ଓଭରବ୍ରିଜ୍‌ ଉପରେ ଧକ୍କା ଦେଲା ଟ୍ରକ ୩୦ ଫୁଟ ତଳକୁ ଖସି ବାପ, ପୁଅ ମୃତ

ଭୁବନେଶ୍ୱର, ୨୮।୫(ବ୍ୟୁରୋ)- ରାଜଧାନୀ ଦେଇ ଯାଇଥିବା ଜାତୀୟ ରାଜପଥ ଓଭରବ୍ରିଜ୍‌ ପାଲଟିଛି ଡେଥ୍‌ ଜୋନ୍‌। ଦୁର୍ଘଟଣା ନେଉଛି ବହୁ ଜୀବନ। ସୋମବାର ସକାଳେ ଶହୀଦନଗର ଥାନା ଅନ୍ତର୍ଗତ ଆଚାର୍ଯ୍ୟବିହାର ଛକ ନିକଟ ଓଭରବ୍ରିଜ ଉପରେ ଆଉ ଏକ ଦୁର୍ଘଟଣା ଘଟିଛି। ଟ୍ରକ୍‌ ଧକ୍କାରେ ସ୍କୁଟିରେ ଯାଉଥିବା ବାପା ଓ ପୁଅ ଓଭରବ୍ରିଜର ୩୦ଫୁଟ ତଳକୁ ଖସିପଡ଼ିବାରୁ ସେମାନଙ୍କର ମୃତ୍ୟୁ ଘଟିଛି। ମୃତକ ହେଲେ ନୟାଗଡ଼ ଜିଲା ଦଶପଲ୍ଲା ବ୍ଲକ୍‌ ମଦନପୁର ଗ୍ରାମର ଗଙ୍ଗାଧର ମହାରଣା(୫୫) ଓ ପୁଅ ଲକ୍ଷ୍ମଣ ମହାରଣା(୨୫)। ପୋଲିସ ଉଭୟଙ୍କ ମୃତଦେହକୁ ଜବତ କରି କେସ୍‌ ନଂ.୨୩୫/୧୯ରେ ଏକ ମାମଲା ରୁଜୁ କରି ତଦନ୍ତ ଚଳାଇଛି।
ସୂଚନା ଅନୁଯାୟୀ, ବାପା ଗଙ୍ଗାଧରଙ୍କ ଦେହ ଅସୁସ୍ଥ ଥିବାରୁ ଚିକିତ୍ସା ପାଇଁ ପୁଅ ଲକ୍ଷ୍ମଣ ଏକ ସ୍କୁଟି(ଓଡି-୨୫ଏଚ୍‌-୬୪୬୦)ରେ ବସାଇ ନୟାଗଡରୁ ସକାଳୁ ବାହାରିଥିଲେ। ସେମାନେ କଟକ ବଡ଼ ମେଡିକାଲକୁ ଯାଇଥାନ୍ତେ। ସକାଳ ପ୍ରାୟ ୯ଟାରେ ସେମାନେ ଆଚାର୍ଯ୍ୟ ବିହାର ଛକ ଉପର ଓଭରବ୍ରିଜ୍‌ ଦେଇ ଯାଉଥିବାବେଳେ ପଛରୁ ଏକ ଟ୍ରକ୍‌ ସେମାନଙ୍କୁ ଧକ୍କା ଦେଇ ପଳାଇଥିବା କୁହାଯାଉଛି। ଫଳରେ ଉଭୟ ଗଙ୍ଗାଧର ଓ ଲକ୍ଷ୍ମଣ ସ୍କୁଟିରୁ ଛିଟିକି ଓଭରବ୍ରିଜ୍‌ରୁ ତଳକୁ ଖସି ପଡିଥିଲେ। ଘଟଣାସ୍ଥଳରେ ଗଙ୍ଗାଧରଙ୍କର ମୃତ୍ୟୁ ଘଟିଥିବାବେଳେ ଲକ୍ଷ୍ମଣ ଗୁରୁତର ଆହତ ହୋଇଥିଲେ। ପୋଲିସ ଲକ୍ଷ୍ମଣଙ୍କୁ ପିସିଆର ଭ୍ୟାନରେ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରିଥିଲା। ହେଲେ ସେଠାରେ ତାଙ୍କ ଅବସ୍ଥା ଜଟିଳହେବାରୁ ଏକ ଘରୋଇ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଥିଲା। ଚିକିତ୍ସାଧୀନ ଅବସ୍ଥାରେ ସେଠାରେ ତାଙ୍କର ମୃତ୍ୟୁ ଘଟିଥିଲା।
ସପ୍ତାହ ମଧ୍ୟରେ ଓଭରବ୍ରିଜ୍‌ରେ ଗଲାଣି ୫ ଜୀବନ
ହଂସପାଳ ଛକରୁ ବରମୁଣ୍ଡା ଓଭରବ୍ରିଜ୍‌ ଉପରେ ଗତ ସପ୍ତାହ ମଧ୍ୟରେ ଏକାଧିକ ଦୁର୍ଘଟଣା ଘଟି ୫ଜଣଙ୍କ ମୃତ୍ୟୁ ଘଟିଛି। ଇସ୍କନ ମନ୍ଦିର ସମ୍ମୁଖ ଓଭରବ୍ରିଜରେ ବାଉଁଶ ବୋଝେଇ ଟ୍ରକ୍‌ ପଛରେ ଏକ ଟ୍ୟାଙ୍କର ପିଟି ହୋଇ ଜଣଙ୍କର ମୃତୁ ଘଟିଥିଲା। ଟ୍ୟାଙ୍କର ଡ୍ରାଇଭର ପେଟରେ ବାଉଁଶ ପଶି ଯିବାରୁ ଘଟଣାସ୍ଥଳରେ ହିଁ ତାଙ୍କର ଜୀବନ ଯାଇଥିଲା। ବରମୁଣ୍ଡା କାଳୀ ମନ୍ଦିର ନିକଟ ଜାତୀୟ ରାଜପଥରେ ସ୍କୁଟିରେ ଯାଉଥିବା ୩ ଛାତ୍ରଙ୍କ ଉପରେ ଟ୍ରକ୍‌ ଚଢ଼ି ଯାଇଥିଲା। ସେମାନଙ୍କ ମଧ୍ୟରୁ ୨ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଜଣେ ଗୁରୁତର ଆହତ ହୋଇ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ଓଭରବ୍ରିଜରେ ବାରମ୍ବାର ଦୁର୍ଘଟଣା ଘଟୁଥିବାରୁ ଏବେ ଲୋକେ ଏହା ଉପର ଦେଇ ଯାତାୟାତ କରିବାକୁ ଭୟ କଲେଣି।
ବ୍ଲାକ୍‌ ସ୍ପଟ୍‌ ଚିହ୍ନଟ ପାଇଁ କମିଶନରଙ୍କ ନିର୍ଦ୍ଦେଶ
ଟୁଇନ ସିଟି ଦେଇ ଯାଇଥିବା ୧୬ ନମ୍ବର ଜାତୀୟ ରାଜପଥରେ ଦୁର୍ଘଟଣା ବଢିବା ସହ ଅକାଳରେ ଅନେକ ଜୀବନ ଚାଲିଯାଉଛି। ସପ୍ତାହକ ଭିତରେ ଭୁବନେଶ୍ୱରରେ ୫ଜଣଙ୍କ ଜୀବନ ଯିବା ପରେ କମିଶନରେଟ ପୋଲିସର ଚେତା ପଶିଛି। ଦୁର୍ଘଟଣା ରୋକିବା ଓ ଯାତ୍ରୀଙ୍କ ସୁରକ୍ଷା ପାଇଁ ପୋଲିସ ପକ୍ଷରୁ ସତର୍କତାମୂଳକ ପଦକ୍ଷେପ ନିଆଯାଇଛି। ପୋଲିସ କମିଶନର ସତ୍ୟଜିତ ମହାନ୍ତି କହିଛନ୍ତି, କଟକ ଭୁବନେଶ୍ୱରର ଜାତୀୟ ରାଜପଥରେ ବାରମ୍ବାର ଦୁର୍ଘଟଣା ଘଟୁଥିବା ସ୍ଥାନକୁ ‘ବ୍ଲାକ୍‌ ସ୍ପଟ’ ଭାବେ ଚିହ୍ନଟ କରାଯିବ। ତୁରନ୍ତ ସେଠାରେ ସ୍ପିଡ୍‌ ବ୍ରେକର ଓ ବ୍ୟାରିକେଡ୍‌ ବ୍ୟବସ୍ଥା କରିବା ପାଇଁ ଟ୍ରାଫିକ ଦାୟିତ୍ୱରେ ଥିବା ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଏଥିସହ ରାସ୍ତାରେ ଗାଡିମୋଟରର ବେଗ କମାଇବା ପାଇଁ ସ୍ପିଡ୍‌ ଇଣ୍ଟରସେପ୍ଟର ଭ୍ୟାନ ପ୍ୟାଟ୍ରୋଲିଂ କରିବାକୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri