ଓଡ଼ିଶା ଭାରୋତ୍ତୋଳନ ଚାମ୍ପିୟନଶିପ

ବ୍ରହ୍ମପୁର ଅଫିସ,୩୦ା୧୨-ଗଞ୍ଜାମ ଜିଲା ଭାରୋତ୍ତଳନ ସଂଘ ପକ୍ଷରୁ ୬୭ତମ ବରିଷ୍ଠ ପୁରୁଷ ଓ ୩୫ତମ ବରିଷ୍ଠ ମହିଳା ଓଡିଶା ଭାରୋତ୍ତୋଳନ ଚାମ୍ପିୟନଶିପ ରବିବାର ଅନୁଷ୍ଠିତ ହୋଇଯାଇଛି ା ଖାସ୍ପା ସାହିସ୍ଥିିତ କନ୍ୟକା ପରମେଶ୍ୱରୀ ମନ୍ଦିର ପରିସରରେ ଆୟୋଜିତ ଏହି ପ୍ରତିଯୋଗିତାକୁ ବ୍ରହ୍ମପୁର ବିଧାୟକ ବିକ୍ରମ କୁମାର ପଣ୍ଡା ମୁଖ୍ୟଅତିଥି ଭାବେ ଯୋଗଦେଇ ଉଦଘାଟନ କରିଥିଲେ ା
ଜିଲା କ୍ରୀଡା ଅଧିକାରୀ ପ୍ରଶାନ୍ତ କୁମାର ସାହୁ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ ା ଓଡିଶା ଭାରୋତ୍ତୋଳନ ସଂଘର ସମ୍ପାଦକ ନାରାୟଣ ସାହୁ, ଉପସଭାପତି କୁମୁଦ ଚନ୍ଦ୍ର ସାହୁ, ବରିଷ୍ଠ କୋଚ ସୀତା ପ୍ରସାଦ ପଟ୍ଟନାୟକ, ବରିଷ୍ଠ ଭାରୋତ୍ତୋଳନକାରୀ ଚନ୍ଦ୍ରଶେଖର ସାହୁ ପ୍ରମୁଖ ମଞ୍ଚାସୀନ ଥିଲେ ା
ଏଥିରେ ଗଞ୍ଜାମ, କଟକ, ଖୋର୍ଦ୍ଧା, ମୟୁରଭଞ୍ଜ, ରାୟଗଡା ଅଞ୍ଚଳର ପ୍ରାୟ ୨୫ ମହିଳା ଓ ୪୫ ପୁରୁଷ ପ୍ରତିଯୋଗୀ ଅଂଶ ଗ୍ରହଣ କରିଥିଲେ। ରେଫରି ଭାବେ ୨୫ ଅଫିସିଆଲ ଯୋଗଦେଇ ପ୍ରତିଯୋଗିତାକୁ ପରିଚାଳନା କରିଥିଲେ। ୫୫ କି.ଗ୍ରା. ପୁରୁଷ ବର୍ଗରେ କୁମ୍ଭେଶ୍ୱର ମଲ୍ଳିକ ୧୯୬ କି.ଗ୍ରା ଭାରୋତ୍ତୋଳନ କରି ପ୍ରଥମ ହୋଇଥିବା ବେଳେ ୬୧ କି.ଗ୍ରା. ବର୍ଗରେ ଜଗଦିଶ ନାୟକ ୨୩୨ କି.ଗ୍ରା. ଭାରୋତ୍ତୋଳନ କରି ସ୍ବର୍ଣ୍ଣପଦକ ହାସଲ କରିଛନ୍ତି ା ସେହିପରି ୪୫ କି.ଗ୍ରା. ମହିଳା ବର୍ଗରେ ସନ୍ଧ୍ୟାରାଣୀ ନାୟକ ମୋଟ ୧୧୮ ଭାରୋତ୍ତୋଳନ କରି ପ୍ରଥମ ହୋଇଛନ୍ତି। ୪୯ କି.ଗ୍ରା ବର୍ଗରେ ସୁଶୀଳା ମାଝି ୧୫୫ କେଜି, ୫୨ କି.ଗ୍ରା. ବର୍ଗରେ ବୀଣା ସୋରେନ ୧୩୮ କେଜି, ୫୫ କି.ଗ୍ରା. ବର୍ଗରେ ଅପରାଜିତା ଭୂୟାଁ ୧୩୭ କି.ଗ୍ରା. ଭାରଉତ୍ତୋଳନ କରିଛନ୍ତି। ୬୪ କି.ଗ୍ରା ବର୍ଗରେ ଦେବକୀ ଖିଲ ୧୪୯ କି.ଗ୍ରା., ୫୯ କି.ଗ୍ରା. ବର୍ଗରେ ସଙ୍ଗୀତା ପାଢୀ ୧୩୮ କି.ଗ୍ରା, ୮୧ କି.ଗ୍ରା. ବର୍ଗରେ ରଜେଶ୍ୱରୀ ବେହେରା ୧୮୨ କି.ଗ୍ରା. ଭାରୋତ୍ତୋଳନ କରି ସ୍ବର୍ଣ୍ଣପଦକ ହାସଲ କରିଛନ୍ତି ା ସଂଘର କାର୍ଯ୍ୟକାରୀ ସମ୍ପାଦକ ନୀଳମଣି ସାହୁ, ଉପସଭାପତି ଲକ୍ଷ୍ମୀନାରାୟଣ ରାଉତ, ଯୁଗ୍ମ ସମ୍ପାଦକ ରମେଶ ଚନ୍ଦ୍ର ପାଢୀ, ଜାନକୀ ବଲ୍ଳବ ମିଶ୍ର, କୋଷାଧ୍ୟକ୍ଷ ଯଜ୍ଞନାରାୟଣ ନନ୍ଦ, ଗାଗାରିନ ନାୟକ ପ୍ରମୁଖ ପ୍ରତିଯୋଗିତା ପରିଚାଳନାରେ ସହଯୋଗ କରିଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ନିଆରା ଜନ୍ମଦିନ ପାଳନ କଲେ ସମାଜସେବୀ ସୁନିଲ

ଗଞ୍ଜାମ,୭।୪(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ଐତିହାସିକ ଲବଣ ସତ୍ୟାଗ୍ରହର ଅନ୍ୟତମ ପୀଠ ହୁମ୍ମାଠାରେ ଜନ କଲ୍ୟାଣ ସ୍ବେଛାସେବୀ ସଂସ୍ଥା ଓ ବଜରଙ୍ଗୀ ଦଳର ମିଳିତ ଆନୁକୁଲ୍ୟରେ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri