ଓଡ଼ିଶା ହାଇକୋର୍ଟ ପାଇଁ ନୂଆ ବିଚାରପତି

କଟକ ଅଫିସ, ୫ା୧୦: ଆଇନଜୀବୀ ସଞ୍ଜୀବ କୁମାର ପାଣିଗ୍ରାହୀ ଏବଂ ଜିଲା ଓ ସେସନ୍ସ ଜଜ୍‌ ବିଭୁପ୍ରସାଦ ରାଉତରାୟଙ୍କୁ ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ନିଯୁକ୍ତି ଦେବାକୁ ସୁପ୍ରିମ୍‌କୋର୍ଟ କଲେଜିୟମ କେନ୍ଦ୍ର ସରକାରଙ୍କୁ ସୁପାରିସ କରିଛନ୍ତିି। ଗତ ମେ ୭ ତାରିଖରେ ଓଡ଼ିଶା ହାଇକୋର୍ଟ ମୁଖ୍ୟ ବିଚାରପତି କେ.ଏସ୍‌. ଝାବେରୀଙ୍କ ଅଧ୍ୟକ୍ଷତାରେ ଗଠିତ କଲେଜିୟମ ବିଚାରପତି ନିଯୁକ୍ତି ଲାଗି ୮ଜଣ ଆଇନଜୀବୀ ଓ ୪ଜଣ ଜୁଡିସିଆଲ ଅଫିସରଙ୍କ ନାମ ସୁପ୍ରିମ୍‌କୋର୍ଟଙ୍କୁ ସୁପାରିସ କରିଥିଲେ। ଆଇନଜୀବୀଙ୍କ ମଧ୍ୟରୁ ବରିଷ୍ଠ ଆଇନଜୀବୀ ସଞ୍ଜୀବ କୁମାର ପାଣିଗ୍ରାହୀ ଓ ଜୁଡିସିଆଲ ଅଫିସରଙ୍କ ମଧ୍ୟରୁ ବିଭୁପ୍ରସାଦ ରାଉତରାୟଙ୍କ ନାମକୁ ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ରଞ୍ଜନ ଗୋଗୋଇ, ବିଚାରପତି ଏସ୍‌.ଏ. ବୋବ୍‌ଡେ ଓ ବିଚାରପତି ଏନ୍‌.ଭି. ରମନାଙ୍କୁ ନେଇ ଗଠିତ କଲେଜିୟମ ଗୁରୁବାର ସୁପାରିସ କରିଛନ୍ତି। କେନ୍ଦ୍ର ସରକାରଙ୍କ ସ୍ବୀକୃତି ମିଳିବା ପରେ ପାଣିଗ୍ରାହୀ ଓ ରାଉତରାୟଙ୍କୁ ଓଡ଼ିଶା ହାଇକୋର୍ଟ ବିଚାରପତି ଭାବେ ନିଯୁକ୍ତି ମିଳିବ। ସୂଚନାଥାଉ କି, ଆଇନଜୀବୀ ଗୌତମ ମୁଖାର୍ଜୀ, ସମୀର କୁମାର ମିଶ୍ର, ପ୍ରସନ୍ନ କୁମାର ପାଢ଼ୀ, ସାବିତ୍ରୀ ରଥୋ, ପ୍ରଫୁଲ୍ଲ କୁମାର ରଥ, ଦୁର୍ଗାପ୍ରସାଦ ନନ୍ଦ, ପ୍ରଭାତ କୁମାର ମୁଦୁଲି, ସଞ୍ଜୀବ କୁମାର ପାଣିଗ୍ରାହୀ ପ୍ରମୁଖ ୮ଜଣଙ୍କ ନାମ ଓଡ଼ିଶା ହାଇକୋର୍ଟ ପକ୍ଷରୁ ସୁପାରିସ କରାଯାଇଥିଲା। ସେହିପରି କାର୍ଯ୍ୟରତ ଜୁଡିସିଆଲ୍‌ ଅଫିସର ସତ୍ୟନାରାୟଣ ମିଶ୍ର, ବିଭୁପ୍ରସାଦ ରାଉତରାୟ, ଗୌତମ ଶର୍ମା, ବିରଞ୍ଚତ୍ ନାରାୟଣ ମହାନ୍ତି ପ୍ରମୁଖଙ୍କ ନାମ ସୁପାରିସ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗଣିତ ଦକ୍ଷତା ବୃଦ୍ଧି ପାଇଁ ରୂପରେଖ ପ୍ରସ୍ତୁତ

ଭୁବନେଶ୍ୱର, ୨୫।୪(ଅସମାପିକା ସାହୁ)ଗଣିତ ଶିକ୍ଷାରେ କିପରି ସରକାରୀ ଏବଂ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟର ଛାତ୍ରୀଛାତ୍ର ଦକ୍ଷ ହେବା ସହ ଉନ୍ନତ ପ୍ରଦର୍ଶନ କରିବେ ସେଥିପାଇଁ ବିଦ୍ୟାଳୟ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

ସକାଳ ସାଢେ ୮ଟାରୁ ପାରଦ ଛୁଇଁଲା ୩୬, ୫ ଦିନ ଅସହ୍ୟ ହେବ ତାତି

ଭୁବନେଶ୍ୱର,୨୫।୪: ସକାଳୁ ଅସହ୍ୟ ତାତି। ସାଢ଼େ ୮ଟା ସୁଦ୍ଧା ୩୬ ଛୁଇଁଲା ପାରଦ। ବାଲେଶ୍ୱରର ତାମପାତ୍ରା ଗୁରୁବାର ସକାଳୁ ୩୬ ଡିଗ୍ରୀ ଛୁଇଁଛି । ଖାଲି...

ନିର୍ବାଚନ ହାରୁଥିବା ଜାଣି ମିଛ ଅଭିଯୋଗ ଆଣିଛି ଭାଜପା: ବିଜେଡି

ଭୁବନେଶ୍ୱର,୨୫ା୪(ଅନିଲ ଦାସ)ଓଡ଼ିଶା ଭାରତୀୟ ଜନତା ପାର୍ଟିର ନେତାମାନେ ଯେତେବେଳେ ନିର୍ବାଚନ ହାରୁଥିବା ଅନୁଭବ କରନ୍ତି, ସେତେବେଳେ ସେମାନେ ବିନା କୌଣସି ତଥ୍ୟ ଆଧାରରେ ମିଥ୍ୟା, ଭିତ୍ତିହୀନ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

ବାରବାଟୀ-କଟକ ନଚେତ ସାଲେପୁରରୁ ପ୍ରାର୍ଥୀ ହୋଇପାରନ୍ତି ଅରିନ୍ଦମ

କଟକ, ୨୫ା୪(ଶିଳ୍ପା ପ୍ରିୟଦର୍ଶିନୀ)ଆସନ୍ତା ନିର୍ବାଚନ ପାଇଁ ଭାଜପା ପକ୍ଷରୁ ଷ୍ଟାର୍‌ ପ୍ରଚାରକ ତାଲିକା ପ୍ରକାଶ ପାଇବା ପରେ ଏବେ ରୋଚକ ମୋଡ ନେବାରେ ଲାଗିଛି କଟକ...

ରୋଚକ ସ୍ଥିତିରେ ତ୍ରିମୁଖୀ ଲଢ଼େଇ

ନୟାଗଡ଼,୨୫।୪(ଲୋକନାଥ ମିଶ୍ର)ନୟାଗଡ଼ ବିଧାନସଭା କ୍ଷେତ୍ରରେ ବିଧାୟକ ଅରୁଣ କୁମାର ସାହୁଙ୍କ ଅପରାଜେୟ ରେକର୍ଡ ଭାଙ୍ଗିବାକୁ ଭାଜପା ଓ କଂଗ୍ରେସ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ଅରୁଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri