ଓଭରଟେକ୍‌ କରିବା ବେଳେ ଓଲଟିଲା ‘ଅଭିରାଜ’ ବସ୍‌: ହେଲ୍‌ପର ମୃତ, ୩୦ରୁ ଊର୍ଦ୍ଧ୍ୱ ଆହତ

କୁଆଁରମୁଣ୍ଡା,୩।୩(ଡି.ଏନ୍‌.ଏ.)-ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଥାନା ଅନ୍ତର୍ଗତ ୧୪୩ ନଂ ଜାତୀୟ ରାଜପଥର ଲାସେ ଗଡାଣି ନିକଟରେ ମଙ୍ଗଳବାର ଅପରାହ୍ନ ୩ଟା ୩୫ ରେ ‘ଅଭିରାଜ’ ନାମକ ଏକ ଘରୋଇ ବସ୍‌ ଭାରସାମ୍ୟ ହରାଇ ଓଲଟି ପଡ଼ିଛି। ଏହି ଦୁର୍ଘଟଣାରେ ବସ୍‌ ହେଲ୍‌ପରଙ୍କ ମୃତ୍ୟୁ ଘଟିଥିବା ବେଳେ ୩୦ରୁ ଊର୍ଦ୍ଧ୍ୱ ମହିଳା ଓ ପୁରୁଷ ଯାତ୍ରୀ ଗୁରୁତର ଆହତ ହୋଇଛନ୍ତି। ଘଟଣାସ୍ଥଳରେ ସ୍ଥାନୀୟ ଲୋକେ ଓ ପୋଲିସ ପହଞ୍ଚି ଗୁରୁତର ଆହତଙ୍କୁ ଉଦ୍ଧାର କରି ଡାକ୍ତରଖାନା ପଠାଇଛନ୍ତି। ଖବର ପାଇ କୁଆଁରମୁଣ୍ଡା ଫାଣ୍ଡି ଅଧିକାରୀ ହୃଷିକେଶ ବେହେରା ମଧ୍ୟ ଘଟଣାସ୍ଥଳରେ ପହଞ୍ଚି ଆହତମାନଙ୍କୁ ଡାକ୍ତରଖାନା ପଠାଇବା ସହ ପରିସ୍ଥିତି ପ୍ରତି ନଜର ରଖିଛନ୍ତି।

ସୂଚନାଯୋଗ୍ୟ, ଦୁର୍ଘଟଣାଗ୍ରସ୍ତ ବସ୍‌ଟି ୬୦ରୁ ଉର୍ଦ୍ଧ୍ୱ ଯାତ୍ରୀଙ୍କୁ ନେଇ ରାଉରକେଲାରୁ ବୀରମିତ୍ରପୁର ଯାଉଥିଲା। ଉକ୍ତ ସ୍ଥାନରେ ବାମ ପାର୍ଶ୍ୱରେ ଥିବା ଏକ ପିକ୍‌ଅପ୍‌ ଭ୍ୟାନକୁ ଓଭରଟେକ୍‌ କରିବା ସମୟରେ ବସ୍‌ଟି ଏନଏଚ୍‌-୧୪୩ର କଲଭର୍ଟ ଖାଲରେ ପଡିଯିବାରୁ ଓଲଟି ଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନିଖୋଜ MKCG ମେଡିକାଲ ଛାତ୍ର ସାଗର ସାହୁ ମୟୂରଭଞ୍ଜରୁ ଉଦ୍ଧାର, ଝାଡ଼ଖଣ୍ଡରୁ ଫେରୁଥିବା ବେଳେ…

ଭୁବନେଶ୍ୱର/ବାରିପଦା, ୮।୯: ଗତ ଅଗଷ୍ଟ ୩୧ ତାରିଖରୁ ନିଖୋଜ ଥିବା ବ୍ରହ୍ମପୁର ମହାରାଜା କୃଷ୍ଣଚନ୍ଦ୍ର ଗଜପତି(MKCG) ମେଡିକାଲ କଲେଜର ଛାତ୍ର ସାଗର ସାହୁ(୨୧) ସୁରକ୍ଷିତ ଭାବେ ଉଦ୍ଧାର…

ଭାରତ-ଆଫଗାନିସ୍ତାନ ଟି୨୦ ସିରିଜ୍‌ ଏହି ଚ୍ୟାନେଲର ହେବ ପ୍ରସାରଣ, ଜାଣନ୍ତୁ…

ନୂଆଦିଲ୍ଲୀ,୮ା୯: ଆସନ୍ତା ୧୩ ତାରିଖରୁ ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଆରମ୍ଭ ହେବାକୁ ଥିବା ଅନ୍ତର୍ଜାତୀୟ ଟି୨୦ ସିରିଜ୍‌ ଲାଗି ସୋନୀ ସ୍ପୋଟର୍‌ସ ନେଟ୍‌ଓ୍ବର୍କ ପ୍ରସାରଣ ଅଧିକାର…

ଗଣେଶପୂଜା କମିଟିକୁ ପୋଲିସର କଡ଼ା ନିର୍ଦ୍ଦେଶ, ଡିଜେ ସାଉଣ୍ଡ, ଅଶ୍ଳୀଳ ନୃତ୍ୟ ସମ୍ପୂର୍ଣ୍ଣ ମନା

ପୁରୁଷୋତ୍ତମପୁର,୮।୯(ସବିତା ମିଶ୍ର): ଆସନ୍ତା ୧୪ ତାରିଖରେ ହେବାକୁ ଥିବା ଗଣେଷପୂଜାକୁ ଶାନ୍ତିଶୃଙ୍ଖଳାର ସହ ପାଳନ କରିବାକୁ ପୁରୁଷୋତ୍ତମପୁର ପୋଲିସ ଏବଂ ପ୍ରଶାସନ ପକ୍ଷରୁ କଡ଼ା ପଦକ୍ଷେପ ନିଆଯାଇଛି।…

ଋଷିକୁଲ୍ୟା ପାଇଁ ବିପଦ ସାଜିଛି କାଶତଣ୍ଡୀ

ଧରାକୋଟ,୮ା୯ (ବିଷ୍ଣୁ କେଶରୀ ଆଚାର୍ଯ୍ୟ): କନ୍ଧମାଳ ଜିଲାର ଋଷୀମାଳ ପର୍ବତରୁ ଋଷିକୁଲ୍ୟା ନଦୀ ଜନ୍ମନେଇ ଗଞ୍ଜାମ ଜିଲାର ସୋରଡା, ଧାକୋଟ, ଆସିକା, ହିଞ୍ଜିଳି, ପୁରୁଷୋତ୍ତମପୁର ବ୍ଲକ୍‌ ପରେ…

ବାଲୁଙ୍କେଶ୍ୱର ହାଇସ୍କୁଲ ସହକାରୀ ଶିକ୍ଷକଙ୍କୁ ମରଣାନ୍ତକ ଆକ୍ରମଣ

ଖଲ୍ଲିକୋଟ, ୮/୯/୨୦୨୬ (ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ଏନ୍‌ଏସି ଅନ୍ତର୍ଗତ ବାଲୁଙ୍କେଶ୍ୱର ହାଇସ୍କୁଲର ଜଣେ ସହକାରୀ ଶିକ୍ଷକଙ୍କୁ ସ୍କୁଲ ଗେଟ୍‌ ନିକଟରେ ମଙ୍ଗଳବାର ମରଣାନ୍ତକ ଆକ୍ରମଣ କରାଯାଇଛି।…

ଦୁର୍ଗମ ଜଙ୍ଗଲରେ ଚଢାଉ: ମଦ କାରଖାନା ଭାଙ୍ଗିଲା ଅବକାରୀ ବିଭାଗ, ୧୯ ହଜାର ଲିଟର ମଦ ପୋଚ * ୧୧ ଶହ ଲିଟର ଦେଶୀ ମଦ ଜବତ

ଦିଗପହଣ୍ଡି,୮।୯(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ଜନଜାତି ବହୁଳ ଦାମପୁର ଗାଁ ନିକଟ ଦୁର୍ଗମ ଜଙ୍ଗଲରେ ମଙ୍ଗଳବାର ସକାଳେ ସାନଖେମୁଣ୍ଡି…

ଭ୍ରମରପୁର ସ୍କୁଲରେ ଶିକ୍ଷକ ବଦଳି ବାତିଲ ଦାବିରେ ଜେନ୍ ଆଲଫାଙ୍କ ଆନ୍ଦୋଳନ, ସ୍କୁଲ ସମ୍ମୁଖରେ ଉତ୍ତେଜନା            

ଦିଗପହଣ୍ଡି,୮|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭ୍ରମରପୁର ଗ୍ରାମ ପ୍ରକଳ୍ପ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ଭାଗବତ ପ୍ରସାଦ ନାୟକଙ୍କୁ ଚୌଧୁରୀ ଟିକରପଡ଼ା ଗ୍ରାମ ବିଦ୍ୟାଳୟକୁ…

ଘରେ କରୁଥିଲେ କାମ: ବିଦ୍ୟୁତ୍‌ ଆଘାତରେ ଚାଲିଗଲା ଦିନ ମଜୁରିଆଙ୍କ ଜୀବନ

କୁଆଁରମୁଣ୍ଡା,୮।୯(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜଲା ବୀରମିତ୍ରପୁର ଥାନା କୁଆଁରମୁଣ୍ଡା ଫାଣ୍ଡି ଅନ୍ତର୍ଗତ ଚୁଟିଆଟୋଲି ଗ୍ରାମ ରୀତା ତିର୍କୀଙ୍କ ଘର ସେଣ୍ଟ୍ରିଂ କାମ କରୁଥିବା ବେଳେ ମଙ୍ଗଳବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri