‘ଓଡ଼ିଶା-ମୋ ପରିବାର’ କାର୍ଯ୍ୟକ୍ରମର ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଅରୂପ ହେଲେ ଆବାହକ

ଭୁବନେଶ୍ୱର,୨୫।୧୦(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ‘ଓଡ଼ିଶା-ମୋ ପରିବାର’ କାର୍ଯ୍ୟକ୍ରମ ସମ୍ପର୍କରେ ଘୋଷଣା କରିଛନ୍ତି। ଅକ୍ଟୋବର ୨ ଗାନ୍ଧୀ ଜୟନ୍ତୀ ଅବସରରେ ମୁଖ୍ୟମନ୍ତ୍ରୀ ଏହି ସମାଜ ସେବାକାର୍ଯ୍ୟ ସମ୍ପର୍କରେ ସୂଚନା ଦେଇଥିଲେ। ଘୋଷଣା ନେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ବିଜୁ ଜନତା ଦଳ ଓଡ଼ିଶାବାସୀଙ୍କ ଆଶୀର୍ବାଦରେ ଓଡ଼ିଶା ମା’ର ସେବା କରିଚାଲିଛି। ସେବା, ସଂଗ୍ରାମ ଓ ସ୍ବାଭିମାନ ହେଉଛି ବିଜେଡିର ଆଦର୍ଶ। ଓଡ଼ିଶାବାସୀଙ୍କ ଆଶୀର୍ବାଦ ଆମର ଶକ୍ତି। ଗାନ୍ଧୀଜୀଙ୍କ ୧୫୦ତମ ଜୟନ୍ତୀ ଅବସରରେ ବିଜେଡି ‘ଓଡ଼ିଶା-ମୋ ପରିବାର’ କାର୍ଯ୍ୟକ୍ରମ ଜରିଆରେ ତାଙ୍କ ପ୍ରତି ଶ୍ରଦ୍ଧା ଓ ସମ୍ମାନ ଜଣାଉଛି। ଏହା ଦଳର ପ୍ରମୁଖ ଅଂଶ ଭାବେ ସର୍ବଦା କାର୍ଯ୍ୟ କରିବ ବୋଲି ସେ କହିଛନ୍ତି।

କାର୍ଯ୍ୟକ୍ରମର ଆବାହକ ଭାବେ ଅରୂପ କୁମାର ପଟ୍ଟନାୟକ, ସହ ଆବହାକ ଭାବେ ପିନାକୀ ମିଶ୍ର, ଅଚ୍ୟୁତନନ୍ଦ ସାମନ୍ତ, ଚନ୍ଦ୍ରଶେଖର ସାହୁ, ଅତନୁ ସବ୍ୟସାଚୀ ନାୟକ, ନଳିନୀକାନ୍ତ ପ୍ରଧାନ ଏବଂ ସଭ୍ୟ ଭାବେ ମନୋହର ରାନ୍ଧାରୀ, ଅନନ୍ତ ନାରାୟଣ ଜେନା, ସୁଧିର ସାମଲ, ସୁଶାନ୍ତ ରାଉତ, ସଞ୍ଜିବ ବିଶ୍ୱା, ସଂଧ୍ୟାକୁମାରୀ ନାୟକ, ଡେଜାଲିନ୍‌ ମହାପାତ୍ର ଏବଂ ଗୌରହରି ମିଶ୍ରଙ୍କୁ ନିଯୁକ୍ତ କରାଯାଇଥିବା ମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି।

ସେହିଭଳି ‘ଓଡ଼ିଶା-ମୋ ପରିବାର’ କାର୍ଯ୍ୟକ୍ରମ ବିଷୟରେ ସୂଚନା ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ଏହା ପରିବେଶ ସୁରକ୍ଷା, ରକ୍ତଦାନ ସେବା ଓ କଲ୍ୟାଣ, ବିପନ୍ନ ଓଡ଼ିଆଙ୍କୁ ସହାୟତା ଆଦି ଦିଗରେ ଗୁରୁତ୍ୱ ଦେବ। ପରିବେଶ ସୁରକ୍ଷା ପାଇଁ ବିଜେଡି କର୍ମୀମାନେ ବ୍ୟାପକ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ହାତକୁ ନେବା ସହ ଲୋକଙ୍କୁ ସଚେତନ କରାଇବେ। ସେହିଭଳି ଦଳ ପକ୍ଷରୁ ଆରମ୍ଭ କରାଯାଇଥିବା ‘ଜୀବନ ବିନ୍ଦୁ’ କାର୍ଯ୍ୟକ୍ରମ ସଫଳତାର ସହ ଚାଲିଛି। ଏହାକୁ ସାମାଜିକ ଆନ୍ଦୋଳନରେ ପରିଣତ କରିବାକୁ ଲକ୍ଷ୍ୟ ରଖାଯାଇଛି। ସେହିପରି ଦେଶ ତଥା ବିଦେଶରେ କାମ କରୁଥିବା ଓଡ଼ିଶାବାସୀ ଯଦି ବିପଦରେ ପଡ଼ନ୍ତି ତେବେ ସେମାନଙ୍କର ବିପଦ ସମୟରେ ସେମାନଙ୍କ ସହ ରହି ତାଙ୍କୁ ଏବଂ ତାଙ୍କ ପରିବାରକୁ ସହାୟତା ଯୋଗାଇ ଦେବା ଦିଗରେ ଦଳୀୟ କର୍ମୀମାନେ କାମ କରିବେ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

୧୮ ଘଣ୍ଟା ଧରି ଶୁଟିଂ କଲେ ପ୍ରୀତି ଜିଣ୍ଟା: ପଛରେ କାରଣ ଜାଣିଲେ…

ଦୀର୍ଘ ଦିନ ପରେ ଅଭିନେତ୍ରୀ ପ୍ରୀତି ଜିଣ୍ଟା ‘ପାର୍ଟିସନ ୧୯୪୭’ ସହିତ ବଡ଼ ପରଦାକୁ ଫେରିଛନ୍ତି। ଚଳିତ ବର୍ଷ ତାଙ୍କର ଦ୍ୱିତୀୟ ଫିଲ୍ମ ରିଲିଜ ଅପେକ୍ଷାରେ ଅଛନ୍ତି।…

ରୋହିତ ଶର୍ମାଙ୍କ ଭବିଷ୍ୟତ ବିଷୟରେ BCCI କେବେ ନେବ ନିଷ୍ପତ୍ତି? ସାମ୍ନାକୁ ଆସିଲା ତାରିଖ

ନୂଆଦିଲ୍ଲୀ,୫।୯: ଭାରତୀୟ ODI ଦଳରେ ରୋହିତ ଶର୍ମାଙ୍କ ଭବିଷ୍ୟତ କ’ଣ ଅଛି, ଏବଂ ସେ କ’ଣ 2027 ODI ବିଶ୍ୱକପ ପାଇଁ ଯୋଜନାର ଅଂଶ ହେବେ? ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri