ଓଡ଼ିଶୀରେ ଶିବ ତାଣ୍ଡବ ପରିବେଷଣ: ତିନିଜଣଙ୍କୁ ଜ୍ୟୋତି କଳାମନ୍ଦିର ଓଡ଼ିଶୀ ସମ୍ମାନ

ପୁରୁଣା ଭୁବନେଶ୍ୱର,୩୧ା୮ (ଡି.ଏନ.ଏ.): ଜ୍ୟୋତି କଳାମନ୍ଦିର ଏବଂ କଳିଙ୍ଗ ସଂସ୍କୃତି ଓ ଐତିହ୍ୟ ସୁରକ୍ଷା ମଞ୍ଚର ମିଳିତ ଆୟୋଜନରେ ଜ୍ୟୋତି କଳାମନ୍ଦିରର ସପ୍ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଶୁକ୍ରବାର ସନ୍ଧ୍ୟାରେ ଭଞ୍ଜକଳା ମଣ୍ଡପରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଗୁରୁ ଜ୍ୟୋତି ରାଉତଙ୍କ ନୃତ୍ୟ ନିର୍ଦ୍ଦେଶନାରେ କଳାକାରମାନେ ତାଳ ଓ ଲୟଦ୍ୱାରା ପ୍ରସ୍ତୁତ କରିଥିଲେ ଶିବ ତାଣ୍ଡବ। ପରେ ଅନ୍ୟ ଛାତ୍ରୀଛାତ୍ରଙ୍କ ଦ୍ୱାରା ପଲ୍ଲବୀ, ସ୍ଥାୟୀ ନାଟ ଆଦି ମାଧ୍ୟମରେ ମଣିଷର ୯ ନବରସକୁ ନିଖୁଣ ଭାବେ ପରିବେଷଣ କରିଥିଲେ। ଏହି ଅବସରରେ ଗୁରୁ ଦୁର୍ଗା ଚରଣ ରଣବୀର, ଗୁରୁ କେଶବ ଚନ୍ଦ୍ର ରାଉତ, ଗୁରୁ କାଳନ୍ଦୀ ଚରଣ ପରିଡାଙ୍କୁ ଜ୍ୟୋତି କଳାମନ୍ଦିର ଓଡ଼ିଶୀ ସମ୍ମାନ ୨୦୧୯ରେ ସମ୍ମାନିତ କରାଯାଇଥିଲା। କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ସମ୍ମାନିତ ଅତିଥି ଭାବେ ଖଦି ଓ ଗ୍ରାମଉଦ୍ୟୋଗ ବୋର୍ଡ଼ର ସଭାପତି ସଂଗ୍ରାମ କେଶରୀ ପାଇକରାୟ, ପଣ୍ଡିତ ଦାମୋଦର ହୋତା ଯୋଗଦେଇଥିଲେ। ଶେଷରେ ସମ୍ପାଦକ ଚିତ୍ତରଞ୍ଜନ ମହାନ୍ତି ଧନ୍ୟବାଦ ଦେଇଥିଲେ। ଇଂ. ଶ୍ରୀନିବାସ ଘଟୁଆରୀ କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri