ଓଡ଼ିଶା ଲୋକାୟୁକ୍ତ ଅଧିନିୟମ ସଚେତନତା ବୈଠକ: ଦୁର୍ନୀତିଗ୍ରସ୍ତଙ୍କ ବିରୋଧରେ ଅଭିଯୋଗ ପାଇଁ ଆହ୍ବାନ

ଅନୁଗୋଳ ଅଫିସ, ୨୨।୯ – ସମାଜର ପ୍ରତ୍ୟେକ ସ୍ତରରୁ ଦୁର୍ନୀତି ହଟାଇ ଲୋକମାନଙ୍କୁ ମୂଲ୍ୟବୋଧଭିତ୍ତିକ ସେବା ଯୋଗାଇ ଦେବା ଉଦ୍ଦେଶ୍ୟରେ ସରକାର ଓଡ଼ିଶା ଲୋକାୟୁକ୍ତ ଅଧିନିୟମ ୨୦୧୪କୁ ଗତବର୍ଷ ଜୁଲାଇ ୭ରେ କାର୍ଯ୍ୟକାରୀ କରିଛନ୍ତି। ଏହି ନୂତନ ଆଇନ ସମ୍ପର୍କରେ ଜନସଚେତନତା ସୃଷ୍ଟି ଉଦ୍ଦେଶ୍ୟରେ ଶନିବାର ପୂର୍ବାହ୍ନରେ ଜିଲା ପରିଷଦ ସମ୍ମିଳନୀ କକ୍ଷରେ ଲୋକାୟୁକ୍ତ ସଦସ୍ୟ ଓଡ଼ିଶା ଉଚ୍ଚ ନ୍ୟାୟାଳୟର ନ୍ୟାୟମୂର୍ତ୍ତୀ ବିଜୟ କୁମାର ନାୟକଙ୍କ ଅଧ୍ୟକ୍ଷତାରେ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।
ଏହି ଅବସରରେ ଲୋକାୟୁକ୍ତ ସଦସ୍ୟ ନ୍ୟାୟମୂର୍ତ୍ତି ନାୟକ କହିଥିଲେ ଯେ, ପ୍ରଚଳିତ ଦୁର୍ନୀତି ନିବାରଣ ଆଇନ, ସୂଚନା ଅଧିକାର ଆଇନ ବଳବତ୍ତର ଥାଇ ମଧ୍ୟ କିଛି ମୁଷ୍ଟିମେୟ ଲୋକ ଦୁର୍ନୀତିରେ ଲିପ୍ତ ରହୁଛନ୍ତି। ଫଳରେ କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ଯୋଜନାର ସୁଫଳ ହିତାଧିକାରୀଙ୍କ ପାଖରେ ପହଞ୍ଚତ୍ ପାରୁନାହିଁ। ଯେଉଁମାନେ ଏପରି କାର୍ଯ୍ୟ କରୁଛନ୍ତି ସେମାନଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ଏହି ଆଇନର ଆଶ୍ରୟ ନେବାକୁ ସଦସ୍ୟ ଆହ୍ବାନ ଦେଇଥିଲେ। ଲୋକାୟୁକ୍ତ ପ୍ରତିଷ୍ଠା ହେବା ପରେ ବର୍ତ୍ତମାନ ସୁଦ୍ଧା ୩୩୮ଟି ଅଭିଯୋଗ ଦାଖଲ ହୋଇଥିବା ବେଳେ ୧୮୮ଟି ଅଭିଯୋଗର ସମାଧାନ ହୋଇଛି। ୧୫୦ଟି ନୂଆ ଅଭିଯୋଗ ଉପରେ ବିଚାର କରାଯିବ। ଅଭିଯୋଗ ଦାଖଲର ୬୦ ଦିନ ପରେ ତଦନ୍ତ ରିପୋର୍ଟ ଓ ୬ ମାସ ମଧ୍ୟରେ ଅନୁସନ୍ଧାନ ରିପୋର୍ଟ ଦେବାକୁ ପଡ଼ିବ। ଅଭିଯୋଗର ବିଚାର ପାଇଁ ୨ରୁ ୩ ଜଣଙ୍କୁ ନେଇ ଏକ ବେଞ୍ଚ ପ୍ରତିଷ୍ଠା କରାଯିବ। ଏହି ଆଇନ କଡ଼ାକଡ଼ି ଭାବେ ପାଳନ କରାଯିବ। ଯଦି ମିଥ୍ୟା ଅଭିଯୋଗ କରି ଲୋକାୟୁକ୍ତଙ୍କୁ ବିଭ୍ରାନ୍ତିକର ତଥ୍ୟ ଦେବାର ପ୍ରମାଣ ମିଳେ ସେପରି ବ୍ୟକ୍ତିଙ୍କ ବିରୋଧରେ ମଧ୍ୟ ଦଣ୍ଡବିଧାନ କରାଯିବ। ଲୋକାୟୁକ୍ତର ଅନ୍ୟତମ ସଦସ୍ୟ ଡ. ଦେବବ୍ରତ ସ୍ବାଇଁ ଓ ଡ. ରାଜେନ୍ଦ୍ର ପ୍ରସାଦ ଶର୍ମା ଏହି କାର୍ଯ୍ୟକ୍ରମରେ ଯୋଗଦେଇ ଏହା ସରକାରଙ୍କ ଏକ ଯୁଗାନ୍ତକାରୀ ପଦକ୍ଷେପ ବୋଲି ମତବ୍ୟକ୍ତ କରିଥିଲେ। ଏହି ସଚେତନତା କାର୍ଯ୍ୟକ୍ରମରେ ଅନୁଗୋଳ ଜିଲା ଓ ସେସନ୍ସ ଜଜ୍‌ ଅଶାନ୍ତ କୁମାର ଦାସ ଯୋଗଦେଇ ଜିଲାର ଗରିବ ଲୋକମାନଙ୍କୁ ଆଇନ ସେବା ଯୋଗାଇ ଦେବା ସହ ବିଭିନ୍ନ ସ୍ଥାନରେ ଶିବିର ଆୟୋଜନ କରାଯାଇ ଆଇନ ସମ୍ପର୍କରେ ଲୋକଙ୍କୁ ସଚେତନ କରାଯିବ ବୋଲି କହିଥିଲେ। ଉତ୍ତର କେନ୍ଦ୍ରାଞ୍ଚଳ ଡିଆଇଜି ନରସିଂହ ଭୋଳ ଓ ଆଞ୍ଚଳିକ ମୁଖ୍ୟ ବନ ସଂରକ୍ଷଣ ପ୍ରଦୀପରାଜ କାରାଟ ଯୋଗଦେଇ ନୂତନ ଆଇନ କାର୍ଯ୍ୟକାରୀ ହେବା ଦ୍ୱାରା ସମାଜରେ ଗରିବ ଲୋକମାନେ ଉଚିତ ନ୍ୟାୟ ପାଇବେ ବୋଲି ମତବ୍ୟକ୍ତ କରିଥିଲେ। ଜିଲାପାଳ ମନୋଜ କୁମାର ମହାନ୍ତି ଏହି ନୂତନ ଆଇନର କାର୍ଯ୍ୟଧାରା ସମ୍ପର୍କରେ ଅବଗତ ହୋଇ ଅନ୍ୟମାନଙ୍କୁ ଏହାର ସୁଫଳ ସମ୍ପର୍କରେ ସଚେତନ କରିବାକୁ ପରାମର୍ଶ ଦେଇଥିଲେ। ଅନୁଗୋଳ ଏସ୍‌ପି ଜଗମୋହନ ମୀନା ଆଇନର କାର୍ଯ୍ୟକାରିତାରେ ଆବଶ୍ୟକ ସହଯୋଗ ଯୋଗାଇ ଦେବେ ବୋଲି ପ୍ରକାଶ କରିଥିଲେ। ଜିଲା ଆଇନ ସେବା ପ୍ରାଧିକରଣ ସମ୍ପାଦିକା ଅଭିନନ୍ଦିତା ପଣ୍ଡା କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ। କୋର୍ଟ ମ୍ୟାନେଜର ସୁମନ ଆଚାର୍ଯ୍ୟଙ୍କ ସମେତ ଜିଲା ଆଇନ ସେବା ପ୍ରାଧିକରଣର କର୍ମକର୍ତ୍ତାମାନେ ସହଯୋଗ କରିଥିଲେ। ଓଡ଼ିଶା ଲୋକାୟୁକ୍ତ ଡାଇରେକ୍ଟର ପ୍ରୋସିକ୍ୟୁସନ ଗଜେନ୍ଦ୍ର ମହାପାତ୍ର, ନିର୍ଦ୍ଦେଶକ ଅନୁସନ୍ଧାନ ତ୍ରିଲୋଚନ ପ୍ରଧାନ, ଅତିରିକ୍ତ ଜିଲାପାଳ ତପନ କୁମାର ଶତପଥୀ, ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ଅତୁଲ୍ୟ କୁମାର ଚମ୍ପତିରାୟ, ଅନୁଗୋଳ ବନଖଣ୍ଡ ଅଧିକାରୀ ଭି. କାର୍ତ୍ତିକଙ୍କ ସମେତ ରେଞ୍ଜର୍ସ ଟ୍ରେନିଂ କଲେଜର ପ୍ରଶିକ୍ଷାର୍ଥୀ, ବିଭିନ୍ନ ମହାବିଦ୍ୟାଳୟର ଛାତ୍ରୀଛାତ୍ର, ସ୍ବୟଂସହାୟକ ଗୋଷ୍ଠୀର ସଦସ୍ୟ, ସାମାଜିକ କର୍ମୀ ଓ ବିଭିନ୍ନ ସରକାରୀ ବିଭାଗର କର୍ମଚାରୀମାନେ ଯୋଗଦେଇଥିଲେ। ଓଡ଼ିଶା ଲୋକାୟୁକ୍ତର ସମ୍ପାଦକ ମାନସ ରଞ୍ଜନ ତ୍ରିପାଠୀ ଧନ୍ୟବାଦ ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଝୁଲିଲା ଅନୁଗୋଳ, ତାଳଚେର, ଆଠମଲ୍ଲିକ

ଅନୁଗୋଳ, ୨୮ା୩ (ଅମିତ କୁମାର ସାମଲ)ବିଜୁ ଜନତା ଦଳ ପକ୍ଷରୁ ବୁଧବାର ପ୍ରଥମ ପର୍ଯ୍ୟାୟରେ ୭୧ଟି ବିଧାନସଭା କ୍ଷେତ୍ର ପାଇଁ ପ୍ରାର୍ଥୀ ଘୋଷଣା କରାଯାଇଛି। ଏଥିରେ...

ରାସ୍ତା ପାର୍ଶ୍ୱରେ ବିପଜ୍ଜନକ ଅବସ୍ଥାରେ ଚାଲୁଛି ପରିବା ବଜାର

ବଅଁରପାଳ/ଅନୁଗୋଳ,୨୫ା୩(ଅମିତ କୁମାର ସାମଲ): ବଅଁରପାଳ ବ୍ଲକ କୁଲା଼ଡ ଏଫ୍‌ସିଆଇ ଛକରୁ ନାଲ୍‌କୋ ସିପିପିକୁ ସଂଯୋଗ କରୁଥିବା ରାସ୍ତାର ଉଭୟ ପାଖରେ ଚାଲିଛି ପରିବା ବଜାର। କରୋନା...

ଲୁଚାଚୋରାରେ ଘରୋଇ ଜାଗାରେ ପଡ଼ୁଛି ଅଳିଆ

ଅନୁଗୋଳ, ୨୨ା୩ (ଅମିତ କୁମାର ସାମଲ): ଅନୁଗୋଳ ସହରରୁ ବାହାରୁଥିବା ଆବର୍ଜନା କେଉଁଠାରେ ପକାଯିବ ତାହାକୁ ନେଇ ସୃଷ୍ଟି ହୋଇଥିବା ସମସ୍ୟାର ଏଯାଏ ସମାଧାନ ହୋଇପାରୁ...

ରାଜନୈତିକ ସମୀକରଣ ଦେଖି ରଣନୀତି

ଆଠମଲ୍ଲିକ,୨୨।୩(ଉଦୀପ୍ତ ପୁରୋହିତ): ସାଧାରଣ ନିର୍ବାଚନ ପାଇଁ ତାରିଖ ଘୋଷଣା ପରଠାରୁ ସମ୍ଭାବ୍ୟ ପ୍ରାର୍ଥୀଙ୍କୁ ନେଇ ସାଧାରଣରେ ବହୁ ଆଲୋଚନା ଚାଲିଛି। ଅନୁଗୋଳ ଜିଲାର ୫ଟି ବିଧାନସଭା...

ଜଙ୍ଗଲ ନିଆଁ ଆୟତ୍ତ କଲେ ଗାଁ ପିଲା

ପାଲଲହଡ଼ା,୨୦ା୩ (ଦିବ୍ୟଜ୍ୟୋତି ଦାଶ): ଖେଳକୁଦ କରିବା ବୟସରେ ୭ ଜଣ ପିଲା ଦେଖାଇଛନ୍ତି ସାହସିକତା। ସଚେତନ ମଣିଷଙ୍କ ପରି ସେମାନେ ବୁଦ୍ଧି ଖଟାଇ ଜଙ୍ଗଲ ନିଅଁାକୁ...

ଅନୁଗୋଳରେ ୨୭, ୬୨୫ ନୂଆ, ୭, ୭୪୮ ବରିଷ୍ଠ ମତଦାତା

ଅନୁଗୋଳ, ୧୮ା୩ (ଅମିତ କୁମାର ସାମଲ): ଅନୁଗୋଳ ଜିଲାରେ ଥିବା ବିଧାନସଭା ଆସନ ଏବଂ ଢେଙ୍କାନାଳ ଓ ସମ୍ବଲପୁର ଲୋକ ସଭା ଅଧୀନରେ ଆସୁଥିବା ନିର୍ବାଚନମଣ୍ଡଳୀରେ...

ଅନୁଗୋଳ ଜିଲାରେ ୧୬୫ ବୁଥ୍‌ ସମ୍ବେଦନଶୀଳ

ଅନୁଗୋଳ, ୧୮ା୩ (ଅମିତ କୁମାର ସାମଲ): ଅନୁଗୋଳ ଜିଲାରେ ନିର୍ବାଚନ ପ୍ରସ୍ତୁତି ସମ୍ପର୍କରେ ଜିଲାପାଳ ତଥା ଜିଲା ନିର୍ବାଚନ ଅଧିକାରୀ ମହମ୍ମଦ ଅବଦଲ ଅଖତାର ରବିବାର...

ଅନୁଗୋଳରେ ବିଗୁଡୁଛି ଆଇନଶୃଙ୍ଖଳା ସ୍ଥିତି

ଅନୁଗୋଳ, ୧୩।୩ (ଅମିତ କୁମାର ସାମଲ): ଅନୁଗୋଳ ଦେଇ ଯାଇଥିବା କଟକ-ସମ୍ବଲପୁର ୫୫ନଂ. ଜାତୀୟ ରାଜପଥ ସମ୍ପ୍ରସାରଣ କାର୍ଯ୍ୟ ଶେଷ ହେବାରେ ଅହେତୁକ ବିଳମ୍ବ ହେଉଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri