ଓଡ଼ିଶା ଫେରିଲେ ସ୍ବର୍ଣ୍ଣ ବିଜେତା ଅଶ୍ୱତ୍ଥ: ବିମାନବନ୍ଦରରେ ସ୍ବାଗତ ସମ୍ବର୍ଦ୍ଧନା ଜଳ ସଂରକ୍ଷଣ ‘ଓ୍ବାଟର୍‌ ଟେକ୍ନୋଲୋଜି’ର ମୁଖ୍ୟ ବିଷୟ

ଭୁବନେଶ୍ୱର,୩୧ା୮(ବ୍ୟୁରୋ): ରୁଷିଆର କାଜାନ୍‌ ସହରରେ ଅନୁଷ୍ଠିତ ୪୫ତମ ବିଶ୍ୱ ଦକ୍ଷତା ପ୍ରତିଯୋଗିତାରେ ସ୍ବର୍ଣ୍ଣପଦକ ଜିତି ଓଡ଼ିଶା ପ୍ରତ୍ୟାବର୍ତ୍ତନ କରିଛନ୍ତି ସି.ଭି. ରମଣ କଲେଜର ଛାତ୍ର ଅଶ୍ୱତ୍ଥ ନାରାୟଣ। ଶୁକ୍ରବାର ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚତ୍ବା ପରେ ଅଶ୍ୱତ୍ଥଙ୍କୁ ଉଚ୍ଛ୍ବସିତ ସ୍ବାଗତ ସମ୍ବର୍ଦ୍ଧନା ଦିଆଯାଇଥିଲା। ସି.ଭି. ରମଣ କଲେଜ ଅଧ୍ୟକ୍ଷଙ୍କ ସହ ଶିକ୍ଷୟିତ୍ରୀ, ଶିକ୍ଷକ ଏବଂ ଛାତ୍ରୀଛାତ୍ରମାନେ ଉପସ୍ଥିତ ରହି ତାଙ୍କୁ ସ୍ବାଗତ କରିଥିଲେ। ଏହି ଅବସରରେ ଅଶ୍ୱତ୍ଥ କହିଥିଲେ, ଜଳର ସଂରକ୍ଷଣ, ଏହାର ପୁନଃ ପ୍ରୟୋଗ ଏବଂ ଅତ୍ୟାଧୁନିକ ଯନ୍ତ୍ରପାତିର ବ୍ୟବହାର ଓ୍ବାଟର୍‌ ଟେକ୍ନୋଲୋଜିର ମୁଖ୍ୟ ବିଷୟ। ଏଥିରେ ବିଶ୍ୱର ୧୧ଟି ଦେଶର ପ୍ରତିଯୋଗୀ ଅନ୍ତିମ ପର୍ଯ୍ୟାୟରେ ଭାଗ ନେଇଥିଲେ। ଅଶ୍ୱତ୍ଥ ସମସ୍ତ ପ୍ରତିଯୋଗୀଙ୍କୁ ପଛରେ ପକାଇ ଭାରତ ପାଇଁ ପ୍ରଥମ ସ୍ବର୍ଣ୍ଣପଦକ ଜିତଥିଲେ। ଏହି ଅବସରରେ କଲେଜ ଅଧ୍ୟକ୍ଷ ସଞ୍ଜୀବ କୁମାର ରାଉତ କହିଥିଲେ, ବର୍ତ୍ତମାନ ବିଶ୍ୱ ଦକ୍ଷତା ପ୍ରତିଯୋଗିତାରେ ଓ୍ବାଟର୍‌ ଟେକ୍ନୋଲୋଜି ଟ୍ରେଡ୍‌ ସବୁଠାରୁ ଅତ୍ୟାଧୁନିକ ଏବଂ ଏଥିରେ ଆଇଟି, ମେକାଟ୍ରୋନିକ୍‌, ମେକାନିକାଲ, କେମିକାଲ ଏବଂ ଇଲେକ୍ଟ୍ରିକାଲ ଇଞ୍ଜିନିୟରିଂର ଆବଶ୍ୟକତା ରହିଛି। ଜଳ ସଂରକ୍ଷଣ ଏବଂ ଜଳ ଶୁଦ୍ଧତାର ବର୍ତ୍ତମାନ ସମୟରେ ଯେଉଁ ଆବଶ୍ୟକତା ରହିଛି ତାହାର ସମାଧାନ ଏହା ମାଧ୍ୟମରେ ସମ୍ଭବ ହୋଇପାରିବ। ଅଶ୍ୱତ୍ଥଙ୍କ ଏହି ସଫଳତା ଦକ୍ଷତା କ୍ଷେତ୍ରରେ ଓଡ଼ିଶାକୁ ବିଶ୍ୱବିଦିତ କରିଥିବା ବେଳେ ଓଡ଼ିଶାରୁ ଅଧିକ ସଂଖ୍ୟାରେ ପ୍ରତିଯୋଗୀ ଆଗାମୀ ଦିନରେ ଏହି ପ୍ରତିଯୋଗିତାରେ ଭାଗନେବାକୁ ଉତ୍ସାହିତ କରିଛି। ଅଶ୍ୱତ୍ଥଙ୍କୁ ଓଡ଼ିଶା ଦକ୍ଷତା ବିକାଶ ପ୍ରାଧିକରଣର ଅଧ୍ୟକ୍ଷ ସୁବ୍ରତ ବାଗ୍‌ଚୀ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ସଚିବ ସଞ୍ଜୟ ସିଂ ପ୍ରମୁଖ ଶୁଭେଚ୍ଛା ଜଣାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏହି ୪ ରାଶିର ଫିଟିବ ଭାଗ୍ୟ: ଏପ୍ରିଲ ୧୧ରୁ ମିଳିବ ବଡ଼ ସଫଳତା

ନୂଆଦିଲ୍ଲୀ,୧୦।୪: ମୀନ ରାଶିରେ ବୁଧଙ୍କ ଗୋଚର ଏପରି ଏକ ସମୟ, ଯେଉଁଠାରେ ଲୋକଙ୍କର ଚିନ୍ତା ଶକ୍ତି ଭାବନା ଏବଂ କଳ୍ପନା ଦ୍ୱାରା ପ୍ରଭାବିତ ହେବ। ୧୧ ଏପ୍ରିଲ…

କୃଷି ଜମି ବିକ୍ରୟ କଲେ ଦେବାକୁ ପଡିବ କି ଟ୍ୟାକ୍ସ? ଜାଣନ୍ତୁ କଣ ରହିଛି ନିୟମ

ନୂଆଦିଲ୍ଲୀ,୧୦।୪: ଲୋକମାନେ ପ୍ରାୟତଃ ବିବାହ ପାଇଁ ପାଣ୍ଠି ଯୋଗାଡିବା, ଘର ନିର୍ମାଣ କରିବା କିମ୍ବା ଜରୁରୀକାଳୀନ ପରିସ୍ଥିତିର ସମାଧାନ କରିବା ପାଇଁ ନିଜର କୃଷି ଜମି ବିକ୍ରି…

IPL ମଧ୍ୟରେ ଦୁଃଖଦ ଖବର: ପରଲୋକରେ ପୂର୍ବତନ ଭାରତୀୟ କ୍ରିକେଟର

ନୂଆଦିଲ୍ଲୀ,୧୦।୪: ପୂର୍ବତନ ଭାରତୀୟ କ୍ରିକେଟର ଚିଙ୍ଗଲପୁତ ଦୋରାଇକାନୁ ଗୋପୀନାଥ (ସିଡି ଗୋପୀନାଥ)ଙ୍କର ୯୬ ବର୍ଷ ବୟସରେ ପରଲୋକ ଘଟିଛି। ସେ ୧୯୫୨ରେ ଇଂଲଣ୍ଡ ବିପକ୍ଷରେ ଭାରତର ପ୍ରଥମ…

ସରକାରଙ୍କ ବଡ଼ ଘୋଷଣା: ଦୁର୍ଘଟଣାଗ୍ରସ୍ତଙ୍କୁ ମିଳିବ କ୍ୟାସ୍‌ଲେସ ଚିକିତ୍ସା

ଭୁବନେଶ୍ୱର,୧୦।୪: ଏଣିକି ସଡ଼କ ଦୁର୍ଘଟଣାଗ୍ରସ୍ତଙ୍କୁ ମିଳିବ କ୍ୟାସ୍‌ଲେସ ଚିକିତ୍ସା। ପ୍ରଧାନମନ୍ତ୍ରୀ ରାହତ୍‌ ଯୋଜନା ମାଧ୍ୟମରେ ମାଗଣା ଚିକିତ୍ସା ମିଳିବ। ଏନେଇ କ୍ରାଇମବ୍ରାଞ୍ଚ ପକ୍ଷରୁ ସମସ୍ତ ଜିଲା SP,…

ଘୋଡାହାଡ ନଦୀକୁ ଗାଧୋଇବାକୁ ଯାଇ ନିଖୋଜ ଥିଲେ ବୃଦ୍ଧ: ଆଜି ମିଳିଲା ମୃତଦେହ, କାନ୍ଦ ବୋବାଳିରେ ଫାଟି ପଡୁଛି ଗାଁ

ଦିଗପହଣ୍ଡି,୧୦।୪(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ଗ୍ରାମ ସାଉଁଟିଆ ସାହିର ହରି ସାହୁ(୮୧) ନାମକ ଜଣେ ବୃଦ୍ଧ ଗାଁ ନିକଟ ଘୋଡାହାଡ…

ଲୋମଟାଙ୍କୁରା ଘଟଣା; ନିଶାରେ ଯୁବତୀଙ୍କୁ ଗଣବଳାତ୍କାର କଲେ ୪ ଯୁବକ, ପ୍ରମାଣ ନଷ୍ଟ କରିବା ପାଇଁ ଫାଶୀ ଦେଇଦେଲେ

ହାଇଦ୍ରାବାଦ,୧୦।୪: ତେଲଙ୍ଗାନାର ୱାରାଙ୍ଗଲ ଜିଲାରେ ଜଣେ  ୨୧ବର୍ଷୀୟା ଆଦିବାସୀ ଯୁବତୀଙ୍କୁ ଗଣବଳାତ୍କାର ଏବଂ ହତ୍ୟା ମାମଲା ସାମ୍ନାକୁ ଆସିଛି । ଯାହା ସମଗ୍ର ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଅପରାଜିତା, ପ୍ରକଳ୍ପ ବନ୍ଦ ନିଷ୍ପତ୍ତି ନେଇ…

ଭୁବନେଶ୍ୱର,୧୦ା୪: ରାଜ୍ୟରେ ପୁଣି ଜୋର୍‌ ଧରିଛି ମେଟ୍ରୋ ପ୍ରକଳ୍ପ ରାଜନୀତି। ମେଟ୍ରୋ ପ୍ରକଳ୍ପକୁ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଛନ୍ତି ଏମ୍‌ପି ଅପରାଜିତା ଷଡ଼ଙ୍ଗୀ। ପ୍ରକଳ୍ପ ବନ୍ଦ ନିଷ୍ପତ୍ତି…

ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଇରାନର ବଡ଼ ନିଷ୍ପତ୍ତି: ରଖିଲା ଏମିତି ସର୍ତ୍ତ, ବିଶ୍ୱ ବଜାରରେ ହଇଚଇ

ଓ୍ବାଶିଂଟନ୍‌,୧୦।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି ପରେ ବିଶ୍ୱ ଏକ ବଡ଼ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ଇରାନ ହର୍ମୁଜ ପ୍ରଣାଳୀ ଦେଇ ତେଲ ଏବଂ ଗ୍ୟାସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri