ଓଡ଼ିଶା ବନାଞ୍ଚଳ ଉନ୍ନୟନ ପ୍ରକଳ୍ପ ପରାମର୍ଶଦାତା କମିଟି ବୈଠକ: ନୂଆ ଯୋଜନା ସଫଳ ଉପରେ ଗୁରୁତ୍ୱ

ଅନୁଗୋଳ ଅଫିସ, ୧୦।୭-ଆଠମଲ୍ଲିକ ବନଖଣ୍ଡ ଓଡ଼ିଶା ବନାଞ୍ଚଳ ଉନ୍ନୟନ ପ୍ରକଳ୍ପ ପର୍ଯ୍ୟାୟ ୨ର ୪ର୍ଥ ଜିଲା ପରାମର୍ଶଦାତା କମିଟି ବୈଠକ ମଙ୍ଗଳବାର ଜିଲାପାଳ ମନୋଜ କୁମାର ମହାନ୍ତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଜଙ୍ଗଲ ଉପରେ ନିର୍ଭରଶୀଳ ପରିବାର ଗୁଡ଼ିକର ଜୀବନ ଜୀବିକାର ଉନ୍ନତି ପାଇଁ କାର୍ଯ୍ୟକାରୀ ହେଉଥିବା ଏହି ନୂତନ ଯୋଜନାକୁ ସଫଳତାର ସହିତ ବନଖଣ୍ଡରେ କାର୍ଯ୍ୟକାରୀ କରିବା ପାଇଁ ଜିଲାପାଳ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।
ବିଶେଷକରି ଜିଲାରେ ସଫଳତାର ସହିତ କାର୍ଯ୍ୟକାରୀ ହେଉଥିବା ବିଭିନ୍ନ କୃଷିଭିତ୍ତିକ ଓ ଅର୍ଥ ଉପାର୍ଜନକାରୀ କାର୍ଯ୍ୟକ୍ରମ ବିଷୟରେ ସମ୍ପୃକ୍ତ ପରିବାରକୁ ଜଣାଇବା ଏବଂ ସେମାନଙ୍କ ଦକ୍ଷତା ବୃଦ୍ଧି ପାଇଁ ବୁଲାଇ ଦେଖାଇବା ଉପରେ ଜିଲାପାଳ ଗୁରୁତ୍ୱାରୋପ କରିଥିଲେ। ସେହିପରି ଗ୍ରାମ୍ୟ ଜଳ ଓ ପରିମଳ ବିଭାଗ ଦ୍ୱାରା ସମସ୍ତ ଘରକୁ ପାନୀୟ ଜଳ ଯୋଗାଣ ସହ ଗ୍ରାମକୁ ମୁକ୍ତ ଶୌଚ ନିଷିଦ୍ଧ ଅଞ୍ଚଳ ଭାବେ ଘୋଷଣା ନିମନ୍ତେ ପଦକ୍ଷେପ ନେବାକୁ ଜିଲାପାଳ ନିର୍ଦ୍ଦେଶ ଦେଇଥିଲେ। ଉକ୍ତ ଗ୍ରାମ ଗୁଡ଼ିକରେ ବିଭିନ୍ନ ସ୍ବାସ୍ଥ୍ୟଭିତ୍ତିକ କାର୍ଯ୍ୟକ୍ରମ କରିବାକୁ ଜିଲାପାଳ ବିଭାଗୀୟ ଅଧିକାରୀଙ୍କୁ ପରାମର୍ଶ ଦେଇଥିଲେ। ଜାପାନ ଆନ୍ତର୍ଜାତିକ ବ୍ୟାଙ୍କର ସହାୟତାରେ ଓଡ଼ିଶାର ୧୦ଟି ଜିଲାର ୧୨ଟି ବନଖଣ୍ଡରେ ଏହି ପ୍ରକଳ୍ପ ୨୦୨୭-୨୮ ପର୍ଯ୍ୟନ୍ତ ଚାଲିବ। ଉଜୁଡ଼ା ଜଙ୍ଗଲର ପୁନରୁଦ୍ଧାର କରି ଜଙ୍ଗଲ ଉପରେ ନିର୍ଭରଶୀଳ ଏହି ପରିବାରଗୁଡ଼ିକୁ ବିକଳ୍ପ ଜୀବନ ଜୀବିକା ପ୍ରଦାନ କରିବା ଏବଂ ସେମାନଙ୍କ ଆର୍ଥିକ ଅବସ୍ଥାରେ ଉନ୍ନତି ଆଣିବା ଏହି ପ୍ରକଳ୍ପର ଉଦ୍ଦେଶ୍ୟ ବୋଲି ବୈଠକରେ ଆଲୋଚନା କରାଯାଇଥିଲା। ପ୍ରାରମ୍ଭରେ ଆଠମଲ୍ଲିକ ବନଖଣ୍ଡ ଅଧିକାରୀ ସମ୍ୟକ ସାମନ୍ତରାୟ ପ୍ରକଳ୍ପରେ ଉଦ୍ଦେଶ୍ୟ ଓ ଆଭିମୁଖ୍ୟ ସମ୍ପର୍କରେ ପାୱାର ପଏଣ୍ଟ ଉପସ୍ଥାପନ କରିଥିଲେ। ଆଠମଲ୍ଲିକ ବନଖଣ୍ଡ କାର୍ଯ୍ୟାଳୟର ବୈଷୟିକ ବିଶେଷଜ୍ଞ ଗିରିଜା ଶଙ୍କର ଦାସ ପୂର୍ବ ବୈଠକର ନିଷ୍ପତ୍ତିକୁ କାର୍ଯ୍ୟକାରୀ କରାଯାଇଥିବା ସମ୍ପର୍କରେ ସୂଚନା ପ୍ରଦାନ କରିଥିଲେ। ସେହିପରି ଜିଲାରେ କାର୍ଯ୍ୟକାରୀ ହେଉଥିବା ମତ୍ସ୍ୟ ପୋଖରୀ ଯୋଜନା ସମ୍ପର୍କରେ ଜିଲାପାଳ ବୈଠକରେ ସମୀକ୍ଷା କରିଥିଲେ। ୨୦୧୮-୧୯ରେ ଏହି ଯୋଜନାରେ ଜିଲାର ୨୬ ହେକ୍ଟର ପରିମିତ ଜାଗାରେ ୩୦ଟି ମତ୍ସ୍ୟ ପୋଖରୀ ଖୋଳା ହୋଇ ମତ୍ସ୍ୟ ପାଳନ କରାଯାଉଛି ବୋଲି ବିଭାଗୀୟ ଅଧିକାରୀ ସୂଚନା ପ୍ରଦାନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଅତିରିକ୍ତ ଜିଲାପାଳ ତପନ କୁମାର ଶତପଥୀ, ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ଅତୁଲ୍ୟ କୁମାର ଚମ୍ପତିରାୟ, ଜିଲା କୃଷି ଉପନିର୍ଦ୍ଦେଶକ ବିଜୟ ମହାପାତ୍ରଙ୍କ ସମେତ ବିଭିନ୍ନ ବିଭାଗର ଜିଲାସ୍ତରୀୟ ଅଧିକାରୀ ଓ ଆଠମଲ୍ଲିକ ବନବିଭାଗର କର୍ମକର୍ତ୍ତାମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭିଜିଲାନ୍ସ ଜାଲରେ ମହିଳା ASI, ଲାଞ୍ଚ ନେଉଥିବା ବେଳେ ପଡ଼ିଲେ ଧରା

ଅନୁଗୋଳ, ୧୩।୬: ଅନୁଗୋଳ ଜିଲାର ଜରପଡ଼ା ଥାନାରେ କାର୍ଯ୍ୟରତ ମହିଳା ASI ସୀତା ନାୟକ ୮,୦୦୦ ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ସୂଚନା…

ବ୍ରାହ୍ମଣୀରେ ଭାସିଗଲେ ୩ ସାଙ୍ଗ

ତାଳଚେର,୮।୬; ଅନୁଗୋଳ ଜିଲା ତାଳଚେର ବ୍ରାହ୍ମଣୀ ନଦୀରେ ସୋମବାର ଏକ ଅଘଟଣ ଘଟିଛି। ୩ଜଣ ସାଙ୍ଗ ଗାଧୋଇବା ବେଳେ ଭାସିଯାଇଛନ୍ତି। ସେମାନଙ୍କ ମଧ୍ୟରୁ ଜଣଙ୍କୁ ମୃତ ଅବସ୍ଥାରେ…

ବିଲକୁ ଯାଇଥିଲେ ୨ ଭାଇ, ହଠାତ୍‌ ମାରିଲା ଘଡ଼ଘଡ଼ି: ଆଉ ତା’ପରେ…

ବଇଣ୍ଡା, ୨।୬(ପରୀକ୍ଷିତ ସାହୁ): ଅନୁଗୋଳ ଜିଲା କିଶୋର ନଗର ବ୍ଲକ ହଣ୍ଡପା ଥାନା ପାପସରା ଗ୍ରାମର ଜଟିଆ ରୁଗୁଡ଼ି ନିକଟରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ…

ବିଳମ୍ବିତ ରାତିରେ ବାଇକ ସହ ଜିଅନ୍ତା ଜଳିଗଲେ ଯୁବକ, କାରଣ ଜାଣିଲେ….

ପାଲଲହଡ଼ା,୨୯।୫(ଦିବ୍ୟଜ୍ୟୋତି ଦାଶ): ସକାଳୁ ସକାଳୁ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି ।  ବାଇକ ଦୁର୍ଘଟଣାରେ ଚାଳକ ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି । ସେହିପରି ଅନ୍ୟଜଣଙ୍କୁ ଗୁରୁତର ଅବସ୍ଥାରେ ଖମାର…

ନାତୁଣୀକୁ ବଞ୍ଚାଇବାକୁ ଯାଇ ଚାଲିଗଲା ଜେଜେଙ୍କ ଜୀବନ

ଅନୁଗୋଳ,୧୨।୫: ଅନୁଗୋଳ ଜିଲା ଆଠମଲ୍ଳିକ ବ୍ଲକ ପାଇକ ସାହିରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ନାତୁଣୀଙ୍କୁ ବଞ୍ଚାଇବାକୁ ଯାଇ ବିଦ୍ୟୁତ୍‌ ଆଘାତରେ ଜେଜେଙ୍କ ମୃତ୍ୟୁ ଘଟିଛି।…

ତାଳଚେର ଉପନଗରପାଳଙ୍କ ବିରୋଧରେ ଅନାସ୍ଥା

ତାଳଚେର,୮ା୫(ମନୋଜ ନନ୍ଦ): ତାଳଚେର ଉପନଗରପାଳ ଶୁଭଶ୍ରୀ ଶୁଭସ୍ମିତା ପ୍ରଧାନଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆସିଛି। ପୌରପାଳିକାର ୧୬ କାଉନସିଲର ତାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଣିଛନ୍ତି। ଶୁକ୍ରବାର…

ରୋଗୀସେବା ଦାବି, ୧୨ ଘଣ୍ଟିଆ ତାଳଚେର ବନ୍ଦ

ତଳଚେର,୮।୫(ମନୋଜ ନନ୍ଦ): ଅନୁଗୋଳ ଜିଲା ତଳଚେର ପବିତ୍ର ମୋହନ ମେଡିକାଲ କଲେଜରେ ରୋଗୀ ସେବା ଦାବିରେ ୧୨ ଘଣ୍ଟିଆ ବନ୍ଦ ପାଳିତ ହୋଇଛି । ଆଗରୁ କ୍ରିୟାନୁଷ୍ଠାନ…

ସ୍ପଞ୍ଜ ଆଇରନ କାରଖାନାରେ ବଡ଼ ଅଘଟଣ, ଚାଲିଗଲା ୩ ଶ୍ରମିକଙ୍କ ଜୀବନ

ଅନୁଗୋଳ,୫।୫(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ଜିଲା ନିଶା ଥାନା ଅଞ୍ଚଳରେ ଥିବା ମେଟାଲିକ ସ୍ପଞ୍ଜ ଆଇରନ ପ୍ଲାଣ୍ଟରେ ବଡ଼ ଧରଣର ଦୁର୍ଘଟଣା ହୋଇଛି । ୩ ଜଣ ଶ୍ରମିକଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri