ଓଡ଼ିଶା ସାହିତ୍ୟ ଏକାଡେମୀ ପକ୍ଷରୁ ସାରସ୍ବତ ଆସର: ‘ସାହିତ୍ୟ ସମାଜର ଦର୍ପଣ’

ଢେଙ୍କାନାଳ ଅଫିସ, ୫।୮:  ଭାଷା ଭିତ୍ତିରେ ଗଠନ ହୋଇଥିଲା ଓଡ଼ିଶା ପ୍ରଦେଶ। ଏହାର ଉଦ୍ଦେଶ୍ୟ ଥିଲା ଓଡ଼ିଆ ଜାତି ଏବଂ ଓଡ଼ିଆ ଭାଷାକୁ ସ୍ବତନ୍ତ୍ର ମର୍ଯ୍ୟାଦା ଦେବା। ବିଭିନ୍ନ ସମୟରେ ଓଡ଼ିଆ ଭାଷା ପ୍ରତି ବିପଦ ଦେଖାଦେଇଛି। ଏଭଳି ସଙ୍କଟମୟ ପରିସ୍ଥିତିରେ ଯୋଗଜନ୍ମା ପୁରୁଷମାନଙ୍କ ଅଭ୍ୟୁଦୟ ହୋଇଛି। ସେମାନେ କଲମ ଚାଳନା କରି ଓଡ଼ିଆ ଭାଷା ସାହିତ୍ୟର ଗରିମା ରକ୍ଷା କରିଛନ୍ତି। ସାହିତ୍ୟ ହେଉଛି ସମାଜର ଦର୍ପଣ। ଏହାକୁ ଉଭୟ ସାହିତି୍ୟକ, ସାହିତ୍ୟପ୍ରେମୀ ହୃଦ୍‌ବୋଧ କରିବା ଉଚିତ ବୋଲି କହିଛନ୍ତି ସାମାଜିକ କର୍ମୀ ଯୋଗେନ୍ଦ୍ରନାଥ ତ୍ରିପାଠୀ। ସ୍ଥାନୀୟ ଗୋପବନ୍ଧୁ ଟାଉନହଲ୍‌ରେ ରବିବାର ଓଡ଼ିଶା ସାହିତ୍ୟ ଏକାଡେମୀର ଜିଲାସ୍ତରୀୟ ସାରସ୍ବତ ସମାରୋହ ଓ କବିତା ପାଠୋତ୍ସବରେ ମୁଖ୍ୟଅତିଥି ଭାବେ ଯୋଗଦେଇ ସେ ଏହା କହିଛନ୍ତି।
ଓଡ଼ିଆ ସାହିତ୍ୟର ଭବିଷ୍ୟତ ଉଜ୍ଜ୍ୱଳ ବୋଲି ମୁଖ୍ୟବକ୍ତା ପ୍ରଫେସର ଡ. ନିଶାମଣି ସ୍ବାଇଁ ମତବ୍ୟକ୍ତ କରିଥିଲେ। ଉତ୍ସବରେ ଅଧ୍ୟକ୍ଷତା କରି ଏକାଡେମୀର ସଦସ୍ୟ କବି ମନୋରଞ୍ଜନ ନନ୍ଦ କହିଲେ ଯେ, ଭାଷାରୁ ସାହିତ୍ୟ ସୃଷ୍ଟି। ସାମାଜିକ ପରିବର୍ତ୍ତନକୁ ଅଗ୍ରାଧିକାର ଦେଇ ଲେଖକମାନେ ଲେଖନୀ ଚାଳନା କରିବା ଉଚିତ ବୋଲି ସେ କହିଥିଲେ। ଏହି ଅବସରରେ ଲେଖକ ସୁଧାଂଶୁ ଦାଶଙ୍କ ରଚିତ ପୁସ୍ତକ ‘ନିଷ୍ପାପ ଲଗ୍ନ’ ଉନ୍ମୋଚିତ ହୋଇଥିଲା। ଏଥିସହ ଆଦିକ ନନ୍ଦ, ଓମ୍‌କାର ମାଝିଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ଏକାଡେମୀର ବରିଷ୍ଠ ସହକାରୀ ସଞ୍ଜୟ ଛୁଆଳସିଂ ସ୍ବାଗତ ଭାଷଣ ଏବଂ ଶିଳ୍ପୀ ପରେଶ ପଟ୍ଟନାୟକ ଧନ୍ୟବାଦ ଦେଇଥିଲେ।
ଅପରାହ୍ନରେ ଆୟୋଜିତ ‘ଢେଙ୍କାନାଳ ଲୋକ ସାହିତ୍ୟ’ ଶୀର୍ଷକ ଆଲୋଚନାଚକ୍ରରେ ଶିକ୍ଷାବିତ୍‌ ଡ. ଧନେଶ୍ୱର ସାହୁ, ଡ. ଭବାନୀ ଶଙ୍କର ମିଶ୍ର, ଡ. ପୁଷ୍ପଲତା ରଥ ପ୍ରମୁଖ ଯୋଗଦେଇ ଆଲୋଚନାରେ ଭାଗ ନେଇଥିଲେ। ଏକାଡେମୀର ସଦସ୍ୟା ସଂଯୁକ୍ତା ମହାପାତ୍ର କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ମାକ୍ଷିତମାମି ମହାପାତ୍ର, ବୀରାଲକ୍ଷ୍ମୀ ରଣାଙ୍କ ସଂଯୋଜନାରେ ଅନୁଷ୍ଠିତ କବିତା ପାଠଚକ୍ରରେ ଅତିଥିଭାବେ କବୟିତ୍ରୀ ପ୍ରଭାସିନୀ ମହାକୁଡ, ଡ. ରମେଶ ପାଣି ମଞ୍ଚାସୀନ ଥିଲେ। ମମତା ମିଶ୍ର ସ୍ବାଗତ ସଙ୍ଗୀତ ଗାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହୀରାକୁଦ ଡ୍ୟାମକୁ ପ୍ରବେଶ କରୁଛି ୧ ଲକ୍ଷ ଘନଫୁଟରୁ ଅଧିକ ବନ୍ୟାଜଳ, ୨ ଗେଟ୍‌ରେ ହେଉଛି ନିଷ୍କାସନ

ସମ୍ବଲପୁର,୧୩ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାର ପୁଣି ୪ଟି ସ୍ଲୁଇସ୍‌ ଗେଟ୍‌ ବନ୍ଦ କରାଯାଇଛି ଫଳରେ ବର୍ତ୍ତମାନ କେବଳ ୨ଟି ଗେଟ୍‌ରେ ଅତିରିକ୍ତ ବନ୍ୟାଜଳ ନିଷ୍କାସନ କରାଯାଉଛି। ତେବେ…

କୂଳ ଲଙ୍ଘୁଛି ସମୁଦ୍ର: ପଥର ବନ୍ଧ ନିର୍ମାଣ ଦାବି ଦୋହରାଇଲେ ଅଞ୍ଚଳବାସୀ

ଛତ୍ରପୁର,୧୨ା୮(ଦିଲୀପ ସାମଲ): ଦିନକୁ ଦିନ ସମୁଦ୍ର କୂଳ ଲଘୁଂଥିବାରୁ ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଆର୍ଯ୍ୟପଲ୍ଲୀ ଅଞ୍ଚଳବାସୀ ଭୟଭୀତ ଅବସ୍ଥାରେ ଅଛନ୍ତି। ସମୁଦ୍ର ଉପକୂଳରେ ସ୍ଥାୟୀ ପଥର ବନ୍ଧ…

ସ୍ବର୍ଣ୍ଣ ଜିତି ସୁନାମ ଅର୍ଜନ କଲେ ଛତ୍ରପୁର ବାସିନ୍ଦା ରମେଶ: ଦେଶ ପାଇଁ ଆଣିଲେ ଗୌରବ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ଛତ୍ରପୁର, ୧୩।୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ନାଇଜେରିଆର ଲାଗୋସ ସହରରେ ଆୟୋଜିତ କମନୱେଲଥ ପାରା ଫେନ୍ସିଂ ଚାମ୍ପିଅନସିପ ୨୦୨୬ରେ କୃତିତ୍ୱ ଅର୍ଜନ କରିଛନ୍ତି ଓଡ଼ିଆ ପୁଅ ଭି.…

ଆର୍ଯ୍ୟପଲ୍ଲୀ ସମୁଦ୍ରରେ ଲୀନ ହେବା ପୂର୍ବରୁ ବଞ୍ଚାଅ: ଦୀର୍ଘକାଳୀନ ପଦକ୍ଷେପ ଦାବି

ଛତ୍ରପୁର, ୧୩।୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲାର ଛତ୍ରପୁର ନିକଟସ୍ଥ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ସମୁଦ୍ର କ୍ରମଶଃ କୂଳ ଲଙ୍ଘି ଗାଁ ଆଡକୁ ମାଡ଼ି ଆସୁଥିବାରୁ ଅଞ୍ଚଳବାସୀଙ୍କ ମଧ୍ୟରେ…

ତ୍ରିରଙ୍ଗା ଯାତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ: ଯୋଗଦେଲେ ଫୁଲବାଣୀ ବିଧାୟକ

ଜି.ଉଦୟଗିରି,୧୩।୮(ଚିନ୍ମୟ କୁମାର ସେଠୀ): ସ୍ଥାନୀୟ ବିଜ୍ଞାପିତ ଅଞ୍ଚଳ ପରିଷଦ ଅନ୍ତର୍ଗତ ସମସ୍ତ ସ୍କୁଲ,କଲେଜ ଛାତ୍ରୀଛାତ୍ରମାନଙ୍କୁ ନେଇ ଘର ଘର ତ୍ରିରଙ୍ଗା ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ…

କୋଚିଙ୍ଗ ସେଣ୍ଟର୍‌ ଝରକା ଗ୍ରିଲ କାଟି ୪ ଦଶମ ଶ୍ରେଣୀ ଛାତ୍ର ଫେରାର

ପାଟଣା,୧୩।୮(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବ୍ଲକ କେନ୍ଦେଇ ପୋଷିସ୍ଥିତ ଏକ ଘରୋଇ ରେସି ଡେଣ୍ଟାଲ କୋଚିଂ ସେଣ୍ଟରରୁ ବୁଧବାର ବିଳମ୍ବିତ ରାତିରେ କୋଚିଂ ସେଣ୍ଟରର ଝରକା…

ଆମ ପୋଲିସ-ଆମ ସାଥୀ ଅଭିଯାନ: ସାଇବର ସୁରକ୍ଷା ନେଇ ସଚେତନତା

ରାଇକିଆ,୧୩।୮: କନ୍ଧମାଳ ଜିଲା ପୋଲିସର ‘ଆମ ପୋଲିସ-ଆମ ସାଥୀ’ ଅଭିଯାନ ପକ୍ଷରୁ ରାଇକିଆ ବ୍ଲକ ସୁଗଡ଼ାବାଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ସଚେତନତା କାର୍ଯ୍ୟକ୍ରମ ହୋଇଛି। ଥାନା ଅଧିକାରୀ…

ଶୋଇଥିବାବେଳେ ବିଳମ୍ବିତ ରାତିରେ ସୁରେନ୍ଦ୍ରଙ୍କ ଘରେ ଲାଗିଲା ନିଆଁ, ଚାହୁଁ ଚାହୁଁ ଚାରିଆଡେ ବ୍ୟାପିଗଲା…

ଦିଗପହଣ୍ଡି,୧୩।୮(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମ ପାଣ୍ଡା ଛକ ନିକଟ ଉଲୁକପଲ୍ଲୀ ସାହିର ସୁରେନ୍ଦ୍ର ସାହୁଙ୍କ ଘରେ ବୁଧବାର ବିଳମ୍ବିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri