ଭୁବନେଶ୍ୱର, ୨୮।୫(ବ୍ୟୁରୋ)- ରାଜଧାନୀ ଦେଇ ଯାଇଥିବା ଜାତୀୟ ରାଜପଥ ଓଭରବ୍ରିଜ୍ ପାଲଟିଛି ଡେଥ୍ ଜୋନ୍। ଦୁର୍ଘଟଣା ନେଉଛି ବହୁ ଜୀବନ। ସୋମବାର ସକାଳେ ଶହୀଦନଗର ଥାନା ଅନ୍ତର୍ଗତ ଆଚାର୍ଯ୍ୟବିହାର ଛକ ନିକଟ ଓଭରବ୍ରିଜ ଉପରେ ଆଉ ଏକ ଦୁର୍ଘଟଣା ଘଟିଛି। ଟ୍ରକ୍ ଧକ୍କାରେ ସ୍କୁଟିରେ ଯାଉଥିବା ବାପା ଓ ପୁଅ ଓଭରବ୍ରିଜର ୩୦ଫୁଟ ତଳକୁ ଖସିପଡ଼ିବାରୁ ସେମାନଙ୍କର ମୃତ୍ୟୁ ଘଟିଛି। ମୃତକ ହେଲେ ନୟାଗଡ଼ ଜିଲା ଦଶପଲ୍ଲା ବ୍ଲକ୍ ମଦନପୁର ଗ୍ରାମର ଗଙ୍ଗାଧର ମହାରଣା(୫୫) ଓ ପୁଅ ଲକ୍ଷ୍ମଣ ମହାରଣା(୨୫)। ପୋଲିସ ଉଭୟଙ୍କ ମୃତଦେହକୁ ଜବତ କରି କେସ୍ ନଂ.୨୩୫/୧୯ରେ ଏକ ମାମଲା ରୁଜୁ କରି ତଦନ୍ତ ଚଳାଇଛି।
ସୂଚନା ଅନୁଯାୟୀ, ବାପା ଗଙ୍ଗାଧରଙ୍କ ଦେହ ଅସୁସ୍ଥ ଥିବାରୁ ଚିକିତ୍ସା ପାଇଁ ପୁଅ ଲକ୍ଷ୍ମଣ ଏକ ସ୍କୁଟି(ଓଡି-୨୫ଏଚ୍-୬୪୬୦)ରେ ବସାଇ ନୟାଗଡରୁ ସକାଳୁ ବାହାରିଥିଲେ। ସେମାନେ କଟକ ବଡ଼ ମେଡିକାଲକୁ ଯାଇଥାନ୍ତେ। ସକାଳ ପ୍ରାୟ ୯ଟାରେ ସେମାନେ ଆଚାର୍ଯ୍ୟ ବିହାର ଛକ ଉପର ଓଭରବ୍ରିଜ୍ ଦେଇ ଯାଉଥିବାବେଳେ ପଛରୁ ଏକ ଟ୍ରକ୍ ସେମାନଙ୍କୁ ଧକ୍କା ଦେଇ ପଳାଇଥିବା କୁହାଯାଉଛି। ଫଳରେ ଉଭୟ ଗଙ୍ଗାଧର ଓ ଲକ୍ଷ୍ମଣ ସ୍କୁଟିରୁ ଛିଟିକି ଓଭରବ୍ରିଜ୍ରୁ ତଳକୁ ଖସି ପଡିଥିଲେ। ଘଟଣାସ୍ଥଳରେ ଗଙ୍ଗାଧରଙ୍କର ମୃତ୍ୟୁ ଘଟିଥିବାବେଳେ ଲକ୍ଷ୍ମଣ ଗୁରୁତର ଆହତ ହୋଇଥିଲେ। ପୋଲିସ ଲକ୍ଷ୍ମଣଙ୍କୁ ପିସିଆର ଭ୍ୟାନରେ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରିଥିଲା। ହେଲେ ସେଠାରେ ତାଙ୍କ ଅବସ୍ଥା ଜଟିଳହେବାରୁ ଏକ ଘରୋଇ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଥିଲା। ଚିକିତ୍ସାଧୀନ ଅବସ୍ଥାରେ ସେଠାରେ ତାଙ୍କର ମୃତ୍ୟୁ ଘଟିଥିଲା।
ସପ୍ତାହ ମଧ୍ୟରେ ଓଭରବ୍ରିଜ୍ରେ ଗଲାଣି ୫ ଜୀବନ
ହଂସପାଳ ଛକରୁ ବରମୁଣ୍ଡା ଓଭରବ୍ରିଜ୍ ଉପରେ ଗତ ସପ୍ତାହ ମଧ୍ୟରେ ଏକାଧିକ ଦୁର୍ଘଟଣା ଘଟି ୫ଜଣଙ୍କ ମୃତ୍ୟୁ ଘଟିଛି। ଇସ୍କନ ମନ୍ଦିର ସମ୍ମୁଖ ଓଭରବ୍ରିଜରେ ବାଉଁଶ ବୋଝେଇ ଟ୍ରକ୍ ପଛରେ ଏକ ଟ୍ୟାଙ୍କର ପିଟି ହୋଇ ଜଣଙ୍କର ମୃତୁ ଘଟିଥିଲା। ଟ୍ୟାଙ୍କର ଡ୍ରାଇଭର ପେଟରେ ବାଉଁଶ ପଶି ଯିବାରୁ ଘଟଣାସ୍ଥଳରେ ହିଁ ତାଙ୍କର ଜୀବନ ଯାଇଥିଲା। ବରମୁଣ୍ଡା କାଳୀ ମନ୍ଦିର ନିକଟ ଜାତୀୟ ରାଜପଥରେ ସ୍କୁଟିରେ ଯାଉଥିବା ୩ ଛାତ୍ରଙ୍କ ଉପରେ ଟ୍ରକ୍ ଚଢ଼ି ଯାଇଥିଲା। ସେମାନଙ୍କ ମଧ୍ୟରୁ ୨ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଜଣେ ଗୁରୁତର ଆହତ ହୋଇ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ଓଭରବ୍ରିଜରେ ବାରମ୍ବାର ଦୁର୍ଘଟଣା ଘଟୁଥିବାରୁ ଏବେ ଲୋକେ ଏହା ଉପର ଦେଇ ଯାତାୟାତ କରିବାକୁ ଭୟ କଲେଣି।
ବ୍ଲାକ୍ ସ୍ପଟ୍ ଚିହ୍ନଟ ପାଇଁ କମିଶନରଙ୍କ ନିର୍ଦ୍ଦେଶ
ଟୁଇନ ସିଟି ଦେଇ ଯାଇଥିବା ୧୬ ନମ୍ବର ଜାତୀୟ ରାଜପଥରେ ଦୁର୍ଘଟଣା ବଢିବା ସହ ଅକାଳରେ ଅନେକ ଜୀବନ ଚାଲିଯାଉଛି। ସପ୍ତାହକ ଭିତରେ ଭୁବନେଶ୍ୱରରେ ୫ଜଣଙ୍କ ଜୀବନ ଯିବା ପରେ କମିଶନରେଟ ପୋଲିସର ଚେତା ପଶିଛି। ଦୁର୍ଘଟଣା ରୋକିବା ଓ ଯାତ୍ରୀଙ୍କ ସୁରକ୍ଷା ପାଇଁ ପୋଲିସ ପକ୍ଷରୁ ସତର୍କତାମୂଳକ ପଦକ୍ଷେପ ନିଆଯାଇଛି। ପୋଲିସ କମିଶନର ସତ୍ୟଜିତ ମହାନ୍ତି କହିଛନ୍ତି, କଟକ ଭୁବନେଶ୍ୱରର ଜାତୀୟ ରାଜପଥରେ ବାରମ୍ବାର ଦୁର୍ଘଟଣା ଘଟୁଥିବା ସ୍ଥାନକୁ ‘ବ୍ଲାକ୍ ସ୍ପଟ’ ଭାବେ ଚିହ୍ନଟ କରାଯିବ। ତୁରନ୍ତ ସେଠାରେ ସ୍ପିଡ୍ ବ୍ରେକର ଓ ବ୍ୟାରିକେଡ୍ ବ୍ୟବସ୍ଥା କରିବା ପାଇଁ ଟ୍ରାଫିକ ଦାୟିତ୍ୱରେ ଥିବା ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଏଥିସହ ରାସ୍ତାରେ ଗାଡିମୋଟରର ବେଗ କମାଇବା ପାଇଁ ସ୍ପିଡ୍ ଇଣ୍ଟରସେପ୍ଟର ଭ୍ୟାନ ପ୍ୟାଟ୍ରୋଲିଂ କରିବାକୁ କୁହାଯାଇଛି।
ହୋଇପାରେ ସାମୀଙ୍କ ପ୍ରତ୍ୟାବର୍ତ୍ତନ, ସଙ୍କଟରେ ଏହି ଖେଳାଳିଙ୍କ ସ୍ଥାନ
ନୂଆଦିଲ୍ଲୀ,୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ଜାନୁଆରୀ ୧୧ ତାରିଖରୁ ଆରମ୍ଭ ହେବ। ଏହି ତିନି ମ୍ୟାଚ୍ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଭାରତୀୟ...
ନାତୁଣୀଙ୍କୁ ଦୁର୍ବ୍ୟବହାର, ପ୍ରତିବାଦ କରିବାରୁ ଗାଁ ଦାଣ୍ଡରେ ବୃଦ୍ଧଙ୍କୁ ପିଟି ପିଟି ହତ୍ୟା; ମୃତଦେହ…
ଦିଗପହଣ୍ଡି,୧।୧(ଅଶେଷ ନାଥ ମିଶ୍ର): ନୂଆବର୍ଷରେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷା ନିମଖଣ୍ଡି ପଞ୍ଚାୟତ ସିନ୍ଧବା ଗ୍ରାମରେ ଜଣେ ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ ଗୁରୁବାର ସକାଳ...
ଫେବୃଆରୀ ୧ରୁ FASTag ନିୟମରେ ହେବ ବଡ଼ ପରିବର୍ତ୍ତନ
ନୂଆଦିଲ୍ଲୀ,୧।୧: କେନ୍ଦ୍ର ସରକାର FASTag ନିୟମରେ ବଡ଼ ପରିବର୍ତ୍ତନ କରିବାକୁ ଯାଉଛନ୍ତି। ଏହା ଅଧୀନରେ, ଗାଡ଼ି ମାଲିକଙ୍କୁ FASTag ପାଇବା ପାଇଁ ଆଉ KYC ପୂରଣ...
ସାବରିମାଲା ଦୁର୍ନୀତିର ବଡ଼ ପର୍ଦ୍ଦାଫାଶ
କୋଚି,୧ା୧: କେରଳ ହାଇକୋର୍ଟଙ୍କ ତରଫରୁ ସାବରିମାଲା ମନ୍ଦିରର ସୁନା ଚୋରି ଘଟଣାର ତଦନ୍ତ ଆରମ୍ଭ କରିଥିବା ସ୍ୱତନ୍ତ୍ର ତଦନ୍ତକାରୀ ଟିମ୍ (ଏସ୍ଆଇଟି) ମନ୍ଦିର ଗର୍ଭଗୃହର ଦ୍ୱରାପାଳକ...
ଟି୨୦ ବିଶ୍ୱକପ୍: ଅଷ୍ଟ୍ରେଲିଆ ଦଳରେ ସ୍ପିନରଙ୍କୁ ପ୍ରାଧାନ୍ୟ
ମେଲବୋର୍ନ,୧ା୧: ଶ୍ରୀଲଙ୍କା ଏବଂ ଭାରତରେ ହେବାକୁଥିବା ଟି୨୦ କ୍ରିକେଟ ବିଶ୍ୱକପ୍ ପାଇଁ ଅଷ୍ଟ୍ରେଲିଆ ଚୟନକର୍ତ୍ତା ଏକ ୧୫ଜଣିଆ ଦଳ ଘୋଷଣା କରିଛନ୍ତି। ଦଳରେ ସ୍ପିନରଙ୍କୁ ପ୍ରାଧାନ୍ୟ...
ନୂଆବର୍ଷରେ କର୍ମୀଙ୍କ ବ୍ୟାନର ଓ୍ବାର, ନୂଆନୂଆ ଚେହେରା ଦେଖି…
ଧର୍ମଶାଳା,୧ା୧(ଶିବପ୍ରସାଦ ମହାନ୍ତି): ବିଦାୟ ନେଇଛି ବର୍ଷ ୨୦୨୫, ଆରମ୍ଭ ହୋଇଛି ନବବର୍ଷ ୨୦୨୬। ଏଥିପାଇଁ ଅନେକ ପ୍ରସ୍ତୁତି ମଧ୍ୟ ହୋଇଛି। ସବୁଠି ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ସହ...
୨୦୨୬ରେ ଲେଖା ହେବ ମହାକାଶ ବିଜ୍ଞାନର ନୂଆ ଅଧ୍ୟାୟ: ଭାରତ, ଆମେରିକା ରଚିବେ ଇତିହାସ
ନୂଆଦିଲ୍ଲୀ,୧।୧: ୨୦୨୬ ବର୍ଷଟି ବିଶ୍ୱ ମହାକାଶ ଇତିହାସରେ ଏକ ନୂତନ ଯୁଗର ସୂତ୍ରପାତ କରିବାକୁ ଯାଉଛି। ଭାରତର ‘ଇସ୍ରୋ’ ଏବଂ ଆମେରିକାର ‘ନାସା’ ଦୁଇଟି ଭିନ୍ନ...
ନୂଆ ରେକର୍ଡ କଲା ନନ୍ଦନକାନନ: ବୁଲିଲେ ୪୦ ଲକ୍ଷ ପର୍ଯ୍ୟଟକ
ଭୁବନେଶ୍ୱର,୧।୧: ୨୦୨୫ରେ ନନ୍ଦନକାନନକୁ ରେକର୍ଡ ସଂଖ୍ୟକ ପର୍ଯ୍ୟଟକ ଆଗମନ କରିଥିବା ଗୁରୁବାର ସୂଚନା ମିଳିଛି। ୨୦୨୫ରେ ନନ୍ଦନକାନନକୁ ୪୦ ଲକ୍ଷ ୨୦ହଜାର ୫୩୯ ପର୍ଯ୍ୟଟକ ଆସିଛନ୍ତି।...
Archives


