ଓଡ଼ିଶା ହାଇକୋର୍ଟ ପାଇଁ ନୂଆ ବିଚାରପତି

କଟକ ଅଫିସ, ୫ା୧୦: ଆଇନଜୀବୀ ସଞ୍ଜୀବ କୁମାର ପାଣିଗ୍ରାହୀ ଏବଂ ଜିଲା ଓ ସେସନ୍ସ ଜଜ୍‌ ବିଭୁପ୍ରସାଦ ରାଉତରାୟଙ୍କୁ ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ନିଯୁକ୍ତି ଦେବାକୁ ସୁପ୍ରିମ୍‌କୋର୍ଟ କଲେଜିୟମ କେନ୍ଦ୍ର ସରକାରଙ୍କୁ ସୁପାରିସ କରିଛନ୍ତିି। ଗତ ମେ ୭ ତାରିଖରେ ଓଡ଼ିଶା ହାଇକୋର୍ଟ ମୁଖ୍ୟ ବିଚାରପତି କେ.ଏସ୍‌. ଝାବେରୀଙ୍କ ଅଧ୍ୟକ୍ଷତାରେ ଗଠିତ କଲେଜିୟମ ବିଚାରପତି ନିଯୁକ୍ତି ଲାଗି ୮ଜଣ ଆଇନଜୀବୀ ଓ ୪ଜଣ ଜୁଡିସିଆଲ ଅଫିସରଙ୍କ ନାମ ସୁପ୍ରିମ୍‌କୋର୍ଟଙ୍କୁ ସୁପାରିସ କରିଥିଲେ। ଆଇନଜୀବୀଙ୍କ ମଧ୍ୟରୁ ବରିଷ୍ଠ ଆଇନଜୀବୀ ସଞ୍ଜୀବ କୁମାର ପାଣିଗ୍ରାହୀ ଓ ଜୁଡିସିଆଲ ଅଫିସରଙ୍କ ମଧ୍ୟରୁ ବିଭୁପ୍ରସାଦ ରାଉତରାୟଙ୍କ ନାମକୁ ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ରଞ୍ଜନ ଗୋଗୋଇ, ବିଚାରପତି ଏସ୍‌.ଏ. ବୋବ୍‌ଡେ ଓ ବିଚାରପତି ଏନ୍‌.ଭି. ରମନାଙ୍କୁ ନେଇ ଗଠିତ କଲେଜିୟମ ଗୁରୁବାର ସୁପାରିସ କରିଛନ୍ତି। କେନ୍ଦ୍ର ସରକାରଙ୍କ ସ୍ବୀକୃତି ମିଳିବା ପରେ ପାଣିଗ୍ରାହୀ ଓ ରାଉତରାୟଙ୍କୁ ଓଡ଼ିଶା ହାଇକୋର୍ଟ ବିଚାରପତି ଭାବେ ନିଯୁକ୍ତି ମିଳିବ। ସୂଚନାଥାଉ କି, ଆଇନଜୀବୀ ଗୌତମ ମୁଖାର୍ଜୀ, ସମୀର କୁମାର ମିଶ୍ର, ପ୍ରସନ୍ନ କୁମାର ପାଢ଼ୀ, ସାବିତ୍ରୀ ରଥୋ, ପ୍ରଫୁଲ୍ଲ କୁମାର ରଥ, ଦୁର୍ଗାପ୍ରସାଦ ନନ୍ଦ, ପ୍ରଭାତ କୁମାର ମୁଦୁଲି, ସଞ୍ଜୀବ କୁମାର ପାଣିଗ୍ରାହୀ ପ୍ରମୁଖ ୮ଜଣଙ୍କ ନାମ ଓଡ଼ିଶା ହାଇକୋର୍ଟ ପକ୍ଷରୁ ସୁପାରିସ କରାଯାଇଥିଲା। ସେହିପରି କାର୍ଯ୍ୟରତ ଜୁଡିସିଆଲ୍‌ ଅଫିସର ସତ୍ୟନାରାୟଣ ମିଶ୍ର, ବିଭୁପ୍ରସାଦ ରାଉତରାୟ, ଗୌତମ ଶର୍ମା, ବିରଞ୍ଚତ୍ ନାରାୟଣ ମହାନ୍ତି ପ୍ରମୁଖଙ୍କ ନାମ ସୁପାରିସ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri