ଓଡ଼ିଶା ସୀମାନ୍ତରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ: ନିଜେ ଚା’ ପ୍ରସ୍ତୁତ କରି ପିଆଇଲେ

ଭୋଗରାଇ, ୨୩।୮(ଡି.ଏନ.ଏ.)-ଓଡ଼ିଶା ସୀମାନ୍ତ ଦୀଘା ସୈକତ ସହରକୁ ୪ ଦିନିଆ ଗସ୍ତରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଆସି ଗୁରୁବାର ପୂର୍ବାହ୍ନରେ ଫେରିଛନ୍ତି। ସେ ଦୀଘାରେ ୪ଦିନ ରହଣି କାଳରେ ୭୪ ଶିଳାନ୍ୟାସ ଓ ୪୭ ପ୍ରକଳ୍ପର ଉଦ୍‌ଘାଟନ କରିଛନ୍ତି। ସେଥିମଧ୍ୟରୁ ଓଡ଼ିଶା ସୀମାନ୍ତ ୫ଶହ ମିଟର ବ୍ୟବଧାନରେ ୭୦କୋଟି ୬୩ଲକ୍ଷ ଟଙ୍କା ବ୍ୟୟରେ ଆନ୍ତର୍ଜାତିକ କନଭେନ୍‌ସନ୍‌ ସେଣ୍ଟର ଉଦ୍‌ଘାଟନ କରିବା ସହିତ ବୁଧବାର ଓଲ୍ଡ ଦୀଘାରେ ଉଚ୍ଚସ୍ତରୀୟ ପ୍ରଶାସନିକ ବୈଠକ କରିଛନ୍ତି। ଜନ ସଂଯୋଗ ପାଇଁ ଆସିଥିବା ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସେଭ ଡ୍ରାଇଭ୍‌-ସେଭ୍‌ ଲାଇଫ୍‌ ନାମ ଧରି ପଶ୍ଚିମବଙ୍ଗ ପୋଲିସ ରାସ୍ତାରେ ବ୍ୟାପକ ଚାନ୍ଦା ଆଦାୟ କରୁଥିବାରୁ ପଶ୍ଚିମବଙ୍ଗ ବଦନାମ୍‌ ହେଉଛି ବୋଲି କ୍ଷୋଭ ପ୍ରକାଶ କରିଥିଲେ। ଅସାଧୁ ପୋଲିସ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେବାକୁ ରାଜ୍ୟ ଉଚ୍ଚପଦାଧିକାରୀଙ୍କୁ ସେ ନିର୍ଦ୍ଦେଶ ଦେଇଥିଲେ।
ବୁଧବାର ମୁଖ୍ୟମନ୍ତ୍ରୀ ଓଡ଼ିଶା ସୀମାନ୍ତ ଉଦୟପୁରସ୍ଥିତ ପଶ୍ଚିମବଙ୍ଗ ଅଧୀନ ବିତ୍ତପୁର ଗାଁକୁ ଆକସ୍ମିକ ଭାବେ ପରିଦର୍ଶନ କରି ଏହି ଗାଁର ଆଦିବାସୀ ପରିବାରଙ୍କୁ ଭେଟି ସମସ୍ୟା ସମ୍ପର୍କରେ ଅବଗତ ହୋଇଥିଲେ। ସେଠାରେ ରହି ଓଡ଼ିଶାର ଗାଁ ଓ ଉଦୟପୁର ବେଳାଭୂମି ସମ୍ପର୍କରେ ଦୀଘା-ଶଙ୍କରପୁର ଉନ୍ନୟନ ପରିଷଦର କର୍ମକର୍ତ୍ତା, ପ୍ରଶାସନ ଓ ରାଜ୍ୟସ୍ତରୀୟ ନେତା, ମନ୍ତ୍ରୀଙ୍କ ସହିତ ଆଲୋଚନା କରିଥିଲେ। ସେହି ଗାଁରେ ରହି ପିଲାମାନଙ୍କୁ ବସ୍ତ୍ର ବଣ୍ଟନ କରିବା ସହିତ ଛୋଟ ପିଲାଙ୍କୁ ଧରି ସ୍ନେହ କରିବା ସହ ଚକୋଲେଟ୍‌ ବାଣ୍ଟିଥିଲେ। ମମତା ସୀମାନ୍ତ ଗାଁକୁ ଯାଉଥିବାବେଳେ ହଠାତ୍‌ ଗାଡ଼ି ଅଟକାଇ ରାସ୍ତାରେ ଓହ୍ଲାଇ ଏକ ଚା’ ଦୋକାନ ବେଞ୍ଚରେ ବସି ପଡ଼ିଥିଲେ। ସେଠାରେ ଚା’ ବିକାଳିଙ୍କୁ ଉଠାଇ ସେ ନିଜେ ଚା’ ପ୍ରସ୍ତୁତ କରିଥିଲେ। ମୁଖ୍ୟମନ୍ତ୍ରୀ ଦୋକାନରେ ଚା’ ପ୍ରସ୍ତୁତ କରି ନିଜେ ପିଇବା ସହିତ ତାଙ୍କ ସହିତ ଆଗତ ସମସ୍ତ ଭିଆଇପିମାନଙ୍କୁ ଚା’ ପିଆଇଥିଲେ। ଏହି ଚା’ପାନ ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ପୂର୍ବରୁ ଚା’ ଦୋକାନରେ ବସୁଥିଲି। ସେଠାରେ ସମସ୍ତ କଥା ଶୁଣୁଥିଲି ଓ ବହୁ କଥା ଜାଣୁଥିଲି। ମୁଖ୍ୟମନ୍ତ୍ରୀଙ୍କ ଏଭଳି ଅଭିନବ କାର୍ଯ୍ୟକୁ ସୀମାନ୍ତବାସୀ ପ୍ରଶଂସା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋରୁ ଗାଡ଼ି ଅଟକାଇବା ହେଲା କାଳ, ଚାଲିଗଲା ଜଣଙ୍କର ଜୀବନ

ବାହାନଗା, ୩୧। ୩(ଅରୂପ କୁମାର ଦାସ)ଛ ବାହାନଗା ବ୍ଲକ ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ବାରିକପୁର ନିକଟରେ ଦୁର୍ଘଟଣା । ଗୋରୁ ଗାଡି ଅଟକାଉଥିବା…

ବାଲେଶ୍ୱର ବାର୍‌ ଆସୋସିଏଶନ ନିର୍ବାଚନ: ୧୮ ପଦବୀ ପାଇଁ ୩୫ ପ୍ରାର୍ଥୀ

ବାଲେଶ୍ୱର,୨୮ା୩(ବାଞ୍ଛାନିଧି ଦେ): ବାଲେଶ୍ୱର ବାର୍‌ ଆସୋସିଏଶନ ନିର୍ବାଚନ ଶନିବାର ଅନୁଷ୍ଠିତ ହେଉଛି। ନିର୍ବାଚନରେ ୧୮ ପଦବୀ ପାଇଁ ୩୫ ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ସଭାପତି ପଦବୀ…

ଚିକିତ୍ସା ପାଇଁ ଯାଉଥିଲେ ହେଲେ ରାସ୍ତାରେ ଜୀବନ ନେଲା ଦୁର୍ଘଟଣା : ଆଖିବୁଜିଲେ…

ସିମୁଳିଆ,୨୭।୩(ସନ୍ତୋଷ କୁମାର ନାୟକ): ବାଲେଶ୍ୱର ଜିଲା ସିମୁଳିଆ ଥାନା ବାଲିଖଣ୍ଡ-ରାଣିତାଲ ରାସ୍ତାର ଗୌରଗଡି ନିକଟରେ ଅଟୋ(ଓଡି ୨୨ଇ ୪୦୭୬) ଓଲଟି ପଡ଼ିବାରୁ ଘଟଣାସ୍ଥଳରେ ରତ୍ନମଣୀ ପୃଷ୍ଟି(୪୫) ନାମକ…

ଫରେଷ୍ଟଗାର୍ଡଙ୍କୁ ନିର୍ଦ୍ଧୁମ ପିଟିଲେ କୁଲଡିହା ACF, କାରଣ ଜାଣିଲେ……

ନୀଳଗିରି,୨୬ା୩,(ପ୍ରଶାନ୍ତ କୁମାର ବିଶ୍ବାଳ): ବାଲେଶ୍ବର ଜିଲା ନୀଳଗିରି ଉପଖଣ୍ଡ ଅଧିନ କୁଲଡିହା ଏ.ସି.ଏଫଙ୍କ ମାଡ଼ରେ ଫରେଷ୍ଟଗାର୍ଡ ଗୁରୁତର ହୋଇଛନ୍ତି । ଗୁରୁତର ବନ କର୍ମଚାରୀଙ୍କୁ ଉଦ୍ଧାର କରାଯାଇ…

ଖାଉଥିଲେ ପରିବାର ଲୋକେ: ହଠାତ୍‌ ଘରେ ପଶିଲେ ୬ ଲୋକ, ଆଉ ତା’ପରେ ଘଟିଗଲା…

ନୀଳଗିରି,୨୬।୩(ପ୍ରଶାନ୍ତ କୁମାର ବିଶ୍ବାଳ):ବାଲେଶ୍ୱର ଜିଲାର ନୀଳଗିରିରେ ଏକ ଅଜବ ଚୋରି ଘଟଣା ଦେଖିବାକୁ ମିଳିଛି। ବୁଧବାର ରାତିରେ ପରିବାର ଲୋକେ ଘର ଭିତରେ ଖାଉଥିଲେ। ହଠାତ୍‌ ୬ଜଣ…

ଅଲୋଡ଼ାଙ୍କୁ ଭରସା: ସରଗରମ ବାଲେଶ୍ୱର ରାଜନୀତି

ବାଲେଶ୍ୱର,୨୬ା୩(ବାଞ୍ଛାନିଧି ଦେ):ବାଲେଶ୍ୱର ରାଜନୀତିରେ ଘଡ଼ିକେ ଘୋଡ଼ା ଛୁଟୁଛି। ଗତ କିଛିଦିନ ଧରି ଜିଲାର ରାଜନୈତିକ ବାତାବରଣ ସରଗରମ ରହିଛି। ପୂର୍ବତନ ଏମ୍‌ପି ରବୀନ୍ଦ୍ର କୁମାର ଜେନା ଭାଜପାରେ…

ତଣ୍ଟି କାଟି ଯୁବକଙ୍କୁ ନିର୍ମମ ହତ୍ୟା, ରକ୍ତ ଜୁଡ଼ୁବୁଡ଼ୁ ଅବସ୍ଥାରେ ରାସ୍ତା ଉପରେ ଯୁବକ…

ବାଲେଶ୍ଵର, ୨୪/୩( ବାଞ୍ଛାନିଧି ଦେ): ବାଲେଶ୍ଵର ସହଦେବଖୁଣ୍ଟା ଥାନା ଅନ୍ତର୍ଗତ ରେଲୱେ ଷ୍ଟେସନ ନିକଟ ସାଇ ମନ୍ଦିର ଗଳି ନିକଟରେ ଜଣେ ଯୁବକକୁ ତଣ୍ଟି କାଟି ନିର୍ମମ…

ପୁଅର ବର୍ବରକାଣ୍ଡ: ବାପାଙ୍କୁ ବାଡେଇ ବାହାରୁ ତାଲାଦେଇ ଘର ଭାଙ୍ଗିଲେ ପୁଅ

ଖଇରା,୨୪।୩(ଉତ୍କଳ ବନ୍ଧୁ ପଣ୍ଡା ): ବାଲେଶ୍ବର ଜିଲା ଖଇରା ଥାନା ଝିଙ୍କିରିଆ ପଞ୍ଚାୟତ ଅଧୀନ ମୁସ୍ତଫାବାଦ ଗ୍ରାମରେ ପୁଅର ଆକ୍ରମଣରେ ବାପା ଲହୁଲୁହାଣ ହେବା ପରେ ବାପାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri