ଓଡ଼ିଶା ଫେରିବ ଡାକୋଟା ବିମାନ

ପୁରୀ ଅଫିସ,୧୭।୧୨: ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ସ୍ମୃତି ସହ ଜଡ଼ିତ ଡାକୋଟା ବିମାନ ଓଡ଼ିଶା ଫେରିବା ସମ୍ଭାବନା ସୃଷ୍ଟି ହୋଇଛି। ଏହି ବିମାନକୁ ଓଡ଼ିଶାକୁ ଫେରାଇବା ଲାଗି ଶ୍ରୀଜଗନ୍ନାଥ ସେନା ଗତ ଅକ୍ଟୋବର ୧୦ରେ ନୂଆଦିଲ୍ଲୀରେ ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ହରଦୀପ୍‌ ସିଂ ପୁରୀଙ୍କୁ ତାଙ୍କ କାର୍ଯ୍ୟାଳୟରେ ଭେଟି ଦାବିପତ୍ର ପ୍ରଦାନ କରିଥିଲା। ଭାରତୀୟ ବିମାନବନ୍ଦର ପ୍ରାଧିକରଣ କର୍ତ୍ତୃପକ୍ଷ ଏଥିପାଇଁ ଅନୁମତି ଦେଇଛନ୍ତି। ଶ୍ରୀଜଗନ୍ନାଥ ସେନା ପାଖକୁ ଆସିଥିବା ଏ ସଂକ୍ରାନ୍ତ ଚିଠିରେ ଦର୍ଶାଯାଇଛି, ବିଜୁବାବୁଙ୍କ ବୀରତ୍ୱର ଗାଥା ବହନ କରୁଥିବା ଏହି ବିମାନକୁ ନେବା ପାଇଁ ରାଜ୍ୟ ସରକାରଙ୍କ ସହ ଆଲୋଚନା କରି କୌଣସି ସମ୍ମାନଜନକ ସ୍ଥାନରେ ସ୍ଥାପନ କରାଇପାରିଲେ ଏହା ହିଁ ତାଙ୍କ ପ୍ରତି ପ୍ରକୃତ ସମ୍ମାନ ହେବ। ସେହିପରି ୨୦୧୭ ଡିସେମ୍ବରରେ ଭାରତୀୟ ବିମାନବନ୍ଦର ପ୍ରାଧିକରଣଙ୍କ ପକ୍ଷରୁ ରାଜ୍ୟ ମୁଖ୍ୟ ଶାସନ ସଚିବଙ୍କୁ ଚିଠି କରାଯାଇଥିଲା। ଏହି ବିମାନକୁ ନେଇ ବିଜୁ ପଟ୍ଟନାୟକ ବିମାନବନ୍ଦର କିମ୍ବା ସଂଗ୍ରହାଳୟରେ ପ୍ରଦର୍ଶନ କରିବାକୁ କୁହାଯାଇଥିଲା। କିନ୍ତୁ ଏ ଦିଗରେ ରାଜ୍ୟ ସରକାର କାହିଁକି ନୀରବଦ୍ରଷ୍ଟା ସାଜିଛନ୍ତି ବୋଲି ଶ୍ରୀଜଗନ୍ନାଥ ସେନା ପ୍ରଶ୍ନ କରିଛି।
ସୋମବାର ଅର୍ବାନ ହାଟ ପରିସରରେ ଆୟୋଜିତ ଖବରଦାତା ସମ୍ମିଳନୀରେ ଶ୍ରୀଜଗନ୍ନାଥ ସେନାର ଆବାହକ ପ୍ରିୟଦର୍ଶନ ପଟ୍ଟନାୟକ ଏହି ବିମାନ ଓଡ଼ିଶାକୁ ଫେରାଇ ଆଣିବା ଲାଗି ମୁଖ୍ୟମନ୍ତ୍ରୀଙ୍କ ନିକଟରେ ଦାବି କରିଛନ୍ତି। ସେ କହିଛନ୍ତି, କୋଲକାତାର ନେତାଜୀ ସୁଭାଷ ଚନ୍ଦ୍ର ବୋଷ ଅନ୍ତର୍ଜାତୀୟ ବିମାନବନ୍ଦରରେ ବିଜୁବାବୁଙ୍କ ପ୍ରିୟ ଡାକୋଟା ଡିସି-୩ ବିମାନ ପରିତ୍ୟକ୍ତ ଅବସ୍ଥାରେ ପଡ଼ିରହିଛି। ଏହି ବିମାନ ପାଇଁ ଓଡ଼ିଆ ପୁଅ ତଥା ଦୁର୍ଦ୍ଦର୍ଷ ପାଇଲଟ ବିଜୁବାବୁ ଦିନେ ବିଶ୍ୱବାସୀଙ୍କୁ ଚମକାଇ ନିଜ ଦୁଃସାହସିକତାର ପ୍ରମାଣ ଦେଇଥିଲେ। ସେ ଡାକୋଟା ବିମାନରେ ୧୯୪୭ ଜୁଲାଇ ୨୨ରେ ଇଣ୍ଡୋନେସିଆର ତତ୍କାଳୀନ ପ୍ରଧାନମନ୍ତ୍ରୀ ସୁଲତାନ ସାହରିରଙ୍କୁ ଜାଭା ଦ୍ୱୀପରୁ ଡଚ୍‌ ସେନା କବଳରୁ ମୁକ୍ତ କରି ନେଇଆସିଥିଲେ। ତେବେ ବିଜୁବାବୁଙ୍କ ସ୍ମୃତି ସହ ଜଡ଼ିତ ଏହି ବିମାନକୁ ସ୍କ୍ରାପ୍‌ ଦରରେ ବିକ୍ରି ପାଇଁ ମସୁଧା ହେଉଥିବା ଜଣାପଡ଼ିିବା ପରେ ଶ୍ରୀଜଗନ୍ନାଥ ସେନା ଏହାକୁ ଓଡ଼ିଶା ଫେରାଇ ଆଣିବାକୁ ଅଣ୍ଟାଭିଡ଼ିଛି। ଏ ନେଇ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀଙ୍କୁ ଦାବିପତ୍ର ଦିଆଯାଇଥିଲା। ରାଜ୍ୟ ସରକାର ୧୫ଦିନ ମଧ୍ୟରେ ଏହାକୁ ଆଣିବା ପାଇଁ ପଦକ୍ଷେପ ନିଅନ୍ତୁ, ନଚେତ୍‌ ଟଙ୍କାଏ ଟଙ୍କାଏ ଭିକ୍ଷା ମାଗି ଶ୍ରୀ ଜଗନ୍ନାଥ ସେନା କୋଲକାତାରୁ ଏହି ବିମାନ ଆଣିବ। ସ୍ବର୍ଗଦ୍ୱାରରୁ ବିଜୁବାବୁଙ୍କ ସମାଧି ହଟିବା ପରେ ସେହି ସମାଧି, ଡାକୋଟା ବିମାନ ଏବଂ ବିଜୁ ବାବୁଙ୍କ ପ୍ରତିମୂର୍ତ୍ତି ଅର୍ବାନ ହାଟରେ ସ୍ଥାପନ କରାଯାଉ। ଏହାଦ୍ୱାରା ପର୍ଯ୍ୟଟକମାନେ ଓଡ଼ିଆ ପୁଅର ବୀରତ୍ୱ ଏବଂ ଜୀବନୀ ସମ୍ପର୍କରେ ଜାଣିପାରିବେ ବୋଲି ପଟ୍ଟନାୟକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯାତ୍ରାରେ ସୁଯୋଗ ପ୍ରତିଶ୍ରୁତି ଦେଇ ଯୁବତୀଙ୍କୁ ଗଣବଳାତ୍କାର, ବନ୍ଧା ହେଲେ ଯାତ୍ରାପାର୍ଟିର ୨ ମ୍ୟାନେଜର

ପଟ୍ଟାମୁଣ୍ଡାଇ,୩୦।୫ କେନ୍ଦ୍ରାପଡ଼ା ପଟ୍ଟାମୁଣ୍ଡାଇ ଅଞ୍ଚଳରୁ ଏକ ଲଜ୍ଜା ଜନକ ଘଟଣା ସାମ୍ନାକୁ ଆସିଛି। ଯାତ୍ରାପାର୍ଟିରେ ସୁଯୋଗ ଦେବାର ପ୍ରତିଶ୍ରୁତି ଦେଇ ଚଉଦକୁଲାଟ ଅଞ୍ଚଳର ଜଣେ ଯୁବତୀଙ୍କୁ ମୃଦୁପାନୀୟରେ…

ଶାଳପଡା ହାଟପଡ଼ିଆରେ ପୋଲିସର ଚଢ଼ାଉ: ବ୍ରାଉନ୍ ସୁଗାର ସହ ଯୁବକ ଗିରଫ

ହାଟଡିହୀ/ଆନନ୍ଦପୁର/ବଞ୍ଚୋ , ୩୦।୫ (ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ/ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଅଞ୍ଚଳରେ ନିଶା କାରବାର ବିରୋଧରେ ପୋଲିସର କଡ଼ା ଆଭିମୁଖ୍ୟ…

ଛତ୍ରପୁରରେ ମାତିଛନ୍ତି ‘ଭ୍ୟାନିଟି ବ୍ୟାଗ୍’ ଲୁଟେରା: ଠାକୁରାଣୀଙ୍କ ଯାତ୍ରା ଗହଳିରୁ ଚୋରି କରୁଥିବା ଗ୍ୟାଙ୍ଗ୍‌ର ୪ ଗିରଫ…

ଛତ୍ରପୁର, ୩୦।୫ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା  ସଦର ମହକୁମା ଛତ୍ରପୁର ସହର ଓ ଆଖପାଖ ଅଞ୍ଚଳରେ ଗତ କିଛି ସପ୍ତାହ ହେବ ମା’ ଠାକୁରାଣୀଙ୍କ ଯାତ୍ରା…

୩ରୁ କୋରାପୁଟରେ ରବିଧାନ କିଣା ଆରମ୍ଭ

ଜୟପୁର,୩୦।୫(ପବନ ପାଣିଗ୍ରାହୀ): କୋରାପୁଟ ଜିଲାରେ ଆସନ୍ତା ଜୁନ ୩ରୁ ଚାଷୀଙ୍କ ଅମଳ ରବିଧାନ କ୍ରୟ ନେଇ ମଣ୍ଡି ଶୁଭାରମ୍ଭ ହେବ। ଏହା ପୂର୍ବରୁ ଶନିବାର ଜୟପୁର ଉପଖଣ୍ଡର…

ସିସିଟିଭିରେ ସେଲୋଟେପ୍ ଲଗାଇ ମୁଖ୍ୟ ଡାକ୍ତରଖାନାରୁ ଟିଭି ଚୋରି, ଆମ୍ବୁଲାନ୍ସ ଡ୍ରାଇଭର ଗିରଫ

ବରଗଡ଼,୩୦।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହର ଉପକଣ୍ଠ ଖେଦାପାଲି(ଟୁକୁର୍ଲା)ସ୍ଥିତ ଜିଲା ମୁଖ୍ୟ ଡାକ୍ତରଖାନାରୁ ଏଲ୍‌ଇଡି ଟିଭି ଚୋରି ଘଟଣାର ପର୍ଦ୍ଦାଫାଶ ହୋଇଛି। ଶନିବାର ଭଟଲି ଥାନା ପୋଲିସ ଏହି…

ଆକ୍ସନ ମୁଡ୍‌ରେ ଦାରିଙ୍ଗବାଡି ପୋଲିସ୍: ସପ୍ତାହରେ ଏକାଧିକ ଗାଡ଼ି ଜବତ, ନିୟମ ଖିଲାପକାରୀଙ୍କ ନିଦ ହଜାଇଲେ…

ଦାରିଙ୍ଗବାଡି, ୩୦।୫ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ପୋଲିସ ଏବେ ଆକ୍ସନ ମୁଡ୍‌ରେ। ଟ୍ରାଫିକ୍ ନିୟମ ଉଲ୍ଲଂଘନକାରୀ ଏବଂ ବେପରୁଆ ଗାଡ଼ି ଚାଳକଙ୍କ ବିରୋଧରେ ପୋଲିସ…

ଆଫଗାନ ଶରଣାର୍ଥୀଙ୍କୁ ନେଇଯାଉଥିବା ଟ୍ରକ୍‌ ଦୁର୍ଘଟଣା, ଆଉ ତା’ପରେ…

କାବୁଲ,୩୦ା୫: ପାକିସ୍ତାନରୁ ଆଫଗାନ୍‌ ଶରଶାର୍ଥୀମାନଙ୍କୁ ନେଇ ଯାଉଥିବା ଏକ ଟ୍ରକ୍‌ ଶନିବାର ପୂର୍ବ ଆଫଗାନିସ୍ତାନର ଜାତୀୟ ରାଜପଥରେ ଓଲଟିପଡ଼ି ଦୁର୍ଘଟଣଗ୍ରସ୍ତ ହୋଇଛି। ଫଳରେ ୨୨ଜଣଙ୍କ ମୃତ୍ୟୁ ଘଟିବା…

ଭଞ୍ଜନଗରରେ କାଳବୈଶାଖୀର ତାଣ୍ଡବ: ପ୍ରବଳ ଝଡ଼ବର୍ଷା ଯୋଗୁ ବିଦ୍ୟୁତ୍ ସେବା ବିପର୍ଯ୍ୟସ୍ତ, ଗରମରୁ…

ଭଞ୍ଜନଗର, ୩୦।୫ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଓ ଏହାର ଆଖପାଖ ଅଞ୍ଚଳରେ ଶନିବାର ସନ୍ଧ୍ୟାରେ କାଳବୈଶାଖୀର ପ୍ରକୋପ ଦେଖିବାକୁ ମିଳିଛି। ସନ୍ଧ୍ୟା ପ୍ରାୟ ୬ଟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri