ଓଡ଼ିଶା ବନାଞ୍ଚଳ ଉନ୍ନୟନ ପ୍ରକଳ୍ପ ପରାମର୍ଶଦାତା କମିଟି ବୈଠକ: ନୂଆ ଯୋଜନା ସଫଳ ଉପରେ ଗୁରୁତ୍ୱ

ଅନୁଗୋଳ ଅଫିସ, ୧୦।୭-ଆଠମଲ୍ଲିକ ବନଖଣ୍ଡ ଓଡ଼ିଶା ବନାଞ୍ଚଳ ଉନ୍ନୟନ ପ୍ରକଳ୍ପ ପର୍ଯ୍ୟାୟ ୨ର ୪ର୍ଥ ଜିଲା ପରାମର୍ଶଦାତା କମିଟି ବୈଠକ ମଙ୍ଗଳବାର ଜିଲାପାଳ ମନୋଜ କୁମାର ମହାନ୍ତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଜଙ୍ଗଲ ଉପରେ ନିର୍ଭରଶୀଳ ପରିବାର ଗୁଡ଼ିକର ଜୀବନ ଜୀବିକାର ଉନ୍ନତି ପାଇଁ କାର୍ଯ୍ୟକାରୀ ହେଉଥିବା ଏହି ନୂତନ ଯୋଜନାକୁ ସଫଳତାର ସହିତ ବନଖଣ୍ଡରେ କାର୍ଯ୍ୟକାରୀ କରିବା ପାଇଁ ଜିଲାପାଳ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।
ବିଶେଷକରି ଜିଲାରେ ସଫଳତାର ସହିତ କାର୍ଯ୍ୟକାରୀ ହେଉଥିବା ବିଭିନ୍ନ କୃଷିଭିତ୍ତିକ ଓ ଅର୍ଥ ଉପାର୍ଜନକାରୀ କାର୍ଯ୍ୟକ୍ରମ ବିଷୟରେ ସମ୍ପୃକ୍ତ ପରିବାରକୁ ଜଣାଇବା ଏବଂ ସେମାନଙ୍କ ଦକ୍ଷତା ବୃଦ୍ଧି ପାଇଁ ବୁଲାଇ ଦେଖାଇବା ଉପରେ ଜିଲାପାଳ ଗୁରୁତ୍ୱାରୋପ କରିଥିଲେ। ସେହିପରି ଗ୍ରାମ୍ୟ ଜଳ ଓ ପରିମଳ ବିଭାଗ ଦ୍ୱାରା ସମସ୍ତ ଘରକୁ ପାନୀୟ ଜଳ ଯୋଗାଣ ସହ ଗ୍ରାମକୁ ମୁକ୍ତ ଶୌଚ ନିଷିଦ୍ଧ ଅଞ୍ଚଳ ଭାବେ ଘୋଷଣା ନିମନ୍ତେ ପଦକ୍ଷେପ ନେବାକୁ ଜିଲାପାଳ ନିର୍ଦ୍ଦେଶ ଦେଇଥିଲେ। ଉକ୍ତ ଗ୍ରାମ ଗୁଡ଼ିକରେ ବିଭିନ୍ନ ସ୍ବାସ୍ଥ୍ୟଭିତ୍ତିକ କାର୍ଯ୍ୟକ୍ରମ କରିବାକୁ ଜିଲାପାଳ ବିଭାଗୀୟ ଅଧିକାରୀଙ୍କୁ ପରାମର୍ଶ ଦେଇଥିଲେ। ଜାପାନ ଆନ୍ତର୍ଜାତିକ ବ୍ୟାଙ୍କର ସହାୟତାରେ ଓଡ଼ିଶାର ୧୦ଟି ଜିଲାର ୧୨ଟି ବନଖଣ୍ଡରେ ଏହି ପ୍ରକଳ୍ପ ୨୦୨୭-୨୮ ପର୍ଯ୍ୟନ୍ତ ଚାଲିବ। ଉଜୁଡ଼ା ଜଙ୍ଗଲର ପୁନରୁଦ୍ଧାର କରି ଜଙ୍ଗଲ ଉପରେ ନିର୍ଭରଶୀଳ ଏହି ପରିବାରଗୁଡ଼ିକୁ ବିକଳ୍ପ ଜୀବନ ଜୀବିକା ପ୍ରଦାନ କରିବା ଏବଂ ସେମାନଙ୍କ ଆର୍ଥିକ ଅବସ୍ଥାରେ ଉନ୍ନତି ଆଣିବା ଏହି ପ୍ରକଳ୍ପର ଉଦ୍ଦେଶ୍ୟ ବୋଲି ବୈଠକରେ ଆଲୋଚନା କରାଯାଇଥିଲା। ପ୍ରାରମ୍ଭରେ ଆଠମଲ୍ଲିକ ବନଖଣ୍ଡ ଅଧିକାରୀ ସମ୍ୟକ ସାମନ୍ତରାୟ ପ୍ରକଳ୍ପରେ ଉଦ୍ଦେଶ୍ୟ ଓ ଆଭିମୁଖ୍ୟ ସମ୍ପର୍କରେ ପାୱାର ପଏଣ୍ଟ ଉପସ୍ଥାପନ କରିଥିଲେ। ଆଠମଲ୍ଲିକ ବନଖଣ୍ଡ କାର୍ଯ୍ୟାଳୟର ବୈଷୟିକ ବିଶେଷଜ୍ଞ ଗିରିଜା ଶଙ୍କର ଦାସ ପୂର୍ବ ବୈଠକର ନିଷ୍ପତ୍ତିକୁ କାର୍ଯ୍ୟକାରୀ କରାଯାଇଥିବା ସମ୍ପର୍କରେ ସୂଚନା ପ୍ରଦାନ କରିଥିଲେ। ସେହିପରି ଜିଲାରେ କାର୍ଯ୍ୟକାରୀ ହେଉଥିବା ମତ୍ସ୍ୟ ପୋଖରୀ ଯୋଜନା ସମ୍ପର୍କରେ ଜିଲାପାଳ ବୈଠକରେ ସମୀକ୍ଷା କରିଥିଲେ। ୨୦୧୮-୧୯ରେ ଏହି ଯୋଜନାରେ ଜିଲାର ୨୬ ହେକ୍ଟର ପରିମିତ ଜାଗାରେ ୩୦ଟି ମତ୍ସ୍ୟ ପୋଖରୀ ଖୋଳା ହୋଇ ମତ୍ସ୍ୟ ପାଳନ କରାଯାଉଛି ବୋଲି ବିଭାଗୀୟ ଅଧିକାରୀ ସୂଚନା ପ୍ରଦାନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଅତିରିକ୍ତ ଜିଲାପାଳ ତପନ କୁମାର ଶତପଥୀ, ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ଅତୁଲ୍ୟ କୁମାର ଚମ୍ପତିରାୟ, ଜିଲା କୃଷି ଉପନିର୍ଦ୍ଦେଶକ ବିଜୟ ମହାପାତ୍ରଙ୍କ ସମେତ ବିଭିନ୍ନ ବିଭାଗର ଜିଲାସ୍ତରୀୟ ଅଧିକାରୀ ଓ ଆଠମଲ୍ଲିକ ବନବିଭାଗର କର୍ମକର୍ତ୍ତାମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

ପାଣି ପାଇଁ ଡହଳବିକଳ

ବଇଣ୍ଡା,୨୫।୪(ପରିକ୍ଷିତ ସାହୁ)ସାରା ରାଜ୍ୟରେ ଲାଗିରହିଛି ଗ୍ରୀଷ୍ମ ପ୍ରବାହ। ଅଧିକାଂଶ ସମୟରେ ତାପମାତ୍ରା ୪୩ ଡିଗ୍ରୀ ଉପରେ ରହୁଥିବାବେଳେ ଏବେ ଅନେକ ଅଞ୍ଚଳରେ ପାଣି ସମସ୍ୟା ଦେଖିବାକୁ...

ବିଜେଡି ଛାଡ଼ିଲେ ବରିଷ୍ଠ ନେତା ଭକ୍ତିପ୍ରସାଦ

ଅନୁଗୋଳ,୨୪।୪ (ଅମିତ କୁମାର ସାମଲ):ଅନୁଗୋଳ ଜିଲାର ବରିଷ୍ଠ ନେତା ଭକ୍ତି ପ୍ରସାଦ ଦାସ ମଙ୍ଗଳବାର ବିଜୁ ଜନତା ଦଳରୁ ଇସ୍ତଫା ଦେଇଛନ୍ତି। ଦଳରେ ତାଙ୍କୁ ଅଣଦେଖା...

ସମ ରଣନୀତିରେ ବିଜେଡି-ଭାଜପା

ବଇଣ୍ଡା,୨୨ା୪(ପରିକ୍ଷିତ ସାହୁ):ଅନୁଗୋଳ ଜିଲା ଆଠମଲ୍ଲିକ ବିଧାନସଭା କ୍ଷେତ୍ରରେ ଆସନ୍ତା ମେ ୨୫ରେ ହେବ ଭୋଟଗ୍ରହଣ। ଏଥର ଏହି ନିର୍ବାଚନମଣ୍ଡଳୀରେ ବିଜେଡି ଓ ଭାଜପା ପ୍ରାର୍ଥୀ ପରିବର୍ତ୍ତନ...

ସ୍ବଳ୍ପ ଖର୍ଚ୍ଚରେ ଅଧିକ ରୋଜଗାର ବାଟ ଦେଖାଉଛନ୍ତି ଶିକ୍ଷକ

ଛେଣ୍ଡିପଦା,୨୧ା୪(ଅଜିତ ଧଳ)ଶିକ୍ଷକତାରୁ ଟିକେ ସମୟ ପାଇଲେ ଲାଗିପଡ଼ନ୍ତି ଚାରା ଉତ୍ପାଦନରେ। ନିଜ ଫାର୍ମରେ ଥିବା ବିଭିନ୍ନ ଗଛରୁ କଲମୀକରଣ କରିବା ସହିତ କିପରି ସେଥିରୁ ଭଲ...

ଭୋଟ ଭିକ୍ଷା କଲେ ପ୍ରଣବ ଦାସ: ମୁଖ୍ୟମନ୍ତ୍ରୀଙ୍କୁ ସଶକ୍ତ କରିବାବୁ ଆଶୀର୍ବାଦ ଦିଅ

ଅନୁଗୋଳ,୧୯।୪ (ଅମିତ କୁମାର ସାମଲ):ସମ୍ବଲପୁର ଲୋକ ସଭା କ୍ଷେତ୍ରର ବିଜେଡି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ (ବବି) ଏହି...

ଅନୁଗୋଳରେ ପ୍ରଥମ କରି ମହିଳା କାର୍ଡ

ଅନୁଗୋଳ ୧୮।୪ (ଅମିତ କୁମାର ସାମଲ)ଅନୁଗୋଳ ବିଧାନସଭା କ୍ଷେତ୍ରରେ ବିଜେଡି ଖୋଲିଛି ମହିଳା କାର୍ଡ। ବିଜେଡିର ଦୀର୍ଘ ୨୪ ବର୍ଷ ଇତିହାସରେ ଦଳ କେବେ ବି...

ହାଇଓ୍ବାକୁ ଧକ୍କା ଦେଲା ବସ୍‌: ଚାଲିଗଲା ଜଣଙ୍କ ଜୀବନ,୧୫ରୁ ଅଧିକ ଆହତ

ଛେଣ୍ଡିପଦା,୧୬।୪(ଅଜିତ ଧଳ): ଅନୁଗୋଳ ଜିଲା ଜରପଡା ଥାନା ଦେଇ ଯାଇଥିବା ଅନୁଗୋଳ ସମ୍ବଲପୁର ୫୫ନଂ ଜାତୀୟ ରାଜପଥର ଜରପଡା ଠାରେ ମଙ୍ଗଳବାର ସକାଳେ ଡଲଫିନ ବସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri