ଓଡ଼ିଶା ସୀମା ପାରି ହେଉଥିବା ୧୧ ବଙ୍ଗୀୟ ଶ୍ରମିକ ଧରାପଡିଲେ

ଭୋଗରାଇ, ୧୭।୪(ଡି.ଏନ.ଏ.)-କରୋନା ଲାଗି ସମଗ୍ର ଦେଶ ଲକ୍‌ଡାଉନ୍‌ ଥିବାବେଳେ ଗତ ଗୁରୁବାର ରାତିରେ ଏକ ବୋଲେରୋରେ ବାଲେଶ୍ୱର ଜିଲା ଭୋଗରାଇ ସୀମାନ୍ତ ପାରି ହେଉଥିବା ୧୧ଜଣ ବଙ୍ଗୀୟ ଶ୍ରମିକ ପୋଲିସ ହାତରେ ଧରାପଡିଛନ୍ତି। ବୋଲେରୋକୁ ଜବତ କରାଯାଇ ସମସ୍ତଙ୍କୁ କମର୍ଦ୍ଦା ଜଗନ୍ନାଥ ସରକାରୀ ଉଚ୍ଚବିଦ୍ୟାଳୟ କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ରଖି ସ୍ବାସ୍ଥ୍ୟବସ୍ଥା ଯାଞ୍ଚ କରାଯାଇଛି।
ବୋଲେରୋ ଡ୍ରାଇଭର ଗାଡ଼ି ସମ୍ମୁଖରେ କମିଶନରେଟ୍‌ ପୋଲିସ ଲେଖି ଭୁବନେଶ୍ୱର-କଟକରେ କାର୍ଯ୍ୟରତ ବଙ୍ଗୀୟ ଶ୍ରମିକଙ୍କୁ ବସାଇ ଚତୁରତାର ସହ ଖସି ପଳାଉଥିବା ବେଳେ ପାଟ୍ରୋଲିଂ କରୁଥିବା ପୋଲିସ ଓ ଡାକ୍ତରଙ୍କ ହାବୁଡ଼ରେ ପଡ଼ିଥିଲେ। ଉକ୍ତ ଗାଡ଼ିରେ ଡ୍ରାଇଭରଙ୍କ ସହ ୧୦ଜଣ ବସିଯାଉଥିବା ସନ୍ଦେହ ଘେରକୁ ଆସିବାରୁ ପୋଲିସ ଯାଞ୍ଚ କରିଥିଲା। ଯାଞ୍ଚ ବେଳେ ସମସ୍ତ କାଗଜପତ୍ର ନକଲି ଥିବାରୁ ସେମାନଙ୍କୁ ଅଟକା ଯାଇ କ୍ୱାରାଣ୍ଟାଇନରେ ରଖାଯାଇ ଚିକିତ୍ସା କରାଯାଉଛି। ଲକ୍‌ଡାଉନ ନିୟମ ଉଲ୍ଲଂଘନ ଅଭିଯୋଗରେ କମର୍ଦ୍ଦା ପୋଲିସ ଏକ ମାମଲା (ନଂ. ୩୬/୨୦) ରୁଜୁ କରି ଗାଡ଼ିକୁ ସିଜ୍‌ କରିଛି। ଅପରପକ୍ଷେ ଭିନ୍ନ ରାଜ୍ୟରେ ଫସିଥିବା ବାଲେଶ୍ୱର ଜିଲା ସମେତ ପଡ଼ୋଶୀ ପଶ୍ଚିମବଙ୍ଗର ବହୁ ବ୍ୟକ୍ତି ଆନ୍ଧ୍ର ମାଛ ଓ ଅଣ୍ଡା ଗାଡ଼ିରେ ଲୁଚି ପଳାଇ ଆସୁଥିବା ଖବର ମିଳୁଛି। ଗୁରୁବାର ରାତିରେ ଭୋଗରାଇ ଅଞ୍ଚଳର ବହୁ ଯୁବକ ଲୁଚି ପଳାଇ ଆସିଥିଲେ। ଏନେଇ ଗାଁ ଲୋକେ ଡାକ୍ତରଖାନା, ପ୍ରଶାସନ ଓ ପୋଲିସକୁ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…

କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…

ଶ୍ରୀରାମ ନବମୀର ୭୫ ବର୍ଷ ପୂର୍ତ୍ତି ସମାରୋହ, ଯୋଗଦେଲେ ଯୁବ ନେତା ନୀଳମାଧବ ସିଂଦେଓ

ରିଷିଡ଼ା, ୮ା୪ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ ତେରେସିଂହା ପଞ୍ଚାୟତ ବିନ୍ଧାଣି ଗ୍ରାମରେ ପବିତ୍ର ରାମନବମୀ ପାଳନର ୭୫ ବର୍ଷ ପୂର୍ତ୍ତି ସମାରୋହ ଅନୁଷ୍ଠିତ…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

ପୁନର୍ଜୀବିତ ହେବ ଲୋପ ପାଉଥିବା ଲୋକକଳା: ତୁମୁଡିବନ୍ଧ ବ୍ଲକରେ ‘ଓଡ଼ିଆ ପକ୍ଷ-୨୦୨୬’ ପାଳିତ

ତୁମୁଡିବନ୍ଧ,୮।୪ (ଦୀପକ କୁମାର ପରାସେଠ): ଲୋପ ପାଉଥିବା ଲୋକକଳାକୁ ପୁନର୍ଜୀବିତ କରିବା ଉଦ୍ଦେଶ୍ୟରେ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ କାର୍ଯ୍ୟାଳୟ ସଭାଗୃହରେ ‘ଓଡ଼ିଆ ପକ୍ଷ-୨୦୨୬’ ଅନୁଯାୟୀ ‘ଲୋକକଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri