଡ଼ିଶାର ସାଢ଼େ ୪ କୋଟି ମୋର ପରିବାର: ନବୀନ

ହିଞ୍ଜିଳିକାଟୁ,୨୪।୪: ଆଜିଠୁ ପ୍ରଚାର ମୈଦାନକୁ ଓହ୍ଲାଇଛନ୍ତି ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଏହି ସମୟରେ ନିଜ ନିର୍ବାଚନ ମଣ୍ଡଳୀର ହିଞ୍ଜିଳିକାଟୁରେ ଜନସାଧାରଣଙ୍କୁ...

୧୫ ଦିନରେ ଦଳବଦଳ: ଭାଜପାରେ ମିଶିଥିବା କର୍ମୀ ବିଜେଡିକୁ ଫେରିଲେ

ବିଞ୍ଝାରପୁର,୨୪ା୪(ରାମକୃଷ୍ଣ ଦାସ):ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ବିଞ୍ଝାରପୁରରେ ଏଥର ୩ ପ୍ରମୁଖ ରାଜନୈତିକ ଦଳ ନିଜର ରଣନୀତି ସୁଦୃଢ଼ କରୁଛନ୍ତି। ବିଞ୍ଝାରପୁର ନିର୍ବାଚନମଣ୍ଡଳୀ ଭାଜପା ପ୍ରାର୍ଥୀ...

ବର୍ଷାଙ୍କୁ ଜିତାଇବାକୁ ପ୍ରଣବଙ୍କ ନିବେଦନ

ଚଣ୍ଡିଖୋଲ/ବଡ଼ଚଣା,୨୪ା୪(ପ୍ରଦୀପ୍ତ କୁମାର ପୃଷ୍ଟି/ଦିଲୀପ କୁମାର ମହାନ୍ତି):ଯାଜପୁର ଜିଲା ବଡ଼ଚଣା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ବିଜେଡି ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କୁ ପ୍ରାର୍ଥୀ କରିଛି। ରାଜନୀତି କ୍ଷେତ୍ରରେ ସମ୍ପୂର୍ଣ୍ଣ...

ରାଜ୍ୟରେ ଆଣ୍ଟି ଟିବି ଔଷଧ ଅଭାବ

ଭୁବନେଶ୍ୱର, ୨୪।୪(ଅସମାପିକା ସାହୁ): ଜାତୀୟ ଯକ୍ଷ୍ମା ବିଲୋପ କାର୍ଯ୍ୟକ୍ରମ(ଏନ୍‌ଟିଇପି) ହେଉଛି ଏକ ଫ୍ଲାଗ୍‌ଶିପ କାର୍ଯ୍ୟକ୍ରମ। ଏଥିରେ ଯକ୍ଷ୍ମା ବା ଟିବି ରୋଗର ଶୀଘ୍ର ଚିହ୍ନଟ, ଚିକିତ୍ସା...

ପଦପଦବୀ ଅପେକ୍ଷା ସମ୍ମାନ, ବିଶ୍ୱାସ ବଡ଼

ଖୋର୍ଦ୍ଧା,୨୪ା୪(ପ୍ରଭାତ ପାଣିଗ୍ରାହୀ): ପାଖେଇ ଆସୁଛି ସାଧାରଣ ନିର୍ବାଚନ। ଭୁବନେଶ୍ୱର ଲୋକ ସଭା ଆସନ ପାଇଁ ବିଜେଡି ମନ୍ମଥ ରାଉତରାୟ, ଭାଜପା ଅପରାଜିତା ଷଡ଼ଙ୍ଗୀ ଏବଂ କଂଗ୍ରେସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri