ଓଭରଟେକ୍‌ କରିବା ବେଳେ ପୋଲକୁ ପିଟିଲା ବାଇକ୍‌: ଜଣେ ମୃତ, ଜଣେ ଗୁରୁତର

ଚନ୍ଦ୍ରଗିରି,୧୨।୯ (ଡି.ଏନ୍‌.ଏ.): ଗଜପତି ଜିଲା ମୋହନା ଥାନା ପତି ଗୋବିନ୍ଦପୁର ଗ୍ରାମ ନିକଟ କିନିବିନି ପଲୋରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଇକ୍‌ ଦୁର୍ଘଟଣାଗ୍ରସ୍ତ ହେବାରୁ ଘଟଣା ସ୍ଥଳରେ ଜଣକର ମୃତ୍ୟୁ ଘଟିଥିବା ବେଳେ ଆଉ ଜଣେ ଗୁରୁତର ଆହତ ହୋଇଛନ୍ତି । ମୃତକ ହେଲେ ମୋହନା ଥାନା ଅନ୍ତର୍ଗତ ବୁର୍ଜାଙ୍ଗ ଗ୍ରାମର ରମାକାନ୍ତ ମଲ୍ଲିକ ଓ ଗୁରୁତର ବ୍ୟକ୍ତି ଜଣକ ହେଲେ ପାତ୍ର ମଳିକ। ଉଭୟେ ମୋହନାରୁ କୁମାଙ୍ଗପଦର ଗାଁକୁ ବାଇକ୍‌ରେ ଯାଉଥିଲେ। ତେବେ ଏକ ଟ୍ରାକ୍ଟରକୁ ଓଭରଟେକ୍‌ କରୁଥିବା ବେଳେ ଭାରସାମ୍ୟ ହରାଇ ପୋଲରେ ପିଟି ହୋଇଯାଇଥିଲେ। ତେବେ ଗୁରୁତର ବ୍ୟକ୍ତି ମୋହନା ମେଡିକାଲରେ ଚିକିତ୍ସାଧୀନ ଅଛନ୍ତି। ଘଟଣା ସ୍ଥଳରେ ମୋହନା ପୋଲିସ ପହଞ୍ଚି ତଦନ୍ତ ଜାରି ରଖିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଆନ୍ଦୋଳନରେ ଡାକ୍ତର, ହଇରାଣ ହେଉଛନ୍ତି ଗରିବ ରୋଗୀ

ପଦ୍ମପୁର,୨ା୭(ପ୍ରଦୀପ୍ତ ଦାଶ): ଜୁଲାଇ ୧ରେ ଡାକ୍ତର ଦିବସରେ ଓଡ଼ିଶା ମେଡିକାଲ ସର୍ଭିସ ଆସୋସିଏଶନର ନିର୍ଦ୍ଦେଶ କ୍ରମେ ପଦ୍ମପୁର ଉପଖଣ୍ଡ ଡାକ୍ତରଖାନାରେ ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ ବୁଧବାରଠାରୁ ଆରମ୍ଭ…

ନିଶାସକ୍ତ ପ୍ରଧାନ ଶିକ୍ଷକଙ୍କୁ ନିଲମ୍ବନ କଲା ପ୍ରଶାସନ, ସ୍କୁଲ ନଯାଇ ମଦ ପିଇ କରୁଥିଲେ…

ଚାନ୍ଦବାଲି,୨।୭(ଅଶୋକ ପଣ୍ଡା): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ରାମପୁର ବୀଣାପାଣି ନୋଡାଲ UPME ସ୍କୁଲର ପ୍ରଧାନ ଶିକ୍ଷକ ଶ୍ରୀନାଥ ଦାସ ନିଲମ୍ବିତ । ବିଇଓ ଗୁରୁବାର ଦିନ…

ରାସ୍ତା ଉପରେ ଜମୁଛି ନର୍ଦ୍ଦମା ପାଣି, ସ୍ଥାୟୀ ସମାଧାନ ଦାବିରେ ଜିଲାପାଳଙ୍କୁ ଭେଟି…

ଅମରପାଲି,୨ା୭(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଖଣ୍ଡହତା ଗ୍ରାମ ଦେଇ ଯାଇଥିବା ପୂର୍ତ୍ତ ବିଭାଗର ମୁଖ୍ୟ ରାସ୍ତା ଏବେ ସ୍ଥାନୀୟ ଲୋକଙ୍କ ପାଇଁ ଦୁର୍ଦ୍ଦଶାର…

କୂଳ ଲଂଘୁଛି ସମୁଦ୍ର ଜୁଆର, ଜିଲାପାଳ ଅଫିସ ଘେରାଉ କରିବାକୁ ଅଞ୍ଚଳବାସୀ ସଜବାଜ

ଗଞ୍ଜାମ,୨ା୭(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲାର ଗଞ୍ଜାମ ବ୍ଲକ ଅନ୍ତର୍ଗତ ଋଷିକୂଲ୍ୟା ମୁହାଣ ପୁରୁଣାବନ୍ଧ ଠାରୁ ପ୍ରୟାଗି ପର୍ଯ୍ୟନ୍ତ ଗତ କିଛି ମାସ ହେଲା ବେଳାଭୂମି ଦ୍ରୁତଗତିରେ ଅବକ୍ଷୟ…

ସ୍କୁଟି ଚାଳକଙ୍କୁ ଚାପିଦେଲା ମୋରମ ବୋଝେଇ ହାଇଓ୍ବା, ଲୋକେ ଚକାତଳୁ ମୃତଦେହ କାଢ଼ି…

ପୁରୁଷୋତ୍ତମପୁର,୨ା୭(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ଭାଟକୁମରଡ଼ା କଲେଜ ନିକଟରେ ଏକ ହାଇଓ୍ବା ଦ୍ରୁତଗତିରେ ଆସି ସ୍କୁଟିକୁ ଧକ୍କାଦେଇଥିଲା। ଫଳରେ…

ମା-ମାମୁ ମୋବାଇଲ ଛଡ଼ାଇ ନେବାରୁ ବିଷ ପିଇଦେଲେ ନାବାଳିକା

ଉଦଳା,୨ା୭(ସନ୍ତୋଷ କୁମାର ବାଛିନି): ମୋବାଇଲ ଛଡ଼ାଇ ନେଇ ଭାଙ୍ଗି ଦେଲେ ବୋଲି ବିଷ ପିଇଦେଇଛନ୍ତି ଜଣେ ନାବାଳିକା। ଏଭଳି ଘଟଣା ଘଟିଛି ରାଜ ବରହମପୁର ଥାନା ଗଗପାଳ…

ବେଣ୍ଟକାର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ନିର୍ମାଣରେ ଅନିୟମିତତା ଅଭିଯୋଗ, ବିଧାୟକଙ୍କ ଅନୁରୋଧ ପରେ ଭିଜିଲାନ୍ସ ତଦନ୍ତ ଆରମ୍ଭ

କଟକ ସଦର,୨।୭(ସୁଶାନ୍ତ କୁମାର ଜେନା): ୪୨ ମୌଜା ଅନ୍ତର୍ଗତ ବେଣ୍ଟକାର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଷ୍ଟାଫ କ୍ୱାର୍ଟର ନିର୍ମାଣରେ ବ୍ୟାପକ ଅନିୟମିତା ନେଇ ଅଭିଯୋଗ ହୋଇ ଆସୁଥିଲା ।…

କଲେଜ ଯାଇଥିଲେ ଡାକ୍ତରୀ ଛାତ୍ରୀ, ଛାତରୁ ଡେଇଁ ଆତ୍ମହତ୍ୟା କଲେ ମା’! କାରଣ ଜାଣିଲେ…

ବଲାଙ୍ଗୀର,୨।୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ତୁଳସୀ ନଗର ପଡାରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଏକ ଭଡା ଘରେ ରହୁଥିବା ଜଣେ ମହିଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri