ଓଡ଼ିଶା ହାଇକୋର୍ଟ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ୍‌ ସାବିତ୍ରୀ ରଥ

କଟକ ଅଫିସ,୧୧।୬- ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ଜଷ୍ଟିସ ସାବିତ୍ରୀ ରଥ ଗୁରୁବାର ଶପଥ ଗ୍ରହଣ କରିଛନ୍ତି। ମୁଖ୍ୟ ବିଚାରପତି ଜଷ୍ଟିସ ମହମ୍ମଦ ରଫିକ୍‌ ତାଙ୍କୁ ପଦ ଏବଂ ଗୋପନୀୟତାର ଶପଥ ପାଠ କରାଇଥିଲେ। ଏହି ଅବସରରେ ଅନ୍ୟ ବିଚାରପତି ଏବଂ ହାଇକୋର୍ଟର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ। ତେବେ କରୋନା କଟକଣା ପାଇଁ ଆଇନଜୀବୀ ଏବଂ ଅନ୍ୟମାନଙ୍କ ଉପସ୍ଥିତକୁ ବାରଣ କରାଯାଇଥିଲା।

ସୂଚନାଯୋଗ୍ୟ ଯେ, କେନ୍ଦ୍ର ଆଇନ ମନ୍ତ୍ରଣାଳୟ ପକ୍ଷରୁ ଗତ ମଙ୍ଗଳବାର ହାଇକୋର୍ଟର ବିଚାରପତି ଭାବେ ବରିଷ୍ଠ ଆଇନଜୀବୀ ସାବିତ୍ରୀ ରଥଙ୍କ ନିଯୁକ୍ତି ନେଇ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ଜଷ୍ଟିସ ଅମୀୟ କୁମାରୀ ପାଢ଼ୀ ଏବଂ ଜଷ୍ଟିସ ସଞ୍ଜୁ ପଣ୍ଡାଙ୍କ ପରେ ଜଷ୍ଟିସ ସାବିତ୍ରୀ ରଥ ହେଉଛନ୍ତି ତୃତୀୟ ମହିଳା ବିଚାରପତି।