Posted inରାଜ୍ୟ

ଓଭରବ୍ରିଜ୍‌ ଉପରେ କଡ଼ାକଡ଼ି ହେଲା ହେଲ୍‌ମେଟ କଟକଣା: ଦିନକରେ ଧରାପଡ଼ିଲେ ୨ଶହରୁ ଊର୍ଦ୍ଧ୍ୱ ବାଇକ ଚାଳକ

ଭୁବନେଶ୍ୱର,୧୯ା୬(ବ୍ୟୁରୋ): ରାଜଧାନୀ ଦେଇ ଯାଇଥିବା ୧୬ ନଂ. ଜାତୀୟ ରାଜପଥ ଓଭରବ୍ରିଜ୍‌ ଉପରେ ବାରମ୍ବାର ଦୁର୍ଘଟଣା ଘଟୁଛି। ଗତ ମାସଠାରୁ ଏବେସୁଦ୍ଧା ୧୨ ଦୁର୍ଘଟଣାରେ ୯ ଜୀବନ ଯାଇଥିବାବେଳେ ବହୁ ଗୁରୁତର ଆହତ ହୋଇଛନ୍ତି। ଏସବୁ ଘଟଣାରେ ବାଇକଚାଳକମାନେ ହେଲ୍‌ମେଟ୍‌ ପିନ୍ଧି ନ ଥିବା ଜଣାପଡିଛି। ହେଲେ କୌଣସି ପଦକ୍ଷେପ ଗ୍ରହଣ କରା ନ ଯିବାରୁ ଦୁର୍ଘଟଣା ବଢ଼ି ଚାଲିଛି। ଏନେଇ ଖୋର୍ଦ୍ଧା ଜିଲାପାଳ ବି.ଏସ୍‌.ପୁନିଆ ସୋମବାର ଭୁବନେଶ୍ୱର ସର୍କିଟ ହାଉସ୍‌ରେ ବୈଠକ ଡାକି ଉଦ୍‌ବେଗ ପ୍ରକାଶ କରିବା ସହ ରସୁଲଗଡ଼ରୁ ଖଣ୍ଡଗିରି ଓଭରବ୍ରିଜ୍‌ ଉପରେ ମାସକ ପାଇଁ ହେଲ୍‌ମେଟ ନିୟମକୁ କଡାକଡି କରିବାକୁ ନିର୍ଦ୍ଦେଶ ଦେବା ପରେ ତତ୍ପରତା ପ୍ରକାଶ ପାଇଛି। ମଙ୍ଗଳବାର ଆର୍‌ଟିଓ ଓ ଟ୍ରାଫିକ୍‌ ପୋଲିସ ପକ୍ଷରୁ ବରମୁଣ୍ଡା, ଜୟଦେବ ବିହାର ଓ ରସୁଲଗଡ ଓଭରବ୍ରଜ୍‌ ଉପରେ ଏହି ଯାଞ୍ଚ ଆରମ୍ଭ କରାଯାଇଥିଲା। ଯେଉଁ ବାଇକ ଚାଳକମାନେ ହେଲ୍‌ମେଟ୍‌ ପିନ୍ଧି ନ ଥିଲେ ସେମାନଙ୍କୁ ଅଟକାଇ ଜରିମାନା ଆଦାୟ କରିବା ସହ ତାଗିଦ୍‌ କରାଯାଇଥିଲା। ଗୋଟିଏ ଦିନରେ ୨ଶହରୁ ଊର୍ଦ୍ଧ୍ୱ ବାଇକ ଚାଳକ ଧରାପଡି ଜରିମାନା କାଟିଥିବା ଜଣାପଡିଛି।
ଏନେଇ ଭୁବନେଶ୍ୱର ଆର୍‌ଟିଓ-୨ ସଞ୍ଜୟ କୁମାର ବେହେରା କହିଛନ୍ତି, ଓଭରବ୍ରିଜ୍‌ ଉପରେ ଏକାଧିକ ଦୁର୍ଘଟଣାରେ ବାଇକ ଚାଳକଙ୍କ ଜୀବନ ଯାଉଥିବାରୁ ପରୀକ୍ଷାମୂଳକଭାବେ ଏଭଳି ପଦକ୍ଷେପ ନିଆଯାଇଛି। ଯଦି ଏହା ସଫଳ ହୁଏ ଦୁର୍ଘଟଣା କିଛି ମାତ୍ରାରେ ହ୍ରାସ ପାଇବ। ଯଦି ସେଭଳି କିଛି ନ ହୁଏ ତେବେ ବାଇକ ଚାଳକଙ୍କୁ ଓଭରବ୍ରିଜ ଉପରେ ଯିବାକୁ ମନା କରାଯିବ। ସେମାନେ ଓଭରବ୍ରିଜ୍‌ ଉପର ଦେଇ ନ ଯାଇ ତଳ ରସ୍ତାରେ ଯିବାକୁ କୁହାଯିବ ବୋଲି ସେ କହିଛନ୍ତି।
ଅନ୍ୟପକ୍ଷରେ ଦୁର୍ଘଟଣାରେ ଜୀବନ ଯିବା ପରେ କମିଶନରେଟ ପୋଲିସ ଖଣ୍ଡଗିରିରୁ ପାହାଳ ପର୍ଯ୍ୟନ୍ତ ୫ଟି ବ୍ଲାକ୍‌ ସ୍ପଟ୍‌ ଚିହ୍ନଟ କରିଛି। ସେଗୁଡିକ ହେଲା ଭୁଆଶୁଣୀ ମନ୍ଦିର ସମ୍ମୁଖ, ଆଇଗିଣିଆ ଆଳୁଗୋଦାମ ଛକ, ସିଦ୍ଧାର୍ଥ ହୋଟେଲ ସମ୍ମୁଖ, ଆଚାର୍ଯ୍ୟବିହାର ଓଭରବ୍ରିଜ୍‌ ଓ ପାହାଳ। ଏହିସବୁ ବ୍ଲାକ ସ୍ପଟ୍‌ରେ ପୋଲିସ ସିସିଟିଭି ଲଗାଇ ବାଇକ ଚାଳକଙ୍କ ଗତିବିଧି ଉପରେ ନଜର ରଖିବ। ଏହାସହ ବ୍ୟାରିକେଡ୍‌ ଲଗାଇବା ସହ ସେସବୁ ସ୍ଥାନକୁ ଦୁର୍ଘଟଣା ପ୍ରବଣ ଅଞ୍ଚଳ ବୋଲି ଚିହ୍ନଟ କରିବ ବୋଲି ଜଣାପଡିଛି। ତେବେ ହଠାତ୍‌ ଗୋଟିଏ ଦିନରେ କଡାକଡି ଚେକିଂକୁ ନେଇ ବାଇକ୍‌ ଚାଳକମାନେ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ଏଭଳି ନିୟମ ହୋଇଥିବା ସେମାନେ ଜାଣିନାହାନ୍ତି। ସଚେତନ କରାଯାଇଥିଲେ ଭଲ ହୋଇଥାନ୍ତା ବୋଲି ସେମାନେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଛରେ ପିଟିହେଲା ବାଇକ: ଚାଲିଗଲା ୨ ଜୀବନ

ଅତାବିରା, ୭।୯(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧିନସ୍ଥ କାଦୋବାହାଲରେ ସୋମବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୨ବାଇକ…

ମୋବାଇଲ ଦେଖୁଥିଲେ ରାଜକୁମାର, ହଠାତ୍‌ ଘରେ ପଶିଲେ ଚୋର: ଆଉ ତା’ପରେ ଘଟିଲା…

ମାର୍ଶାଘାଇ,୭।୯(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ):କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅନ୍ତର୍ଗତ ଗରଜଙ୍ଗା ଗ୍ରାମରେ ଏକ ବଡ଼ଧରଣର ଲୁଟ ଘଟଣା ଘଟିଛି। ଚାରିଜଣ ମୁଖାପିନ୍ଧା ଦୁର୍ବୃତ୍ତ ଘରେ ପଶି ଦମ୍ପତିଙ୍କ…

କୈଶବ ବିହାରୀଙ୍କୁ ମିଳିଲା ବଡ଼ ଦାୟିତ୍ୱ: କଳାହାଣ୍ଡିରେ ଖୁସିର ଲହରୀ

ଭବାନୀପାଟଣା,୭।୯(ଉତ୍ତମ କୁମାର ଦାଶ):ଭାରତ ସରକାରଙ୍କ ସାମାଜିକ ନ୍ୟାୟ ଏବଂ ସଶକ୍ତିକରଣ ବିଭାଗ ପକ୍ଷରୁ ରବିବାର ରାଷ୍ଟ୍ରୀୟ ସଫେଇ କର୍ମଚାରୀ ଆୟୋଗ (ଏନସିଏସକେ)ର ଅଧ୍ୟକ୍ଷ, ଉପାଧ୍ୟକ୍ଷ ଏବଂ ସଦସ୍ୟମାନଙ୍କୁ…

ରାଜ୍ୟ କ୍ୟାବିନେଟ୍‌ରେ ବଡ଼ ଘୋଷଣା: ପେନସନ୍‌ ବିଳମ୍ବ ହେଲେ ମିଳିବ ସୁଧ

ଭୁବନେଶ୍ୱର, ୭।୯: ୧୮ ପ୍ରସ୍ତାବକୁ ମିଳିଲା ରାଜ୍ୟ କ୍ୟାବିନେଟ୍‌ର ଅନୁମୋଦନ। ୧୨ ଟି ବିଭାଗର ୧୮ଟି ପ୍ରସ୍ତାବକୁ ସୋମବାର ଅନୁମୋଦନ ମିଳିଛି। ଏଥିରେ ଓଡ଼ିଶା ଜନ ବିଶ୍ୱାସ…

୨୦ ବର୍ଷ ସଶ୍ରମ କାରାଦଣ୍ଡ ଭୋଗୁଥିବା କଏଦୀ ଫେରାର୍‌: ସୁରକ୍ଷାକର୍ମୀଙ୍କୁ ଚକ୍‌ମା ଦେଖାଇ…

ନୂଆପଡ଼ା,୭ା୯ (ମକାରୁ ବେମାଲ):ନୂଆପଡ଼ା ଉପକାରାଗାରରୁ ସୋମବାର ଜଣେ କଏଦୀ ଫେରାର ହୋଇଯାଇଛନ୍ତି। ସେ ହେଲେ ସିନାପାଲି ଥାନା କେନ୍ଦୁମୁଣ୍ଡା ପଞ୍ଚାୟତ କାନ୍ଦୁଲକୋନା ଗଁାର ବିଶ୍ୱବିହାରୀ ମାଝି (୩୦)।…

ଆରଆଇ କାର୍ଯ୍ୟାଳୟରେ ତାଲା: ପଲିଥିନ୍‌ରୁ ବଞ୍ଚିତ ବନ୍ୟା ପ୍ରଭାବିତ

ହାଟଡିହୀ/ଛେନାପଦୀ, ୭।୯ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା):କେନ୍ଦୁଝର ଜିଲା ହାଟଡିହୀ ତହସିଲ ଅଧୀନ ସମଣା ରାଜସ୍ବ ନିରୀକ୍ଷକ (ଆରଆଇ) କାର୍ଯ୍ୟାଳୟରେ ଦୀର୍ଘଦିନ ଧରି ତାଲା ଝୁଲୁଥିବା ଅଭିଯୋଗ ହୋଇଛି।…

୧୮ ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍‌ ମୋହର: ଏହିସବୁ ଉପରେ ବଡ଼ ଘୋଷଣା

ଭୁବନେଶ୍ୱର, ୭।୯: ୧୮ ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍‌ ମୋହର। ୧୨ ଟି ବିଭାଗର ୧୮ଟି ପ୍ରସ୍ତାବକୁ ସୋମବାର ଅନୁମୋଦନ ମିଳିଛି। ଏଥିରେ ଓଡ଼ିଶା ଜନ ବିଶ୍ୱାସ…

IAS ସ୍ତରରେ ବଡ଼ ଅଦଳବଦଳ: ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ୱ

ଭୁବନେଶ୍ୱର, ୭।୯: IAS ସ୍ତରରେ ଅଦଳବଦଳ କଲେ ରାଜ୍ୟ ସରକାର। ସାଧାରଣ ପ୍ରଶାସନ ବିଭାଗର ପ୍ରମୁଖ ଶାସନ ସଚିବ ହେଲେ ସୁରେଶ ବଶିଷ୍ଠ। ସଂସଦୀୟ ବ୍ୟାପାର ବିଭାଗର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri